ସୁନା ଦୋକାନରେ ଜିଏସ୍‌ଟି ଅଧିକାରୀଙ୍କ ଚଢ଼ାଉ

କଣାସ,୧୨।୫(ସ୍ବ.ପ୍ର.): କଣାସ ବ୍ଲକରେ ଥିବା ଦୁଇଟି ସୁନା ଦୋକାନରେ ଗୁରୁବାର ଜିଏସ୍‌ଟି ପକ୍ଷରୁ ଚଢ଼ାଉ କରାଯାଇଛି। ଗୋଟିଏ ସୁନା ଦୋକାନର ଦୁଇଟି ଶାଖା ଯଥା କଣାସ କଲେଜ ନିକଟରେ ଥିବା ମହାଦେବ ଜୁଏଲାରୀ ଏବଂ କଣାସ ବଜାର ଭିତରେ ଥିବା ମହାଦେବ ଜୁଏଲାରୀ ସୁନାଗହଣା ଦୋକାନ ଉପରେ ପୂର୍ବାହ୍ନରେ ପୁରୀ ଏବଂ ଭୁବନେଶ୍ୱରର ଜିଏସ୍‌ଟି ଅଧିକାରୀମାନେ ଅଚାନକ ଚଢାଉ କରିଛନ୍ତି। ପୁରୀ ଜିଏସ୍‌ଟି ଡେପୁଟି କମିଶନର ଦାମୋଦର ପାତ୍ରଙ୍କ ନେତୃତ୍ୱରେ ଭୁବନେଶ୍ୱର ଜିଏସ୍‌ଟିର ଅଧିକାରୀ ୧୦ରୁ ଊର୍ଦ୍ଧ୍ୱ କର୍ମଚାରୀ ମିଳିତ ଭାବେ ଦୁଇଟିଯାକ ଦୋକାନ ଉପରେ ଚଢାଉ ଜାରି ରଖିଛନ୍ତି। ଅଧିକାରୀମାନେ ଦୋକାନର ମୁଖ୍ୟଦ୍ୱାର ବନ୍ଦ କରି ଭିତରେ କାଗଜପତ୍ର ତନଖି କରିବା ସହିତ ଗଚ୍ଛିତ ଥିବା ସୁନା ଜିନିଷ ରେକର୍ଡ ଯାଞ୍ଚ କରୁଥିବା ବେଳେ ଜିଏସ୍‌ଟି କେତେଟଙ୍କା ଦେଇଛନ୍ତି ତାହା ଟିକିନିଖି ତଦନ୍ତ କରିଛନ୍ତି। ଖବର ଲେଖାହେବା ସୁଦ୍ଧା ଜିଏସ୍‌ଟି ଅଧିକାରୀମାନେ କଣାସ କଲେଜ ନିକଟରେ ଥିବା ମହାଦେବ ଜୁଏଲାରୀ ଦୋକାନ ଭିତରେ ତଦନ୍ତ କରୁଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଜନା ଅପହଞ୍ଚ, ସମସ୍ୟା ଘେରରେ ଟୁମୋନିଖୋଲ: ସ୍ୱାଧୀନତାର ଦୀର୍ଘ ବର୍ଷ ପରେ ବି ମୌଳିକ ସୁବିଧାରୁ ବଞ୍ଚିତ ଆଦିବାସୀ ଗାଁ

ଥୁଆମୂଳ ରାମପୁର,୨୬/୦୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତର ଆଦିବାସୀ ବହୁଳ ତୁମୋନିଖୋଲ ଗ୍ରାମରେ ସରକାରୀ ଯୋଜନା ସମ୍ପୂର୍ଣ୍ଣ ପ୍ରହସନ ପାଲଟିଛି।…

ପରିବାରର ବିରୋଧ ସତ୍ତ୍ୱେ ପ୍ରେମୀ ଯୁଗଳଙ୍କ ହେଲା ବିବାହ; ନିରାଶ ହୋଇ ଫେରିଲେ ଝିଅ ଘର ଲୋକ

ହାଟଡିହୀ, ୨୬/୬ (ଶୁଭକାନ୍ତ ନାୟକ): ପରିବାର ଲୋକଙ୍କ ପ୍ରବଳ ବିରୋଧ ସତ୍ତ୍ୱେ ଜଣେ ପ୍ରେମୀ ଯୁଗଳ ନିଜ ଇଚ୍ଛାରେ ବିବାହ କରିଛନ୍ତି। ଝିଅକୁ ଫେରାଇ ନେବାକୁ ଆସିଥିବା…

ଟ୍ରକ ପଛରେ ପିକଅପ୍‌ର ଧକ୍କା; ଚାଲିଗଲା ଦୁଇ ଜୀବନ

ଛତ୍ରପୁର, ୨୪/୬ (ଦିଲ୍ଲୀପ ସାମଲ): ଜାତୀୟ ରାଜପଥ ପୁଣି  ରକ୍ତରଞ୍ଜିତ ହୋଇଛି। ଏକ ଭୟାବହ ସଡ଼କ ଦୁର୍ଘଟଣାରେ ଦୁଇ ଜଣଙ୍କ ଜୀବନ ଚାଲିଯାଇଛି। ଏହି ଦୁର୍ଘଟଣା ଗଞ୍ଜାମ…

ଗଞ୍ଜେଇ ଚାଲାଣ ବେଳେ ମାଡି ବସିଲା ଅବକାରୀ ବିଭାଗ: ଦୁଇ ଶିକ୍ଷକ ସମେତ ଜଣେ ଗିରଫ

ଭବାନୀପାଟଣା,୨୬।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ଦୁଇ ଜଣ ଶିକ୍ଷକ ସମେତ ଜଣେ ଯୁବକ ଗଞ୍ଜେଇ ଚାଲାଣ କରୁଥିବା ବେଳେ ଶୁକ୍ରବାର ବଲାଙ୍ଗୀର ଜିଲା…

ବିଧାୟକଙ୍କ ବିରୋଧରେ ଅଭିଯୋଗକୁ ଭାଜପାର ଖଣ୍ଡନ: ଭାବମୂର୍ତ୍ତିକୁ ମଳିନ କରିବାକୁ ନ୍ୟସ୍ତସ୍ବାର୍ଥ ବ୍ୟକ୍ତିଙ୍କ…

ପୁରୁଷୋତ୍ତମପୁର,୨୬ା୬ (ସବିତା ମିଶ୍ର):କବିସର୍ଯ୍ୟନଗର ବିଧାୟକ ପ୍ରତାପଚନ୍ଦ୍ର ନାୟକଙ୍କ ବିକାଶମୂଳକ ଓ ଜନହିତକର କାର୍ଯ୍ୟକୁ ସହି ନ ପାରି ତାଙ୍କ ଭାବମୂର୍ତ୍ତିକୁ ମଳିନ କରିବାକୁ କିଛି ନ୍ୟସ୍ତସ୍ବାର୍ଥ ବ୍ୟକ୍ତି…

ଜାରି କରାଯାଇଥିଲା ଜାମିନବିହୀନ ଗିରଫ ପରୱାନା: ଏବେ ହେଲେ…

ଦିଗପହଣ୍ଡି,୨୬|୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ରାଧାଦେଇପୁର ଗ୍ରାମର ହୀନ ଦଳେଇଙ୍କୁ ଶୁକ୍ରବାର ପାଟପୁର ପୋଲିସ ଗିରଫ କରି ସାନଖେମୁଣ୍ଡି ଗ୍ରାମ୍ୟ ନ୍ୟାୟାଳୟ କୋର୍ଟକୁ…

ଧରିତ୍ରୀ ପୋର୍ଟାଲର ପ୍ରଭାବ: ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଏମ୍‌ଏସ୍‌ଏମ୍‌ଇ ପାର୍କର ଉଦ୍‌ଘାଟନ

କେସିଙ୍ଗା,୨୬।୬(ତୁମେଶ୍ୱର ସାହୁ): କେସିଙ୍ଗା ନିର୍ବାଚନ ମଣ୍ଡଳୀକୁ ପୁନର୍ବାର ଫେରାଇ ଆଣିବାକୁ ଜନସାଧାରଣଙ୍କ ଦାବି ଶୀର୍ଷକ ଏକ ଖବର ଗୁରୁବାର ଧରିତ୍ରୀ ପୋର୍ଟାଲରେ ପ୍ରକାଶ ପାଇଥିଲା। ଉକ୍ତ ଖବରର…

୩ ରଥରେ ଭକ୍ତ ଚଢ଼ିବା ଉପରେ କଟକଣା, ସୁଭଦ୍ରାଙ୍କ ପହଣ୍ଡି କାର୍ଯ୍ୟରେ ମହିଳାଙ୍କୁ ମନା

କୋରାପୁଟ,୨୬ା୬(ଅମିତାଭ ବେହେରା): ଶାବର ଶ୍ରୀକ୍ଷେତ୍ରରେ ପବିତ୍ର ରଥଯାତ୍ରା ସୁପରିଚାଳନା ଓ ସୁରୁଖୁରୁରେ ଆୟୋଜନ ନେଇ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ଶୁକ୍ରବାର ସ୍ଥାନୀୟ ସଦଭାବନା ସଭାଗୃହରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri