୧୮ ମାସର ପରିଶ୍ରମ ପରେ GST ସଂସ୍କାର କରିଛନ୍ତି ସରକାର: ନିର୍ମଳା ସୀତାରମଣ

ନୂଆଦିଲ୍ଲୀ,୯ା୯: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ମଙ୍ଗଳବାର ଏକ ସାକ୍ଷାତକାରରେ କହିଛନ୍ତି ଯେ ଦ୍ରବ୍ୟ ଆଣ୍ଡ ସେବା କର(ଜିଏସଟି) ସ୍ଲାବକୁ ଦୁଇଟିକୁ ହ୍ରାସ ଓ ଏକୀକରଣ କରିବା ଏବଂ ସ୍ୱାସ୍ଥ୍ୟ ଓ ଜୀବନ ବୀମା ପ୍ରିମିୟମକୁ କରମୁକ୍ତ କରିବା ପାଇଁ ୧୮ ମାସରୁ ଅଧିକ ସମୟ ଧରି ଆଲୋଚନା ଚାଲିଥିଲା। ଏହି ସଂସ୍କାର ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ୫୦ ପ୍ରତିଶତ ଟାରିଫ ଘୋଷଣାର ପ୍ରତିକ୍ରିୟା ନୁହେଁ ବୋଲି ସେ ସ୍ପଷ୍ଟ କରିଛନ୍ତି।

ସୀତାରମଣ କହିଛନ୍ତି, ଗତ ବର୍ଷ କେନ୍ଦ୍ର ବଜେଟ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ସାଧାରଣ ଲୋକ’ଙ୍କ ପାଇଁ ଆଶ୍ବସ୍ତି ବୋଲି କହିଥିଲଲେ। ଗତ ବଜେଟରେ ସେ ୧୨ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଆୟ କରୁଥିବା ମଧ୍ୟବିତ୍ତ ବେତନଭୋଗୀଙ୍କୁ ଆଶ୍ବସ୍ତି ଦେଇଥିଲେ। ଏହି ସଂସ୍କାର ପ୍ରସ୍ତୁତ କରିବା ପାଇଁ ସମୟ ଲାଗିଥିଲା ଏବଂ ମେ’ରେ ସେ ପ୍ରଧାନମନ୍ତ୍ରୀଙ୍କୁ ପ୍ରସ୍ତାବ ଉପସ୍ଥାପନ କରିଥିଲେ।

ରାଜ୍ୟ ସରକାରମାନଙ୍କୁ ସହମତ କରାଇବା ଥିଲା ପ୍ରଥମ ପଦକ୍ଷେପ। ସେପ୍ଟେମ୍ବର ୩ ଓ ୪ ତାରିଖରେ ଅନୁଷ୍ଠିତ GST ପରିଷଦ ବୈଠକରେ ରାଜ୍ୟମାନେ ରାଜସ୍ୱ ହାନି ପାଇଁ କ୍ଷତିପୂରଣ ଦାବି କରିବେ ବୋଲି ଆଶଙ୍କା ଥିଲା। କିନ୍ତୁ, ବୈଠକ ଏକ ଦିନରେ ଶେଷ ହୋଇଥିଲା ଏବଂ ସମସ୍ତେ ସଂସ୍କାର ପ୍ରସ୍ତାବରେ ଏକମତ ହୋଇଥିଲେ। ସୀତାରମଣ କହିଛନ୍ତି, “ରାଜ୍ୟ ଅର୍ଥମନ୍ତ୍ରୀମାନେ ଦର ଯୌକ୍ତିକୀକରଣକୁ ସମର୍ଥନ କରିଥିଲେ।”

ସେ ଜଣାଇଛନ୍ତି ଯେ ୨୦୨୨ ପରେ ରାଜ୍ୟମାନଙ୍କୁ କୌଣସି କ୍ଷତିପୂରଣ ଦିଆଯାଇ ନାହିଁ। ବର୍ତ୍ତମାନ ସଂଗ୍ରହ ହେଉଥିବା ସେସ କୋଭିଡ ସମୟରେ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳମାନଙ୍କ ଦ୍ୱାରା ନିଆଯାଇଥିବା ଋଣ ପରିଶୋଧରେ ବ୍ୟବହୃତ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ବାୟୁସେନାର ଟ୍ରେନି ବିମାନ ଦୁର୍ଘଟଣାଗ୍ରସ୍ତ

ପ୍ରୟାଗରାଜ,୨୧।୧: ଜାନୁଆରୀ ୨୧, ୨୦୨୬ ରେ, ପ୍ରୟାଗରାଜରେ ଏକ ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବିମାନଟି ହଠାତ ଖସି ପଡ଼ି ସହର ମଧ୍ୟଭାଗରେ ଥିବା...

ପଞ୍ଚାୟତିରାଜ ମନ୍ତ୍ରୀଙ୍କ ବଡ଼ ସୂଚନା: ୨୦୨୭ ସୁଦ୍ଧା ୧୫୦ ଜନସଂଖ୍ୟା ଥିବା ଗାଁକୁ ହେବ…

ଭୁବନେଶ୍ୱର,୨୧ା୧: ୨୦୨୭ ସୁଦ୍ଧା ରାଜ୍ୟର ୧୫୦ ଜନସଂଖ୍ୟା ଥିବା ଗାଁକୁ ରାସ୍ତା ହେବ। ଏନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ ସୂଚନା ଦେଇଛନ୍ତି। ଆସନ୍ତା...

ଯାଉଥିବା ବେଳେ କୂଅରେ ପଡିଲେ ୩ ହାତୀ

ଦେବଗଡ଼,୨୦ା୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଟିଙ୍କବୀର ବିଟ୍‌ହାଉସ୍‌ ଅନ୍ତର୍ଗତ ବରନାଳି ଗ୍ରାମର ଏକ କୂଅରୁ ମଙ୍ଗଳବାର ୩ଟି...

ଆମ ଟିମ ନ୍ୟୁଜିଲାଣ୍ଡ ଠାରୁ ଅଧିକ ମଜଭୁତ, ଟି ୨୦ ସିରିଜ ଜିତିବ, ଜାଣନ୍ତୁ କାହାର ବୟାନ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ ବୁଧବାର ନାଗପୁରରେ ଖେଳାଯିବାକୁ ଯାଉଛି। ଏହି ମ୍ୟାଚକୁ ନେଇ...

ବାଲିପାଟଣାରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର,୨୧।୧: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିପାଟଣା ଭାପୁର ନାଥସାହିରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଗାଁର ଅନ୍ୟ ଜଣେ...

ଦୁନିଆର ସବୁଠୁ ବିପଦପୂର୍ଣ୍ଣ ରାସ୍ତା, ଯାତାୟାତ ସମୟରେ କିଛିକ୍ଷଣ ପାଇଁ ଅଟକି ଯାଏ ନିଃଶ୍ୱାସ

ବିଶ୍ୱର ଅନେକ ରାସ୍ତା ଅତ୍ୟନ୍ତ ବିପଦପୂର୍ଣ୍ଣ। ଗାଡ଼ି ଚଳାଇବା ସମୟରେ ସାମାନ୍ୟ ଭୁଲ ଜୀବନ ନେଇପାରେ। ତେଣୁ ଧର୍ଯ୍ୟର ସହିତ ଗାଡ଼ି ଚଳାଇବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।...

ଶସ୍ତାରେ ମିଳିବ ଘର? ବଜେଟରେ ହେବ ବଡ଼ ଘୋଷଣା!

ନୂଆଦିଲ୍ଲୀ,୨୧।୧: ମଧ୍ୟବିତ୍ତ ବର୍ଗର ଲୋକଙ୍କ ପାଇଁ, ଘର ପାଇବା ଏବେ ବି ସ୍ୱପ୍ନ ସାକାର ହେବା ପରି ମନେହୁଏ। ଘରର ମୂଲ୍ୟ ଆକାଶଛୁଆଁ ହେଉଛି, ଏବଂ...

IPL 2026: ହେଲା ବଡ଼ ଘୋଷଣା! ଏହି ୧୮ ପଡ଼ିଆରେ ଖେଳାଯିବ IPL ମ୍ୟାଚ, ରହିଛି ଗୋଟିଏ ବିବାଦୀୟ ଗ୍ରାଉଣ୍ଡ

ନୂଆଦିଲ୍ଲୀ,୨୧।୧: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୬ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏହି ସିଜିନରେ ମ୍ୟାଚ ଖେଳାଯିବ ବୋଲି ସ୍ଥାନ ଘୋଷଣା କରାଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri