୧୮ ମାସର ପରିଶ୍ରମ ପରେ GST ସଂସ୍କାର କରିଛନ୍ତି ସରକାର: ନିର୍ମଳା ସୀତାରମଣ

ନୂଆଦିଲ୍ଲୀ,୯ା୯: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ମଙ୍ଗଳବାର ଏକ ସାକ୍ଷାତକାରରେ କହିଛନ୍ତି ଯେ ଦ୍ରବ୍ୟ ଆଣ୍ଡ ସେବା କର(ଜିଏସଟି) ସ୍ଲାବକୁ ଦୁଇଟିକୁ ହ୍ରାସ ଓ ଏକୀକରଣ କରିବା ଏବଂ ସ୍ୱାସ୍ଥ୍ୟ ଓ ଜୀବନ ବୀମା ପ୍ରିମିୟମକୁ କରମୁକ୍ତ କରିବା ପାଇଁ ୧୮ ମାସରୁ ଅଧିକ ସମୟ ଧରି ଆଲୋଚନା ଚାଲିଥିଲା। ଏହି ସଂସ୍କାର ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ୫୦ ପ୍ରତିଶତ ଟାରିଫ ଘୋଷଣାର ପ୍ରତିକ୍ରିୟା ନୁହେଁ ବୋଲି ସେ ସ୍ପଷ୍ଟ କରିଛନ୍ତି।

ସୀତାରମଣ କହିଛନ୍ତି, ଗତ ବର୍ଷ କେନ୍ଦ୍ର ବଜେଟ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ସାଧାରଣ ଲୋକ’ଙ୍କ ପାଇଁ ଆଶ୍ବସ୍ତି ବୋଲି କହିଥିଲଲେ। ଗତ ବଜେଟରେ ସେ ୧୨ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଆୟ କରୁଥିବା ମଧ୍ୟବିତ୍ତ ବେତନଭୋଗୀଙ୍କୁ ଆଶ୍ବସ୍ତି ଦେଇଥିଲେ। ଏହି ସଂସ୍କାର ପ୍ରସ୍ତୁତ କରିବା ପାଇଁ ସମୟ ଲାଗିଥିଲା ଏବଂ ମେ’ରେ ସେ ପ୍ରଧାନମନ୍ତ୍ରୀଙ୍କୁ ପ୍ରସ୍ତାବ ଉପସ୍ଥାପନ କରିଥିଲେ।

ରାଜ୍ୟ ସରକାରମାନଙ୍କୁ ସହମତ କରାଇବା ଥିଲା ପ୍ରଥମ ପଦକ୍ଷେପ। ସେପ୍ଟେମ୍ବର ୩ ଓ ୪ ତାରିଖରେ ଅନୁଷ୍ଠିତ GST ପରିଷଦ ବୈଠକରେ ରାଜ୍ୟମାନେ ରାଜସ୍ୱ ହାନି ପାଇଁ କ୍ଷତିପୂରଣ ଦାବି କରିବେ ବୋଲି ଆଶଙ୍କା ଥିଲା। କିନ୍ତୁ, ବୈଠକ ଏକ ଦିନରେ ଶେଷ ହୋଇଥିଲା ଏବଂ ସମସ୍ତେ ସଂସ୍କାର ପ୍ରସ୍ତାବରେ ଏକମତ ହୋଇଥିଲେ। ସୀତାରମଣ କହିଛନ୍ତି, “ରାଜ୍ୟ ଅର୍ଥମନ୍ତ୍ରୀମାନେ ଦର ଯୌକ୍ତିକୀକରଣକୁ ସମର୍ଥନ କରିଥିଲେ।”

ସେ ଜଣାଇଛନ୍ତି ଯେ ୨୦୨୨ ପରେ ରାଜ୍ୟମାନଙ୍କୁ କୌଣସି କ୍ଷତିପୂରଣ ଦିଆଯାଇ ନାହିଁ। ବର୍ତ୍ତମାନ ସଂଗ୍ରହ ହେଉଥିବା ସେସ କୋଭିଡ ସମୟରେ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳମାନଙ୍କ ଦ୍ୱାରା ନିଆଯାଇଥିବା ଋଣ ପରିଶୋଧରେ ବ୍ୟବହୃତ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

ଆଜିଠୁ ଆରମ୍ଭ ହେଲା ମାଗଣା LPG ସିଲିଣ୍ଡର ଯୋଜନା; ବର୍ଷକୁ ମିଳିବ ୩ଟି ସିଲିଣ୍ଡର, ଖାତାକୁ ଆସିବ ୩ହଜାର ଟଙ୍କା

ନୂଆଦିଲ୍‌ଲୀ,୫।୯: ରନ୍ଧନ ଗ୍ୟାସ ସିଲିଣ୍ଡରର ବଢ଼ୁଥିବା ଦର ଯୋଗୁଁ ଚିନ୍ତିତ ଥିବା ପରିବାରଗୁଡ଼ିକ ପାଇଁ ଏକ ବଡ଼ ଖୁସି ଖବର ଆସିଛି! ଯଦି ଆପଣଙ୍କ ଘରେ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri