ପେଟ୍ରୋଲ-ଡିଜେଲରେ ଲାଗିବ ଜିଏସଟି! ମୋଦି ୩.o ରେ ଏପରି ହେବ ବୋଲି ଦାବି କଲେ ପ୍ରଶାନ୍ତ କିଶୋର

ନୂଆଦିଲ୍ଲୀ,୨୪।୫: ଶେଷ ପର୍ଯ୍ୟାୟରେ ୨୦୨୪ ଲୋକ ସଭା ନିର୍ବାଚନ। ଜନତା ଏବେ ୪ ଜୁନର ଫଳାଫଳକୁ ଅପେକ୍ଷା କରି ରହିଛନ୍ତି। କିନ୍ତୁ ରେଜଲ୍ଟ ଆସିବା ପୂର୍ବରୁ ଦେଶ-ବିଦେଶର ଅନେକ ବିଶେଷଜ୍ଞ ଏନେଇ ଅନେକ ଭବିଷ୍ୟବାଣୀ କରୁଛନ୍ତି ।

ରାଜନୈତିକ ରଣନୀତିଜ୍ଞ ପ୍ରଶାନ୍ତ କିଶୋର ମଧ୍ୟ ନିରନ୍ତର ଦାବି କରୁଛନ୍ତି ଯେ ଏନଡିଏ ପୁଣି କ୍ଷମତାକୁ ଆସିବ। ଏବଂ ପ୍ରଧାନମନ୍ତ୍ରୀ ମୋଦି ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ହେବେ। ଏହି ଦାବିଗୁଡିକ ମଧ୍ୟରେ ବର୍ତ୍ତମାନ ପିକେ ଦାବି କରିଛନ୍ତି ଯେ, ମୋଦିଙ୍କ ତୃତୀୟ କାର୍ଯ୍ୟକାଳରେ ଏକ ପ୍ରମୁଖ ନିଷ୍ପତ୍ତି ନିଆଯିବ।

ଏକ ସାକ୍ଷାତକାରରେ ପ୍ରଶାନ୍ତ କିଶୋର କହିଛନ୍ତି ଯେ, ପିଏମ ମୋଦି ତାଙ୍କ ତୃତୀୟ କାର୍ଯ୍ୟକାଳରେ ପେଟ୍ରୋଲିୟମକୁ ଜିଏସଟି ତାଲିକାରେ ଅନ୍ତର୍ଭୁକ୍ତ କରିପାରନ୍ତି। କେବଳ ଏତିକି ନୁହେଁ, ମୋଦି ସରକାର ରାଜ୍ୟଗୁଡ଼ିକର ଆର୍ଥିକ ସ୍ବାଧୀନତା ଉପରେ ରୋକ ଳଗାଇ ପାରନ୍ତି।

କହିରଖୁଛୁ କି, ବର୍ତ୍ତମାନ ପେଟ୍ରୋଲ ଏବଂ ଡିଜେଲ ଭଳି ଇନ୍ଧନ ଉପରେ ୧୦୦ ଶତକଡାରୁ ଅଧିକ ଟ୍ୟାକ୍ସ ଅଛି । ଉଭୟକୁ ଜିଏସଟି ତାଲିକାରେ ଆଣିବା ପାଇଁ ଦୀର୍ଘ ଦିନ ଧରି ଦାବି ହୋଇଆସୁଛି । ଏଥିସହ ପେଟ୍ରୋଲ ଓ ଡିଜେଲରେ ଜିଏସଟି ଲାଗୁ ହେଲେ କ’ଣ କ୍ଷୟକ୍ଷତି ହେବ ଏନେଇ ମଧ୍ୟ ପ୍ରଶାନ୍ତ କିଶୋର ମଧ୍ୟ କହିଛନ୍ତି। ସେ କହିଛନ୍ତି, ଯଦି ଜିଏସଟି ଅଧୀନରେ ଇନ୍ଧନ ଆସେ, ତା’ହେଲେ ଏଥିରେ ସର୍ବାଧିକ ଟିକସ ୨୮ ପ୍ରତିଶତ ହେବ, କିନ୍ତୁ ଏହାଦ୍ୱାରା ରାଜ୍ୟଗୁଡିକ ପାଇଁ ଟିକସ କ୍ଷତି ସହିବକୁ ପଡିବ। ଏବଂ ସେମାନଙ୍କ କେନ୍ଦ୍ର ସରକାରଙ୍କ ଉପରେ ନିର୍ଭରଶୀଳତା ବୃଦ୍ଧି ପାଇବ।


Enter your email to get our daily news in your inbox.

All Right Reserved By Dharitri.Com

ସାମ୍ନାକୁ ଆସିଲା ବଡ଼ ଘୋଟାଲା, କମିଶନ୍‌ ନେଇ ୨୦୦ କୋଟିର ନକଲି ବିଲ୍‌ ପାସ୍‌

ନୂଆଦିଲ୍ଲୀ, ୨୬।୦୭: କରୋନା ସମୟରେ ୨୦୦ କୋଟି ଟଙ୍କାର ଏକ ବଡ ଦୁର୍ନୀତିର ଖୁଲାସା କରିଛି ଦୁର୍ନୀତି ନିବାରଣ ବ୍ୟୁରୋ ବା ଏସିବି । ଏହି...

ପ୍ରକାଶ ପାଇଲା ନିଟ୍‌ର ସଂଶୋଧିତ ତାଲିକା, ୬୭ରୁ ୧୭କୁ ଖସିଲେ ଟପ୍ପର

ନୂଆଦିଲ୍ଲୀ, ୨୬।୦୭: ଗତ କିଛିଦିନ ଧରି ବିବାଦରେ ରହିଥିବା ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି ବା ଏନ୍‌ଟିଏ ମେଡିକାଲ୍‌ ପ୍ରବେଶିକା ପରୀକ୍ଷା ନିଟ୍‌-ୟୁଜିର ଫାଇନାଲ୍‌ ରେଜଲ୍ଟ ପ୍ରକାଶ...

୯୯ରେ ସାପ କାମୁଡ଼େ, କଂଗ୍ରେସକୁ ଏମିତି କହିଦେଲେ କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ, ୨୬।୦୭: ବରିଷ୍ଠ ଜନତା ଦଳ ୟୁନାଇଟେଡ (ଜେଡିୟୁ) ନେତା ତଥା କେନ୍ଦ୍ର ମନ୍ତ୍ରୀ ରାଜୀବ ରଂଜନ (ଲଲନ ସିଂ) ଶୁକ୍ରବାର ଦିନ କଂଗ୍ରେସକୁ ଟାର୍ଗେଟ୍‌...

ମନୀଷ ସିସୋଦିଆଙ୍କୁ ପୁଣି କୋର୍ଟ ଝଟ୍‌କା, ବଢ଼ିଲା ନ୍ୟାୟିକ ହେପାଜତ ଅବଧି

ନୂଆଦିଲ୍ଲୀ, ୨୬।୦୭: ଦିଲ୍ଲୀ ମଦ ଦୁର୍ନୀତି ସହ ଜଡ଼ିତ ସିବିଆଇ ମାମଲାରେ ଆଜି ପୁଣିଥରେ କୋର୍ଟ ଶୁଣାଣି କରିଛନ୍ତି । ରାଉଜ ଆଭେନ୍ୟୁ କୋର୍ଟ ଦିଲ୍ଲୀର...

‘ଦିଲ୍ଲୀରୁ ଗୋଟିଚାଳନା ସରିଛି, ଉତ୍ତରପ୍ରଦେଶରେ କିଛି ବଡ଼ ହେବାକୁ ଯାଉଛି’

ନୂଆଦିଲ୍ଲୀ,୨୬।୭: ଆମ ଆଦମୀ ପାର୍ଟି(ଏଏପି)ର ଏମ୍‌ପି ସଞ୍ଜୟ ସିଂ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ନେଇ ଏକ ବଡ଼ ଦାବି କରିଛନ୍ତି। ସଞ୍ଜୟ ଶୁକ୍ରବାର କହିଛନ୍ତି...

ରାହୁଲ ଗାନ୍ଧୀଙ୍କ ନୂଆ ଠିକଣା: ବଙ୍ଗଳା ନମ୍ବର-୫, ସୁନ୍‌ହେରୀ ବାଗ୍‌ ରୋଡ…

ନୂଆଦିଲ୍ଲୀ,୨୬।୭: କଂଗ୍ରେସ ନେତା ଏବଂ ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଠିକଣା ବଦଳିବାକୁ ଯାଉଛି। ସୁନ୍‌ହରୀ ବାଗ୍‌ ରୋଡ୍‌, ବଙ୍ଗଳା ନମ୍ବର-୫...

ଗୁଗୁଲ ସିଇଓ ସୁନ୍ଦର ପିଚାଇଙ୍କୁ ଭାରତରୁ ମିଳିଲା ବଡ଼ ଉପାଧି, କହିଲେ…

ନୂଆଦିଲ୍ଲୀ, ୨୬।୦୭: ଲୋକପ୍ରିୟ ସର୍ଚ୍ଚ ଇଞ୍ଜିନ୍‌ ଗୁଗୁଲର ସିଇଓ ସୁନ୍ଦର ପିଚାଇଙ୍କୁ ନିଜେ ପଢ଼ୁଥିବା ଅନୁଷ୍ଠାନରୁ ବଡ଼ ଉପାଧି ମିଳିଛି । ଆଇଆଇଟି ଖଡ଼ଗପୁରରୁ ସେ...

ଫିଟିଗଲା ଗୁମର, କଂଗ୍ରେସ ସହ ହୋଇଛି ଭିତିରି ମେଣ୍ଟ!

ନୂଆଦିଲ୍ଲୀ,୨୬।୭:ନିର୍ବାଚନରେ ହାରିବା ଏବଂ ମୁଖ୍ୟମନ୍ତ୍ରୀ ପଦ ହରାଇବା ପରେ ଜଗନମୋହନ ରେଡ୍ଡୀଙ୍କ ଅଡୁଆ ବଢିବାରେ ଲାଗିଛି। ଚନ୍ଦ୍ରବାବୁ ନାଇଡୁ ଆନ୍ଧ୍ରପ୍ରଦେଶର ସିଏମ ହୋଇଛନ୍ତି ଏବଂ ଦାୟିତ୍ୱ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri