Posted inଖେଳ

ଚାମ୍ପିୟନ ଦୌଡ଼ରେ ଜିଟି, ସିଏସକେ: କାହାକୁ ସୁହାଇବ ଅହମଦାବାଦ ଷ୍ଟାଡିୟମ ?…

ଅହମଦାବାଦ,୨୭।୫ : ଆଇପିଏଲ ୨୦୨୩ର ଫାଇନାଲ ମ୍ୟାଚ ରବିବାର ସନ୍ଧ୍ୟା ସାଢ଼େ ୭ଟାରେ ଗୁଜରାଟର ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଗୁଜରାଟ ଟାଇଟାନ୍ସ(ଜିଟି) ଏବଂ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସକେ) ମଧ୍ୟେ ଖେଳାଯିବ। ମ୍ୟାଚରେ ଗୁଜରାଟ ବ୍ୟାଟ୍ସମ୍ୟାନ ମାନେ ଆକ୍ରମଣାତ୍ମକ ହେବେ ଅବା ଚେନ୍ନାଇ ସ୍ପିନରମାନଙ୍କ ସ୍ପିନ ଯାଦୁ ଦେଖିବାକୁ ମିଳିବ ସେନେଇ ନାନା କଳ୍ପନାଜଳ୍ପନା ଆରମ୍ଭ ହୋଇଛି।
ଦୁଇ ଦଳ ମଧ୍ୟରେ ଏହା ଚଳିତ ୧୬ତମ ସିଜିନର ତୃତୀୟ ମ୍ୟାଚ। ଆଇପିଏଲରେ ଏପର୍ଯ୍ୟନ୍ତ ଦୁଇ ଦଳ ମଧ୍ୟରେ ହୋଇଥିବା ୪ ଟି ମ୍ୟାଚ ମଧ୍ୟରୁ ଗୁଜରାଟ ୩ ଟି ଜିତିଛି। ଏଥି ସହିତ ସିଏସକେ ଚଳିତ ସିଜିନର ଯୋଗ୍ୟତା ମ୍ୟାଚରେ ଗୁଜରାଟକୁ ପରାସ୍ତ କରି ପ୍ରଥମ ବିଜୟ ହାସଲ କରିଛି।

ସିଏସକେ ଏବଂ ଜିଟି ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଏପର୍ଯ୍ୟନ୍ତ କେବଳ ଥରେ ପରସ୍ପରକୁ ଭେଟିଛନ୍ତି। ଯେଉଁଥିରେ ଜିଟି ବିଜୟୀ ହୋଇଛି। ରବିବାର ଏଠାରେ ଆଇପିଏଲ ୨୦୨୩ ଗ୍ରାଣ୍ଡ ଫାଇନାଲରେ ଏହି ଦୁଇ ଦଳ ମଧ୍ୟରେ ଆଉ ଏକ ରୋମାଞ୍ଚକର ମୁକାବିଲା ଆଶା କରାଯାଉଛି।

ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମର ପିଚ ବ୍ୟାଟ୍ସମ୍ୟାନଙ୍କ ପାଇଁ ସ୍ବର୍ଗ ବୋଲି ବିବେଚନା କରାଯାଏ। ଏଠାରେ ଫ୍ଲାଟ ପିଚରେ ବ୍ୟାଟିଂ କରିବା ସହଜ। ବ୍ୟାଟ୍ସମ୍ୟାନ ଏଠାରେ ବହୁତ ରନ ସ୍କୋର କରନ୍ତି। ଶେଷ ମ୍ୟାଚରେ ଶୁଭମାନ ଗିଲ ମଧ୍ୟ ଏହା ପ୍ରମାଣ କରିଛନ୍ତି। ପିଚରେ ୟୁନିଫର୍ମ ବାଉନ୍ସ ଅଛି । ଏହି କାରଣରୁ, ଦ୍ରୁତ ବୋଲରମାନଙ୍କୁ ଏହା ସୁହାଇଥାଏ। ଏହାର ଆଉଟଫିଲ୍ଡ ମଧ୍ୟ ବହୁତ ଦ୍ରୁତ ଅଟେ। ୨୦୨୩ରେ ଏଠାରେ ପ୍ରଥମେ ବ୍ୟାଟିଂ କରୁଥିବା ଦଳର ହାରାହାରି ସ୍କୋର ୧୮୭ ରହିଛି। ମ୍ୟାଚରେ ଟସ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ। ଟସ ଜିତିଥିବା ଦଳ ଏଠାରେ ପ୍ରଥମେ ବ୍ୟାଟିଂ କରିବାକୁ ପସନ୍ଦ କରିଥାନ୍ତି ଏବଂ ଜିତିଥାନ୍ତି ମଧ୍ୟ।

ଆଇପିଏଲ ଫାଇନାଲ ଅନୁଷ୍ଠିତ ହେବାକୁ ଥିବାବେଳେ କ୍ରିକେଟ ଖେଳ ପାଇଁ ଅହମ୍ମଦାବାଦର ପାଗ ଅନୁକୂଳ ହେବାର ସମ୍ଭାବନା ରହିଛି। ପାଣିପାଗ ବିଭାଗ ଅନୁଯାୟୀ, ତାପମାତ୍ରା ୩୫ ରୁ ୪୦ ଡିଗ୍ରୀ ମଧ୍ୟରେ ରହିବ ବୋଲି ଆଶା କରାଯାଉଛି। ବର୍ଷା ହେବାର କୌଣସି ସମ୍ଭାବନା ମଧ୍ୟ ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

ସିରିଜ୍‌ ବିଜୟ ଲକ୍ଷ୍ୟରେ ଭାରତ, ପୁଣି କୋହଲିଙ୍କ ଉପରେ ପ୍ରଶଂସକଙ୍କ ନଜର

ଗୁଆହାଟୀ,୨୯ା୯: ଭାରତ-ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ବୁଧବାର ଚଳିତ ଦିନିକିଆ ସିରିଜ୍‌ର ଦ୍ୱିତୀୟ ମ୍ୟାଚ୍‌ ଖେଳାଯିବ। ପ୍ରଥମ ମ୍ୟାଚ୍‌କୁ ବିରାଟ କୋହଲି ଓ ଶୁବମନ ଗିଲ୍‌ଙ୍କ ଶତକ ବଳରେ ଅତି…

ମୋହିତ ଶର୍ମାଙ୍କୁ ମିଳିଲା ସିଏସ୍‌କେର ଗୁରୁଦାୟିତ୍ୱ

ଚେନ୍ନାଇ,୨୯ା୯: ପୂର୍ବତନ ଭାରତୀୟ ପେସର ମୋହିତ ଶର୍ମା ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)ରେ ନୂଆ ବୋଲିଂ କୋଚ୍‌ ଭାବେ ଯୋଗଦେବେ। ୩୮ ବର୍ଷୀୟ ମୋହିତ ସିଏସ୍‌କେ ପାଇଁ…

ବଦଳିବ ଗ୍ରହଙ୍କ ଚାଲ୍: ବୁଧ-ମଙ୍ଗଳଙ୍କ ଯୋଗରୁ ଖୋଲିଯିବ ୪ଟି ରାଶିର ଭାଗ୍ୟ, ହେବେ ମାଲାମାଲ୍!

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସ୍ଥିତି ଏବଂ ସେମାନଙ୍କ ମଧ୍ୟରେ ସୃଷ୍ଟି ହେଉଥିବା ସମ୍ପର୍କକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ମନେକରାଯାଏ। ଦୁଇଟି ଗ୍ରହ ପରସ୍ପରଠାରୁ ଏକ ବିଶେଷ କୋଣରେ ଅବସ୍ଥାନ…

ଟ୍ରାଫିକ ଚାଲାଣ ବାକିଥିଲେ କଟିବ ଘର ଲାଇନ୍‌! ସୁପ୍ରିମକୋର୍ଟ କହିଲେ ବଡ଼କଥା

ନୂଆଦିଲ୍ଲୀ,୨୯।୯: ଗାଡ଼ି ଚଳାଉଛନ୍ତି କି? ତେବେ ଆପଣଙ୍କ ପାଇଁ ଆସିଛି ଗୁରୁତ୍ୱପୂର୍ଣ୍ଣ ଖବର। ଟ୍ରାଫିକ୍‌ ନିୟମ ଉଲ୍ଲଂଘନ କରି ଇ-ଚାଲାଣ କଟିବା ପରେ ଦୀର୍ଘଦିନ ଧରି ଜରିମାନା…

PNB ଘୋଟାଲାରେ ବଡ଼ ସଫଳତା! ନୀରବ ମୋଦିଙ୍କ ସହଯୋଗୀ ସନ୍ଦୀପ ମିସ୍ତ୍ରୀଙ୍କୁ UAEରୁ ଅଣାଗଲା ଭାରତ, ଗିରଫ କଲା CBI

ମୁମ୍ବାଇ,୨୯।୯: ନୀରବ ମୋଦିଙ୍କ ସହ ଜଡ଼ିତ ବହୁଚର୍ଚ୍ଚିତ PNB (ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ) ଘୋଟାଲାରେ କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା (CBI)କୁ ମିଳିଛି ବଡ଼ ସଫଳତା। ଏହି ମାମଲାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?