Posted inଖେଳ

ଲକ୍ଷ୍ନୌକୁ ହରାଇଲା ଗୁଜରାଟ

ଲକ୍ଷ୍ନୌ,୧୨ା୪: ପ୍ରସିଦ୍ଧ କ୍ରିଷ୍ଣାଙ୍କ ଦମ୍‌ଦାର ବୋଲିଂ ବଳରେ ଗୁଜରାଟ ଟାଇଟନ୍ସ ୭ ଉଇକେଟରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ(ଏଲ୍‌ଏସ୍‌ଜି)କୁ ପରାସ୍ତ କରିଛି। ଏହା ଗୁଜରାଟର ୪ ମ୍ୟାଚ୍‌ରେ ଦ୍ୱିତୀୟ ବିଜୟ ହୋଇଥିବା ବେଳେ ଲକ୍ଷ୍ନୌ ପାଇଁ ଏହା ଦ୍ୱିତୀୟ ପରାଜୟ। ଏହି ମ୍ୟାଚ୍‌ ଜରିଆରେ ଜୋସ ବଟଲର ଟି୨୦ କ୍ରିକେଟରେ ୧୦୦ତମ ଅର୍ଦ୍ଧଶତକ ପୂରଣ କରିଛନ୍ତି।

ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଲକ୍ଷ୍ନୌ ଆରମ୍ଭରୁ କ୍ରମାଗତ ବ୍ୟବଧାନରେ ଉଇକେଟ ହରାଇ ନିର୍ଦ୍ଧାରିତ ୨୦ ଓଭରରେ ୮ ଉଇକେଟ ହରାଇ ୧୬୪ ରନ କରିବାରେ ସକ୍ଷମ ହୋଇଥିଲା। ଦଳର ପ୍ରାୟତଃ ବ୍ୟାଟରଙ୍କୁ ଭଲ ଆରମ୍ଭ ମିଳିଥିଲା। ହେଲେ କୌଣସି ବ୍ୟାଟର ତାହାକୁ ବଡ଼ ସ୍କୋରରେ ପରିଣତ କରିପାରି ନ ଥିଲେ। ଏଡେନ ମାରାକ୍ରମ ୩୦ (୫ ଚୌକା ଓ ୧ ଛକା), ରିଷଭ ପନ୍ତ ୧୮ (୨ ଚୌକା ଓ ୧ ଛକା), ନିକୋଲସ ପୁରନ ୧୯ (୨ ଛକା), ମୁକୁଲ ଚୌଧାରୀ ଓ ଅବଦୁଲ ସମଦ ୧୮ ଲେଖାଏ ରନ କରିଥିଲେ। ଗୁଜରାଟ ପକ୍ଷରୁ ପ୍ରସିଦ୍ଧ କ୍ରିଷ୍ଣା ୪ ଓ ଅଶୋକ ଶର୍ମା ୨ ଉଇକେଟ ନେଇଥିଲେ।

ଜବାବରେ ସାଇ ସୁଦର୍ଶନ ଏବଂ ଅଧିନାୟକ ଶୁବମନ ଗିଲ ଦଳ ପାଇଁ ୪୫ ରନ୍‌ ଯୋଡି ଥିଲେ। ସୁଦର୍ଶନ ୧୫ ରନ୍‌ କରି ଆଉଟ୍‌ ହେବା ପରେ ଗିଲ୍‌ ଏବଂ ତୃତୀୟ କ୍ରମରେ ଆସିଥିବା ବଟଲର ଦ୍ୱିତୀୟ ଉଇକେଟରେ ୮୪ ରନ୍‌ ଯୋଡ଼ି ଦଳର ବିଜୟ ନିଶ୍ଚିତ କରିଥିଲେ।

ଦୁଇ ବ୍ୟାଟର ଅର୍ଦ୍ଧଶତକ ପୂରଣ କରିବା ପରେ ପାଭିଲିଅନ ଫେରିଥିଲେ। ଗିଲ୍‌ ୪୦ ବଲରେ ୫୬ (୬ ଚୌକା ଓ ୧ ଛକା) ଓ ବଟଲର ୩୭ ବଲରେ ୬୦ (୧୧ ଚୌକା ଓ ୧ ଛକା) ରନ କରିଥିଲେ। ଏହାପରେ ଓ୍ବାଶିଂଟନ ସୁନ୍ଦର (୨୧ ରନ, ୨ ଚୌକା ଓ ୧ ଛକା) ଓ ରାହୁଲ ତଓ୍ବେତିଆ (୧୦ ରନ, ୧ ଚୌକା) ଦଳ ଲାଗି ଆବଶ୍ୟକ ରନ ସଂଗ୍ରହ କରି ନେଇଥିଲେ। ଫଳରେ ଗୁଜରାଟ ୧୮.୪ ଓଭରରେ ୩ ଉଇକେଟ ହରାଇ ୧୬୫ ରନ କରି ନେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଆଲର୍ଟ ଜାରି କଲା IMD, ଏସବୁ ଜିଲାରେ ପ୍ରବଳ ବର୍ଷା!

ନୂଆଦିଲ୍ଲୀ,୧୪।୪: ଭାରତୀୟ ପାଣିପାଗ ବିଭାଗର ମହାନିର୍ଦ୍ଦେଶକ ଡକ୍ଟର ଏମ. ମହାପାତ୍ର କହିଛନ୍ତି ଯେ ଚଳିତ ବର୍ଷ ମୋଟ ବର୍ଷା ସାଧାରଣ ହାରାହାରି ପ୍ରାୟ ୯୨ ପ୍ରତିଶତ ହେବ…

ସଞ୍ଜୁ ସାମସନଙ୍କୁ ICCର ସ୍ବତନ୍ତ୍ର ସମ୍ମାନ, ଜସପ୍ରିତ ବୁମରାହଙ୍କୁ ପଛରେ ପକାଇ ହାସଲ କଲେ ବଡ଼ ଉପଲବ୍ଧି

ନୂଆଦିଲ୍ଲୀ,୧୪।୪: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ ମାର୍ଚ୍ଚ ମାସ ପାଇଁ ସଞ୍ଜୁ ସାମସନଙ୍କୁ ପ୍ଲେୟର ଅଫ ଦ ମନ୍ଥ ଆଓ୍ବାର୍ଡରେ ସମ୍ମାନିତ କରିଛି। ୨୦୨୬ ଟି୨୦ ବିଶ୍ୱକପରେ ତାଙ୍କର…

ନିଆଁରେ ଚାଲିଲେ ମାନସିକଧାରୀ, ଦେଖିବାକୁ ହଜାର ହଜାର ଲୋକଙ୍କ ଭିଡ଼

ରିଷିଡା୧୪।୪(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡାସ୍ଥିତ ମା’ ତାରିଣୀ ଅଷ୍ଟ ଚଣ୍ଡୀ ଶୈବ ଶକ୍ତି ପୀଠରେ ଝାମୁଯାତ୍ରା ସୋମବାର ଅନୁଷ୍ଠିତ ହୋଇଯାଇଛି। ମା’ ତାରିଣୀ…

ନିର୍ୱାଚନ ପରେ ଏତେ ମହଙ୍ଗା ହେବ ପେଟ୍ରୋଲ ଦର! ଚମକାଇଲା ରିପୋର୍ଟ

ନୂଆଦିଲ୍ଲୀ,୧୪।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଭାରତୀୟ ତୈଳ କମ୍ପାନୀଗୁଡ଼ିକୁ ପ୍ରଭାବିତ କରିବା ଆରମ୍ଭ କରିଛି। ସରକାରୀ ତୈଳ କମ୍ପାନୀଗୁଡ଼ିକ ପାଇଁ, ପେଟ୍ରୋଲ ଏବଂ…

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଆସିଲା ନୀତୀଶଙ୍କ ପ୍ରତିକ୍ରିୟା, ଭାବପ୍ରବଣ ହୋଇ ଲେଖିଲେ ଏମିତି…

ପାଟନା,୧୪।୪: ନୀତୀଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ସେ ଲୋକଭବନ ଯାଇ ରାଜ୍ୟପାଳଙ୍କୁ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି। ତେବେ ନୀତୀଶଙ୍କ ଇସ୍ତଫା ପରେ ପାଟନାରୁ ଦିଲ୍ଲୀର…

ଯୁଦ୍ଧ ଉତ୍ତେଜନା ଭିତରେ ଭାରତ-ଚାଇନା ମୁହାଁମୁହିଁ, ସୀମାରେ ହଲଚଲ!

ନୂଆଦିଲ୍ଲୀ,୧୪।୪: ଅରୁଣାଚଳ ପ୍ରଦେଶର ସ୍ଥାନଗୁଡ଼ିକୁ କାଳ୍ପନିକ ନାମ ଦେବା ବିରୋଧରେ ଭାରତର ପ୍ରତିବାଦ ପରେ, ଚାଇନା ମଙ୍ଗଳବାର (୧୪ ଏପ୍ରିଲ, ୨୦୨୬) ଆଉ ଏକ ଆପତ୍ତିଜନକ ବିବୃତ୍ତି…

ପଶ୍ଚିମବଙ୍ଗକୁ ଚାଲାଣ ହେଉଥିଲା କେନ୍ଦୁ ଗଣ୍ଡି କାଠ, ଖବରପାଇ ଅଚାନକ ଚଢାଉ କଲା ବନବିଭାଗ, ମିଳିଲା ଏତେ ମୂଲ୍ୟର…

ବଲାଙ୍ଗୀର,୧୪।୪ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ଖଣ୍ଡ ବିଭାଗ ପକ୍ଷରୁ ସିନଖମନ ଗାଁ ନିକଟରେ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ମୂଲ୍ୟବାନ କେନ୍ଦୁ ଗଣ୍ଡି କାଠ…

ସରିଲା ମା’ ଦଣ୍ଡ କାଳୀଙ୍କ ୨୧ ଦିନିଆ ଯାତ୍ରା, ଅଗ୍ନି କୁଣ୍ଡରେ ଓଲଟା ଝୁଲିଲେ ପାଟ ଭୂକ୍ତା

ପୁରୁଷୋତ୍ତମପୁର,୧୪।୪(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ମା’ ଦଣ୍ଡ କାଳୀଙ୍କ ଯାତ୍ରା ମଙ୍ଗଳବାର ମେଷ ସଂକ୍ରାନ୍ତି ବା ମେରୁ ଯାତ୍ରାରେ ଉଦ୍‌ଯାପିତ ହୋଇଛି । ଏନେଇ ପୁରୁଷୋତ୍ତମପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri