Posted inଖେଳ

ଦ୍ୱିତୀୟକୁ ଉଠିଲା ଗୁଜରାଟ

ଜୟପୁର,୯ା୫: ଅଧିନାୟକ ଶୁବମନ ଗିଲ୍‌ ଓ ସାଇ ସୁଦର୍ଶନଙ୍କ ଶତକୀୟ ଭାଗୀଦାରି ପରେ ରଶିଦ ଖାନଙ୍କ ୪ ଉଇକେଟ ସଫଳତା ବଳରେ ଶନିବାର ଅନୁଷ୍ଠିତ ଆଇପିଏଲ୍‌ ମ୍ୟାଚ୍‌ରେ ଗୁଜରାଟ ଟାଇଟନ୍ସ ୭୭ ରନରେ ରାଜସ୍ଥାନ ରୟାଲ୍ସକୁ ପରାସ୍ତ କରିଛି। ଏହି ବିଜୟ ସହ ଗୁଜରାଟ ପଏଣ୍ଟ ଟେବଲୁରେ ୧୧ ମ୍ୟାଚ୍‌ରେ ୧୪ ପଏଣ୍ଟ ସହ ଦ୍ୱିତୀୟ ସ୍ଥାନକୁ ଉଠିଛି। ଅନ୍ୟପକ୍ଷରେ ରାଜସ୍ଥାନ ପଞ୍ଚକୁ ସ୍ଥାନକୁ ଖସିଛି।

ଜୋଫ୍ରା ଆର୍ଚ୍ଚରଙ୍କର ୧୧ ବଲ ବିଶିଷ୍ଟ ଓଭର ସହ ମ୍ୟାଚ୍‌ ଆରମ୍ଭ ହୋଇଥିଲା, ଯାହାକି ଆଇପିଏଲ୍‌ ଇତିହାସର ଯୁଗ୍ମ ସବୁଠୁ ଲମ୍ବା ଓଭର। ସୁଦର୍ଶନ ଓ ଗିଲ୍‌ ଆଟାକିଂ ବ୍ୟାଟିଂ କରି ପ୍ରଥମ ୬ ଓଭରରେ ଗୁଜରାଟର ସ୍କୋରକୁ ୮୨ ରନରେ ପହଞ୍ଚାଇଥିଲେ, ଯାହାକି ଆଇପିଏଲ୍‌ ଇତିହାସରେ ଦଳର ଯୁଗ୍ମ ସର୍ବାଧିକ ପାଓ୍ବାରପ୍ଲେ ସ୍କୋର। ଦୁହେଁ ଅର୍ଦ୍ଧଶତକ ପୂରଣ କରିବା ସହ ୧୦.୫ ଓଭରରେ ୧୧୮ ରନ କରିଥିଲେ। ଦୁଇ ବ୍ୟାଟରଙ୍କ ଲାଗି ଏହା ଆଇପିଏଲ୍‌ରେ ନବମ ଶତକୀୟ ପାର୍ଟନରଶିପ୍‌ ଥିଲା। ସୁଦର୍ଶନ ୩୬ ବଲରେ ୫୫ (୪ ଚୌକା ଓ ୨ ଛକା) ରନ କରି ଆଉଟ୍‌ ହୋଇଥିବା ବେଳେ ନଂ.୩ରେ ଆସିଥିବା ଜୋଶ ବଟଲର (୧୩) ବିଫଳ ହୋଇଥିଲେ। କିନ୍ତୁ ଦଳୀୟ ସ୍କୋରକୁ ୧୯୦ ପାଖାପାଖି ପହଞ୍ଚାଇବା ପରେ ଗିଲ୍‌ (୮୪ ରନ, ୪୪ ବଲ, ୯ ଚୌକା ଓ ୩ ଛକା) ବଡ଼ ଶଟ୍‌ ଖେଳିବାକୁ ଯାଇ ଉଇକେଟ ହରାଇଥିଲେ।

ଶେଷ ଆଡ଼କୁ ଓ୍ବାଶିଂଟନ ସୁନ୍ଦର ୨୦ ବଲରେ ୩୭ (୨ ଚୌକା ଓ ୩ ଛକା) ଓ ରାହୁଲ ଟଓ୍ବୋଟିଆ ୪ ବଲରେ ୧୪ (୨ ଛକା) ରନ କରି ଦଳୀୟ ସ୍କୋରକୁ ୨୨୯/୪ରେ ପହଞ୍ଚାଇଥିଲେ। ଜବାବରେ କ୍ରମାଗତ ବ୍ୟବଧାନରେ ଉଇକେଟ ହରାଇ ରାଜସ୍ଥାନ ୧୬.୩ ଓଭରରେ ୧୫୨ ରନରେ ଅଲଆଉଟ୍‌ ହୋଇଯାଇଥିଲା। ବୈଭବ ସୂର୍ଯ୍ୟବଂଶୀ (୩୬ ରନ,୧୬ ବଲ, ୩ ଲେଖାଏ ଚୌକା ଓ ଛକା) ଓ ରବୀନ୍ଦ୍ର ଜାଡେଜା (୩୮ ରନ, ୨୫ ବଲ, ୩ ଚୌକା ଓ ୨ ଛକା)ଙ୍କୁ ଛାଡ଼ି ଦେଲେ ଅନ୍ୟ କେହି କ୍ରିଜ୍‌ରେ ଅଧିକ ସମୟ ତିଷ୍ଟି ପାରି ନ ଥିଲେ। ଗୁଜରାଟ ପାଇଁ ରଶିଦ ୪, ଜାସନ ହୋଲ୍ଡର ୩ ଓ କାଗିସୋ ରାବାଡା ୨ ହାତେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨ କିଲୋମିଟର ଘୋଷାଡ଼ି ନେଲା ପିକଅପ୍: ଅତାବିରାରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ଜଳଖିଆ ବ୍ୟବସାୟୀଙ୍କ ଜୀବନ

ଅତାବିରା, ୨୨।୯(ଯୁଧିଷ୍ଠିର ମହାପାତ୍ର): ସମ୍ବଲପୁର-ବରଗଡ଼ ୫୩ ନମ୍ବର ଜାତୀୟ ରାଜପଥର ଅତାବିରାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତ…

ସୁବଳୟା ମହାନଦୀରୁ ଦୁଇ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଗଞ୍ଜେଇ ମାଫିଆ ହୋଇଥିବା ସନ୍ଦେହ, ପରିଚୟ ଖୋଜୁଛି…

ଅମରପାଲି, ୨୨।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଅପରାହ୍ନରେ ଦୁଇଜଣ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

କଳାହାଣ୍ଡିରେ ଲଗାଣ ବର୍ଷାର ତାଣ୍ଡବ: କାଲି ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି, ୨୫ ଯାଏ ସରକାରୀ କର୍ମଚାରୀଙ୍କ…

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ମଙ୍ଗଳବାର ସକାଳୁ ଘଡ଼ଘଡ଼ି ଓ ବିଜୁଳି…

ଦିଗପହଣ୍ଡିରେ ଲଗାଣ ବର୍ଷା: ଘୋଡ଼ାହାଡ଼ ନଦୀକୂଳିଆ ଗ୍ରାମବାସୀଙ୍କୁ ଆଲର୍ଟ, ଯେକୌଣସି ମୁହୂର୍ତ୍ତରେ ଖୋଲିପାରେ ଡ୍ୟାମ୍ ଗେଟ୍

ଦିଗପହଣ୍ଡି,୨୨।୯(ଅଶେଷ ନାଥ ମିଶ୍ର): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ଘୂର୍ଣ୍ଣିବଳୟରେ ପରିଣତ ହେବା ଫଳରେ ଦିଗପହଣ୍ଡି ଅଞ୍ଚଳରେ ମଙ୍ଗଳବାର ସକାଳୁ ଅବିଶ୍ରାନ୍ତ ବର୍ଷା…

ରାହୁ-ଚନ୍ଦ୍ରଙ୍କ ଭାରି ଖରାପ ଯୋଗ: ୩ରାଶିରେ ଘଟିବ ଅଶୁଭ, ପାଖରୁ ସରିଯିବ ସବୁ ଟଙ୍କା

ଜ୍ୟୋତିଷ ଶାସ୍ତ୍ରରେ ସମୟ ସମୟରେ ଗ୍ରହମାନଙ୍କ ଯୁତି ଯୋଗୁଁ ଅନେକ ଶୁଭ ତଥା ଅଶୁଭ ଯୋଗ ସୃଷ୍ଟି ହୋଇଥାଏ। ଜ୍ୟୋତିଷରେ ରାହୁ ଏବଂ ଚନ୍ଦ୍ରଙ୍କ ଯୁତିରୁ ‘ଗ୍ରହଣ…

ନୂଆପଡ଼ାରେ ଲଜ୍ଜା, ନାବାଳିକାଙ୍କୁ ଟେକି ନେଇ ବଳାତ୍କାର

ନୂଆପଡ଼ା,୨୨ା୯(ମକାରୁ ବେମାଲ): ନୂଆପଡ଼ା ଜିଲା ବେଲଟୁକୁରି ଥାନା ଅଞ୍ଚଳରେ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ପୋଲିସ ମଙ୍ଗଳବାର ସମ୍ପୃକ୍ତ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ଭାଲେଶ୍ୱର ପଞ୍ଚାୟତ…

ବାତ୍ୟା ମୁକାବିଲା ପାଇଁ ପ୍ରଶାସନ ପ୍ରସ୍ତୁତ: ଜିଲାପାଳ

ରାୟଗଡ଼ା,୨୨।୯(ଜଗନ୍ନାଥ ଗୌଡ଼): ସମ୍ଭାବ୍ୟ ବାତ୍ୟାକୁ ନେଇ ରାୟଗଡା ଜିଲା ପ୍ରଶାସନ ସଜାଗ ରହିଛି। ବାତ୍ୟା ମୁକାବିଲା କରିବା ସହ ଯେକୌଣସି ପରିସ୍ଥିତିରେ ଉଦ୍ଧାର ଓ ରିଲିଫ କାର୍ଯ୍ୟକୁ…

ସମ୍ଭାବ୍ୟ ବାତ୍ୟା ପ୍ରଭାବରେ କୋରାପୁଟରେ ପ୍ରବଳ ବର୍ଷା: ଜିଲାରେ ସବୁ ସ୍କୁଲ୍ ୨ ଦିନ ବନ୍ଦ, ସେମିଳିଗୁଡ଼ାରେ…

କୋରାପୁଟ,୨୨।୯(ଅମିତାଭ ବେହେରା): ସମ୍ଭାବ୍ୟ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ମଙ୍ଗଳବାର ଦିନତମାମ ପ୍ରବଳ ବର୍ଷା ଜାରି ରହିଛି। ସକାଳ ୮ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଜିଲାର ୧୪ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?