ଜିଟିର ସହଜ ବିଜୟ…

ମୁମ୍ବାଇ, ୩୦।୪ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣର ୪୩ ତମ ମ୍ୟାଚ୍‌ରେ ଶନିବାର ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍‌ସିବି) ବିପକ୍ଷରେ ଗୁଜରାଟ ଟାଇଟନ୍ସ(ଜିଟି) ବିଜୟୀ ହୋଇଛି।

ଧାର୍ଯ୍ୟ ୧୭୧ ରନ୍‌ ରପିଛା କରି ଜିଟି ୧୯.୩ ଓଭରରେ ୪ ଓ୍ବିକେଟ ହରାଇ ୧୭୪ ରନ୍‌ ହାସଲ କରିଥିଲା। ମହାରାଷ୍ଟ୍ର ମୁମ୍ବାଇର ବ୍ରେବୋର୍ନ ଷ୍ଟାଡିୟମ୍‌ରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ଆରସିବି ପକ୍ଷରୁ ଅଧିନାୟକ ଫାଫ ଡୁ ପ୍ଲେସିସ ଟସ ଜିଣିବା ପରେ ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଜିଟିର ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱରେ ଟିମ୍‌ ବୋଲିଂ ଆରମ୍ଭ କରିଥିଲେ।
ଜିଟି ପକ୍ଷରୁ ରିଦ୍ଧିମାନ ଶାହା ୨୨ ବଲ୍‌ରେ ୨୯ ରନ୍‌ କରିଥିବାବେଳେ ଶୁବନାମ୍‌ ଗିଲ୍‌ ୨୮ ବଲ୍‌ରେ ୩୧ ରନ୍‌ କରିଥିଲେ। ସେହିପରି ଶାଇ ସୁଦର୍ଶନ ୧୪ ବଲ୍‌ରେ ୨୦ ରନ୍‌ କରିଥିଲେ। ଡେଭିଡ୍‌ ମିଲର ୨୪ ବଲ୍‌ରେ ୩୯ ରନ୍‌ ଏବଂ ରାହୁଲ ତଓ୍ବୋତିଆ ୨୫ ବଲ୍‌ରେ ୪୩ ରନ୍‌ କରିଥିଲେ।

ନିର୍ଦ୍ଧାରିତ ୨୦ ଓଭରରେ ଆର୍‌ସିବି ୬ ଓ୍ବିକେଟ ହରାଇ ୧୭୦ ରନ୍‌ କରିଥିଲା। ଫଳରେ ଜିଟି ପାଇଁ ବିଜୟ ଲକ୍ଷ୍ୟ ୧୭୧ ରନ୍‌ ରହିଥିଲା।
ଆର୍‌ସିବି ପକ୍ଷରୁ ବିରାଟ କୋହଲି ୫୩ ବଲ୍‌ରେ ୫୮ ରନ୍‌ କରିଥିବାବେଳେ ଅଧିନାୟକ ଫାଫ ଡୁ ପ୍ଲେସିସ୍‌ ଖାତା ଖୋଲି ପାରି ନ ଥିଲେ। ରଜତ ପଟିସାର ୩୨ ରନ୍‌ରେ ୫୨ ରନ୍‌ କରିଥିଲେ। ସେହିପରି ଗ୍ଲେନ୍‌ ମ୍ୟାକ୍ସଓ୍ବେଲ ୧୮ ବଲ୍‌ରେ ୩୩ ରନ୍‌ ଏବଂ ଦିନେଶ କାର୍ତ୍ତିକ ୩ ବଲ୍‌ରେ ୨ ରନ୍‌ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କୁ ପୁଣି ମିଳିବନି ସୁଯୋଗ? ଡେବ୍ୟୁକୁ ନେଇ ଏ କ’ଣ କହିଦେଲେ ଅଧିନାୟକ

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍‌ରେ ଆଶ୍ଚର୍ଯ୍ୟଜନକ ପରାଜୟ ପରେ ଭାରତୀୟ ଦଳର ବ୍ୟାଟିଂ ଲାଇନ୍-ଅପ୍‌କୁ ନେଇ ଅନେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ବିଶେଷ କରି ଚମତ୍କାର…

ବରଗଡ଼ ଆସିବେ ଅମିତ୍ ଶାହା: ୨ଜି ଇଥାନଲ ପ୍ଲାଣ୍ଟର କରିବେ ଉଦଘାଟନ, ଗସ୍ତ ପୂର୍ବରୁ ପ୍ରଶାସନ ତତ୍ପର

ବରଗଡ଼,୩୦।୬(ପ୍ରେମାନନ୍ଦ ଖମାରୀ)- ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହା ଆସନ୍ତା ଜୁଲାଇ ମାସ ୪ତାରିଖ ବରଗଡ଼ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତରେ ଆସି ସେ ଭଟଲି…

ଥୁଆମୂଳ ରାମପୁରରେ ଦୁର୍ଘଟଣା: ଗୁରୁତରଙ୍କୁ ମିଳିଲାନି ଆମ୍ବୁଲାନ୍ସ, ବେସରକାରୀ ଗାଡ଼ିରେ ମେଡିକାଲ ସ୍ଥାନାନ୍ତର, ବଢ଼ିଲା ଅସନ୍ତୋଷ

ଥୁଆମୂଳ ରାମପୁର, ୩୦।୬ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା ସଦର ସ୍ଥିତ ତାଳବନ୍ଧ ପଡ଼ା ଓ କାଲି ମନ୍ଦିର ପଡ଼ା ମଝିରେ ଥିବା ଦୁଇଟି ବନ୍ଧ…

ବିଶ୍ୱକପ୍‌ରୁ ବିଦାୟ ନେବା ପରେ ମୁହିଁ ଖୋଲିଲେ ଅଧିନାୟକ, କହିଲେ…

ଫକ୍ସବରୋ,୩୦ା୬: କ୍ରମାଗତ ତୃତୀୟଥର ପାଇଁ ଜର୍ମାନୀ ବିଶ୍ୱକପ୍‌ର ପ୍ରାରମ୍ଭିକ ପର୍ଯ୍ୟାୟରୁ ବିଦାୟ ନେଇଛି। ଏଥର ଦଳ ପେନାଲ୍ଟି ଶୁଟ୍‌ଆଉଟ୍‌ରେ ପାରାଗୁଏଠାରୁ ଲଜ୍ଜାଜନକ ପରାଜୟ ବରଣ କରିଛନ୍ତି। ଦକ୍ଷିଣ…

ଟ୍ରମ୍ପଙ୍କୁ ବଡ଼ ଝଟ୍‌କା: ଜନ୍ମଗତ ନାଗରିକତା ଉପରେ ରୋକ ଲଗାଇବା ଆବେଦନକୁ ଖାରଜ କଲେ US ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩୦।୬: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଏକ ବଡ଼ ଝଟ୍‌କା ଦେଇ ଆମେରିକା (US) ସୁପ୍ରିମକୋର୍ଟ ମଙ୍ଗଳବାର ଦିନ ୟୁନାଇଟେଡ୍ ଷ୍ଟେଟ୍ସରେ ‘ଜନ୍ମଗତ ନାଗରିକତା’ (ବର୍ଥରାଇଟ୍ ସିଟିଜନସିପ୍) ଉପରେ…

ଦେଶରେ ଛୁଟି ଘୋଷଣା କଲେ ରାଷ୍ଟ୍ରପତି, କାହିଁକି ଜାଣନ୍ତୁ…

ଆସୁନସିଅନ,୩୦ା୬: ଫିଫା ବିଶ୍ୱକପ୍‌ର ରାଉଣ୍ଡ ଅଫ୍‌-୩୨ ମ୍ୟାଚ୍‌ରେ ଜର୍ମାନୀକୁ ପରାସ୍ତ କରି ପାରାଗୁଏ ବିପର୍ଯ୍ୟୟ ଘଟାଇବା ପରେ ଦେଶରେ ଛୁଟି ଘୋଷଣା କରାଯାଇଛି। ଆଧୁନିକ ବିଶ୍ୱକପ୍‌ ଇତିହାସରେ…

ଫରେଷ୍ଟ ଗାଡ଼ି-ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା, ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଧାମନଗର ରେଞ୍ଜର

ଧାମନଗର, ୩୦।୬ (ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଅଞ୍ଚଳରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଯାଇଛି। ଧାମନଗର ଥାନା ଅଧୀନ ୧୬ ନମ୍ବର ଜାତୀୟ…

ବଡ଼ ଅଘଟଣ:  ସ୍କୁଲ ବସ୍‌ ଉପରେ ଭାଙ୍ଗି ପଡ଼ିଲା ବିଶାଳ ଗଛ, ଜଣେ ଛାତ୍ର ମୃତ, ୪ ଗୁରୁତର…

ମୁମ୍ବାଇ,୩୦।୬: ମୁମ୍ବାଇରେ କ୍ରମାଗତ ଭାବେ ହେଉଥିବା ପ୍ରବଳ ବର୍ଷା ମଧ୍ୟରେ ମଙ୍ଗଳବାର ମଧ୍ୟାହ୍ନରେ ଚେମ୍ବୁର ଅଞ୍ଚଳରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଚେମ୍ବୁରର ରୋଡ ନମ୍ବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri