ଜେଜେଙ୍କୁ ଖୋଜୁଛି ଗୁଆନ, ଯେତେ ଡାକିଲେ ବି କାହିଁକି ଉଠୁନାହାନ୍ତି

ଭୁବନେଶ୍ୱର,୨୮।୨: ପଞ୍ଚଭୂତରେ ଲୀନ ହୋଇସାରିଲେଣି ଭେଟେରାନ ଅଭିନେତା ଉତ୍ତମ ମହାନ୍ତି। ହେଲେ ଜେଜେଙ୍କୁ ଖୋଜୁଛନ୍ତି ନାତି ତଥା ବାବୁସାନ୍‌ଙ୍କ ପୁଅ ଗୁଆନ। ଘର ଆଗରେ ଏତେ ଲୋକ, ଟଙ୍ଗା ଯାଇଛି ଜେଜେଙ୍କ ବଡ଼ ଫଟୋ। ଆଉ ଫୁଲରେ ସଜେଇ ହୋଇ ଶୋଇଯାଇଛନ୍ତି ଜେଜେ। ଯେତେ ଡାକିଲେ ବି ଉଠୁ ନାହାନ୍ତି । ଏପଟେ ବାବୁସାନ ମା’ ତୃପ୍ତି ନିଜ କୋହକୁ ଲୁଚାଇ ଗୁଆନଙ୍କୁ ବୁଝାଇବାରେ ବ୍ୟସ୍ତ ଅଭିନୟ କରୁଛନ୍ତି ଜେଜେ ଶୀଘ୍ର ଉଠିଆସିବେ।

ସୂଚନାଯୋଗ୍ୟ, ଦିଲ୍ଲୀସ୍ଥିତ ମେଦାନ୍ତ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଗୁରୁବାର ରାତିରେ ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତିଙ୍କ ପରଲୋକ ଘଟିଥିଲା। କିଛିଦିନ ହେଲା ସେ ଲିଭର ସିରୋସିସ ରୋଗରେ ପୀଡିତ ଥିଲେ। ୬୬ବର୍ଷ ବୟସରେ ସେ ଶେଷନିଃଶ୍ବାସ ତ୍ୟାଗ କରିଛନ୍ତି।

ଭେଟେରାନ ଅଭିନେତା ଉତ୍ତମ ମହାନ୍ତି କିଛିଦିନ ତଳେ ଗୁରୁତର ହୋଇ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ତାଙ୍କୁ ଭର୍ତ୍ତି କରାଯାଇଥିଲା। ସେ ଆଇସିୟୁରେ ଚିକିତ୍ସିତ ହେଉଥିଲେ ହଠାତ୍‌ ତାଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡି ଯିବା ପରେ ଦିଲ୍ଲୀର ମେଦାନ୍ତ ହସ୍ପିଟାଲକୁ ଏୟାରଲିଫ୍ଟ କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ଘଟିଛି।

୭୦ ଦଶକରେ ନିଜ ଅଭିନୟ ମାଧ୍ୟମରେ ଘରେ ଘରେ ପରିଚୟ ସୃଷ୍ଟି କରିଥିଲେ ଉତ୍ତମ ମହାନ୍ତି। ୧୯୭୭ରେ ପ୍ରଥମ ସିନେମା ‘ଅଭିମାନ’ରୁ କ୍ୟାରିୟର ଆରମ୍ଭ କରିଥିଲେ ସେ। ଓଡ଼ିଆ, ବଙ୍ଗଳା ଓ ହିନ୍ଦୀ ସିନେମାରେ ଅଭିନୟ କରିଥିଲେ ଉତ୍ତମ। ଏପରି କି ନିଖୁଣ ଅଭିନୟ ଲାଗି ସେ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର, ଜୟଦେବ ପୁରସ୍କାର ଭଳି ଅନେକ ପୁରସ୍କାର ପାଇଥିଲେ। ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୫ ଶ୍ରେଣୀ ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ: ବାନ୍ଧିଲା ପୋଲିସ

ବାରିପଦା,୨୭ା୧୨: ଜଣେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ଜଣେ ଶିକ୍ଷକ। ଏପରି ଏକ ନିନ୍ଦନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲା-ଝାରପୋଖରିଆ ଥାନା...

World Richest Indian-Origin: ବିଶ୍ୱର ସବଠାରୁ ଧନୀ ଭାରତୀୟ ମୂଳ ବାସିନ୍ଦା CEO ହେଲେ ଜୟଶ୍ରୀ ଉଲ୍ଲାଲ,ପଛରେ ରହିଗଲେ…

ନୂଆଦିଲ୍ଲୀ,୨୭।୧୨: ବହୁ ବର୍ଷ ଧରି, ଯେତେବେଳେ ବି ବିଶ୍ୱ ଟେକ ଇଣ୍ଡଷ୍ଟ୍ରି ବା ଶିଳ୍ପ ସବୁଠାରୁ ଧନୀ ଭାରତୀୟ ବଂଶୋଦ୍ଭବ ସିଇଓଙ୍କ ବିଷୟରେ ଆଲୋଚନା କରୁଥିଲା,...

ସଲମାନଙ୍କ ଜନ୍ମଦିନରେ ଏମିତି କହି ଶୁଭେଚ୍ଛା ଜଣାଇଲେ କ୍ୟାଟ୍ରିନା

ବଲିଉଡ ସୁପରଷ୍ଟାର ସଲମାନ ଖାନ ୬୦ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ ତାଙ୍କୁ ଅଭିନନ୍ଦନର ସୁଅ ଛୁଟିବାରେ ଲାଗିଛି। ଅନେକ ବଲିଉଡ ସେଲିବ୍ରିଟି ମଧ୍ୟ...

କେମିତି, କାହିଁକି ହୋଇଥିଲା ମାତା ଗାନ୍ଧାରୀଙ୍କର ଶହେ ପୁତ୍ର, ଜାଣନ୍ତୁ କୌରବଙ୍କ ରହସ୍ୟମୟ କାହାଣୀ…

ଦ୍ୱାପର ଯୁଗରେ, ପାଣ୍ଡବ ଏବଂ କୌରବମାନଙ୍କ ମଧ୍ୟରେ ଏକ ଯୁଦ୍ଧ ହୋଇଥିଲା। ଏହି ଧର୍ମୀୟ ଯୁଦ୍ଧରେ ପାଣ୍ଡବମାନେ ବିଜୟୀ ହୋଇଥିଲେ। ମହାଭାରତରେ ମଧ୍ୟ ଅନେକ କାହାଣୀ...

୨୦୨୬ରେ ବନ୍ଦ ହୋଇଯିବ ଏସବୁ ସରକାରୀ ବ୍ୟାଙ୍କ୍‌! ଆକାଉଣ୍ଟ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୨୭।୧୨: କେନ୍ଦ୍ର ସରକାର ଏବେ ସାର୍ୱଜନୀନ କ୍ଷେତ୍ର ବ୍ୟାଙ୍କ (PSU ବ୍ୟାଙ୍କ)ର ପ୍ରତିଛବି ଏବଂ ଭାଗ୍ୟ ଉଭୟକୁ ପରିବର୍ତ୍ତନ କରିବାକୁ ପ୍ରସ୍ତୁତ ହେଉଛନ୍ତି। ରିପୋର୍ଟ ଅନୁଯାୟୀ,...

ଅଜବ ସହର,ଯେଉଁଠି ଚପଲ ପିନ୍ଧି ଗାଡ଼ି ଚଲାଇବା ମନା

ନୂଆଦିଲ୍ଲୀ,୨୭।୧୨: ବିଦେଶ ଭ୍ରମଣର ସ୍ବପ୍ନ ଦେଖିବା ସମୟରେ ଲୋକମାନେ ପ୍ରାୟତଃ ସୁନ୍ଦର ବେଳାଭୂମି, ଐତିହାସିକ ରାସ୍ତା ଏବଂ ଖୋଲା ସ୍ବାଧୀନତା କଥା ଭାବନ୍ତି। କିନ୍ତୁ ଯଦି...

ମହିଳାଙ୍କୁ ICMRର ଚେତାବନୀ, ସ୍ତନ କର୍କଟ ପାଇଁ କେବଳ…

ନୂଆଦିଲ୍ଲୀ,୨୭।୧୨: ଭାରତରେ ସ୍ତନ କର୍କଟ ରୋଗୀଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ICMR ର ଏକ ଅଧ୍ୟୟନ ଅନୁଯାୟୀ, ନିରାମିଷ ଖାଦ୍ୟ, ଖରାପ ନିଦ୍ରା...

ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ୍‌ସେବା, ମାଗଣାରେ ପିଲାଙ୍କୁ ମିଳିବ…

ଭୁବନେଶ୍ୱର,୨୭ା୧୨: ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ ସେବା ବା ଏମ୍‌ବିଏସ୍‌। ଏନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ବିଦ୍ୟାଳୟ ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri