ୟୁଏଇରେ ମୋଦିଙ୍କୁ ଗାର୍ଡ ଅଫ୍‌ ଅନର: ଶୁଭିଲା ମୋଦି-ମୋଦି ନାରା

ଆବୁଧାବି,୧୪।୨:ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ) ଗସ୍ତରେ ଯାଇଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେଠାର ରାଷ୍ଟ୍ରପତି ଶେଖ୍‌ ମହମ୍ମଦ ବିନ୍‌ ଜୟେଦ ଅଲ୍‌ ନହ୍ୟାନଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ଏହି ଅବସରରେ ସେମାନେ ରଣନୀତିକ ସହଭାଗିତାର ସମୀକ୍ଷା କରିବା ସହ ବିଭିନ୍ନ କ୍ଷେତ୍ରରେ ସହଯୋଗ ନେଇ ଆଲୋଚନା କରିଥିଲେ। ଉଭୟ ନେତାଙ୍କ ଉପସ୍ଥିତିରେ ଦ୍ୱିପାକ୍ଷିକ ପୁଞ୍ଜିନିବେଶ ଚୁକ୍ତି ସମେତ ଏକାଧିକ ଚୁକ୍ତିନାମା ସ୍ବାକ୍ଷରିତ ହୋଇଛି।
ବିମାନବନ୍ଦରରେ ମୋଦି ପହଞ୍ଚତ୍ବା ପରେ ରାଷ୍ଟ୍ରପତି ମହମ୍ମଦ ବିନ୍‌ ଜୟେଦ ତାଙ୍କୁ ଭବ୍ୟ ସ୍ବାଗତ କରିଥିଲେ। ପରେ ମୋଦିଙ୍କୁ ଗାର୍ଡ ଅଫ୍‌ ଅନର ଦିଆଯାଇଥିଲା। ଭାରତ-ୟୁଏଇ ବନ୍ଧୁତା ଅଧିକରୁ ଅଧିକ ସୁଦୃଢ଼ ହେଉଛି। ଏହାଦ୍ୱାରା ଆମ ଲୋକମାନେ ବେଶ୍‌ ଲାଭ ପାଇବେ ବୋଲି ମୋଦି ଏକ୍ସ’ରେ ପୋଷ୍ଟ କରିଛନ୍ତି। ଆଆଇଟି ଦିଲ୍ଲୀ-ଆବୁଧାବି କ୍ୟାମ୍ପସ୍‌ରେ ପ୍ରଥମ ବ୍ୟାଚ୍‌ ଛାତ୍ରୀଛାତ୍ରଙ୍କ ସହ ପ୍ରଧାନମନ୍ତ୍ରୀ କଥା ହେବା ସହ ଦୁଇଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କର ଏହା ଏକ ନୂଆ ଅଧ୍ୟାୟ ବୋଲି କହିଥିଲେ। ଏହା ଦୁଇଦେଶର ଛାତ୍ରୀଛାତ୍ରଙ୍କୁ ଏକାଠି କରିଛି। ଆବୁଧାବିରେ ଆଇଆଇଟି ଦିଲ୍ଲୀ କ୍ୟାମ୍ପସ୍‌ ଖୋଲିବା ପାଇଁ ୨୦୨୨ ଫେବୃଆରୀରେ ନିଷ୍ପତ୍ତି ହୋଇଥିଲା। ଏହି ଅବସରରେ ପ୍ରଧାନମନ୍ତ୍ରୀ ଆବୁଧାବିରେ ପ୍ରବାସୀ ଭାରତୀୟମାନଙ୍କୁ ଭେଟିବା ସହ ସେମାନଙ୍କ ପାଇଁ ଦେଶ ଗର୍ବିତ ବୋଲି କହିଛନ୍ତି। ଜୟେଦ ସ୍ପୋଟର୍‌ସ ସିଟି ଷ୍ଟାଡିୟମରେ ଆୟୋଜିତ ‘ଅହଲାନ ମୋଦି’ କାର୍ଯ୍ୟକ୍ରମରେ ଉପସ୍ଥିତ ହଜାର ହଜାର ପ୍ରବାସୀ ଭାରତୀୟ ମୋଦିଙ୍କୁ ‘ନମସ୍କାର’ ଏବଂ‘ ମୋଦି ମୋଦି’ କହି ଅଭିନନ୍ଦନ ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

OJEE ପାଇଁ ଆରମ୍ଭ ହେଲା ଆବେଦନ: ମେ’ ୪ରୁ ପରୀକ୍ଷା, ଜାଣନ୍ତୁ ସବିଶେଷ…

ଭୁବନେଶ୍ୱର,୨୮ା୧(ସୁଚିସ୍ମିତା ସାହୁ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)- ୨୦୨୬ ପାଇଁ ବୁଧବାରଠାରୁ ଆବେଦନ ଆରମ୍ଭ ହୋଇଛି। ମାର୍ଚ୍ଚ ୨୨ ଆବେଦନର ଶେଷ ତାରିଖ ରହିଛି। ଏପ୍ରିଲରେ…

ମୟୂରଭଞ୍ଜରେ ହେବ ପାଇଲଟ୍ ପ୍ରଶିକ୍ଷଣ, ବ୍ରହ୍ମପୁରରେ ଡ୍ରୋନ୍ ସେଣ୍ଟର

ଭୁବନେଶ୍ୱର,୨୮ା୧: ହାଇଦ୍ରାବାଦରେ ଚାଲିଥିବା ଏସିଆର ସବୁଠାରୁ ବଡ଼ ବେସାମରିକ ବିମାନ ଚଳାଚଳ ପ୍ରଦର୍ଶନୀ ‘ୱିଙ୍ଗସ ଇଣ୍ଡିଆ ୨୦୨୬’ ଅବସରରେ ଓଡ଼ିଶା ସରକାର ଦୁଇଟି ଗୁରୁତ୍ୱପୂର୍ଣ୍ଣ ବୁଝାମଣାପତ୍ର (MoU)…

ଦୁଷ୍କର୍ମ ମାମଲାରେ ଫେରାର୍ ଅଭିଯୁକ୍ତଙ୍କ ଆତ୍ମସମର୍ପଣ, ଅଙ୍ଗନବାଡି କର୍ମୀଙ୍କୁ….

ପାରଳାଖେମୁଣ୍ଡି,୨୮ା୧(ଗିରିଧାରୀ ପରିଛା) :ଗଜପତି ଜିଲା ଗୋଷାଣି ବ୍ଲକର ମଧୁସୁଦନପୁର ପଞ୍ଚାୟତର ସମିତି ସଭ୍ଯ ଆର. ବାସୁଦେବ ରାଓ ଜିଲା ନ୍ଯାୟାଳୟରେ ମଙ୍ଗଳବାର ଆତ୍ମସମର୍ପଣ କରିଛନ୍ତି । ଏନେଇ…

ବିଏମ୍‌ସିର ଚେତାବନୀ, ଓମଫେଡ୍‌ ବୁଥରେ ଗୁଟ୍‌ଖା ବିକିଲେ…

ଭୁବନେଶ୍ୱର,୨୮ା୧: ଗୁଟ୍‌ଖାକୁ ନେଇ ପ୍ରଶାସନର ବଡ଼ ନିଷ୍ପତ୍ତି । ଜୋରଦାର ହେବ ଗୁଟ୍‌ଖା ଏନଫୋର୍ସମେଣ୍ଟ ଡ୍ରାଇଭ୍‌ । ଭେଣ୍ଡିଂ ଜୋନ୍, ଓମଫେଡ୍‌ ବୁଥରେ ଗୁଟ୍‌ଖା ବିକିଲେ ଆକ୍ସନ…

ରାୟଗଡ଼ାରେ ବନ୍ଦ ପ୍ରଭାବ ଶୂନ: ନେତାଙ୍କ ଦେଖା ମିଳିଲାନି, ଖୋଲା ରହିଲା…

ରାୟଗଡା,୨୮।୧(ଆଶିଷ ରଞ୍ଜନ ପଣ୍ଡା)- ନବ ନିର୍ମାଣ କୃଷକ ସଂଗଠନ ଦ୍ବାରା ଡକାଯାଇଥିବା ଓଡିଶା ବନ୍ଦ ଡାକରା ରାୟଗଡା ଜିଲାରେ  ପ୍ରଭାବହୀନ ହୋଇଥିବା ଦେଖିବାକୁ ମିଳିଛି । ରାୟଗଡା…

ସରକାରୀ ଚାକିରି ଆବେଦନରେ ତୃତୀୟ ଲିଙ୍ଗ ରହୁ, ସରକାରଙ୍କୁ OHRCଙ୍କ ସୁପାରିସ୍‌

ଭୁବନେଶ୍ୱର,୨୮ା୧: ସରକାରୀ ଚାକିରି ଆବେଦନରେ ତୃତୀୟ ଲିଙ୍ଗୀଙ୍କ ବିକଳ୍ପ ରଖିବା ପାଇଁ ରାଜ୍ୟ ସରକାରଙ୍କୁ ସୁପାରିସ କଲେ OHRC(ଓଡ଼ିଶା ମାନବ ଅଧିକାର ଆୟୋଗ) । ତୃତୀୟ ଲିଙ୍ଗ ବା…

ରାୟଗଡା ସହରରେ ଜଣ୍ଡିସ ଆଶଙ୍କା, ସ୍ୱାସ୍ଥ୍ୟ ବିଭାଗର ତନାଘନା

ରାୟଗଡା,୨୮ା୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ସହର ଇନ୍ଦିରା ନଗର ଷଷ୍ଠ ଲେନ, କସ୍ତୁରୀ ନଗର ପ୍ରମଥ ଲେନ ଏବଂ କତୁରୁ ବସ୍ତିରେ ଜଣ୍ଡିସ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ…

ଅରିଜିତଙ୍କ ଅବସର ପରେ ଏମିତି କହିଲେ ଶ୍ରେୟା ଘୋଷାଲ, ସବୁଠି ଚର୍ଚ୍ଚା

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର ଲୋକପ୍ରିୟ କଣ୍ଠଶିଳ୍ପୀ ଅରିଜିତ ସିଂହ ପ୍ଲେବ୍ୟାକ୍ ସିଙ୍ଗିଙ୍ଗରୁ ଅବସର ଘୋଷଣା କରିଛନ୍ତି। ଏହି ଶୁଣିବା ପରେ ତାଙ୍କ ପ୍ରଶଂସକ ଓ ସହକର୍ମୀମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri