ୟୁଏଇରେ ମୋଦିଙ୍କୁ ଗାର୍ଡ ଅଫ୍‌ ଅନର: ଶୁଭିଲା ମୋଦି-ମୋଦି ନାରା

ଆବୁଧାବି,୧୪।୨:ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ) ଗସ୍ତରେ ଯାଇଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେଠାର ରାଷ୍ଟ୍ରପତି ଶେଖ୍‌ ମହମ୍ମଦ ବିନ୍‌ ଜୟେଦ ଅଲ୍‌ ନହ୍ୟାନଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ଏହି ଅବସରରେ ସେମାନେ ରଣନୀତିକ ସହଭାଗିତାର ସମୀକ୍ଷା କରିବା ସହ ବିଭିନ୍ନ କ୍ଷେତ୍ରରେ ସହଯୋଗ ନେଇ ଆଲୋଚନା କରିଥିଲେ। ଉଭୟ ନେତାଙ୍କ ଉପସ୍ଥିତିରେ ଦ୍ୱିପାକ୍ଷିକ ପୁଞ୍ଜିନିବେଶ ଚୁକ୍ତି ସମେତ ଏକାଧିକ ଚୁକ୍ତିନାମା ସ୍ବାକ୍ଷରିତ ହୋଇଛି।
ବିମାନବନ୍ଦରରେ ମୋଦି ପହଞ୍ଚତ୍ବା ପରେ ରାଷ୍ଟ୍ରପତି ମହମ୍ମଦ ବିନ୍‌ ଜୟେଦ ତାଙ୍କୁ ଭବ୍ୟ ସ୍ବାଗତ କରିଥିଲେ। ପରେ ମୋଦିଙ୍କୁ ଗାର୍ଡ ଅଫ୍‌ ଅନର ଦିଆଯାଇଥିଲା। ଭାରତ-ୟୁଏଇ ବନ୍ଧୁତା ଅଧିକରୁ ଅଧିକ ସୁଦୃଢ଼ ହେଉଛି। ଏହାଦ୍ୱାରା ଆମ ଲୋକମାନେ ବେଶ୍‌ ଲାଭ ପାଇବେ ବୋଲି ମୋଦି ଏକ୍ସ’ରେ ପୋଷ୍ଟ କରିଛନ୍ତି। ଆଆଇଟି ଦିଲ୍ଲୀ-ଆବୁଧାବି କ୍ୟାମ୍ପସ୍‌ରେ ପ୍ରଥମ ବ୍ୟାଚ୍‌ ଛାତ୍ରୀଛାତ୍ରଙ୍କ ସହ ପ୍ରଧାନମନ୍ତ୍ରୀ କଥା ହେବା ସହ ଦୁଇଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କର ଏହା ଏକ ନୂଆ ଅଧ୍ୟାୟ ବୋଲି କହିଥିଲେ। ଏହା ଦୁଇଦେଶର ଛାତ୍ରୀଛାତ୍ରଙ୍କୁ ଏକାଠି କରିଛି। ଆବୁଧାବିରେ ଆଇଆଇଟି ଦିଲ୍ଲୀ କ୍ୟାମ୍ପସ୍‌ ଖୋଲିବା ପାଇଁ ୨୦୨୨ ଫେବୃଆରୀରେ ନିଷ୍ପତ୍ତି ହୋଇଥିଲା। ଏହି ଅବସରରେ ପ୍ରଧାନମନ୍ତ୍ରୀ ଆବୁଧାବିରେ ପ୍ରବାସୀ ଭାରତୀୟମାନଙ୍କୁ ଭେଟିବା ସହ ସେମାନଙ୍କ ପାଇଁ ଦେଶ ଗର୍ବିତ ବୋଲି କହିଛନ୍ତି। ଜୟେଦ ସ୍ପୋଟର୍‌ସ ସିଟି ଷ୍ଟାଡିୟମରେ ଆୟୋଜିତ ‘ଅହଲାନ ମୋଦି’ କାର୍ଯ୍ୟକ୍ରମରେ ଉପସ୍ଥିତ ହଜାର ହଜାର ପ୍ରବାସୀ ଭାରତୀୟ ମୋଦିଙ୍କୁ ‘ନମସ୍କାର’ ଏବଂ‘ ମୋଦି ମୋଦି’ କହି ଅଭିନନ୍ଦନ ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Modi Govt Plan-B ଆକ୍ଟିଭ! ଇନ୍ଧନ ଯୋଗାଣ, ଜାହାଜ ପରିବହନ ସୁରକ୍ଷା ଉପରେ ଦୃଢ ମନୋଭାବ ପୋଷଣ କଲା ଭାରତ, ହର୍ମୁଜ ଷ୍ଟ୍ରେଟରେ କଡ଼ା ନଜର

ନୂଆଦିଲ୍ଲୀ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଶକ୍ତି ପ୍ରତିଷ୍ଠାନ ଉପରେ ଆକ୍ରମଣ ବିଶ୍ୱ ଉତ୍ତେଜନାକୁ ଏକ ଗୁରୁତର ସ୍ତରକୁ ବୃଦ୍ଧି କରିଛି।…

ଖୁସି ଖବର: ଭାରତ ପହଞ୍ଚିଲା ଆମେରିକାର LPG ଜାହାଜ, ପ୍ରଥମେ ରୁଷିଆ ତେଲ ଟ୍ୟାଙ୍କର ଆଉ ଏବେ…

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ପରେ, ବିଶ୍ୱ ତୈଳ ସଙ୍କଟ ଆହୁରି ଘନିଷ୍ଠ ହୋଇଛି। ଇରାନର ହର୍ମୁଜ ପ୍ରଣାଳୀ ଉପରେ ପହରାଦେବା ଜାହାଜଗୁଡ଼ିକୁ ସମୁଦ୍ରରେ ରହିବାକୁ ବାଧ୍ୟ କରିଛି।…

ବଢିବ କି ପେଟ୍ରୋଲ-ଡିଜେଲ ମୂଲ୍ୟ? କେନ୍ଦ୍ର ସରକାର ଦେଲେ ବଡ଼ ସୂଚନା

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ମଧ୍ୟରେ, ହର୍ମୁଜ ପ୍ରଣାଳୀକୁ ନେଇ ଉତ୍ତେଜନା ବୃଦ୍ଧି ପାଇଛି। ହର୍ମୁଜ ପ୍ରଣାଳୀ ସମ୍ପୂର୍ଣ୍ଣ ବନ୍ଦ ହୋଇପାରେ ବୋଲି ଆଲୋଚନା ହେଉଛି। ଏହା ଭବିଷ୍ୟତରେ…

ଭାରତୀୟ ରାଜନୀତିରେ ଇତିହାସ ସୃଷ୍ଟି କଲେ ପ୍ରଧାନମନ୍ତ୍ରୀ ମୋଦି, ନିଜ ନାଁରେ କଲେ ଆଉ ଏକ ରେକର୍ଡ

ନୂଆଦିଲ୍ଲୀ,୨୨।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଭାରତୀୟ ରାଜନୀତିରେ ଇତିହାସ ସୃଷ୍ଟି କରିଛନ୍ତି। ମୋଦି ଗୁଜରାଟର ମୁଖ୍ୟମନ୍ତ୍ରୀ ଏବଂ ପ୍ରଧାନମନ୍ତ୍ରୀ ଭାବରେ ତାଙ୍କର କାର୍ଯ୍ୟକାଳକୁ ମିଶାଇ ମୋଟ…

ଏପ୍ରିଲ ପହିଲାରୁ ATM ବ୍ୟବହାର ହୋଇଯିବ ମହଙ୍ଗା, ଜାଣିରଖନ୍ତୁ ନୂଆ ନିୟମ, ନଚେତ…

ନୂଆଦିଲ୍ଲୀ,୨୨।୩: ନୂତନ ଆର୍ଥିକ ବର୍ଷ ଆରମ୍ଭରୁ ସାଧାରଣ ଗ୍ରାହକଙ୍କ ପାଇଁ ବ୍ୟାଙ୍କିଙ୍ଗ ନିୟମରେ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଏପ୍ରିଲ ୧ ତାରିଖରୁ ATMରୁ ଟଙ୍କା ଉଠାଣ,…

କ୍ୟୁବାରେ ଘୋଟିଗଲା ଘନ ଅନ୍ଧାର, ଦେଶବ୍ୟାପୀ ବ୍ଲାକ ଆଉଟ, ଏଥିପାଇଁ ଟ୍ରମ୍ପ ଦାୟୀ?

ହାଭାନା,୨୨।୩: ଶନିବାର ଦିନ, କ୍ୟୁବାର ସମ୍ପୂର୍ଣ୍ଣ ବିଦ୍ୟୁତ ଗ୍ରୀଡ ପୁଣି ଥରେ ଭାଙ୍ଗି ପଡ଼ିଲା, ଯାହା ଫଳରେ ସାରା ଦେଶରେ ପ୍ରାୟ ୧୧ ନିୟୁତ ଲୋକ ଅନ୍ଧାରରେ…

ଏଣିକି ୨ମିନିଟ୍‌ରେ ମିଳିବ ସିଲିଣ୍ଡର, ବୁକିଂ କରିବା ପୂର୍ୱରୁ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ଏବେ ସାରା ଭାରତର ପରିବାରର ରୋଷେଇ ଘରେ ପଡ଼ିବା ଆରମ୍ଭ ହୋଇଛି। ଯେହେତୁ ଭାରତ ଏହାର ପ୍ରାୟ 60 ପ୍ରତିଶତ…

ମୋଟା ହେଲେ କଟିଯିବ ଦରମା, ଫିଟନେସ ପାଇଁ ଆସିପାରେ ନୂଆ ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୨୨।୩: ଏୟାର ଇଣ୍ଡିଆ ଏହାର କ୍ୟାବିନ କ୍ରୁ ପାଇଁ ଏକ ନୂତନ ସ୍ବାସ୍ଥ୍ୟ ଏବଂ ଫିଟନେସ ନୀତି ପ୍ରଚଳନ କରିବାକୁ ପ୍ରସ୍ତୁତ ହେଉଛି, ଯାହା କେବଳ ସେମାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri