ଅଙ୍ଗଦାନ କରିଥିବା ମହିଳାଙ୍କୁ ଦିଆଗଲା ଗାର୍ଡ ଅଫ ଅନର

ହାଟଡିହୀ,୧୮l୪(ଶୁଭକାନ୍ତ ନାୟକ): ବିଭିନ୍ନ ସମୟରେ ଅଙ୍ଗଦାନ କରୁଥିବା ବ୍ୟକ୍ତି ବିଶେଷ ଏକ ସ୍ବତନ୍ତ୍ର ଉଦାହରଣ ସୃଷ୍ଟି କରି ସମାଜକୁ ଏକ ନୂତନ ଦିଗଦର୍ଶନ ଦେଇଥାନ୍ତି, ଯାହାକି ଆଜିର ଦିନରେ ଅନ୍ୟର ଉପକାର ସାଜିଥାଏ l ଏପରି ସ୍ଥିତିରେ କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ସଢା ଗ୍ରାମରେ ଜଣେ ମହିଳାଙ୍କ ମୃତ୍ୟୁ ପରେ ତାଙ୍କର ଅଙ୍ଗ ଦାନ ପାଇଁ ପରିବାର ଲୋକ ଲିଖିତ ସହମ୍ମତି ପ୍ରଦାନ କରିଥିଲେ।
ଅଙ୍ଗଦାନ ପରେ ଗୁରୁବାର ତାଙ୍କ ମରଶରୀର ନିଜ ଗ୍ରାମରେ ପହଞ୍ଚିଥିଲା। ପ୍ରଶାସନ ପକ୍ଷରୁ ଅଙ୍ଗଦାନ କରିଥିବା ମହିଳାଙ୍କୁ ଗାର୍ଡ ଅଫ ଅନର ପ୍ରଦାନ କରାଯାଇଛି। କେନ୍ଦୁଝର ଏଡ଼ିଏମ ଲଳିତ ସୋରେନ,ଆନନ୍ଦପୁର ଉପଜିଲାପାଳ ଫାଲ୍ଗୁନୀ ମାଝୀ, ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ପ୍ରଶାନ୍ତ ବେହେରା, ହାଟଡିହୀ ତହସିଲଦାର ହାବିଲ ଖାଖା, ନନ୍ଦିପଦା ଥାନା ଅଧିକାରୀ ରବୀନ୍ଦ୍ର ପାତ୍ର, ସୋସୋ ଥାନା ଅଧିକାରୀ ବିଜୟ ବିହାରୀ ପ୍ରମୁଖଙ୍କ ସମେତ ଅନ୍ୟ ସରକାରୀ କର୍ମଚାରୀ, ବ୍ଲକ ଅଧକ୍ଷା ସାବିତ୍ରୀ ସେଠୀ, ସାମାଜିକ କର୍ମୀ ଅଭିମନ୍ୟୁ ସେଠୀ,ପୂର୍ବତନ ସରପଞ୍ଚ ଜୟନ୍ତୀ ସାମଲ, ରବୀନ୍ଦ୍ର ନାୟକ, ବିଜୟ ରାଉତ, ବୀରେନ୍ଦ୍ର ବିଶ୍ୱାଳ, ବୈଲୋଚନ ନାୟକ, କାମପାଳ ନାୟକ ପ୍ରମୁଖଙ୍କ ସମେତ ବହୁ ସଂଖ୍ୟାରେ ଅଞ୍ଚଳବାସୀ ଗାର୍ଡ ଅଫ ଅନର ପ୍ରଦାନ ସମୟରେ ଉପସ୍ଥିତ ଥିଲେ।
ସୂଚନାଯୋଗ୍ୟ, ୭ ଦିନ ପୂର୍ବେ ଗତ ଗୁରୁବାର ରବୀନ୍ଦ୍ର ଜେନାଙ୍କ ସ୍ତ୍ରୀ ସଂଯୁକ୍ତା (୪୮ ବର୍ଷ) ଶୌଚ ହେବାକୁ ଯାଇଥିବା ବେଳେ ପାଇଖାନା ଘରେ ଗୋଡ଼ ଖସିଯିବାରୁ ତଳେ ପଡି ଗୁରୁତର ହୋଇଥିଲେ। ତାଙ୍କୁ ଚିକିତ୍ସା ପାଇଁ ଭୁବନେଶ୍ୱରସ୍ଥିତ ଏକ ଘରୋଇ ମେଡିକାଲକୁ ନିଆଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ସେଠାରେ ତାଙ୍କର ଗତ ମଙ୍ଗଳବାର ମୃତ୍ୟୁ ଘଟିଥିଲା। ମୃତ୍ୟୁ ପରେ ପରିବାର ଲୋକ ମୃତ ମହିଳାଙ୍କ ଅଙ୍ଗଦାନ ନିମନ୍ତେ ନିଷ୍ପତି ନେଇଥିଲେ। ସ୍ବାମୀ ରବୀନ୍ଦ୍ର ତାଙ୍କ ମୃତ ସ୍ତ୍ରୀଙ୍କ ଅଙ୍ଗଦାନ ନିମନ୍ତେ ସେଠାକାର ଡାକ୍ତରଙ୍କୁ ଜଣାଇଥିଲେ। ରବୀନ୍ଦ୍ରଙ୍କ ସହ ଦୁଇ ଝିଅ ଶୁଭଶ୍ରୀ ଏବଂ ଦିବ୍ୟଶ୍ରୀ, ଶଳା ପ୍ରଶାନ୍ତ ମହାପାତ୍ର ସମସ୍ତେ ସମ୍ପୃକ୍ତ ମେଡିକାଲରେ ଲିଖିତ ଆକାରରେ ଅଙ୍ଗଦାନ ନିମନ୍ତେ ସହମ୍ମତି ପ୍ରଦାନ କରିଥିଲେ। ଉପଜିଲାପାଳ ଫାଲ୍ଗୁନୀ ମାଝୀ କହିଛନ୍ତ, ମହିଳା ଜଣଙ୍କ ଅଙ୍ଗଦାନ କରି ମହନୀୟତାର ପରିଚୟ ସୃଷ୍ଟି କରିଥିବାରୁ ତାଙ୍କୁ ଗାର୍ଡ ଅଫ ଅନର ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

LPG ପରେ ଏବେ ଇଲେକ୍ଟ୍ରିକୁ ନେଇ ସରକାରଙ୍କ ବଡ଼ ଘୋଷଣା, ପଡିବ ବଡ଼ ପ୍ରଭାବ

ନୂଆଦିଲ୍‌ଲୀ,୧୫।୩: LPG ଏବଂ PNG ନିୟମରେ ପରିବର୍ତ୍ତନ ପରେ, କେନ୍ଦ୍ର ସରକାର ବର୍ତ୍ତମାନ ବିଦ୍ୟୁତ ନିୟନ୍ତ୍ରଣ ନିୟମରେ ପ୍ରମୁଖ ସଂଶୋଧନ ଘୋଷଣା କରିଛନ୍ତି। ଏହି ପରିବର୍ତ୍ତନଗୁଡ଼ିକ ବ୍ୟକ୍ତି,…

ବ୍ୟବସାୟ କରିବାକୁ ଯାଉଥିଲେ, ସକାଳୁ ଘଟିଲା ବଡ଼ ଦୁର୍ଘଟଣା

ଭଞ୍ଜନଗର,୧୫।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ବଡକୋଦଣ୍ଡା ଛକ ନିକଟରେ ରବିବାର ସକାଳେ ଏକ ଡାଲା ଅଟୋ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଚାଳକ ଗୋପାଳ…

ଯୁଦ୍ଧ ହେଲା ଭୟଙ୍କର: ସରକାରୀ କର୍ମଚାରୀଙ୍କ କଟିବ ଦରମା, ସରକାର ନେଲେ ବଡ଼ ନିଷ୍ପତ୍ତି

ଇସଲାମବାଦ,୧୫।୩: ମଧ୍ୟପ୍ରାଚ୍ୟ ଯୁଦ୍ଧରେ କେବଳ ଗୋଟିଏ ଦେଶରେ ନୁହେଁ ସାରା ବିଶ୍ୱରେ ପଡିଛି ବଡ଼ ପ୍ରଭାବ । ଏବେ ଖବର ଆସିଛି ଯେ ଯୁଦ୍ଧ ଯୋଗୁ କେବଳ…

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା: ଏବେ ଏମାନଙ୍କୁ ମିଳିବ ନାହିଁ କମର୍ସିଆଲ LPG ସିଲିଣ୍ଡର…

ନୂଆଦିଲ୍‌ଲୀ,୧୫।୩: ରାଜ୍ୟ ସରକାର ଏଲପିଜି ସଙ୍କଟ ଭିତରେ ବଡ଼ ନିଷ୍ପତ୍ତି ନେଇଛନ୍ତି। ଏଣିକି ବାଣିଜି୍ୟକ ସିଲିଣ୍ଡର ବଣ୍ଟନ ପାଇଁ ଏକ ନୀତି ଜାରି କରିଛନ୍ତି। ଏହି ନୀତି…

ସ୍ତ୍ରୀ, ବୋହୂ ,ନାତୁଣୀଙ୍କୁ ହତ୍ୟା ଘଟଣା : ମେଡିକାଲରେ ଅଭିଯୁକ୍ତଙ୍କ ମୃତ୍ୟୁ 

ଦେବଗଡ଼,୧୫।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ଗରିଆପାଲି ଗ୍ରାମରେ ଟ୍ରିପଲ ମର୍ଡର ଘଟଣାର ଅଭିଯୁକ୍ତଙ୍କ ମୃତ୍ୟୁ ଘଟିଛି। ସେ ବିଷ ଖାଇ ଗୁରୁତର ଥିବାରୁ ବୁର୍ଲା ମେଡିକାଲରେ …

ସୁଯୋଗରୁ ଫାଇଦା

ନଭେମ୍ୱର ୪, ୨୦୧୩ରେ ତତ୍କାଳୀନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ୧୨୦ରୁ ଅଧିକ ଭାରତୀୟ ଦୂତାବାସର ମୁଖ୍ୟମାନଙ୍କ ସହ କଥା ହୋଇ ତାଙ୍କ ବୈଦେଶିକ ନୀତିକୁ ସ୍ପଷ୍ଟ କରୁଥିବା…

ଆମେରିକା ସାମରିକ ଘାଟି ନିକଟରେ ଉ.କୋରିଆର ୧୦ ମିସାଇଲ ମାଡ଼, ଥରିଲେ ଟ୍ରମ୍ପ!

ସିଓଲ,୧୫ା୩: ଇରାନ୍‌ ଉପରେ ଆମେରିକାର ଘନ ଘନ ଆକ୍ରମଣ ଭିତରେ ଉତ୍ତର କୋରିଆ ପୂର୍ୱ ସାଗର ଉପକୂଳରେ ଆମେରିକାର ସେନା ଘାଟି ନିକଟରେ ୧୦ କ୍ଷେପଣାସ୍ତ୍ର ମାଡ଼…

ସେନା ପଠାଇଲା ଆମେରିକା, ଏବେ ବିଶ୍ୱଯୁଦ୍ଧ ଥୟ!

ଓ୍ୱାଶିଂଟନ୍‌ ,୧୫ା୩: ଇରାନ୍‌ର ଖାର୍ଗ ଦ୍ୱୀପ ଉପରେ ଆମେରିକାର ଆକ୍ରମଣ ପରେ ଇରାନ୍‌ ଆହୁରି ପ୍ରତିଶୋଧ ପରାୟଣ ହୋଇପଡ଼ିଛି। ପୂର୍ୱରୁ ଆମେରିକା ଉପରେ ପରୋକ୍ଷରେ ଚାପ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri