ଅଙ୍ଗଦାନ କରିଥିବା ମହିଳାଙ୍କୁ ଦିଆଗଲା ଗାର୍ଡ ଅଫ ଅନର

ହାଟଡିହୀ,୧୮l୪(ଶୁଭକାନ୍ତ ନାୟକ): ବିଭିନ୍ନ ସମୟରେ ଅଙ୍ଗଦାନ କରୁଥିବା ବ୍ୟକ୍ତି ବିଶେଷ ଏକ ସ୍ବତନ୍ତ୍ର ଉଦାହରଣ ସୃଷ୍ଟି କରି ସମାଜକୁ ଏକ ନୂତନ ଦିଗଦର୍ଶନ ଦେଇଥାନ୍ତି, ଯାହାକି ଆଜିର ଦିନରେ ଅନ୍ୟର ଉପକାର ସାଜିଥାଏ l ଏପରି ସ୍ଥିତିରେ କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ସଢା ଗ୍ରାମରେ ଜଣେ ମହିଳାଙ୍କ ମୃତ୍ୟୁ ପରେ ତାଙ୍କର ଅଙ୍ଗ ଦାନ ପାଇଁ ପରିବାର ଲୋକ ଲିଖିତ ସହମ୍ମତି ପ୍ରଦାନ କରିଥିଲେ।
ଅଙ୍ଗଦାନ ପରେ ଗୁରୁବାର ତାଙ୍କ ମରଶରୀର ନିଜ ଗ୍ରାମରେ ପହଞ୍ଚିଥିଲା। ପ୍ରଶାସନ ପକ୍ଷରୁ ଅଙ୍ଗଦାନ କରିଥିବା ମହିଳାଙ୍କୁ ଗାର୍ଡ ଅଫ ଅନର ପ୍ରଦାନ କରାଯାଇଛି। କେନ୍ଦୁଝର ଏଡ଼ିଏମ ଲଳିତ ସୋରେନ,ଆନନ୍ଦପୁର ଉପଜିଲାପାଳ ଫାଲ୍ଗୁନୀ ମାଝୀ, ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ପ୍ରଶାନ୍ତ ବେହେରା, ହାଟଡିହୀ ତହସିଲଦାର ହାବିଲ ଖାଖା, ନନ୍ଦିପଦା ଥାନା ଅଧିକାରୀ ରବୀନ୍ଦ୍ର ପାତ୍ର, ସୋସୋ ଥାନା ଅଧିକାରୀ ବିଜୟ ବିହାରୀ ପ୍ରମୁଖଙ୍କ ସମେତ ଅନ୍ୟ ସରକାରୀ କର୍ମଚାରୀ, ବ୍ଲକ ଅଧକ୍ଷା ସାବିତ୍ରୀ ସେଠୀ, ସାମାଜିକ କର୍ମୀ ଅଭିମନ୍ୟୁ ସେଠୀ,ପୂର୍ବତନ ସରପଞ୍ଚ ଜୟନ୍ତୀ ସାମଲ, ରବୀନ୍ଦ୍ର ନାୟକ, ବିଜୟ ରାଉତ, ବୀରେନ୍ଦ୍ର ବିଶ୍ୱାଳ, ବୈଲୋଚନ ନାୟକ, କାମପାଳ ନାୟକ ପ୍ରମୁଖଙ୍କ ସମେତ ବହୁ ସଂଖ୍ୟାରେ ଅଞ୍ଚଳବାସୀ ଗାର୍ଡ ଅଫ ଅନର ପ୍ରଦାନ ସମୟରେ ଉପସ୍ଥିତ ଥିଲେ।
ସୂଚନାଯୋଗ୍ୟ, ୭ ଦିନ ପୂର୍ବେ ଗତ ଗୁରୁବାର ରବୀନ୍ଦ୍ର ଜେନାଙ୍କ ସ୍ତ୍ରୀ ସଂଯୁକ୍ତା (୪୮ ବର୍ଷ) ଶୌଚ ହେବାକୁ ଯାଇଥିବା ବେଳେ ପାଇଖାନା ଘରେ ଗୋଡ଼ ଖସିଯିବାରୁ ତଳେ ପଡି ଗୁରୁତର ହୋଇଥିଲେ। ତାଙ୍କୁ ଚିକିତ୍ସା ପାଇଁ ଭୁବନେଶ୍ୱରସ୍ଥିତ ଏକ ଘରୋଇ ମେଡିକାଲକୁ ନିଆଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ସେଠାରେ ତାଙ୍କର ଗତ ମଙ୍ଗଳବାର ମୃତ୍ୟୁ ଘଟିଥିଲା। ମୃତ୍ୟୁ ପରେ ପରିବାର ଲୋକ ମୃତ ମହିଳାଙ୍କ ଅଙ୍ଗଦାନ ନିମନ୍ତେ ନିଷ୍ପତି ନେଇଥିଲେ। ସ୍ବାମୀ ରବୀନ୍ଦ୍ର ତାଙ୍କ ମୃତ ସ୍ତ୍ରୀଙ୍କ ଅଙ୍ଗଦାନ ନିମନ୍ତେ ସେଠାକାର ଡାକ୍ତରଙ୍କୁ ଜଣାଇଥିଲେ। ରବୀନ୍ଦ୍ରଙ୍କ ସହ ଦୁଇ ଝିଅ ଶୁଭଶ୍ରୀ ଏବଂ ଦିବ୍ୟଶ୍ରୀ, ଶଳା ପ୍ରଶାନ୍ତ ମହାପାତ୍ର ସମସ୍ତେ ସମ୍ପୃକ୍ତ ମେଡିକାଲରେ ଲିଖିତ ଆକାରରେ ଅଙ୍ଗଦାନ ନିମନ୍ତେ ସହମ୍ମତି ପ୍ରଦାନ କରିଥିଲେ। ଉପଜିଲାପାଳ ଫାଲ୍ଗୁନୀ ମାଝୀ କହିଛନ୍ତ, ମହିଳା ଜଣଙ୍କ ଅଙ୍ଗଦାନ କରି ମହନୀୟତାର ପରିଚୟ ସୃଷ୍ଟି କରିଥିବାରୁ ତାଙ୍କୁ ଗାର୍ଡ ଅଫ ଅନର ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

OJEE ପାଇଁ ଆରମ୍ଭ ହେଲା ଆବେଦନ: ମେ’ ୪ରୁ ପରୀକ୍ଷା, ଜାଣନ୍ତୁ ସବିଶେଷ…

ଭୁବନେଶ୍ୱର,୨୮ା୧(ସୁଚିସ୍ମିତା ସାହୁ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)- ୨୦୨୬ ପାଇଁ ବୁଧବାରଠାରୁ ଆବେଦନ ଆରମ୍ଭ ହୋଇଛି। ମାର୍ଚ୍ଚ ୨୨ ଆବେଦନର ଶେଷ ତାରିଖ ରହିଛି। ଏପ୍ରିଲରେ…

ମୟୂରଭଞ୍ଜରେ ହେବ ପାଇଲଟ୍ ପ୍ରଶିକ୍ଷଣ, ବ୍ରହ୍ମପୁରରେ ଡ୍ରୋନ୍ ସେଣ୍ଟର

ଭୁବନେଶ୍ୱର,୨୮ା୧: ହାଇଦ୍ରାବାଦରେ ଚାଲିଥିବା ଏସିଆର ସବୁଠାରୁ ବଡ଼ ବେସାମରିକ ବିମାନ ଚଳାଚଳ ପ୍ରଦର୍ଶନୀ ‘ୱିଙ୍ଗସ ଇଣ୍ଡିଆ ୨୦୨୬’ ଅବସରରେ ଓଡ଼ିଶା ସରକାର ଦୁଇଟି ଗୁରୁତ୍ୱପୂର୍ଣ୍ଣ ବୁଝାମଣାପତ୍ର (MoU)…

ବାବା ଖଣ୍ଡୁଆଳଙ୍କ ମନ୍ଦିର ପ୍ରତିଷ୍ଠା ଉତ୍ସବ: ଯୋଗଦେଲେ ଲାଞ୍ଜିଗଡ ବିଧାୟକଙ୍କ ସହ…

ଥୁଆମୂଳ ରାମପୁର, ୨୮।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଳ ଆମ୍ବପଦର ଗ୍ରାମପଞ୍ଚାୟତ ସ୍ଥିତ ଚୁଲବାଡି ଗ୍ରାମରେ ଏକ ଆଧ୍ୟାତ୍ମିକ ପରିବେଶ…

ଦୁଷ୍କର୍ମ ମାମଲାରେ ଫେରାର୍ ଅଭିଯୁକ୍ତଙ୍କ ଆତ୍ମସମର୍ପଣ, ଅଙ୍ଗନବାଡି କର୍ମୀଙ୍କୁ….

ପାରଳାଖେମୁଣ୍ଡି,୨୮ା୧(ଗିରିଧାରୀ ପରିଛା) :ଗଜପତି ଜିଲା ଗୋଷାଣି ବ୍ଲକର ମଧୁସୁଦନପୁର ପଞ୍ଚାୟତର ସମିତି ସଭ୍ଯ ଆର. ବାସୁଦେବ ରାଓ ଜିଲା ନ୍ଯାୟାଳୟରେ ମଙ୍ଗଳବାର ଆତ୍ମସମର୍ପଣ କରିଛନ୍ତି । ଏନେଇ…

ଅଫିସକୁ ଚାଲି ଚାଲି ଆସିଲେ ସିଡିଓ, ବନ୍ଦ ଡାକରା ଯୋଗୁ…

କୋରାପୁଟ,୨୮।୧(ଅମିତାଭ ବେହେରା ): କୋରାପୁଟରେ ବନ୍ଦ ଡାକରାର ପଡ଼ିଛି ପ୍ରଭାବ। ଏଥିଯୋଗୁ ଗାଡି ମୋଟର ବନ୍ଦ ରହିଥିଲା। ଫଳରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ(ସିଡିଓ) ବେଣୁଧର ଶବର…

ବିଏମ୍‌ସିର ଚେତାବନୀ, ଓମଫେଡ୍‌ ବୁଥରେ ଗୁଟ୍‌ଖା ବିକିଲେ…

ଭୁବନେଶ୍ୱର,୨୮ା୧: ଗୁଟ୍‌ଖାକୁ ନେଇ ପ୍ରଶାସନର ବଡ଼ ନିଷ୍ପତ୍ତି । ଜୋରଦାର ହେବ ଗୁଟ୍‌ଖା ଏନଫୋର୍ସମେଣ୍ଟ ଡ୍ରାଇଭ୍‌ । ଭେଣ୍ଡିଂ ଜୋନ୍, ଓମଫେଡ୍‌ ବୁଥରେ ଗୁଟ୍‌ଖା ବିକିଲେ ଆକ୍ସନ…

ରାୟଗଡ଼ାରେ ବନ୍ଦ ପ୍ରଭାବ ଶୂନ: ନେତାଙ୍କ ଦେଖା ମିଳିଲାନି, ଖୋଲା ରହିଲା…

ରାୟଗଡା,୨୮।୧(ଆଶିଷ ରଞ୍ଜନ ପଣ୍ଡା)- ନବ ନିର୍ମାଣ କୃଷକ ସଂଗଠନ ଦ୍ବାରା ଡକାଯାଇଥିବା ଓଡିଶା ବନ୍ଦ ଡାକରା ରାୟଗଡା ଜିଲାରେ  ପ୍ରଭାବହୀନ ହୋଇଥିବା ଦେଖିବାକୁ ମିଳିଛି । ରାୟଗଡା…

ସରକାରୀ ଚାକିରି ଆବେଦନରେ ତୃତୀୟ ଲିଙ୍ଗ ରହୁ, ସରକାରଙ୍କୁ OHRCଙ୍କ ସୁପାରିସ୍‌

ଭୁବନେଶ୍ୱର,୨୮ା୧: ସରକାରୀ ଚାକିରି ଆବେଦନରେ ତୃତୀୟ ଲିଙ୍ଗୀଙ୍କ ବିକଳ୍ପ ରଖିବା ପାଇଁ ରାଜ୍ୟ ସରକାରଙ୍କୁ ସୁପାରିସ କଲେ OHRC(ଓଡ଼ିଶା ମାନବ ଅଧିକାର ଆୟୋଗ) । ତୃତୀୟ ଲିଙ୍ଗ ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri