ଗାଁ ଶ୍ମଶାନରେ ଜଳିଲା ବୀର ଶହୀଦ ଦେବାଶିଷଙ୍କ ଜୁଇ

ସାକ୍ଷୀଗୋପାଳ,୨୨ା୪(ଡି.ଏନ୍‌.ଏ.): ପୁରୀ ଜିଲା ସତ୍ୟବାଦୀ ବ୍ଲକ ଖଣ୍ଡାୟତ ସାହିର ପୁଅ ତଥା ଯବାନ ଦେବାଶିଷ ବିଶ୍ୱାଳଙ୍କ ପାର୍ଥିବ ଶରୀର ପଞ୍ଚଭୂତରେ ଲୀନ ହୋଇଛି। ଗାଁ ଶ୍ମଶାନରେ ଶନିବାର ତାଙ୍କର ଶେଷକୃତ୍ୟ ସମ୍ପନ୍ନ କରାଯାଇଛି। ପ୍ରଶାସନ ପକ୍ଷରୁ ଶହୀଦ ଦେବାଶିଷଙ୍କୁ ଗାର୍ଡ ଅଫ୍‌ ଅନର ପ୍ରଦାନ କରାଯିବା ପରେ ଶେଷକୃତ୍ୟ କରାଯାଇଥିଲା। ଦେବାଶିଷଙ୍କ ସାନ ଭାଇ ଦେବୀ ପ୍ରସାଦ ମୁଖାଗ୍ନି ଦେଇଥିଲେ।

ଏନେଇ ଗାଁରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଥିଲା। ଭୁବନେଶ୍ୱରରୁ ତାଙ୍କର ପାର୍ଥିବ ଶରୀର ସତ୍ୟବାଦୀ ଅଣାଯାଇଥିଲା। ଆସିବା ବେଳେ ବାଟରେ ଦେବାଶିଷଙ୍କ ଦର୍ଶନ ପାଇଁ ହଜାର ହଜାର ଲୋକ ଠିଆ ହୋଇଥିଲେ।

ସୂଚନାଯୋଗ୍ୟ, ଦେବାଶିଷ ଭାରତୀୟ ସେନାର ୫ ରାଷ୍ଟ୍ରୀୟ ରାଇଫଲ୍ସରେ ନିଯୁକ୍ତି ପାଇଥିଲେ। ସେ ଜମ୍ମୁ-କଶ୍ମୀର ପୁଞ୍ଚରେ ନିଯୁକ୍ତି ପାଇଥିଲେ। ଗୁରୁବାର ଆତଙ୍କବାଦୀ ଆକ୍ରମଣରେ ସେ ପ୍ରାଣ ହରାଇଥିଲେ। ୨୦୨୧ ପବିତ୍ର ଅକ୍ଷୟ ତୃତୀୟାରେ ସଙ୍ଗୀତାଙ୍କ ସହ ବିବାହ ହୋଇଥିଲା। ତାଙ୍କର ଏବେ ୭ ମାସର ଏକ କନ୍ୟାସନ୍ତାନ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅବହେଳିତ କଳାହାଣ୍ଡିର ଲୋକନୃତ୍ୟ ‘ଘୁମୁରା’: ପ୍ରଶିକ୍ଷଣ କେନ୍ଦ୍ରରେ ଝୁଲୁଛି ତାଲା

ଭବାନୀପାଟଣା, ୧୬ା୯ (ଉତ୍ତମ କୁମାର ଦାଶ):କଳାହାଣ୍ଡିର ଲୋକନୃତ୍ୟ ଘୁମୁରାକୁ ଆହୁରି ସମୃଦ୍ଧ କରିବା ପାଇଁ ରାଜ୍ୟ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡିଶା ସଂଗୀତ ନାଟକ ଏକାଡେମୀ ପକ୍ଷରୁ…

ସେକ୍ସ ରାକେଟ ଠାବ: ଅବସରପ୍ରାପ୍ତ ପୋଲିସ କର୍ମଚାରୀଙ୍କ ଘରେ ଚାଲିଥିଲା…

ଅନୁଗୋଳ,୧୬ା୯ (ଜ୍ୟୋତିରଞ୍ଜନ ସାହୁ):ଘର ଆଗରେ ନେମପ୍ଲେଟ ଲାଗିଛି। ଅବସରପ୍ରାପ୍ତ ପୋଲିସ କର୍ମଚାରୀ ବୋଲି ସେଥିରେ ଉଲ୍ଲେଖ ରହିଛି। ହେଲେ ଉକ୍ତ ଘରେ ଦେହ ବ୍ୟବସାୟ ଚାଲିଥିବା ଭଳି…

ଅଭିନେତ୍ରୀଙ୍କୁ ଏକତରଫା ପ୍ରେମ କରୁଥିଲେ ସହନିର୍ଦ୍ଦେଶକ,ଜଣାପଡ଼ିବା ପରେ ଘଟିଲା…

ଭୁବନେଶ୍ୱର,୧୬।୯ (ପ୍ରସନଜିତ ସାହୁ):ଧାରାବାହିକ ଅଭିନେତ୍ରୀଙ୍କୁ ଏକତରଫା ପ୍ରେମ କରି ତାଙ୍କ ଫଟୋ ଭାଇରାଲ ଘଟଣା ସାମ୍ନାକୁ ଆସିଛି। ଏନେଇ ସମ୍ପୃକ୍ତ ଅଭିନେତ୍ରୀ ଥାନାରେ ଅଭିଯୋଗ କରିବା ପରେ…

୬ଥର ପାଇଁ ଦାରା ସିଂଙ୍କ ମୁକ୍ତି ଆବେଦନ ଖାରଜ

ଭୁବନେଶ୍ୱର,୧୬ା୯(ସୁନିତ୍‌ ମିଶ୍ର): ଗ୍ରାହାମ୍‌ ଷ୍ଟେନ୍ସ ଏବଂ ତାଙ୍କ ୨ପୁଅ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ଦାରା ସିଂଙ୍କୁ ଜେଲରୁ ମୁକ୍ତି ଦେବାକୁ କରାଯାଇଥିବା କ୍ଷମା ପ୍ରାର୍ଥନା ଉପରେ…

ଡିଜିପି ଚୟନ: ଆଜି ସୁପ୍ରିମକୋର୍ଟରେ ଶୁଣାଣି

ଭୁବନେଶ୍ୱର, ୧୬।୯(ସୁନିତ୍‌ ମିଶ୍ର): ଓଡ଼ିଶାର ଡିଜିପି ଚୟନ ନେଇ ବୁଧବାର ସୁପ୍ରିମକୋର୍ଟରେ ଶୁଣାଣି ହେବ। ପ୍ରଧାନ ବିଚାରପତି ସୂର୍ଯ୍ୟ କାନ୍ତ, ବିଚାରପତି ଜୟମାଲ୍ୟ ବାଗ୍‌ଚୀ ଏବଂ ଭି.ମୋହନଙ୍କ…

ଆଜିଠୁ ୨୨ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଝଡ଼ବର୍ଷା!ଏହି ସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୧୬ା୯ (ବନ୍ଦନା ସେଠୀ): ରାଜ୍ୟରେ କିଛିଦିନ ହେବ ପ୍ରବଳ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଛି। ଖରାଦିନ ଭଳି ସକାଳୁ ଟାଇଁ ଟାଇଁ ଖରା ସାଧାରଣ…

ବିତ୍ତୀୟ ନିଅଣ୍ଟ ୨୩,୬୫୦ କୋଟିରୁ ଊର୍ଦ୍ଧ୍ୱ

ଭୁବନେଶ୍ୱର,୧୬।୯ (ରବିନାରାୟଣ ଜେନା): ରାଜ୍ୟର ଆର୍ଥିକ ପରିସ୍ଥିତିରେ ସୁଧାର ଆସୁନାହିଁ। କେନ୍ଦ୍ରୀୟ ଅନୁଦାନ ହାର ବର୍ଷକୁ ବର୍ଷ କମୁଥିବାବେଳେ ରାଜ୍ୟର ନିଜସ୍ବ ଉତ୍ସରୁ କମ୍‌ ପରିମାଣ ରାଜସ୍ବ…

ଆସାମ, ମିଜୋରାମ, ମହାରାଷ୍ଟ୍ର ଯିବ ଏସ୍‌ଟିଏଫ୍‌ ଟିମ୍‌

ଭୁବନେଶ୍ୱର,୧୬।୯(ତ୍ରିନାଥ ମହାନ୍ତି): ୨୦୨୨ ମସିହାରେ ଆସାମର କାଚାର ଜିଲାରୁ ୨ଟି ଶାବକ ଓରାଙ୍ଗଉଟାନ ଉଦ୍ଧାର ହୋଇଥିଲା। ୨୦୨୩ ଅକ୍ଟୋବରରେ ମିଜୋରାମର ଆଇଜଲ ଜିଲାରୁ ଗୋଟିଏ ଓରାଙ୍ଗଉଟାନ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?