Odia Actor Uttam Mohanty: ଉତ୍ତମଙ୍କୁ ଗାର୍ଡ ଅଫ୍‌ ଅନର

ଭୁବନେଶ୍ୱର,୨୮ା୨: ଓଲିଉଡ୍‌ର ଭେଟେରାନ ଅଭିନେତା ଉତ୍ତମ ମହାନ୍ତିଙ୍କୁ ଶୁକ୍ରବାର ଅପରାହ୍ନରେ ଗାର୍ଡ ଅଫ୍‌ ଅନର ଦିଆଯାଇଛି। ସତ୍ୟନଗର ଶ୍ମଶାନରେ ଗାର୍ଡ ଅଫ୍‌ ଅନର ଦିଆଯାଇଛି। ଉତ୍ତମଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ସମ୍ପନ୍ନ ହେବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଥିଲେ।

ସୂଚନାଯୋଗ୍ୟ, ଉତ୍ତମଙ୍କର ଗୁରୁବାର ବିଳମ୍ବିତ ରାତିରେ ପରଲୋକ ହୋଇଥିଲା। ୬୬ ବର୍ଷୀୟ ଉତ୍ତମ କିଛିଦିନ ହେଲା ଲିଭର ସିରୋସିସ୍‌ ରୋଗରେ ପୀଡ଼ିତ ହୋଇ ହରିୟାଣାର ଗୁରୁଗ୍ରାମସ୍ଥିତ ମେଦାନ୍ତା ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ତାଙ୍କ ପରଲୋକରେ କେବଳ ଓଲିଉଡ୍‌ ନୁହେଁ, ଓଡ଼ିଶା ତଥା ଦେଶର ମନୋରଞ୍ଜନ ଜଗତରେ ଶୋକର ଛାୟା ଖେଳିଯାଇଛି।
୧୯୫୮ ଡିସେମ୍ବର ୨୩ରେ ବାରିପଦାରେ ଉତ୍ତମ ମହାନ୍ତିଙ୍କ ଜନ୍ମ। ବାରିପଦାର ଏମ୍‌କେସି ହାଇସ୍କୁଲରେ ସେ ମାଟ୍ରିକ ପଢ଼ା ଶେଷକରି ମହାରାଜା ପୂର୍ଣ୍ଣଚନ୍ଦ୍ର କଲେଜରେ ଇଣ୍ଟରମିଡିଏଟ୍‌ ଓ ବିଜ୍ଞାନରେ ସ୍ନାତକ ଡିଗ୍ରୀ ହାସଲ କରିଥିଲେ। ପାଠପଢ଼ା ବେଳୁ ଅଭିନୟ ପ୍ରତି ଉତ୍ତମଙ୍କର ଅହେତୁକ ଦୁର୍ବଳତା ପରବର୍ତ୍ତୀ ସମୟରେ ତାଙ୍କୁ ମନୋରଞ୍ଜନ ଦୁନିଆରେ ପ୍ରତ୍ୟକ୍ଷ ଅଭିନୟ ପାଇଁ ଟାଣିନେଇଥିଲା। ତେବେ ଉତ୍ତମ ସ୍ନାତକ ଶିକ୍ଷା ପରେ ଚାର୍ଟାର୍ଡ ଆକାଉଣ୍ଟାନ୍ସି ପଢ଼ିବା ପାଇଁ ଲୁଧିଆନା ଯାଇଥିଲେ। ୧୯୭୭ରେ ଅଭିମାନ ଚଳଚ୍ଚିତ୍ରରେ କ୍ୟାରିୟର ଆରମ୍ଭ କରିଥିବା ଉତ୍ତମ ପରବର୍ତ୍ତୀ ସମୟରେ ୧୫୦ରୁ ଊର୍ଦ୍ଧ୍ୱ ସିନେମାରେ ଅଭିନୟ କରି ଦର୍ଶକଙ୍କ ହୃଦୟ ଜିଣିପାରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?