ପିଲା ପାଇଁ କ୍ଷୀର ନେବାକୁ ଓହ୍ଲାଇଥିବା ବେଳେ ଛାଡ଼ିଦେଲା ଟ୍ରେନ୍‌, ପଛରେ ଦୌଡ଼ିବାକୁ ଲାଗିଲେ ମା’…ଭାବବିହ୍ବଳ କରୁଛି Video

କଥାରେ ଅଛି ଭଗବାନ ସବୁ ସ୍ଥାନରେ ଉପସ୍ଥିତ ରହିପାରିବେ ନାହିଁ, ଏଣୁ ସେ ମା’ର ସୃଷ୍ଟି କରିଛନ୍ତି। ମା’ ଥିଲେ ପିଲା ଉପରେ କୌଣସି ବିପଦ ଆସି ନ ଥାଏ। ସେ ପିଲାର ସବୁ ଆବଶ୍ୟକତାକୁ ବୁଝିଥାଏ ଏବଂ ପୂରଣ କରିଥାଏ। ହେଲେ ଏମିତି କରିବା ବେଳେ କେବେ କେବେ ସେ ଅସୁବିଧାରେ ପଡ଼ିଯାଇଥାଏ। ଏଭଳି ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି।
ଭାଇରାଲ ଭିଡିଓରେ ଜଣେ ମହିଳା ଟ୍ରେନ୍‌ରେ ଯାତ୍ରା କରୁଥିବା ବେଳେ ଷ୍ଟେଶନରେ ଓହ୍ଲାଇ ପିଲା ପାଇଁ କ୍ଷୀର ନେବାକୁ ଯାଇଛନ୍ତି। ସେ ଫେରିବା ବେଳକୁ ଟ୍ରେନ୍‌ଟି ଛାଡ଼ି ଦେଉଛି। ସେ ଚିନ୍ତାରେ ପଡ଼ି ଯାଉଛନ୍ତି। ଏପରିକି ଚଳନ୍ତା ଟ୍ରେନ୍‌ ପଛରେ ଦୌଡ଼ୁଛନ୍ତି। ଏହି ସମୟରେ ଟ୍ରେନ୍‌ ଗାର୍ଡ ଭଗବାନଙ୍କ ଦୂତ ଭଳି ଆସି ମହିଳାଙ୍କୁ ତାଙ୍କ ଅସୁବିଧା ବିଷୟରେ ପଚାରିଥିଲେ।
ମହିଳାଜଣଙ୍କ ନିଜର ସମସ୍ୟା କହିବା ପରେ ଗାର୍ଡ ଟ୍ରେନ୍‌ ରୋକିଥିଲେ। ପରେ ମହିଳାଜଣଙ୍କ ଖୁସିରେ ଟ୍ରେନ୍‌ରେ ଚଢ଼ିଥିଲେ। ଏକ୍ସରେ ଏହି ଘଟଣାର ଭିଡିଓ ଭାଇରାଲ ହେଉଛି। ଏଯାବତ ୧.୩ ମିଲିୟନ ଲୋକେ ଏହାକୁ ଦେଖି ସାରିଛନ୍ତି। ଏଥିରେ ଲୋକେ ହୃଦୟସ୍ପର୍ଶୀ ପ୍ରତିକ୍ରିୟା ମଧ୍ୟ ରଖୁଛନ୍ତି।
ଦେଖନ୍ତୁ ଭିଡିଓ:


Enter your email to get our daily news in your inbox.

All Right Reserved By Dharitri.Com

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

ଇରାନ ଉପରେ ଆଜି ହେବ ‘ଭୟଙ୍କର’ ଆକ୍ରମଣ: ଟ୍ରମ୍ପଙ୍କ ଘୋଷଣା ପରେ ସାରା ବିଶ୍ୱରେ ହଇଚଇ, ପଡ଼ୋଶୀ ଦେଶକୁ…

ୱାଶିଂଟନ/ତେହେରାନ,୭।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପ୍ରତିଦିନ ଭୟଙ୍କର ରୂପ ନେଉଛି। ମଧ୍ୟପ୍ରାଚ୍ୟର ଅନେକ ସହର ଏହି ସାମରିକ ସଂଘର୍ଷରେ ଛାରଖାର ହୋଇଯାଇଥିବା ବେଳେ,…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ବସ୍‌କୁ ଧକ୍କା ଦେଇ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

କୋକସରା,୭ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଥାନା ଲଡୁଗାଁ-ଚିକିଲି ରାସ୍ତାର ପେଟ୍ରୋଲ ପମ୍ପ ନିକଟରେ ଏକ ଦୁର୍ଘଟଣା ଘଟିଛି। ରାସ୍ତା କଡରେ ଛିଡା ହୋଇଥିବା ଏକ ବସ୍‌କୁ…

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

ଫାଇନାଲ ମ୍ୟାଚ୍‌ ପୂର୍ବରୁ ନ୍ୟୁଜିଲାଣ୍ଡ ଅଧିନାୟକଙ୍କ ବଡ଼ ବୟାନ, ଯଦି ଆମକୁ ହୃଦୟ ଭାଙ୍ଗିବାକୁ ପଡ଼େ…

ଅହମଦାବାଦ,୭।୩: ଟୁର୍ନାମେଣ୍ଟ ଜିତିବା ପାଇଁ ଆମେ ଫେଭରାଇଟ୍‌ ଦଳ ନୁହେଁ। କିନ୍ତୁ ଥରେ ଟ୍ରଫି ଉଠାଇବା ପାଇଁ ଯଦି ଆମକୁ କିଛି ହୃଦୟ ଭାଙ୍ଗିବାକୁ ପଡ଼େ, ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri