ଭୁଶୁଡ଼ିଲା ନୀଳମାଧବ ମନ୍ଦିର ମେଘନାଦ ପାଚେରୀ ଗାର୍ଡ ୱାଲ

ଖଣ୍ଡପଡ଼ା,୨୫।୯(ଅଜୟ କୁମାର ମହାରଣା): ଜଗନ୍ନାଥ ସଂସ୍କୃତିର ଆଦିପୀଠ ଭାବେ ପରିଚିତ କଣ୍ଟିଲୋର ଶ୍ରୀ ନୀଳମାଧବ ମନ୍ଦିର। ଲଗାଣ ବର୍ଷାରେ ଶୁକ୍ରବାର ମନ୍ଦିରର ଉତ୍ତର ପୂର୍ବ(ସ୍ନାନ ମଣ୍ଡପକୁ ସଂଲଗ୍ନ) ମେଘନାଦ ପାଚେରୀର ସୁରକ୍ଷା ଗାର୍ଡ ୱାଲର ପ୍ରାୟ ୩୦ ଫୁଟ ଭୁଶୁଡ଼ି ପଡିଛି। ସେତିକିବେଳେ ନିୟୋଜିତ ଥିବା ୧୦ରୁ ଊଦ୍ଦର୍‌ବ ମନ୍ଦିର ସଫେଇ କର୍ମଚାରୀ ଅଳ୍ପକେ ବର୍ତ୍ତିଯାଇଛନ୍ତି।

ଏହି ସମ୍ପର୍କରେ ଖଣ୍ଡପଡ଼ା ତହସିଲଦାର ତଥା ଦେବୋତ୍ତର କାର୍ଯ୍ୟ ନିର୍ବାହୀ ଅଧିକାରୀ ବିଶ୍ୱବିଶ୍ରୁତ ତ୍ରିପାଠୀଙ୍କୁ ଅବଗତ କରିବା ପରେ ସେ ଜିଲାପାଳକୁ ଅବଗତ କରିବେ ବୋଲି ସୂଚନା ଦେଇଛନ୍ତି । ପରେ ତହସିଲଦାର ତ୍ରିପାଠୀ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ସମୀକ୍ଷା କରିବା ସହ ମନ୍ଦିରର ଅନ୍ୟାନ୍ୟ ଅସୁରକ୍ଷିତ ସ୍ଥାନ ଦେଖି ତୁରନ୍ତ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯିବ ବୋଲି ସୂଚନା ଦେଇଛନ୍ତି ।

ସୂଚନା ଯୋଗ୍ୟ, ବହୁ ପୁରାତନ ଏହି ମନ୍ଦିରର ମେଘନାଦ ପାଚେରୀ ସହିତ ମନ୍ଦିର ପ୍ରାଙ୍ଗଣରେ ଫାଟ ସୃଷ୍ଟି ହୋଇଥିବା ଖବର ଧରିତ୍ରୀରେ ପୂର୍ବରୁ ପ୍ରକାଶିତ ହୋଇଥିଲା। ଏହାର ସ୍ଥାୟୀ ପ୍ରତିକାର ଦିଗରେ ପ୍ରତ୍ନତତ୍ତ୍ୱ ବିଭାଗ ଦୃଷ୍ଟି ନ ଦେଇ କେବଳ ମରାମତି କରି ଦାୟିତ୍ୱ ସମ୍ପନ୍ନ କରିଥିବା ଅଭିଯୋଗ ହୋଇଥିଲା।

ଏପରିକି ମନ୍ଦିରର ଉତ୍ତର ଏବଂ ପଶ୍ଚିମ ପାର୍ଶ୍ୱ ମେଘନାଦ ପାଚେରୀ ଦବୁଥିବା ବେଳେ ଏଥିପ୍ରତି ପ୍ରତ୍ନତତ୍ତ୍ୱ ବିଭାଗ ଦୃଷ୍ଟି ଦେଇ ତୁରନ୍ତ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ସାଧାରଣର ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୁଷୋତ୍ତମପୁର ସହରରେ ପଶିଲା ବନ୍ୟାପାଣି: ସ୍ଥିତି ପରଖିଲେ ଉପଜିଲାପାଳ

ପୁରୁଷୋତ୍ତମପୁର, ୨୫।୯ (ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଚାରିଦିନ ହେଲା ଲଗାଣ ବର୍ଷା ଲାଗିରହିଛି। ଏହି…

ଲଘୁଚାପଜନିତ ଲଗାଣ ବର୍ଷା: ଘର ଉପରେ ପଡ଼ିଲା ଗଛ

ମହାକାଳପଡ଼ା,୨୫।୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): ଲଘୁଚାପଜନିତ ଲଗାଣ ବର୍ଷା ଓ ପବନ ଯୋଗୁ ମହାକାଳପଡ଼ା ବ୍ଲକରେ ଏକ ଅଘଟଣ ଘଟିଛି। ନାଞ୍ଜୁରା ପଞ୍ଚାୟତ ଅନ୍ତର୍ଗତ ତନ୍ତିଆପାଳ-ଭୋପାଳ ଗ୍ରାମର…

ସୂର୍ଯ୍ୟ-ଶୁକ୍ରଙ୍କ ଶୁକ୍ରାଦିତ୍ୟ ରାଜଯୋଗ: ୨୦୨୭ ପୂର୍ବରୁ ମାଲାମାଲ ହେବେ ୪ ରାଶି, ଚାକିରିରେ ପଦୋନ୍ନତି!

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ସୂର୍ଯ୍ୟ ଓ ଶୁକ୍ରଙ୍କ ଯୁତିରୁ ଶୁକ୍ରାଦିତ୍ୟ ରାଜଯୋଗ ଗଠନ ହେବ। ଏହି ଯୋଗ ୪ଟି ରାଶି ପାଇଁ ଶୁଭ ଫଳ ଆଣିପାରେ। ମେଷ,…

ବର୍ଷା କମିଛି, ଆତଙ୍କ ଥମିନି: କାନ୍ଥ ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ

ଭଞ୍ଜନଗର, ୨୫।୯(ବାବୁଲା ପ୍ରଧାନ):ଗଞ୍ଜାମ ଜିଲାରେ ଲଗାଣ ବର୍ଷା ପରେ ଶୁକ୍ରବାର ବର୍ଷାର ପରିମାଣ କିଛିଟା କମିଥିଲେ ମଧ୍ୟ ଲୋକଙ୍କ ମନରୁ ଆତଙ୍କ ଥମିନାହିଁ। ବେଲଗୁଣ୍ଠ ବ୍ଲକ ଉଡ୍ରା…

ବର୍ଷାରେ ଭାଙ୍ଗିଲା ଘର: ତାର୍ପୋଲିନ ଯୋଗାଇଦେଲେ ତହସିଲଦାର

କେସିଙ୍ଗା, ୨୫।୯(ତୁମେଶ୍ୱର ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଓ ପବନ ଯୋଗୁ କେସିଙ୍ଗା ବ୍ଲକର ବିଭିନ୍ନ ଅଞ୍ଚଳରେ ଘର ଭାଙ୍ଗିବା ସହ ଚାଷଜମିରେ ମଧ୍ୟ କ୍ଷୟକ୍ଷତି ହେଉଥିବା…

୨୭ ବର୍ଷର ସଂଘର୍ଷ ପରେ ୫୯ ବର୍ଷରେ ପାଇଲେ ସରକାରୀ ଚାକିରି; ୧୯୯୯ରୁ କରୁଥିଲେ ପ୍ରସ୍ତୁତି, ଜାଣନ୍ତୁ ରୋଚକ କାହାଣୀ

ନୂଆଦିଲ୍ଲୀ,୨୫।୯: ବୟସ ୫୯ ବର୍ଷ। ଦୀର୍ଘ ୨୭ ବର୍ଷର ସଂଘର୍ଷ ପରେ ଶେଷରେ ପୂରଣ ହୋଇଛି ସରକାରୀ ଶିକ୍ଷକ ହେବାର ସ୍ୱପ୍ନ । ଉତ୍ତରପ୍ରଦେଶର ବାଗପତ ଜିଲାର…

ବଡ଼ ସୂଚନା ଦେଲେ ରାଜସ୍ବ ମନ୍ତ୍ରୀ: ଏହି ଜିଲା ଦେଇ ଗତି କରିବ ଅବପାତ, ଏସବୁ ସ୍ଥାନରେ ଭୀଷଣ ବର୍ଷା!

ଭୁବନେଶ୍ୱର, ୨୫।୯: ଆସନ୍ତା ୨୪ ଘଣ୍ଟା ସତର୍କ ରହିବାକୁ ପଡ଼ିବ କହିଲେ ରାଜସ୍ବ ମନ୍ତ୍ରୀ। ଅବପାତ ବରଗଡ଼ ଦେଇ ଛତିଶଗଡ଼ ଆଡ଼କୁ ଯିବ। ଏହି ସମୟରେ ଝାରସୁଗୁଡ଼ା,…

ହାତୀନଦୀରେ ବଡ଼ ବନ୍ୟା, ଶହଶହ ଏକର ଚାଷ ଜମି ଜଳମଗ୍ନ

ଭବାନୀପାଟଣା,୨୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ୩ ଦିନ ଧରି ଲଗାଣ ବର୍ଷା ଏବଂ ଇନ୍ଦ୍ରାବତୀ ମଙ୍ଗଳପୁର ବ୍ୟାରେଜରୁ ୪ଟି ଗେଟ ଖୋଲାଯିବା ପରେ ଶୁକ୍ରବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?