କେନ୍ଦ୍ରାପଡ଼ାରେ ଚାଞ୍ଚଲ୍ୟ, କଲେଜରେ ପଶି ଅଧ୍ୟାପିକାଙ୍କୁ ଅସଦାଚରଣ କଲେ….

କେନ୍ଦ୍ରାପଡା,୭।୧୦(ଜଗନ୍ନାଥ ଧଳ): କେନ୍ଦ୍ରାପଡା ସଦର ଥାନା ଅଧୀନ ଏକ କେଲଜ ଅଧ୍ୟାପିକାଙ୍କୁ ଅସଦାଚରଣ କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଜଣେ ଅଭିଭାବକ କଲେଜରେ ପଶି ତାଙ୍କୁ ଅସଦାଚରଣ କରିଥିବା ନେଇ ସାମାଜିକ ଗଣମାଧ୍ୟମରେ ଚର୍ଚ୍ଚାର ବିଷୟ ପାଲଟିଛି । ଏହି ଘଟଣା ଗତ ସେପ୍ଟେମର ୨୮ ତାରିଖରେ ହୋଇଥିଲେ ମଧ୍ୟ ଥାନା ଅଥବା କଲେଜ କର୍ତ୍ତୃପକ୍ଷ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିନଥିବା ଜଣାପଡ଼ିଛି ।

ଅଭିଯୋଗ ଅନୁଯାୟୀ ଅଧ୍ୟାପିକା ଗତ ସେପ୍ଟେମ୍ବର ୨୮ରେ କ୍ଲାସ ନେବାରେ ବିଳମ୍ବ କରିଥିଲେ ଅଧ୍ୟାପିକା । ଏହାପରେ ଚଳିତ ମାସ ଏକ ତାରିଖରେ ସଂପୃକ୍ତ ଛାତ୍ରୀଙ୍କ ବାପା କଲେଜକୁ ଆସି ଅଧ୍ୟାପିକାଙ୍କୁ ଗାଳିଗୁଲଜ କରିବା ସହିତ ଜୀବନରୁ ମାରିଦେବାକୁ ଧମକ ଦେଇଥିଲେ । ଏନେଇ କଲେଜରେ ଅଭିଯୋଗ କରିଥିଲେ ମଧ୍ୟ କୌଣସି ସୁଫଳ ନ ମିଳିବାରୁ ସେ ସଦର ଥାନାରେ ଗତ ତିନି ତାରିଖରେ ଅଭିଯୋଗ ପତ୍ର ଦାଖଲ କରିଛନ୍ତି । ଏସମ୍ପର୍କରେ ଥାନା ଅଧିକାରିଣୀ ପଦ୍ମାଳୟା ପ୍ରଧାନ କରିଛନ୍ତିଯେ, ଅଭିଯାଗକୁ ଭିତ୍ତି କରି ଏକ ମାମଲା ( ନଂ- 608/26) ରୁଜୁ ସହ ତଦନ୍ତ ଚାଲିଛି ।

ଅପରପକ୍ଷରେ କଲେଜ ଅଧ୍ୟକ୍ଷା କହିଛନ୍ତିଯେ ଏନେଇ ଷ୍ଟାଫ ମିଟିଂ ଡାକି ଆଲୋଚନା ହୋଇଥିଲା। ସେହିପରି ଇଂଟରନାଲ କମ୍ପ୍ଲେନ କମିଟି ବୈଠକରେ ଆଲୋଚନା ହୋଇଥିଲେ ମଧ୍ୟ ଅଧ୍ୟାପିକା ସମ୍ପୂର୍ଣ୍ଣ ଭାବେ ସହଯୋଗ କରୁନାହାନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆଡଭାନୀଙ୍କୁ ବାସଭବନରେ ସାକ୍ଷାତ କଲେ ମୋଦି, କହିଲେ….

ନୂଆଦିଲ୍ଲୀ,୭।୧୦: ଭାରତୀୟ ରାଜନୀତିରେ ନରେନ୍ଦ୍ର ମୋଦିଙ୍କ ଶାସନ ଯାତ୍ରାକୁ ୨୫ ବର୍ଷ ପୂରିଛି। ଏହି ଅବସରରେ ବୁଧବାର ଭାଜପାର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀଙ୍କୁ ତାଙ୍କ ବାସଭବନରେ…

ରଣଜୀ ଟିମ୍‌ରେ କଳାହାଣ୍ଡିର ଦିନେଶ ମାଝୀ, ଛୁଟୁଛି ଶୁଭେଚ୍ଛାର ସୁଅ

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ): ଓଡ଼ିଶା କ୍ରିକେଟ ଆସୋସିଏସନ୍ ପକ୍ଷରୁ ୨୦୨୬-୨୭ ସିଜନ ଡୋମେଷ୍ଟିକ୍ ବିସିସିଆଇ ଟୁର୍ନାମେଣ୍ଟର ପ୍ରଥମ ଦୁଇଟି ମ୍ୟାଚ୍ ପାଇଁ ଓଡ଼ିଶା ରଣଜୀ ଦଳର ୧୭…

ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀଙ୍କ ଆନ୍ଦୋଳନ ଜାରି, ରାହୁଲଙ୍କୁ ଉଠାଇ ନେଲା ପୋଲିସ

ନୂଆଦିଲ୍ଲୀ,୭।୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀ ଦଳଗୁଡ଼ିକର ଆନ୍ଦୋଳନ ଥମିବାର ନାଁ ନେଉନାହିଁ । ମଙ୍ଗଳବାର ଦିନତମାମ ଧାରଣା ପରେ ଆଜି ‘ଇଣ୍ଡିଆ’…

ପାଟପୁରରେ ଦକ୍ଷିଣ ଓଡ଼ିଶା ବାଳିକା କବାଡ଼ି ପ୍ରତିଯୋଗିତା; ଗଜପତି ଜିଲାର ରାମଗିରି ଚାମ୍ପିୟନ, ମାଲକାନଗିରି ଉପ ବିଜେତା

ଦିଗପହଣ୍ଡି,୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ସ୍ଥିତ ବିଶ୍ୱାସରାୟ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ କବାଡ଼ି ପ୍ରତିଯୋଗିତା ଜାରି ରହିଥିଲା…

ଛାତ୍ର ସଂସଦ ନିର୍ବାଚନକୁ ନେଇ ବଲାଙ୍ଗୀର କଲେଜରେ ଉତ୍ତେଜନା

ବଲାଙ୍ଗୀର,୭ା୧୦(ସୁନିଲ କୁମାର ମହାନ୍ତି): କଲେଜ ନିର୍ବାଚନକୁ ନେଇ ଏବେଠୁ ବଲାଙ୍ଗିର ଜିଲାରେ ଉତ୍ତେଜନା ଦେଖାଦେଲାଣି। ବଲାଙ୍ଗୀର ପୁଇଁନ୍ତଳା ନିକଟରେ ଥିବା ସରକାରୀ ବଲାଙ୍ଗୀର କଲେଜରେ ଉତ୍ତେଜନା ଦେଖାଦେବା…

୫୮ ବର୍ଷ ପରେ ନବରାତ୍ରୀରେ ଦୁର୍ଲଭ ମହାସଂଯୋଗ: ଫିଟିବ ଏହି ୩ ରାଶିର ଭାଗ୍ୟ, ଧନ ବର୍ଷା ସହ ମିଳିବ ବଡ଼ ଚାକିରିର ଅଫର୍‌

୧୧ ଅକ୍ଟୋବର ୨୦୨୬ରୁ ଶାରଦୀୟ ନବରାତ୍ରୀ ଆରମ୍ଭ ହେବାକୁ ଯାଉଛି, ଯାହାକୁ ଏଥର ବେଶ ଖାସ ବୋଲି ଧରାଯାଉଛି। ପ୍ରକୃତରେ, ବହୁ ବର୍ଷ ପରେ ନବରାତ୍ରୀ ସମୟରେ…

କେତେ ସମ୍ପତ୍ତିର ମାଲିକ ରାହୁଲ ଗାନ୍ଧୀ? କେବଳ ଅଫିସର ଦାମ ୯ କୋଟି! ଜାଣନ୍ତୁ ନେଟଓ଼୍ବର୍ଥ

ନୂଆଦିଲ୍ଲୀ,୭।୧୦: ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ପ୍ରାୟତଃ ନିଜର ରାଜନୈତିକ ନିଷ୍ପତ୍ତି ଏବଂ ସରକାରଙ୍କ ବିରୋଧରେ ଦେଉଥିବା ବୟାନକୁ ନେଇ ଚର୍ଚ୍ଚାରେ ରହିଥାନ୍ତି।…

ବିକଶିତ ଓଡ଼ିଶା ଗଠନରେ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ, ଡବଲ୍‌ ଇଞ୍ଜିନ ସରକାରରେ…

ଖୋର୍ଦ୍ଧା,୭।୧୦(ପ୍ରଭାତ ପାଣିଗ୍ରାହୀ): ‘ବିକଶିତ ଭାରତ’ ସହ ‘ବିକଶିତ ଓଡ଼ିଶା’ ଗଠନ ପ୍ରକ୍ରିୟାରେ ସମସ୍ତ ନାଗରିକ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆହ୍ୱାନ ଦେଇଛନ୍ତି। ପ୍ରଧାନମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?