ସ୍କୁଲରେ ତାଲା ପକାଇଲେ ଅଭିଭାବକ

ଗଞ୍ଜାମ,୮ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅଧୀନ ପାଳିବନ୍ଧ ପଞ୍ଚାୟତ ଖଟୁଆକୁଦା ଗ୍ରାମ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବିଜ୍ଞାନ ଶିକ୍ଷକ ଦିବ୍ୟସିଂହ ପଲାଇଙ୍କୁ ବଦଳି କରାଯାଇଛି। ଯାହାକୁ ନେଇ ଛାତ୍ରୀଛାତ୍ର ଓ ଅଭିଭାବକ ମହଲରେ ତୀବ୍ର ଅସନ୍ତୋଷ ଦେଖା ଦେବା ସହ ଶନିବାର ସ୍କୁଲ ଫାଟକରେ ତାଲା ପକାଇ ଧାରଣାରେ ବସିଥିଲେ। ଶିକ୍ଷକଙ୍କ ବଦଳି ବାତିଲ କରିବାକୁ ଶ୍ଲୋଗାନ ଦେଇଥିଲେ।

ଏହି ପ୍ରତିବାଦକୁ ହୁମା ସମିତି ସଭ୍ୟ ଧୂର୍ବ ଚରଣ ପଲାଇ ଦୃଢ ସମର୍ଥନ କରିଛନ୍ତି। ଫଳରେ ଶିକ୍ଷକମାନେ ଦୀର୍ଘ ସମୟ ପର୍ଯ୍ୟନ୍ତ ବାହାରେ ଠିଆ ହୋଇଥିବା ଦେଖିବାକୁ ମିଳିଥିଲା। ଏଠାରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଶ୍ରେଣୀ ଗୃହ ଥିବାବେଳେ ତିନିଜଣ ଶିକ୍ଷକ ନିଯୁକ୍ତି ଥିଲେ।

ସ୍କୁଲ ପରିଚାଳନା କମିଟି ପକ୍ଷରୁ ବାରମ୍ବାର ଦାବି ପରେ ଗତ କିଛି ମାସ ତଳେ ଜଣେ ଶିକ୍ଷକଙ୍କୁ ଏଠାରେ ନିଯୁକ୍ତ କରିଥିଲେ ବ୍ଲକ ଶିକ୍ଷା ବିଭାଗ। ଗଣିତ ଏବଂ ବିଜ୍ଞାନ ଭଳି ଗୁରୁତ୍ୱପୂର୍ଣ୍ଣ ବିଭାଗୀୟ ଶିକ୍ଷକଙ୍କୁ ବଦଳି କରିଲେ ପିଲାମାନେ କିଭଳି ଶିକ୍ଷା ଲାଭ କରିବେ ବୋଲି ପରିଚାଳନା କମିଟି ସଭାପତି ଶବର ତରାଇ ପ୍ରଶ୍ନ କରିଛନ୍ତି। ଶିକ୍ଷକଙ୍କ ବଦଳି ପ୍ରତ୍ୟାହାର କରା ନ ଗଲେ ଆଗାମୀ ଦିନରେ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ଘେରାଉ କରାଯିବ ବୋଲି ସ୍କୁଲ ପରିଚାଳନା କମିଟି ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ କର୍ମଚାରୀଙ୍କୁ ମିଳିବନି ପେନସନ, ଯଦି କରୁଥିବେ ଏହି ଭୁଲ!

ନୂଆଦିଲ୍ଲୀ,୨୫।୧୨: ସରକାରୀ କର୍ମଚାରୀମାନେ ପ୍ରାୟତଃ ଭାବନ୍ତି ଯେ ଯଦି ସେମାନେ ସମୟ ପୂର୍ୱରୁ ଇସ୍ତଫା ଦିଅନ୍ତି ତେବେ ସେମାନେ ପେନସନ ପାଇବେ କି ନାହିଁ। ସୁପ୍ରିମକୋର୍ଟ...

Christmas 2025: ଖ୍ରୀଷ୍ଟମାସରେ ସାଣ୍ଟା ସବୁବେଳେ କାହିଁକି ମୋଜାରେ ଦିଅନ୍ତି ଉପହାର? ଜାଣନ୍ତୁ ଏହା ପଛରେ ଥିବା ରୋଚକ କାହାଣୀ

ନୂଆଦିଲ୍ଲୀ: ଡିସେମ୍ବର ୨୫ରେ ପାଳିତ ଖ୍ରୀଷ୍ଟମାସ କେବଳ ଏକ ପର୍ବ ନୁହେଁ, ବରଂ ଆନନ୍ଦ ଏବଂ ଆଶାର ଦିନ। ଏହି ଦିନ ପିଲାମାନେ ସବୁଠାରୁ ଅଧିକ...

ବର୍ଷର ଶେଷ ଗୁରୁବାରରେ ଅଦ୍ଭୁତ ସଂଯୋଗ, ମିଥୁନ ସମେତ ୫ ରାଶିଙ୍କୁ ଖ୍ରୀଷ୍ଟମାସରେ ହେବ ଧନବର୍ଷା!

ଆଜି ୨୦୨୫ ମସିହା ଡିସେମ୍ୱର ମାସ ୨୫ ତାରିଖ ଗୁରୁବାର। ଗୁରୁବାର ବ୍ରହ୍ମାଣ୍ଡର ଶାସକ ଏବଂ ଦେବତାମାନଙ୍କ ଗୁରୁ ବୃହସ୍ପତିଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ। ଏହା ବ୍ୟତୀତ,...

ଅଧ୍ୟାପକ ନିଯୁକ୍ତିରେ ଲାଗୁହେବ ସଂରକ୍ଷଣ ନୀତି

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ରାଜ୍ୟର ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟରେ ଯେପରି ଅଧ୍ୟାପକ ଅଭାବ ରହିବ ନାହିଁ ଏବଂ ସବୁ ବର୍ଗଙ୍କୁ ଉପଯୁକ୍ତ ନିଯୁକ୍ତି ସୁଯୋଗ ମିଳିବ,...

ବଡ଼ ଦିନରେ ବଡ଼ ଅଘଟଣ, ବସ-ଟ୍ରକ ଧକ୍କାରେ ଜୀବନ୍ତ ଜଳିଗରେ ୧୭ ଯାତ୍ରୀ

ବେଙ୍ଗାଲୁରୁ,୨୫।୧୨: ଗୁରୁବାର ସକାଳେ କର୍ନାଟକର ଚିତ୍ରଦୁର୍ଗ ଜିଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୧୨ ରୁ ଅଧିକ ଲୋକ ପୋଡ଼ି ମୃତ୍ୟୁବରଣ କରିଛନ୍ତି। ହିରିୟୁର ତାଲୁକର...

ଏଇ ଭାରତରେ

ପଲିଥିନ ବ୍ୟବହାର ଉପରେ କଟକଣା ଲାଗୁ ହୋଇଥିଲେ ମଧ୍ୟ ଏହାର ବ୍ୟବହାର ପୂର୍ୱଭଳି ଜାରି ରହିଛି। ଅଧିକାଂଶ ଲୋକ ବ୍ୟାଗ୍‌ ନ ନେଇ ପଲିଥିନରେ ପରିବା...

ଯିଶୁଖ୍ରୀଷ୍ଟଙ୍କ ଜନ୍ମ ମହତ୍ତ୍ୱ

ଶ୍ୱର ଜଗତକୁ ଏତେ ପ୍ରେମ କଲେ ଯେ, ତାଙ୍କ ନିଜର ଅଦ୍ୱିତୀୟ ପୁତ୍ର ପ୍ରଭୁ ଯିଶୁଙ୍କୁ ପୃଥିବୀକୁ ପଠାଇଲେ। ଏଣୁ ଯେ କେହି ଯିଶୁଙ୍କଠାରେ ବିଶ୍ୱାସ...

ଗାନ୍ଧୀ ନୂଅଁାଖାଇ

ନୂଆ ଫସଲ ଅମଳ ପରେ ଆମ ଓଡ଼ିଶାରେ ବିଭିନ୍ନ ତିଥି ନେଇ ନୂଅଁାଖାଇ ପାଳନ କରାଯାଏ। ବିଶେଷକରି ଓଡ଼ିଶାର ପଶ୍ଚିମାଞ୍ଚଳରେ ନୂଆଖାଇ ବା ନୂଅଁାଖାଇ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri