ବିଇଓ ଅଫିସ ଘେରିଲେ ଅଭିଭାବକ

ଗଞ୍ଜାମ,୧୦ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଖଟୁଆକୁଦା ଗ୍ରାମ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବିଜ୍ଞାନ ଶିକ୍ଷକ ଦିବ୍ୟସିଂହ ପଲାଇଙ୍କ ବଦଳି ପ୍ରତ୍ୟାହାର ଦାବି ଜୋର ଧରିଛି। ଶିକ୍ଷକଙ୍କ ବଦଳିକୁ ବିରୋଧ କରି ପ୍ରଥମେ ଛାତ୍ରୀଛାତ୍ର ଓ ଅଭିଭାବକ ସ୍କୁଲ ମୁଖ୍ୟ ଫାଟକରେ ତାଲା ପକାଇ ଧାରଣା ଦେଇଥିଲେ। ସୋମବାର ଅଭିଭାବକମାନେ ବିଇଓ କାର୍ଯ୍ୟାଳୟରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ବିଇଓ ଦାୟିତ୍ୱରେ ଥିବା ସୁଚିତ୍ରା ପାଣିଗ୍ରାହୀ ଅଭିଭାବକଙ୍କ ସହ ଆଲୋଚନା କରିଥିଲେ। ଖୁବଶୀଘ୍ର ବିଜ୍ଞାନ ଶିକ୍ଷକ ନିଯୁକ୍ତି ଦିଆଯିବ ବୋଲି ସେ ପ୍ରତିଶ୍ରୁତି ଦେବାରୁ ଆନ୍ଦୋଳନ ପ୍ରତ୍ୟାହୃତ ହୋଇଛି। ପ୍ରକାଶ ଯେ, ଏହି ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଶ୍ରେଣୀ ଗୃହ ଥିବା ବେଳେ ୩ ଜଣ ଶିକ୍ଷକ ନିଯୁକ୍ତି ଥିଲେ। ପରିଚାଳନା କମିଟି ବାରମ୍ବାର ଦାବି କରିବା ପରେ ଜଣେ ଶିକ୍ଷକଙ୍କୁ ନିଯୁକ୍ତି ଦିଆଯାଇଥିଲା। ଅନ୍ୟପଟେ ପ୍ରଧାନ ଶିକ୍ଷକ ୬ ମାସ ପରେ ଅବସର ନେବେ। ତେଣୁ ପିଲାମାନଙ୍କ ସ୍ବାର୍ଥ ଦୃଷ୍ଟିରୁ ଶିକ୍ଷା ବିଭାଗ ଦୃଷ୍ଟି ଦେବାକୁ ଅଭିଭାବକ ମାନେ ଦାବି କରିଛନ୍ତି। ବିଇଓଙ୍କ ସହ ଆଲୋଚନା ବେଳେ ପରିଚାଳନା କମିଟି ସଭାପତି ଶବର କୁମାର ତରାଇ, ବୃନ୍ଦାବନ ପ୍ରଧାନ, ଧନୁ ସାହୁ, ଅଜୟ ପ୍ରଧାନ, ପିଣ୍ଟୁ ସାହୁ, ଶଙ୍କର ପରିଡା, ବିଷ୍ଣୁ ସାହୁ, ଗଙ୍ଗା ସ୍ବାଇଁ, ସଞ୍ଜୟ ସାହୁ, କାଳିଆ ପ୍ରଧାନ, ବଳି ତରାଇ, କାଳିଆ ସାହୁ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ଶୋଇଥିଲା ୨ ମାସର ଶିଶୁ, ହଠାତ୍‌ ଲାଗିଗଲା ନିଆଁ, ଆଉ ତା’ପରେ…

ଖଜୁରିପଡ଼ା, ୩ା୫(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଟିଟ୍ରାପଙ୍ଗା ପଞ୍ଚାୟତ ତିଲକପଡ଼ା ଗ୍ରାମର ଶୁଭେନ୍ଦୁ ଦିଗାଲଙ୍କ ଘରେ ନିଆଁ ଲାଗି ଆସବାପତ୍ର ପୋଡ଼ି ପାଉଁଶ ହୋଇଯାଇଛି।…

ମିକ୍ସଚର ମେସିନ୍ ଗାଡ଼ି ଓଲଟିବା ଘଟଣା, ଚାପି ହୋଇ ଚାଲିଗଲା ଡ୍ରାଇଭରଙ୍କ ଜୀବନ

ଭଞ୍ଜନଗର,୩।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଦଶପଲ୍ଲା ମୁଖ୍ୟ ରାସ୍ତାର ତିଲିସିଙ୍ଗିରେ ମିକ୍ସଚର ଗାଡ଼ି ଓଲଟିବା ଘଟଣାରେ ଯୁବକଙ୍କର ମୃତ୍ୟୁ ହୋଇଛି । ମୃତକ ହେଲେ ମଦନ ସିଂ…

ଶୋଇଥିବା ବେଳେ ମହିଳାଙ୍କୁ କାମୁଡିଦେଲା ସାପ, ତାପରେ….

ଛତ୍ରପୁର,୩ା୫(ଦିଲ୍ଲୀପ ସାମଲ) : ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି । ମୃତକ ହେଲେ ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ସିନ୍ଦିରାପଲ୍ଲୀ ଗ୍ରାମର ସାବିତ୍ରୀ…

ବାଲେଶ୍ବର ବଢୁଛି ଜିଞ୍ଜର କାରବାର; ମାଡି ବସିଲା ଅବକାରୀ ପୋଲିସ, ୭ଅଭିଯୁକ୍ତ ଗିରଫ

ବାଲେଶ୍ୱର,୩ା୫( ବାଞ୍ଛାନିଧି ଦେ): ଜିଞ୍ଜର ଚାଲାଣ ବେଳେ ମାଡି ବସିଲା ଅବକାରୀ ପୋଲିସ । ବାଲେଶ୍ୱର ଅବକାରୀ ଅଧିକ୍ଷକ ମନୋଜ କୁମାର ସେଠୀଙ୍କ ନିର୍ଦ୍ଦେଶକ୍ରମେ ଜିଲା ଭ୍ରାମ୍ୟମାଣ…

ପ୍ରଗତି କଲିଜିଏଟ ସ୍କୁଲର ସଫଳତା: ରଜତ ମେହେର ସ୍କୁଲ ଟପ୍ପର

ଭବାନୀପାଟଣା,୩।୫(ଉତ୍ତମ କୁମାର ଦାଶ)- ମାଧ୍ୟମିକ ଶିକ୍ଷା ପରିଷଦ ଓଡିଶା ଦ୍ୱାରା ପରିଚାଳିତ ଦଶମ ଶ୍ରେଣୀ ବାର୍ଷିକ ପରୀକ୍ଷାରେ ଭବାନୀପାଟଣା ସହର ନିକଟସ୍ଥ ପ୍ରଗତି କଲିଜିଏଟ ସ୍କୁଲ ଅପୂର୍ବ…

ମାଟ୍ରିକ ଫଳାଫଳ: ସଫଳତାର ଶୀର୍ଷରେ ଘନଶ୍ୟାମ-ଏଞ୍ଜେଲିନା, ବିଭିନ୍ନ ମହଲରୁ ଶୁଭେଚ୍ଛା

ଥୁଆମୂଳ ରାମପୁର, ୩ା୫ (ଦୁର୍ଗା କୀର୍ତ୍ତି): ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇବା ପରେ କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକର ଶିକ୍ଷା କ୍ଷେତ୍ରରେ ଏକ ନୂତନ…

କଠିନ ପରିଶ୍ରମ ଆଗରେ ହାର ମାନିଛି ଶାରିରୀକ ଅକ୍ଷମତା: ଗୋଡ଼ରେ ଲେଖି ମାଟ୍ରିକ୍‌ ପରୀକ୍ଷା ପାସ୍‌ କଲେ ଲକ୍ଷ୍ମୀ

ମାଲକାନଗିରି,୩ା୫(ଗୌରିଶଙ୍କର ପଣ୍ଡା/ଦୁର୍ଯ୍ୟୋଧନ ପାତ୍ର): ଦୃଢ଼ ଇଚ୍ଛାଶକ୍ତି ଏବଂ କଠିନ ପରିଶ୍ରମ ଆଗରେ ହାର ମାନିଛି ଶାରିରୀକ ଅକ୍ଷମତା । ମାଲକାନଗିରି ଜିଲାର ଲକ୍ଷ୍ମୀ ଖିମୁଣ୍ଡୁ ୨ ହାତ…

ଭୁବନେଶ୍ବରରେ ବଡ଼ ଦୁର୍ଘଟଣା, ଆମ ବସ୍ ଧକ୍କାରେ ଚାଲିଗଲା ବାଇକ୍ ଆରୋହୀଙ୍କ ଜୀବନ

ଭୁବନେଶ୍ବର,୩ା୫: ପୁଣି ଆମ ବସ୍ ନେଲା ଜୀବନ । ଆମ ବସ୍ ଧକ୍କାରେ ବାଇକ ଆରୋହୀଙ୍କର ମୃତ୍ୟୁ ହୋଇଛି । ସତସଙ୍ଗ ବିହାର-ବାଣୀବିହାର ମଝିରେ ଏହି ମର୍ମନ୍ତୁଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri