ଦାଗ ଲାଗିଥିବା ଏହି ମଇଳା ଜିନ୍ସର ଦାମ୍‌ ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ବର୍ତ୍ତମାନ ଲୋକମାନେ ବହୁତ ଫ୍ୟାଶନେବୁଲ ହୋଇଯାଇଛନ୍ତି। ଭିନ୍ନ ଷ୍ଟାଇଲ୍‌ ଏବଂ ଧାରା ଅନୁଯାୟୀ ପୋଷାକ ପିନ୍ଧିବାର ଶୈଳୀ ମଧ୍ୟ ବଦଳିଯାଇଛି। କେତେବେଳେ ଫ୍ୟାଶନରେ ଟାଇଟ୍‌ ଜିନ୍ସକୁ ପସନ୍ଦ କରାଯାଏ ତ ଆଉ କେତେବେଳେ ଢିଲା ଜିନ୍ସକୁ। ଠିକ୍‌ ସେହିପରି ଏବେ ଲୋକପ୍ରିୟ ବ୍ରାଣ୍ଡ ‘ଗୁଚି’ର ଏକ ନୂଆ ଜିନ୍ସର ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ଜିନ୍ସକୁ ଦେଖିବା ପରେ ଜଣେ ସାଧାରଣ ବ୍ୟକ୍ତି ଏହାକୁ କିଣିବା ପାଇଁ ଆଦୌ ହେଲେ ପସନ୍ଦ କରିବ ନାହିଁ। କିନ୍ତୁ ଫ୍ୟାଶନ ଦୂନିଆରେ ଏହାର ଚାହିଦା ବହୁତ ରହିଛି। ଦେଖିବାକୁ ଏହା ପୂରୁଣା ଏବଂ ମଇଳା ପରି ଲାଗୁଥିବା ବେଳେ ଏହାର ମୂଲ୍ୟ ରହିଛି ୫୬ ହଜାର ୫ଶହ ଟଙ୍କା। ଗୁଚିର ଓ୍ବିଣ୍ଟର ୨୦୨୦ କଲେକ୍ସନର ଏହି ଜିନ୍ସ ବଜାରକୁ ଆସିବା ପୂର୍ବରୁ ଚର୍ଚ୍ଚାରେ ରହିଛି। ପ୍ରସିଦ୍ଧ ଇଟାଲୀ ବ୍ରାଣ୍ଡର ଏହି ଜିନ୍ସକୁ ଏପରି ତିଆରି କରାଯାଇଛି ଯେ, ଦେଖିଲେ ଏହା ପୁରୁଣା ଜିନ୍ସ ପରି ମନେହେବ। ଏଥିରେ ଦାଗ ଲାଗିବା ପରି ମନେ ହେଉଥିବା ବେଳେ ଏହାର ପାଦ ନିକଟରେ ଘାସପରି ଚିହ୍ନ ରହିଛି। ଏହି ଜିନ୍ସକୁ ନେଇ ଏବେ ଚର୍ଚ୍ଚା ଜୋର୍‌ ଧରିଛି। କେହି କେହି ଏହାକୁ ପସନ୍ଦ କରୁଥିବା ବେଳେ ଆଉ କେହି ଏହାକୁ ବେକାର ବୋଲି କହୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବେଦାନ୍ତ ଆଲୁମିନିୟମରେ ଓ୍ବାର୍ଲଡ ଆର୍ଥ ଡେ

ନୂଆଦିଲ୍ଲୀ,୨୩।୪: ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବେଦାନ୍ତ ଆଲୁମିନିୟମ ପରିସରରେ ଓ୍ବାର୍ଲଡ ଆର୍ଥ ଡେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀ ପକ୍ଷରୁ...

ଏଏମ୍‌ଏନ୍‌ଏସ୍‌ ଇଣ୍ଡିଆର ନୂତନ ସିଏଚ୍‌ଡି ଉଦ୍‌ଘାଟିତ

ଭୁବନେଶ୍ୱର,୨୩।୪: ଆର୍ସେଲର ମିତ୍ତଲ ନିପ୍ପନ ଷ୍ଟିଲ୍‌ ଇଣ୍ଡିଆ ବା ଏଏମ୍‌ଏନ୍‌ଏସ୍‌ ଇଣ୍ଡିଆ ଲିମିଟେଡର ନୂତନ କମ୍ୟୁନିଟି ହେଲ୍‌ଥ ଡିସ୍‌ପେନ୍‌ସାରି (ସିଏଚ୍‌ଡି) ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ଏପରିକି...

ରିଲାଏନ୍ସ ଜିଓର ନେଟ ଲାଭ ୨୦,୪୬୬ କୋଟି

ନୂଆଦିଲ୍ଲୀ,୨୩।୪: ଦେଶର ସର୍ବବୃହତ୍‌ ଦୂରସଞ୍ଚାର ସେବା ପ୍ରଦାନକାରୀ କମ୍ପାନୀ ତଥା ରିଲାଏନ୍ସ ଜିଓ ଇନ୍‌ଫୋକମ ଲିମିଟେଡ୍‌ର ନିର୍ଦ୍ଦେଶକମଣ୍ଡଳୀ ବୈଠକ ସୋମବାର ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ...

‘ଗୁକେଶ ଭବିଷ୍ୟତର ବିଶ୍ୱ ଚାମ୍ପିୟନ’

ନୂଆଦିଲ୍ଲୀ, ୨୩ା୪(ପି.ଟି.): ମର୍ଯ୍ୟାଦାପୂର୍ଣ୍ଣ କ୍ୟାଣ୍ଡିଡେଟ୍ସ ଟୁର୍ନାମେଣ୍ଟ ଜିତି ଭାରତର ଡି. ଗୁକେଶ ଏକ ଐତିହାସିକ ସଫଳତା ହାସଲ କରିଛନ୍ତି। କେବଳ ଚେସ୍‌ ନୁହେଁ ସବୁ ମହଲରେ...

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ, ଜାଣନ୍ତୁ ବଜାର ଦାମ୍

ନୂଆଦିଲ୍ଲୀ, ୨୨।୪: ନିକଟ ଅତୀତରେ ଭାରତରେ ସୁନା ଓ ରୂପା ମୂଲ୍ୟରେ ବହୁତ ବୃଦ୍ଧି ଘଟିଛି। କିନ୍ତୁ ସୋମବାର ଏଥିରେ କିଛି ମାତ୍ରାରେ ହ୍ରାସ ପାଇଛି।...

୪ ବିଧାୟକଙ୍କ କଟିଲା ଟିକେଟ୍‌: ୬ରୁ ୫ ନୂଆମୁହଁ

ଭୁବନେଶ୍ୱର,୨୨।୪: ବିଜେଡିର ସପ୍ତମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ସୋମବାର ପ୍ରକାଶ କରିଛି। ୬ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ଘୋଷଣା ହୋଇଥିବା...

ଶିବେଇ ସାମନ୍ତରାଙ୍କ ଚତୁରତା ଲୋକମୁଖରେ ଭିନ୍ନ ରୂପ ନେଲା

ଚୁମ୍ବକଶିଳା ବସାଯିବା ପରେ ତିନିଥର ବିଫଳ ହୋଇଥିବା କାର୍ଯ୍ୟ ସଫଳ ହୋଇଥିଲା। ସହସ୍ର ମଲ୍ଲ ସେଇ ଖୁସିରେ ପୁରସ୍କାର ଘୋଷଣା କରିଥିଲେ। ଧର୍ମପଦ ମନ୍ଦିର ଶିଖରରୁ...

ସର୍ବୋତ୍ତମ ପ୍ରଯୁକ୍ତିକୁ ଗୁରୁତ୍ୱ

ଭୁବନେଶ୍ୱର,୨୨ା୪: ବ୍ରିଜ୍‌ଷ୍ଟୋନ୍‌ ଇଣ୍ଡିଆ ପ୍ରାଇଭେଟ୍‌ ଲିମିଟେଡ୍‌ର ନୂତନ ଉତ୍ପାଦ ‘ତୁରଞ୍ଜା ୬ଆଇ’ର ସର୍ବଭାରତୀୟ ଉନ୍ମୋଚନ ନିକଟରେ ହୋଇଯାଇଛି। ଏପରିକି ଯାତ୍ରୀବାହୀ ଯାନ ସେଗ୍‌ମେଣ୍ଟ ପାଇଁ ବ୍ରାଣ୍ଡ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri