ଗୁଡ଼ାରି ବ୍ଲକରେ ପହଞ୍ଚତ୍ପାରିନି ପୂର୍ତ୍ତ ବିଭାଗ ରାସ୍ତା

ଗୁଡ଼ାରି,୨୧।୯(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ଗୁଡ଼ାରି ଏନ୍‌ଏସିକୁ ସଂଯୋଗ କରୁଥିବା ସମସ୍ତ ରାସ୍ତାର ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ରାସ୍ତାଗୁଡ଼ିକରେ ବଡ଼ ବଡ଼ ଗର୍ତ୍ତ ସୃଷ୍ଟିହେବା ସହ ଉଭୟ ପାର୍ଶ୍ୱରେ ଗଛ ଉଠି ରାସ୍ତା ସଙ୍କୁଚିତ ହେବାରେ ଲାଗିଛି।

ମୁଖ୍ୟତଃ ନାଇରା ଛକରୁ ଗୁଡ଼ାରିକୁ ସଂଯୋଗ କରୁଥିବା ପ୍ରାୟ ୮ କି.ମି. ରାସ୍ତାରେ ଗର୍ତ୍ତ ସୃଷ୍ଟି ହୋଇଥିବାବେଳେ ବୋଲିଗୁଡ଼ା କାଜୁତୋଟା ନିକଟରେ ଦୀର୍ଘଦିନ ହେଲା ଗଛ ପଡ଼ି ରାସ୍ତା ସଙ୍କୁଚିତ ହୋଇଛି। ସେହିପରି ପଦ୍ମପୁରରୁ ଗୁଡ଼ାରିକୁ ସଂଯୋଗ କରୁଥିବା ରାସ୍ତାରେ ମୁଚୁକିପଦର ଛକରୁ ଗଡ଼ାରି ପର୍ଯ୍ୟନ୍ତ ଅନେକ ସ୍ଥାନରେ ଗର୍ତ୍ତ ସୃଷ୍ଟି ହୋଇଛି। ବର୍ଷା ହେଲେ ରାସ୍ତାର ଅନେକ ସ୍ଥାନରେ ପାଣି ଜମି ରହୁଛି। ଏହି ରାସ୍ତାଦେଇ ପ୍ରତିଦିନ ଦୁଇଚକିଆ, ବସ୍‌ ସମେତ ଭାରିଯାନ ଚଳାଚଳ କରିଥାଏ। ଫଳରେ ମରାମତିର କିଛି ମାସ ପରେ ପୁଣି ରାସ୍ତା ନଷ୍ଟହେବା ସହ ସାଧାରଣ ଲୋକେ ଅସୁବିଧାର ସମ୍ମୁଖୀନ ହୋଇଥାନ୍ତି।
ସହରର ମୁଖ୍ୟ ସଡ଼କଗୁଡ଼ିକ ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ରହିଥିବାରୁ ଅଳ୍ପ କେତୋଟି ଭାରିଯାନ ଚଳାଚଳ କଲେ ରାସ୍ତା ନଷ୍ଟ ହୋଇଯାଉଛି। ଗୁଡ଼ାରି ସହର ନିକଟସ୍ଥ ସୌରାସାହିରୁ ବଂଶଧାରା ସେତୁକୁ ସଂଯୋଗ କରୁଥିବା ରାସ୍ତା ଏବଂ ନୂତନ ବସ୍‌ଷ୍ଟାଣ୍ଡ ଛକରୁ ବିର୍ସାନାଳ ସେତୁକୁ ସଂଯୋଗ କରୁଥିବା ରାସ୍ତାର ଅବସ୍ଥା ମଧ୍ୟ ଶୋଚନୀୟ। ନିୟମିତ ମରାମତି ଓ ରକ୍ଷଣାବେକ୍ଷଣ ଅଭାବରୁ ଉଭୟ ରାସ୍ତାରେ ଯାତାୟାତ ବାଧାପ୍ରାପ୍ତ ହେବା ସହ ଦୁର୍ଘଟଣା ଘଟୁଛି। ସୂଚନାଯୋଗ୍ୟ, ରାୟଗଡ଼ା ଜିଲାରେ ଏକମାତ୍ର ବ୍ଲକ ଭାବେ ଗୁଡ଼ାରିରେ ଏ ପର୍ଯ୍ୟନ୍ତ ପୂର୍ତ୍ତ ବିଭାଗ ରାସ୍ତା ପହଞ୍ଚତ୍ପାରିନାହିଁ। ଏହା ଜିଲା ପ୍ରଶାସନ ଏବଂ ପୂର୍ତ୍ତ ବିଭାଗର ଗୁଡ଼ାରି ବ୍ଲକ ପ୍ରତି ଅବହେଳାକୁ ପଦାରେ ପକାଇଛି ବୋଲି ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି। ଏହି ରାସ୍ତାଗୁଡ଼ିକୁ ଶୀଘ୍ର ପୂର୍ତ୍ତ ବିଭାଗକୁ ହସ୍ତାନ୍ତର କରିବା ନିମନ୍ତେ ଦାବି ହେଉଛି। ରାସ୍ତା ମରାମତି ସମ୍ପର୍କରେ ଗ୍ରାମ୍ୟ ଉନ୍ନୟନ ବିଭାଗୀୟ ଯନ୍ତ୍ରୀଙ୍କୁ ପଚାରିବାରୁ ସେ କହିଛନ୍ତି, ନାଇରାରୁ ଗୁଡ଼ାରିକୁ ସଂଯୋଗ କରୁଥିବା ରାସ୍ତାର ମରାମତି ନିମନ୍ତେ ଟେଣ୍ଡର ପ୍ରକ୍ରିୟା ସରିଛି। ଦଶହରା ପରେ କାର୍ଯ୍ୟ ଆରମ୍ଭ ହେବ। ସେହିପରି ମୁଚୁକିପଦରରୁ ଗୁଡ଼ାରି ପର୍ଯ୍ୟନ୍ତ ରାସ୍ତାର ଟେଣ୍ଡର ପ୍ରକ୍ରିୟା ଶୀଘ୍ର ହେବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱକପ୍‌ରେ ଇତିହାସ ରଚିଲେ ଫଖର-ସାହିବଜାଦା

ପାଲିକେଲ,୨୮।୨: ଚଳିତ ଟି୨୦ ବିଶ୍ୱକପ୍‌ ସୁପର-୮ର ଶେଷ ମ୍ୟାଚ୍‌ରେ ଶ୍ରୀଲଙ୍କା ବିପକ୍ଷରେ ୫ ରନ୍‌ରେ ବିଜୟୀ ହୋଇଥିଲେ ମଧ୍ୟ ପାକିସ୍ତାନ ସେମିଫାଇନା ପାଇଁ ଯୋଗ୍ୟତା ଅର୍ଜନ କରିବାରେ…

ଋଣ, ଚାକିରୀ ଦେବା ନା’ରେ ବଡ଼ ଧରଣର ଠକେଇ

ହିଞ୍ଜିଳିକାଟୁ,୨୮।୨(ଦ୍ବିତୀକୃଷ୍ଣ ପଣ୍ଡା): ଋଣ ଏବଂ ଚାକିରୀ କରାଇଦେବା ନା’ରେ ଠକେଇ କରୁଥିବା ଜଣେ ଯୁବକଙ୍କୁ ହିଞ୍ଜିଳି ପୋଲିସ ଶନିବାର ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ…

ମଧ୍ୟପ୍ରାଚ୍ୟରେ ମହାସମର: ଦୁବାଇରେ ମିସାଇଲ ମାଡ଼ କଲା ଇରାନ, ବୁର୍ଜ ଖଲିଫାକୁ କରାଗଲା ଖାଲି 

ଦୁବାଇ,୨୮।୨: ଆମେରିକା ଏବଂ ଇସ୍ରାଏଲ ପକ୍ଷରୁ ଇରାନର ୩୦ଟି ସହର ଉପରେ ମିଳିତ ଏୟାର ଷ୍ଟ୍ରାଇକ ପରେ ଇରାନ ‘ଅପରେସନ ଫତେହ-ଏ-ଜଙ୍ଗ୍‌’ ଆରମ୍ଭ କରିଛି। ଏହି ପାଲଟା…

ଇସ୍ରାଏଲ ଆକ୍ରମଣରେ ଇରାନର ପ୍ରତିରକ୍ଷା ମନ୍ତ୍ରୀ-କମାଣ୍ଡର ମୃତ! ରିପୋର୍ଟରେ ବଡ଼ ଦାବି

ତେହରାନ,୨୮।୨: ଇରାନ ଓ ଇସ୍ରାଏଲ ମଧ୍ୟରେ ଜାରି ରହିଥିବା ଭୟଙ୍କର ଯୁଦ୍ଧ ଯୋଗୁ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଖବର ସଂସ୍ଥା ରଏଟର୍ସ ପକ୍ଷରୁ ମିଳିଥିବା…

ଇମ୍ପେରିୟାଲ୍ କ୍ଲାସିକ ରାଜ୍ୟ ସୁନ୍ଦର ସ୍ୱାସ୍ଥ୍ୟ ପ୍ରତିଯୋଗିତା ଉଦ୍‌ଘାଟିତ,ଯୋଗଦେଲେ ୧୯ ଜିଲ୍ଲାରୁ ୧୨୫ ପ୍ରତିଯୋଗୀ

ବଲାଙ୍ଗୀର,୨୮।୨ (ସୁନିଲ କୁମାର ମହାନ୍ତି): ସ୍ଥାନୀୟ ପୁରୁଣା ବସଷ୍ଟାଣ୍ଡ ସ୍ଥିତ ଫଳ ବଜାର ପ୍ରାଙ୍ଗଣରେ କଳିଙ୍ଗ ବଡିବିଲଡିଂ ଆସୋସିଏଶନ ବଲାଙ୍ଗୀର ଶାଖା ତରଫରୁ ଇମ୍ପେରିୟାଲ କ୍ଲାସିକ ୨୦୨୬…

ରଣ୍‌ଜୀ ଟ୍ରଫି ଜିତିଲା ଜମ୍ମୁ କଶ୍ମୀର, ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

ହୁବଲି,୨୮ା୨: ଜମ୍ମୁ କଶ୍ମୀର ଶନିବାର ପ୍ରଥମ ଥର ପାଇଁ ରଣ୍‌ଜୀ ଟ୍ରଫି ଜିତି ଭାରତୀୟ କ୍ରିକେଟରେ ନୂଆ ଇତିହାସ ସୃଷ୍ଟି କରିଛି। ସ୍ଥାନୀୟ କେଏସ୍‌ସିଏ ଷ୍ଟାଡିୟମରେ ଖେଳାଯାଇଥିବା…

କେରଳରେ ବାଇକ ଦୁର୍ଘଟଣାରେ ଦାରିଙ୍ଗବାଡି ଯୁବକଙ୍କ ମୃତ୍ୟୁ, ମୃତଦେହ ଆଣିବାକୁ ପରିବାର ଚିନ୍ତାରେ

ଦାରିଙ୍ଗବାଡି, ୨୮।୨ (ଅରୁଣ ସାହୁ): ବାହାର ରାଜ୍ୟକୁ ଦାଦନ ଖଟିବାକୁ ଯାଇ ଚାଲିଯାଇଛି ଯୁବକଙ୍କ ଜୀବନ।କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦନେକବାଡି ପଞ୍ଚାୟତ କୁପିବାଡି ଗ୍ରାମର ହେରାର୍ଦ…

ଦିନକ ପରେ ଦୋଳ ଯାତ୍ରା: ଗଞ୍ଜାମ ପୋଲିସର କଡ଼ା ତାଗିଦ, ରାସ୍ତାରେ ହୋର୍ଡିଂ କିମ୍ବା ବାଇକ୍‌ ରଖିଲେ…

ଗଞ୍ଜାମ,୨୮।୨(ବିଦ୍ୟାଧର ସାହୁ): ଦିନକ ପରେ ଗଞ୍ଜାମ ସହରରେ ଅନୁଷ୍ଠିତ ହେବ ଐତିହାସିକ ପ୍ରସିଦ୍ଧ ଦୋଳ ଯାତ୍ରା। ଏଥିପାଇଁ ଚଳଚଞ୍ଚଳ ହୋଇ ପଡ଼ିଛି ସମଗ୍ର ସାହି ଓ ସହର।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri