ଗୁଡାରି ଏନଏସିକୁ ମିଳିବ ୨ କୋଟି ଟଙ୍କାର ପୁରସ୍କାର

ଗୁଡାରି,୨୪/୮(ପ୍ରମୋଦ କୁମାର ପତି): ଆସନ୍ତା ଅଗଷ୍ଟ ୩୧ ତାରିଖରେ ସ୍ବାୟତ୍ତ ଶାସନ ଦିବସ ପାଳନ ସମାରୋହରେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ(OUAT), ଭୁବନେଶ୍ୱରର ‘କୃଷି ଶିକ୍ଷା ସଦନ’ ଅଡିଟୋରିୟମରେ ଶ୍ରେଷ୍ଠ ପ୍ରଦର୍ଶନ ପାଇଁ ଗୁଡାରି ଏନଏସି ୨ କୋଟିର ଅର୍ଥ ରାଶି ପୁରସ୍କାର ପାଇବା ପାଇଁ ଯୋଗ୍ୟ ବିବେଚିତ ହୋଇଛି। ଏହି କାର୍ଯ୍ୟକ୍ରମରେ ମାନ୍ୟବର ମୁଖ୍ୟମନ୍ତ୍ରୀ, ଓଡ଼ିଶା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଲ୍ଲେଖନୀୟ ପ୍ରଦର୍ଶନ ନିମନ୍ତେ ଏହି ପୁରସ୍କାର ପ୍ରଦାନ କରିବେ।

ଗୁଡାରି ଏନଏସି ନିଜସ୍ବ ରାଜସ୍ବ ଆଦାୟ ବୃଦ୍ଧି କ୍ଷେତ୍ରରେ ଭଲ ପ୍ରଦର୍ଶନ କରିଛି। ମୁଖ୍ୟତଃ ହୋଲ୍ଡିଂ ଟ୍ୟାକ୍ସ, ଟ୍ରେଡ ଲାଇସେନ୍ସ ଫି’, ଦୋକାନ ଓ ବଜାର ଫି’ ଏବଂ ବିଭିନ୍ନ ଲାଇସେନ୍ସ ଓ ସେବା ଶୁଳ୍କ ଆଦାୟରେ ଏନଏସି ଭଲ ପ୍ରଦର୍ଶନ କରିଛି। ଏନଏସି ଅଧ୍ୟକ୍ଷା ସରମିତା ଶବରଙ୍କୁ ବିଭାଗ ପକ୍ଷରୁ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଏ ନେଇ ଚିଠି ହୋଇଛି। ଏ ନେଇ ଅଧ୍ୟକ୍ଷା ସରମିତା ଶବର କହିଛନ୍ତି, କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରସନ୍ନ କୁମାର ପାଢ଼ୀ ଓ ସମସ୍ତ କର୍ମଚାରୀଙ୍କ ଆପ୍ରାଣ ଉଦ୍ୟମ ଯୋଗୁ ଏହି ସଫଳତା ମିଳିଲା। ତେଣୁ ଏହି ଶ୍ରେୟ ସମସ୍ତଙ୍କର ଅଟେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ନିଖୋଜ ନାବାଳିକା ଉଦ୍ଧାର: ସିଡ଼ବ୍ଲ୍ୟୁସିରେ ହାଜର କଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକା ଗତ ଜୁଲାଇ ୪ ତାରିଖରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିଲେ।…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ପ୍ରଧାନଶିକ୍ଷକ ଭାବେ ନିଯୁକ୍ତି ପାଇଲେ ୫୭ ଶିକ୍ଷକ: ଦୀର୍ଘ ଅପେକ୍ଷାର ଘଟିଲା ଅନ୍ତ

ହାଟଡିହୀ/ଛେନାପଦୀ,୨୪l୮(ଶୁଭକାନ୍ତ ନାୟକ/ନିରାକାର ପରିଡା):କେନ୍ଦୁଝର ଜିଲା ହାଟଡିହୀ ଶିକ୍ଷା ଜିଲାର ୫୭ ଜଣ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକଙ୍କୁ ପ୍ରଧାନଶିକ୍ଷକ ଭାବେ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛି l…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

ଶ୍ମଶାନରେ ଚାରାରୋପଣ: ପରିବେଶ ସୁରକ୍ଷା ପାଇଁ ଆଗେଇ ଆସିଲେ ଭାଜପା ଭୀଷ୍ମଗିରି ମଣ୍ଡଳ କମିଟି

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଭୀଷ୍ମଗିରି ଗ୍ରାମ ଶ୍ମଶାନରେ ସୋମବାର ଭାଜପା ଭୀଷ୍ମଗିରି ମଣ୍ଡଳ କମିଟି ପକ୍ଷରୁ ଚାରାରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।…

ଭବାନୀପାଟଣାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୩୨ କିଲୋ ବାସି-କୃତ୍ରିମ ରଙ୍ଗଯୁକ୍ତ ଖାଦ୍ୟ ନଷ୍ଟ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): ଆଗକୁ ଆସୁଥିବା ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ଭବାନୀପାଟଣା ସହରର ବିଭିନ୍ନ ସ୍ଥାନରେ ସୋମବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ପୋଲିସ ସହଯୋଗରେ ଚଢ଼ାଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri