Posted inଜାତୀୟ

ଛତିଶଗଡ଼ରେ ଲୁଚି ରହିଛି ଗୁଡ୍ଡୁ ମୁସଲିମ୍‌

ରାୟପୁର,୨୪।୪: ଗ୍ୟାଙ୍ଗଷ୍ଟର ଅତିକ୍‌ ଅହମ୍ମଦଙ୍କ ସହଯୋଗୀ ଗୁଡ୍ଡୁ ମୁସଲିମ୍‌ଙ୍କୁ ଧରିବାକୁ ନେଇ ଉତ୍ତରପ୍ରଦେଶ ସ୍ପେଶାଲ ଟାସ୍କ ଫୋର୍ସ (ଏସ୍‌ଟିଏଫ୍‌) ବିଭିନ୍ନ ରାଜ୍ୟରେ ଖୋଜାଖୋଜି କରୁଛି। ଇତିମଧ୍ୟରେ ଗୁଡ୍ଡୁ ଛତିଶଗଡ଼ରେ ଲୁଚି ରହିଥିବା ଏକ ସୂଚନା ମିଳିଛି।

ଅନ୍ୟପକ୍ଷେ ଗିରଫଦାରି କିମ୍ବା ଏନ୍‌କାଉଣ୍ଟର ଭୟରେ ଗୁଡ୍ଡୁ ପୁରୀକୁ ଆସି ଆତ୍ମଗୋପନ କରିଥିବା କେତେକ ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ହୋଇଥିଲା। ଏପରି କି ଗୁଡ୍ଡୁଙ୍କ ଓଡ଼ିଶାର ବରଗଡ଼ ଲିଙ୍କ୍‌ ମଧ୍ୟ ସାମ୍ନାକୁ ଆସିଥିଲା। ୟୁପି ଏସ୍‌ଟିଏଫ୍‌ ଟିମ୍‌ ଗୁଡ୍ଡୁ ଡ୍ରାଇଭରଙ୍କ ସହ ଲିଙ୍କ୍‌ରେ ଥିବା ଭଟଲି ଅଞ୍ଚଳରେ ରହୁଥିବା ରାଜା ଖାନ୍‌ ନାମକ ଜଣେ ବ୍ୟକ୍ତିଙ୍କୁ ପଚରାଉଚରା କରି ଫେରି ଯାଇଥିଲା। ତେବେ ଜେରା ବେଳେ ରାଜାଙ୍କ ଘର ଛତିଶଗଡ଼ ମହାସମୁଦ ଅଞ୍ଚଳରେ ହୋଇଥିବା ବେଳେ ତାଙ୍କ ନାମରେ ମଧ୍ୟ ବହୁ ଆପରାଧିକ ମାମଲା ରହିଥିବା ସୂଚନା ମିଳିଛି। ଫେବୃୟାରୀ ୨୪ରେ, ପ୍ରୟାଗରାଜରେ ଉମେଶ ପାଲଙ୍କୁ ଗୁଳି କରି ହତ୍ୟା କରାଯାଇଥିଲା। ଏହି ଆକ୍ରମଣରେ ଗୁଡ୍ଡୁ ମଧ୍ୟ ସିସିଟିଭିରେ ନଜର ଆସିଥିଲେ। ହତ୍ୟା ପରଠାରୁ ଏସ୍‌ଟିଏଫ ଗୁଡ୍ଡୁଙ୍କୁ ଖୋଜୁଛି।

ସୂଚନାଯୋଗ୍ୟ, ଗୁଡ୍ଡୁ ବିଭିନ୍ନ ଅପରାଧ କରି ଜେଲରେ ଥିବାବେଳେ ଅତିକ୍‌ ତାଙ୍କୁ ବେଲ୍‌ରେ ମୁକୁଳାଇଥିଲେ। ପରେ ଅତିକଙ୍କ ଗ୍ୟାଙ୍ଗ ସହ ଗୁଡ୍ଡୁ ୧୦ ବର୍ଷ ହେଲା କାମ କରୁଥିବା ଜଣାପହିଛି। ଗୁଡ୍ଡୁ ବୋମା ତିଆରି ଏବଂ ଫୋପାଡ଼ିବାରେ ବେଶ୍‌ ପାରଙ୍ଗମ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା: ବନ୍ଧା ହେଲେ ୱେବ ଚ୍ୟାନେଲ ସାମ୍ବାଦିକ

ଖୋର୍ଦ୍ଧା,୩୦।୧୨(ପ୍ରଭାତ ପାଣିଗ୍ରାହୀ): ସାମ୍ବାଦିକ ଆଳରେ ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା। ଖୋର୍ଦ୍ଧା ଅବକାରୀ ବିଭାଗର ଜିଲା ମୋବାଇଲ ୟୁନିଟ ହାତରେ ଧରାପଡ଼ିଲେ ୱେବ ଚ୍ୟାନେଲ ସାମ୍ବାଦିକ...

ପାହାଡ଼ ଉପରେ ପୂଜା ପାଉଛନ୍ତି ମା’ ବାଳକୁମାରୀ, ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଏହି ସ୍ଥାନ

ଗଞ୍ଜାମ ,୩୦।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲା ବ୍ରହ୍ମପୁର ଠାରୁ ୨୫ କି.ମି. ଚିକିଟିରୁ ୮ କିଲୋମିଟର ଗଲାପରେ ଧାନ ଘର ଛକ ଏବଂ ସେଠାରୁ...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଦଳ ଘୋଷଣା କଲା ଇଂଲଣ୍ଡ, ଜାଣନ୍ତୁ କାହାକୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୩୦।୧୨: ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB) ଭାରତରେ ହେବାକୁ ଥିବା ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଏହାର ଦଳ ଘୋଷଣା କରିଛି। ଆଶ୍ଚର୍ଯ୍ୟଜନକ...

ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କ ବଡ଼ ବୟାନ, ବଣଭୋଜି ନାରେ ପ୍ରଦୂଷଣ କଲେ ହେବ…

ଭୁବନେଶ୍ୱର,୩୦।୧୨: ବର୍ତ୍ତମାନ ସମୟରେ ପର୍ଯ୍ୟଟନ ଋତୁ ଚାଲୁଥିବା ବେଳେ ଅନେକ ସ୍ଥାନରେ ପର୍ଯ୍ୟଟକଙ୍କ ଗହଳି ଦେଖାଯାଉଛି । ବଣଭୋଜି କରି ମଜା ନେଉଛନ୍ତି ଲୋକେ ।...

ଖଣି ପାଇଁ ଜମି ଯିବାରୁ ଜୀବନ ହାରିଲେ ଯୁବକ, ୧୭ ଘଣ୍ଟାରୁ ଅଧିକ ସମୟ ମୃତଦେହକୁ ରଖି ବିକ୍ଷୋଭ କଲେ…

ଝାରସୁଗୁଡା, ୩୦।୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଉବୁଡା ଗ୍ରାମର ଜଣେ ୨୫ ବର୍ଷୀୟ ଯୁବକଙ୍କ ସୋମବାର ଆତ୍ମହତ୍ୟା ପରେ ସ୍ଥାନୀୟ ଅଞ୍ଚଳରେ...

ନୂଆବର୍ଷ ପାଇଁ ପୁରୀରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା

ପୁରୀ,୩୦।୧୨: ନୂଆବର୍ଷ ପାଳନ ପାଇଁ ପୁରୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିଦିଆଯାଇଛି। ଶ୍ରଦ୍ଧାଳୁଙ୍କ ସୁରକ୍ଷା ଏବଂ ଶୃଙ୍ଖଳିତ ଦର୍ଶନ ପାଇଁ ୭୦ ପ୍ଲାଟୁନ ପୋଲିସ ଫୋର୍ସ...

ଭଦ୍ରକରେ କିନ୍ନରଙ୍କୁ ଆକ୍ରମଣ: ଚୁଟି କାଟିବା ସହ ଟଙ୍କା ସୁନା ଲୁଟ ଅଭିଯୋଗ, ଥାନାରେ ଉତ୍ତେଜନା

ଭଦ୍ରକ, ୩୦/୧୨(ସନାତନ ରାଉତ): ଭଦ୍ରକରେ ୨ ଗୋଷ୍ଠୀ କିନ୍ନରଙ୍କ ବିବାଦ ଥମିବାର ନାଁ ଧରୁନି । ଉଭୟ ଗୋଷ୍ଠୀ ମଧ୍ୟରେ ଛକା ପଞ୍ଝା ଲାଗି ରହିଥିବା...

ଅତିରିକ୍ତ ତହସିଲଦାରଙ୍କ ଅମାପ ସମ୍ପତ୍ତି: ଘରୁ ମିଳିଲା ଲକ୍ଷ ଲକ୍ଷ ଟଙ୍କା ସାଙ୍ଗକୁ ସୁନା, ଦେଖିକି ଭିଜିଲାନ୍ସ ତାଜୁବ

ଖୋର୍ଦ୍ଧା,୩୦।୧୨(ପ୍ରଭାତ ପାଣିଗ୍ରାହୀ): କଟକ ବାରଙ୍ଗ ଅତିରିକ୍ତ ତହସିଲଦାର ଜିତେନ୍ଦ୍ର ପଣ୍ଡାଙ୍କ ଘରେ କଟକ ଭିଜିଲାନ୍ସ ସେଲ ଚଢ଼ାଉ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri