ପର୍ଯ୍ୟଟକଙ୍କ ବିନା ଖାଁ ଖାଁ ଲାଗୁଛି ଗୁଡ଼ହାଣ୍ଡି ଡୋକରୀଚଞ୍ଚରା

କୋକସରା, ୨୫।୧୧ (ଡି.ଏନ.ଏ)-ଶୀତୁଆ ସକାଳରେ ଶୀତର ମଜା ନେବା ସହ ପ୍ରକୃତି ରାଣୀ କୋଳରେ ଦିନ ଟିଏ ବିତାଇବାକୁ କିଏ ବା ନ ଚାହେଁ। ତେବେ ଆଜିକୁ ପ୍ରାୟ ୭ ମାସରୁ ଊର୍ଦ୍ଧ ହେବ ଲୋକେ କୋଭିଡ କଟକଣା ଯୋଗୁ ଘରୁ ଗୋଡ କାଢୁ ନାହାନ୍ତି। ଏଣେ ପର୍ଯ୍ୟଟକଙ୍କ ବିନା ଖାଁ ଖାଁ ଲାଗୁଛି ପର୍ଯ୍ୟଟନସ୍ଥଳି ଗୁଡିକ। କଳାହାଣ୍ଡିର ଅନ୍ୟତମ ପ୍ରକୃତିକୋଳରେ ଥିବା ପର୍ଯ୍ୟଟନସ୍ଥଳି ହେଉଛି ଗୁଡହାଣ୍ଡି ଡୋକରୀଚଞ୍ଚରା। କୋକସରା ବ୍ଲକ ଡୁଡୁକାଠେଙ୍ଗା ପଞ୍ଚାୟତ ଅନ୍ତର୍ଗତ ସାହାଜଖୋଲ ଜଙ୍ଗଲ ମଧ୍ୟରେ ଥିବା ଗୁଡହାଣ୍ଡି ଡୋକରୀ ଚଞ୍ଚରାରେ ବର୍ଷସାରା ପର୍ଯ୍ୟଟକଙ୍କ ଭିଡ ହୋଇଥାଏ। କୋଭିଡ କଟକଣା ଯୋଗୁ ଦୀର୍ଘ ମାସ ହେବ କୌଣସି ପର୍ଯ୍ୟଟକଙ୍କ ପାଦ ପଡିନାହିଁ। ପ୍ରାୟତଃ ବର୍ଷର ସେପ୍ଟେମ୍ବରରୁ ଜାନୁୟାରୀ ମାସ ପର୍ଯ୍ୟନ୍ତ ବଣଭୋଜି ପାଇଁ ପିକ୍‌ନିକ୍‌ କରିବାକୁ ରାଜ୍ୟ ତଥା ରାଜ୍ୟ ବାହାରୁ ଶହଶହ ସଂଖ୍ୟକ ପର୍ଯ୍ୟଟକଙ୍କ ଭିଡ ଲାଗିରୁହେ। ଏହା ବ୍ୟତୀତ ଏହି ପର୍ଯ୍ୟଟନରେ ରହିଛି ମଧୁମାଧବ ତୀର୍ଥ, ପ୍ରତିବର୍ଷ ରାମନବମୀ ସମୟରେ ଏଠାରେ ୭ଦିନ ଧରି ପ୍ରଭୂ ଶ୍ରୀ ରାମଚନ୍ଦ୍ରଙ୍କ ପୂଜାର୍ଚ୍ଚନା ହୋଇଥାଏ । ଏହି ସମୟରେ ମଧ୍ୟ ହଜାର ହଜାର ଶ୍ରଦ୍ଧାଳୁଙ୍କ ଭିଡ ହୁଏ । ତେବେ କରୋନା ଯୋଗୁ କେହି ଶ୍ରଦ୍ଧାଳୁ କିମ୍ବା ପର୍ଯ୍ୟଟକ ଆସି ନାହାଁନ୍ତି। ଝରଣାର କୁଳୁକୁଳୁ ନାଦ ସହ ଚଢେଇମାନଙ୍କ କିଚିରି ମିଚିରି ଶଦ୍ଦ ଭିତରେ ନିରବି ଯାଇଛି ପରିବେଶ। କେବେ କୋଭିଡ କଟକଣା ହଟିବ ଓ ପୁଣି କେବେ ପର୍ଯ୍ୟଟକଙ୍କ କୋଳାହଲରେ ଗୁଞ୍ଜରିତ ହେବ ଏହି ନିରବି ଯାଇଥିବା ପରିବେଶ ତାହାକୁ ହିଁ ଅପେକ୍ଷା ।


Enter your email to get our daily news in your inbox.

All Right Reserved By Dharitri.Com

ଜାରକା ବସ୍‌ଷ୍ଟାଣ୍ଡରେ ନାହିଁ ବିଶ୍ରାମାଗାର

କାଏମା,୨୬ା୪(ଶିବପ୍ରସାଦ ମହାନ୍ତି): ଜାରକା ବସ୍‌ଷ୍ଟାଣ୍ଡରେ ଯାତ୍ରୀ ବିଶ୍ରାମଗୋର ନିର୍ମାଣ ହୋଇ ପାରୁନାହିଁ। ଫଳରେ ଯାତ୍ରୀମାନେ ଖରାରେ ଆଉଟୁପାଉଟୁ ହେଉଛନ୍ତି। ବର୍ତ୍ତମାନ ଗ୍ରୀଷ୍ମ ପ୍ରବାହ ଯୋଗୁ ଘରଠୁ...

ଅସନ୍ତୁଷ୍ଟଙ୍କ ପାଇଁ ବଢୁଛି ଅଡୁଆ

ବୈଶିଙ୍ଗା,୨୬ା୪(ରତନ ଦାଶ):ସାଧାରଣ ନିର୍ବାଚନ ଯେତିକି ପାଖେଇ ଆସୁଛି ମୟୂରଭଞ୍ଜ ଜିଲା ବଡ଼ସାହି ବିଧାନସଭା ନିର୍ବାଚନ ମଣ୍ଡଳୀରେ ସବୁଦିନ କିଛି ନୂଆ କଥା ଦେଖିବାକୁ ମିଳୁଛି। ପ୍ରମୁଖ...

ମୋକିମ୍‌ଙ୍କୁ ଟାର୍ଗେଟ୍‌ କଲେ ପ୍ରକାଶ

କଟକ,୨୬ା୪(ଶିଳ୍ପା ପ୍ରିୟଦର୍ଶିନୀ):ଆପରାଧିକ ସାମ୍ରାଜ୍ୟକୁ ସୁରକ୍ଷା ଦେବା ପାଇଁ ମହିଳା କାର୍ଡ ଖେଳିବା ଲଜ୍ଜାଜନକ ବୋଲି କହି ମହମ୍ମଦ ମୋକିମଙ୍କୁ ଟାର୍ଗେଟ କରିଛନ୍ତି ବିଜେଡି ବିଧାୟକ ପ୍ରାର୍ଥୀ...

କନିଷ୍ଠ ଶିକ୍ଷକ ନିଯୁକ୍ତି ମାମଲା: ଏହି ଦିନ ରାୟ ଶୁଣାଇବେ ହାଇକୋର୍ଟ

କଟକ,୨୬ା୪(କାର୍ତ୍ତିକ ସାହୁ):ରାଜ୍ୟର ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ନେଇ ରୁଜୁ ହୋଇଥିବା ମାମଲାର ରାୟ ପ୍ରକାଶ କରି...

ଘରେ ପଶି ମା’- ଦେଢ଼ ବର୍ଷର ପୁଅଙ୍କୁ ବୀଭତ୍ସ ହତ୍ୟା

ସମ୍ବଲପୁର,୨୬ା୪: ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା ଦଲକିବାହାଲ ଗାଁରେ ଗୁରୁବାର ବିଳମ୍ବିତ ରାତିରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଘରେ ପଶି ମା’-ପୁଅଙ୍କୁ ହତ୍ୟା କରିଛନ୍ତି...

ପୁଅଙ୍କ ଲଢ଼େଇ, ବାପାଙ୍କ ଚିନ୍ତା

ବଲାଙ୍ଗୀର,୨୬ା୪(ବୀରେନ୍ଦ୍ର କୁମାର ଝାଙ୍କର):୨୦୨୪ ନିର୍ବାଚନରେ ନିଜ ପୁଅକୁ ପ୍ରାର୍ଥୀ କରି ରାଜ୍ୟର ଅନେକ ବରିଷ୍ଠ ଏବଂ ସଫଳ ରାଜନେତା ଏବେ ଷ୍ଟାର ପ୍ରଚାରକ ପାଲଟିଛନ୍ତି। ବିଶେଷକରି...

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri