ଗୁଡ଼ି ଉଡାଳିଙ୍କୁ ଥାନାରେ ଅଟକ ରଖି ଜେରା

କଟକ ଅଫିସ,୨୭।୧୨: ରବିବାର ଜଗତପୁର ଥାନା ଅଧୀନ ପୀରବଜାର ଅଞ୍ଚଳରେ ବେକରେ ମାଞ୍ଜା ସୂତା ଲାଗି ଯୁବକଙ୍କ ମୃତ୍ୟୁ ଘଟଣାରେ ପୋଲିସ ଜଣେ ସୂତା ବିକ୍ରେତାଙ୍କୁ ଗିରଫ କରିଛି। ସେ ହେଲେ ସେଖ ଅନୱର। ସେ ମାଞ୍ଜା ସୂତା ବିକ୍ରି କରୁଥିବା ପୋଲିସ କହିଛି। ସେହିପରି ଗୁଡି ଉଡାଇବା ଅଭିଯୋଗରେ ଜଗତପୁର ଥାନା ପୋଲିସ ୨ଜଣ ଗୁଡି ଉଡାଳୀଙ୍କୁ ଥାନରେ ଅଟକ ରଖି ପଚରାଉଚୁରା ଜାରି ରଖିଛି।

ସୂଚନାଯୋଗ୍ୟ,ଗତକାଲି ଭଏରପୁରର ଯୁବକ ଜୟନ୍ତ ସାମଲ କଟକରୁ ନିଜ ଘରକୁ ଫେରୁଥିବାବେଳେ ମାଞ୍ଜା ସୂତାରେ ଗଳା କଟିଯିବାରୁ ତାଙ୍କର ମୃତ୍ୟୁ ହୋଇଥିଲା। ପୀରବଜାରଠାରେ ଗୁଡି ଉଡାଇବା ପାଇଁ ବ୍ୟବହାର କରାଯାଉଥିବା ବେଆଇନ ମାଞ୍ଜା ସୂତା ତାଙ୍କ ଗଳାରେ ଗୁଡେଇ ହୋଇ ଯାଇଥିଲା। ସୂତା ଏତେ ଶକ୍ତ ଥିଲା ଯେ, ଏଥିରେ ଯୁବକଙ୍କ ଗଳା କଟିଯାଇଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ସ୍ଥାନୀୟ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ମୃତକଙ୍କ ପରିବାର ପକ୍ଷରୁ ଗୁଡି ସୂତା ବିକ୍ରେତା ଓ ଉଡାଳିଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନେବାକୁ ଥାନାରେ ଅଭିଯୋଗ କରିଥିଲେ। ଏନେଇ ପୋଲିସ ଏକ ମାମଲା(ନଂ. ୫୫୦/୨୧ ଦଫା. ୩୦୪) ରୁଜୁକରି ଘଟଣାର ତଦନ୍ତ ଆରମ୍ଭ କରିଥିଲା। ସୋମବାର ଉକ୍ତ ଘଟଣାରେ ୩ଜଣଙ୍କୁ ଅଟକ ରଖି ଜଗତପୁର ଥାନା ପୋଲିସ ଜେରା କରୁଛି । ଏହି ଘଟଣାକୁ ନେଇ କଟକ ଡିସିପି ପ୍ରତୀକ ସିଂ କହିଛନ୍ତି, ଏ ନେଇ କଟକରେ ଏକ ସ୍ବତନ୍ତ୍ର ଡ୍ରାଇଭ ଚାଲିଛି। ମାଞ୍ଜା ସୂତା ବିକ୍ରିନେଇ କଟକର ବିଭିନ୍ନ ସ୍ଥାନରେ ଚଢାଉ ଜାରି ରହିଛି। ମାଞ୍ଜା ସୂତା ତିଆରି ଓ ବିକ୍ରି କରୁଥିବା ବ୍ୟବସାୟୀଙ୍କ ଉପରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଜଳ ନିଷ୍କାସନ ଫେଲ୍‌, ବେହାଲ ବରଗଡ଼ ସହର

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ବର୍ଷାଜଳ ନିଷ୍କାସନ ବ୍ୟବସ୍ଥା ଫେଲ୍‌ ମାରିଛି। ସହରର ବିଭିନ୍ନ ସ୍ଥାନରେ ଏପର୍ଯ୍ୟନ୍ତ ଡ୍ରେନ୍‌(ନାଳ) ନିର୍ମାଣ ହୋଇପାରି ନାହିଁ। ସେହିପରି ଯେଉଁଠି ନାଳ ରହିଛି,…

ନାଗାବଳୀ ନଦୀରୁ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ଉଦ୍ଧାର, ନିଖୋଜର ୩ ଦିନ ପରେ ମିଳିଲା ପତ୍ତା

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡା ): ବିଦ୍ୟାଳୟରୁ ନିଖୋଜ ଥିବା ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ନାଗାବଳୀ ନଦୀରୁ ଉଦ୍ଧାର ହୋଇଛି । ମୃତ ଛାତ୍ରଜଣକ କାଶୀପୁର…

ଆପରାଧିକ ମାନସିକତାରେ ପୋଲିସ ଅଧିକାରୀ: ଲୋକଙ୍କୁ ନ୍ୟାୟ ପରିବର୍ତ୍ତେ କରୁଛନ୍ତି ଶୋଷଣ

ଭୁବନେଶ୍ୱର,୨୫।୮(ତ୍ରିନାଥ ମହାନ୍ତି):ଖାକି ପୋଷାକରେ ଥାଇ ପୋଲିସ ଅଧିକାରୀ ଘଟାଉଛନ୍ତି ଅପରାଧ। କେଉଁଠି ସୁରକ୍ଷା ଆଳରେ ଶୋଷଣ ତ’ ଆଉ କେଉଁଠି ଲଭ୍‌ ସେକ୍ସ ଧୋକାର ସଙ୍ଗିନ ଅଭିଯୋଗ।…

ଛାତ୍ରୀ ଗାଧୋଉଥିବାବେଳେ ସ୍କାଏ ଲାଇଟ୍‌ ପଟେ ଭିଡିଓ ଶୁଟିଂ କରୁଥିଲେ ନାବାଳକ: ଆଉ ତା’ପରେ…

ଭୁବନେଶ୍ୱର,୨୫।୮(ପ୍ରସନଜିତ୍‌ ସାହୁ): ଇନ୍‌ଫୋଭ୍ୟାଲି ଥାନା ଅଞ୍ଚଳର ଏକ ଘରୋଇ ଇଞ୍ଜିନିୟରିଂ କଲେଜର ଜଣେ ଛାତ୍ରୀଙ୍କ ଗାଧୋଇବା ସମୟର ଭିଡିଓ ଶୁଟିଂ କରି ଜଣେ ନାବାଳକ ବନ୍ଧା ହୋଇଛନ୍ତି।…

ଲଘୁଚାପ ସକ୍ରିୟ: ପ୍ରବଳ ବର୍ଷା ସମ୍ଭାବନା, ଚେତାବନୀ ଜାରି

ଭୁବନେଶ୍ୱର,୨୫ା୮(ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗାଙ୍ଗେଟିକ୍‌ ପଶ୍ଚିମବଙ୍ଗ ଓ ତା’ର ପାଖାପାଖି ଉତ୍ତର ଓଡ଼ିଶା ଏବଂ ଝାଡ଼ଖଣ୍ଡ ଅଞ୍ଚଳରେ ସକ୍ରିୟ ରହିଛି। ଏଥିସହ ସଂଲଗ୍ନ ଘୂର୍ଣ୍ଣିବଳୟ ସମୁଦ୍ର…

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ଗୁଡାରି ଏନଏସିକୁ ମିଳିବ ୨ କୋଟି ଟଙ୍କାର ପୁରସ୍କାର

ଗୁଡାରି,୨୪/୮(ପ୍ରମୋଦ କୁମାର ପତି): ଆସନ୍ତା ଅଗଷ୍ଟ ୩୧ ତାରିଖରେ ସ୍ବାୟତ୍ତ ଶାସନ ଦିବସ ପାଳନ ସମାରୋହରେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ(OUAT), ଭୁବନେଶ୍ୱରର ‘କୃଷି ଶିକ୍ଷା…

ନିଖୋଜ ନାବାଳିକା ଉଦ୍ଧାର: ସିଡ଼ବ୍ଲ୍ୟୁସିରେ ହାଜର କଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକା ଗତ ଜୁଲାଇ ୪ ତାରିଖରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri