ପୁଣି ଫେରିଲା କଟକଣା, ମାସ୍କ ନପିନ୍ଧିଲେ ୫୦୦ ଟଙ୍କା ଜରିମାନା…

ନୂଆଦିଲ୍ଲୀ, ୧୧।୮ : ଦିଲ୍ଲୀରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ମାମଲାକୁ ଦୃଷ୍ଟିରେ ରଖି ପୁଣି କଟକଣା ଫେରିଛି। ସର୍ବସାଧାରଣ ସ୍ଥାନରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି। ଯଦି କେହି ଏହି ନିୟମର ଉଲ୍ଲଂଘନ କରୁଛନ୍ତି ତେବେ ତାଙ୍କଠାରୁ ୫୦୦ ଟଙ୍କା ଜରିମାନା ଆଦାୟ କରାଯିବ।

ତେବେ କାରରେ ଯାତ୍ରା ସମୟରେ ଏଭଳି କରିବା ଜରୁରୀ ନୁହେଁ ବୋଲି ଜାରି ହୋଇଥିବା ନିର୍ଦ୍ଦେଶରେ ଉଲ୍ଲେଖ କରାଯାଇଛି। ବ୍ୟକ୍ତିଗତ ଚାରି ଚକିଆ ଯାନରେ ଯାତ୍ରା କରିବା ସମୟରେ ମାସ୍କ ନ ପିନ୍ଧିଲେ ଜରିମାନା ଆଦାୟ କରାଯିବ ନାହିଁ ।

ଗତ ଏକ ସପ୍ତାହ ମଧ୍ୟରେ ଜାତୀୟ ରାଜଧାନୀରେ ସଂକ୍ରମଣ ମାମଲା ବୃଦ୍ଧି ପାଇଛି। ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟା ମଧ୍ୟ ବଢୁଛି। ତେବେ ବିଶେଷଜ୍ଞ ଏବଂ ଅଧିକାରୀମାନେ କହିଛନ୍ତି ଯେ କେବଳ ସେହି ବ୍ୟକ୍ତି ଯେଉଁମାନେ ପୂର୍ବରୁ କୌଣସି ସ୍ବାସ୍ଥ୍ୟଗତ ସମସ୍ୟାରେ ପୀଡିତ ଅବା କର୍କଟ, ଯକ୍ଷ୍ମା କିମ୍ବା ଅନ୍ୟ କୌଣସି ଗୁରୁତର ସ୍ବାସ୍ଥ୍ୟ ସମସ୍ୟାରେ ଆକ୍ରାନ୍ତ ହୋଇଛନ୍ତି, ସେମାନଙ୍କର ମୃତ୍ୟୁ ଘଟିଛି। ସରକାରୀ ଅଧିକାରୀ କହିଛନ୍ତି ଯେ ଅଧିକାଂଶ ମୃତ୍ୟୁରେ ଆକ୍ରାନ୍ତ କରୋନାରେ ପୀଡିତ ଥିବା ସହିତ ଅନ୍ୟ ସ୍ବାସ୍ଥ୍ୟ ସମସ୍ୟା କାରଣରୁ ଚିକିତ୍ସିତ ହେଉଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷା ପାଇଁ ଯଦି ଭାରତ-ପାକିସ୍ତାନ ଫାଇନାଲ ମ୍ୟାଚ ବାତିଲ ହୋଇଯାଏ, ତେବେ କିଏ ସ୍ବର୍ଣ୍ଣ ପଦକ ପାଇବ? ଜାଣନ୍ତୁ…

ନୂଆଦିଲ୍ଲୀ,୨।୧୦: ୨୦୨୬ ଏସୀୟ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ପାଇଁ ଭାରତ ଓ ପାକିସ୍ତାନ ଦଳ ମୁହାଁମୁହିଁ ହେବାକୁ ଯାଉଛନ୍ତି। ପ୍ରଶଂସକମାନେ ଏହି ଗୁରୁତ୍ୱପୂର୍ଣ୍ଣ ମୁକାବିଲାକୁ ଉତ୍ସାହର ସହ…

FASTag ନିୟମରେ ବଡ଼ ପରିବର୍ତ୍ତନ: ଆଜିଠାରୁ ଲାଗୁ ହେଲା ନୂଆ ବ୍ୟବସ୍ଥା, ଲକ୍ଷ ଲକ୍ଷ ଯାତ୍ରୀଙ୍କ ଉପରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ, ୨।୧୦: ଦେଶରେ ପ୍ରତିଦିନ ଲକ୍ଷ ଲକ୍ଷ ଲୋକ ହାଇୱେ ଓ ଏକ୍ସପ୍ରେସେୱରେ ଯାତ୍ରା କରୁଛନ୍ତି। ଏଥିପାଇଁ ସେମାନଙ୍କୁ ଟୋଲ ଦେବାକୁ ପଡ଼ିଥାଏ। ଟୋଲ ବ୍ୟବସ୍ଥାକୁ ନେଇ…

ଟ୍ରେନ୍‌ ଟ୍ରାକ୍‌ ମରାମତି ଯାଞ୍ଚବେଳେ ଟ୍ରାକ୍‌ମ୍ୟାନଙ୍କୁ ଧକ୍କାଦେଲା ଦ୍ରୁତଗାମୀ ଇଣ୍ଟରସିଟି, ଚାଲିଗଲା ଜୀବନ

ଛତ୍ରପୁର,୨ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ରେଳ ଟ୍ରାକ୍‌ ରକ୍ଷଣାବେକ୍ଷଣ କାମ ଚାଲିଥିବା ସମୟରେ ଘଟିଛି ଏକ ଅଭାବନୀୟ ଦୁର୍ଘଟଣା। ଟ୍ରାକ୍‌ ରକ୍ଷଣାବେକ୍ଷଣ ଯାଞ୍ଚ ବେଳେ ଟ୍ରେନ୍‌ ଧକ୍କାରେ ଟ୍ରାକ୍‌ମ୍ୟାନଙ୍କ…

ପ୍ରଧାନମନ୍ତ୍ରୀ ମୋଦି, ସୋନିଆ ଗାନ୍ଧୀ, ରାହୁଲ ଗାନ୍ଧୀ ସମସ୍ତେ ହାତ ଯୋଡ଼ି ପରସ୍ପରକୁ ଅଭିବାଦନ ଜଣାଇଲେ; ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨।୧୦: ଶାସକ ଓ ବିରୋଧୀ ଦଳ ମଧ୍ୟରେ ରାଜନୈତିକ ଟଣାଓଟରା ଚାଲିଥିବା ବେଳେ ଶୁକ୍ରବାର ସଂସଦ ଭବନରୁ ଏକ ଆକର୍ଷଣୀୟ ଭିଡିଓ ସାମ୍ନାକୁ ଆସିଛି। ମହାତ୍ମା ଗାନ୍ଧୀ…

ଗିଲ୍‌ ମାରିବେ ୧୦ ଦ୍ୱିଶତକ: ଭବିଷ୍ୟବାଣୀ କଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୨।୧୦: ଭାରତୀୟ କ୍ରିକେଟ ଦଳର ଅଧିନାୟକ ଶୁବମନ ଗିଲ ଆଜିକାଲି ଜବରଦସ୍ତ ଫର୍ମରେ ଅଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜରେ ତାଙ୍କ ବ୍ୟାଟ୍‌ରୁ ଏହାର ପ୍ରମାଣ ମଧ୍ୟ…

ଭାରତ-ପାକିସ୍ତାନ ମ୍ୟାଚ ପୂର୍ବରୁ କ୍ରିକେଟ ଜଗତରେ ହଇଚଇ: ହଠାତ୍‌ ସନ୍ନ୍ୟାସ ଘୋଷଣା କରି ଚମକାଇଲେ ଏହି ଭାରତୀୟ ଖେଳାଳି

ନୂଆଦିଲ୍ଲୀ, ୨।୧୦: ଭାରତର ଦିଗ୍ଗଜ ସ୍ପିନର ଯୁଜବେନ୍ଦ୍ର ଚହଲ ଫର୍ଷ୍ଟ-କ୍ଲାସ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ଅର୍ଥାତ୍‌ ଏଣିକି କ୍ରିକେଟପ୍ରେମୀମାନେ ତାଙ୍କୁ ରେଡ-ବଲ କ୍ରିକେଟରେ ଖେଳୁଥିବା ଦେଖିପାରିବେ…

ଗୁଡ଼ାରୀରୁ ଭୁବନେଶ୍ୱର ସିଧାସଳଖ ସରକାରୀ ବସ୍‌ ଦାବି: ଗାନ୍ଧୀ ଜୟନ୍ତୀରେ ସାଇକେଲ ଯାତ୍ରା ଆରମ୍ଭ କଲେ ପ୍ରମୋଦ

ରାୟଗଡା/ଗୁଣପୁର,୨।୧୦(ଜଗନ୍ନାଥ ଗୌଡ/ସୁଜାତା ପାଢ଼ୀ):ରାୟଗଡ଼ା ଜିଲାର ଗୁଡ଼ାରୀରୁ ରାଜଧାନୀ ଭୁବନେଶ୍ୱରକୁ ସିଧାସଳଖ ସରକାରୀ ବସ ଚଳାଚଳ ଦାବିରେ ଶୁକ୍ରବାର ସାଇକେଲ ଯାତ୍ରା ଆରମ୍ଭ କରିଛନ୍ତି ପ୍ରମୋଦ ପତି। ଗୁଡ଼ାରୀରୁ…

Video: ‘ଶିବାଜୀ ପାର୍କ, ଶିବାଜୀ ପାର୍କ…’ ଡାକି ଅଟୋ ଡ୍ରାଇଭର ସାଜିଲେ ଅଭିଜିତ ଦୀପକେ, କେଉଁ ବାର୍ତ୍ତା ଦେବାକୁ ଚାହୁଁଥିଲେ CJP ମୁଖ୍ୟ, ଜାଣନ୍ତୁ…

ନୂଆଦିଲ୍ଲୀ,୨।୧୦: ‘କକରୋଚ ଜନତା ପାର୍ଟି’ (Cockroach Janata Party) ଅକ୍ଟୋବର ୨ ଅପରାହ୍ନ ୪ଟାରେ ମୁମ୍ବାଇରେ ଏକ ବିକ୍ଷୋଭ ପ୍ରଦର୍ଶନ କରିବାକୁ ଯାଉଛି। ଏହି ବିକ୍ଷୋଭ ଶିବାଜୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?