ରବିବାର ବି ପାଠପଢ଼ା, ଜାଣନ୍ତୁ ଆଉ କ’ଣ ନିୟମ ରହିଛି ଗାଇଡ୍‌ଲାଇନ୍‌ରେ

ଭୁବନେଶ୍ୱର,୨।୧(ବ୍ୟୁରୋ) : କରୋନା କଟକଣା ଯୋଗୁ ରାଜ୍ୟରେ ବନ୍ଦ ହୋଇଥିବା ସ୍କୁଲ ଖୋଲିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ଆସନ୍ତା ୮ ତାରିଖରୁ ରାଜ୍ୟରେ ସ୍କୁଲ ଖୋଲିବ। ତେବେ ଏହି ସ୍କୁଲ ଖୋଲିବା ନେଇ ରାଜ୍ୟ ସରକାର ଗାଇଡ୍‌ଲାଇନ୍‌ ଜାରି କରିଛନ୍ତି। କେବଳ କଣ୍ଟେନ୍‌ମେଣ୍ଟ ଜୋନ୍‌ ବାହାରେ ଥିବା ସ୍କୁଲ ହିଁ ଖୋଲିପାରିବ।

କଣ୍ଟେନ୍‌ମେଣ୍ଟ ଜୋନ୍‌ରେ ଥିବା କୌଣସି ଶିକ୍ଷକ, ପିଲା ସ୍କୁଲ ଆସିବେ ନାହିଁ। ସ୍କୁଲ ଖୋଲିବା ପୂର୍ବରୁ ଆସବାବପତ୍ର, ଲାଇବ୍ରେରୀ ଇତ୍ୟାଦି ସାନିଟାଇଜ୍‌ ହେବ। ପାଇଖାନା ଓ ପାନୀୟ ଜଳ ବ୍ୟବସ୍ଥା ନ ଥିବା ସ୍କୁଲ ଖୋଲା ଯିବନି। କୌଣସି ହଷ୍ଟେଲ ବି ଖୋଲିପାରିବନି ବୋଲି ସରକାର କହିଛନ୍ତି। ସ୍କୁଲ ବସ୍‌ ବଦଳରେ ଅଭିଭାବକମାନେ ପିଲାମାନଙ୍କୁ ଛାଡ଼ିବା ପାଇଁ ପରାମର୍ଶ ଦିଆଯାଇଛି। କୌଣସି ପିଲାଙ୍କୁ ସ୍କୁଲକୁ ଆସିବାକୁ ବାଧ୍ୟ କରାଯାଇ ପାରିବନାହିଁ। କେବଳ ଅଭିଭାବକ ଏବଂ ପିଲା ରାଜିଥିଲେ ସ୍କୁଲ ଆସିପାରିବେ। ଶ୍ରେଣୀଗୃହରେ ପ୍ରବେଶ କରିବା ପୂର୍ବରୁ ହାତ ଧୋଇବେ ପିଲା। ସେହିପରି ଶ୍ରେଣୀଗୃହରେ ସାମାଜିକ ଦୂରତା ପାଇଁ ଗୋଟିଏ ସିଟ୍‌ ଛାଡ଼ି ପିଲାମାନେ ବସିବେ। ପିଲାଙ୍କ ପାଇଁ ପରୀକ୍ଷା ଭଳି ଶ୍ରେଣୀରେ ନିର୍ଦ୍ଦିଷ୍ଟ ସିଟ୍‌ ବ୍ୟବସ୍ଥା ହେବ। ପ୍ରତି ସ୍କୁଲରେ ଆଇସୋଲେଶନ ରୁମ୍‌ ବ୍ୟବସ୍ଥା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ପ୍ରତି ଶ୍ରେଣୀରେ ୨୦ରୁ ୨୫ ଜଣ ପିଲା ବସିପାରିବେ। ସ୍କୁଲ ଟାଇମିଂ ପୂର୍ବରୁ ଯାହା ଥିଲା ସେମିତି ରଖାଯିବାକୁ ଘୋଷଣା କରାଯାଇଛି।

ସୂଚନାଯୋଗ୍ୟ, କୋଭିଡ୍‌ କଟକଣା ଯୋଗୁ ଶିକ୍ଷାନୁଷ୍ଠାନଗୁଡ଼ିକ ବନ୍ଦ ଥିବା ବେଳେ ଚଳିତମାସ ୮ ତାରିଖରୁ କେବଳ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ପାଠପଢ଼ା ଆରମ୍ଭ ହେବ। ତେବେ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ମେ’ ୩ରୁ ଆରମ୍ଭ ହୋଇ ୧୫ରେ ସରିବ। ସେହିପରି ମେ’ ୧୫ରୁ ଜୁନ୍‌ ୧୧ ପର୍ଯ୍ୟନ୍ତ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଆରମ୍ଭ ହେବ। ରବିବାର ମଧ୍ୟ ସ୍କୁଲ ଖୋଲା ରହିବ। ୧୦୦ ଦିନରେ ପିଲାମାନେ ସମସ୍ତ ବିଷୟ ପାଇଁ ପ୍ରସ୍ତୁତି ହୋଇ ପରୀକ୍ଷା ଦେବେ।


Enter your email to get our daily news in your inbox.

All Right Reserved By Dharitri.Com

୪୫ ଡେଇଁବ ପାରଦ! ସାରା ରାଜ୍ୟକୁ ସିଭିୟର ହିଟ୍‌ ଓ୍ବେଭ ଆଲର୍ଟ

ଭୁବନେଶ୍ୱର,୨୪।୪:ତାତିରୁ ମିଳିବନି ତ୍ରାହି । ୫ ଦିନ ଧରି କଲବଲ କରିବ ଗ୍ରୀଷ୍ମ ପ୍ରବାହ । ବିଶେଷ କରି ୨୭ ଓ ୨୮ ତାରିଖରେ ଜଳିବ...

ମେ’ ପ୍ରଥମ ସପ୍ତାହରୁ ଓଜେଇଇ ପରୀକ୍ଷା

ଭୁବନେଶ୍ୱର,୨୪।୪: ଓଜେଇଇ ପରୀକ୍ଷା ପାଇଁ ତାରିଖ ଘୋଷଣା ହୋଇଛି। ଚଳିତ ମେ’ ୬ରୁ ଏହା ଆରମ୍ଭ ହୋଇ ୧୦ ତାରିଖ ପର୍ଯ୍ୟନ୍ତ ଚାଲିବ। ରାଜ୍ୟ ଭିତରେ...

ଛୁଟିଦିନ ପାଇଁ ପିଲାଙ୍କୁ ମିଳିବ ଶୁଖିଲା ରାଶନ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ):ଛୁଟିଦିନ ପାଇଁ ଛାତ୍ରୀଛାତ୍ରଙ୍କୁ ପିଏମ୍‌ ପୋଷଣ ଯୋଜନାରେ ଚାଉଳ ଏବଂ ଅନ୍ୟାନ୍ୟ ସାମଗ୍ରୀ ଦିଆଯିବ। ମୋଟ ୧୨ଦିନର ମଧ୍ୟାହ୍ନ ଭୋଜନ ବାବଦକୁ ଶୁଖିଲା...

ଚମକାଇଲା ଅନୁଭବଙ୍କ ପୋଷ୍ଟ, ନବୀନଙ୍କୁ ମାଗିଲେ ଆର୍ଶୀବାଦ…

ଭୁବନେଶ୍ୱର,୨୪।୪: ଅନୁଭବ ମହାନ୍ତିଙ୍କ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ବଢିଲା ଚର୍ଚ୍ଚା। ଗତ କିଛିଦିନ ପୂର୍ବରୁ ବିଜେଡି ଛାଡି ଭାଜପାରେ ଯୋଗ ଦେଇଥିଲେ। ହେଲେ ବୁଧବାର...

ଲୁଙ୍ଗିକୁ ନେଇ ରାଜ୍ୟ ରାଜ୍ୟନୀତିରେ ଚହଳ, ନବୀନ ପିନ୍ଧିଲେ ବୋଲି…

ଭୁବନେଶ୍ୱର,୨୪।୦୪: ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ରୋଚକ ଘଟଣା ଦେଖିବାକୁ ମିଳିଛି। ନବୀନଙ୍କ ଲୁଙ୍ଗି ପିନ୍ଧା ଘଟଣାକୁ ନେଇ ବିଜେଡି-ଭାଜପା ଭିତରେ ବାକଯୁଦ୍ଧ ଆରମ୍ଭ ହୋଇଛି।...

ଗ୍ରୀଷ୍ମଛୁଟିରେ ରୋଷ୍ଟର ଡ୍ୟୁଟି କରିବେ ଶିକ୍ଷକ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ):ରାଜ୍ୟରେ ଆସନ୍ତା ୨୫ ତାରିଖଠାରୁ ଗ୍ରୀଷ୍ମ ଛୁଟି ଆରମ୍ଭ ହେବ। ସମସ୍ତ ସରକାରୀ ଏବଂ ଅନୁଦାନପ୍ରାପ୍ତ ସ୍କୁଲଗୁଡ଼ିକ ଆଗୁଆ ଗ୍ରୀଷ୍ମ ଛୁଟି କରିବାକୁ...

ନିର୍ବାଚନ ଲଢିପାରିବେନି ମୋକିମ, ମଇଦାନକୁ ଓହ୍ଲାଇଲେ ଝିଅ!

ଭୁବନେଶ୍ୱର,୨୪।୪: ନିର୍ବାଚନ ଯେତେ ପାଖେଇ ଆସୁଛି ସେତିକି ସରଗରମ ହେଉଛି ରାଜ୍ୟ ରାଜନୀତି। ତେବେ ଲୋକ ସଭା ନିର୍ବାଚନକୁ ଆଉ ଦିନ କେଇଟା ବାକି ଥିବାବେଳେ...

କନଫ୍ୟୁଜରେ ସୁର, ବଡ଼ପୁଅ ନା ସାନପୁଅ ପାଇଁ କରିବେ ପ୍ରଚାର

ଭୁବନେଶ୍ୱର,୨୪।୪: ରୋଚକ ମୋଡ ନେଇଛି ସୁରଙ୍କ ଫ୍ୟାମିଲି ପଲିଟିକ୍ସ । ସାନ ପୁଅ ବିଜେଡି ଟିକେଟ ନେଇ ମଇଦାନକୁ ଓହ୍ଲାଇଥିବା ବେଳେ ବଡ଼ ପୁଅକୁ ନିମାପଡ଼ା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri