ରବିବାର ବି ପାଠପଢ଼ା, ଜାଣନ୍ତୁ ଆଉ କ’ଣ ନିୟମ ରହିଛି ଗାଇଡ୍‌ଲାଇନ୍‌ରେ

ଭୁବନେଶ୍ୱର,୨।୧(ବ୍ୟୁରୋ) : କରୋନା କଟକଣା ଯୋଗୁ ରାଜ୍ୟରେ ବନ୍ଦ ହୋଇଥିବା ସ୍କୁଲ ଖୋଲିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ଆସନ୍ତା ୮ ତାରିଖରୁ ରାଜ୍ୟରେ ସ୍କୁଲ ଖୋଲିବ। ତେବେ ଏହି ସ୍କୁଲ ଖୋଲିବା ନେଇ ରାଜ୍ୟ ସରକାର ଗାଇଡ୍‌ଲାଇନ୍‌ ଜାରି କରିଛନ୍ତି। କେବଳ କଣ୍ଟେନ୍‌ମେଣ୍ଟ ଜୋନ୍‌ ବାହାରେ ଥିବା ସ୍କୁଲ ହିଁ ଖୋଲିପାରିବ।

କଣ୍ଟେନ୍‌ମେଣ୍ଟ ଜୋନ୍‌ରେ ଥିବା କୌଣସି ଶିକ୍ଷକ, ପିଲା ସ୍କୁଲ ଆସିବେ ନାହିଁ। ସ୍କୁଲ ଖୋଲିବା ପୂର୍ବରୁ ଆସବାବପତ୍ର, ଲାଇବ୍ରେରୀ ଇତ୍ୟାଦି ସାନିଟାଇଜ୍‌ ହେବ। ପାଇଖାନା ଓ ପାନୀୟ ଜଳ ବ୍ୟବସ୍ଥା ନ ଥିବା ସ୍କୁଲ ଖୋଲା ଯିବନି। କୌଣସି ହଷ୍ଟେଲ ବି ଖୋଲିପାରିବନି ବୋଲି ସରକାର କହିଛନ୍ତି। ସ୍କୁଲ ବସ୍‌ ବଦଳରେ ଅଭିଭାବକମାନେ ପିଲାମାନଙ୍କୁ ଛାଡ଼ିବା ପାଇଁ ପରାମର୍ଶ ଦିଆଯାଇଛି। କୌଣସି ପିଲାଙ୍କୁ ସ୍କୁଲକୁ ଆସିବାକୁ ବାଧ୍ୟ କରାଯାଇ ପାରିବନାହିଁ। କେବଳ ଅଭିଭାବକ ଏବଂ ପିଲା ରାଜିଥିଲେ ସ୍କୁଲ ଆସିପାରିବେ। ଶ୍ରେଣୀଗୃହରେ ପ୍ରବେଶ କରିବା ପୂର୍ବରୁ ହାତ ଧୋଇବେ ପିଲା। ସେହିପରି ଶ୍ରେଣୀଗୃହରେ ସାମାଜିକ ଦୂରତା ପାଇଁ ଗୋଟିଏ ସିଟ୍‌ ଛାଡ଼ି ପିଲାମାନେ ବସିବେ। ପିଲାଙ୍କ ପାଇଁ ପରୀକ୍ଷା ଭଳି ଶ୍ରେଣୀରେ ନିର୍ଦ୍ଦିଷ୍ଟ ସିଟ୍‌ ବ୍ୟବସ୍ଥା ହେବ। ପ୍ରତି ସ୍କୁଲରେ ଆଇସୋଲେଶନ ରୁମ୍‌ ବ୍ୟବସ୍ଥା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ପ୍ରତି ଶ୍ରେଣୀରେ ୨୦ରୁ ୨୫ ଜଣ ପିଲା ବସିପାରିବେ। ସ୍କୁଲ ଟାଇମିଂ ପୂର୍ବରୁ ଯାହା ଥିଲା ସେମିତି ରଖାଯିବାକୁ ଘୋଷଣା କରାଯାଇଛି।

ସୂଚନାଯୋଗ୍ୟ, କୋଭିଡ୍‌ କଟକଣା ଯୋଗୁ ଶିକ୍ଷାନୁଷ୍ଠାନଗୁଡ଼ିକ ବନ୍ଦ ଥିବା ବେଳେ ଚଳିତମାସ ୮ ତାରିଖରୁ କେବଳ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ପାଠପଢ଼ା ଆରମ୍ଭ ହେବ। ତେବେ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ମେ’ ୩ରୁ ଆରମ୍ଭ ହୋଇ ୧୫ରେ ସରିବ। ସେହିପରି ମେ’ ୧୫ରୁ ଜୁନ୍‌ ୧୧ ପର୍ଯ୍ୟନ୍ତ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଆରମ୍ଭ ହେବ। ରବିବାର ମଧ୍ୟ ସ୍କୁଲ ଖୋଲା ରହିବ। ୧୦୦ ଦିନରେ ପିଲାମାନେ ସମସ୍ତ ବିଷୟ ପାଇଁ ପ୍ରସ୍ତୁତି ହୋଇ ପରୀକ୍ଷା ଦେବେ।


Enter your email to get our daily news in your inbox.

All Right Reserved By Dharitri.Com

୪ ମାସର ବକେୟା ଭତ୍ତା ଅପେକ୍ଷାରେ ହିତାଧିକାରୀ, ଅଭିଯୋଗ କରିବାରୁ….

ଗୁଡାରି,୨୨ା୭(ପ୍ରମୋଦ କୁମାର ପତି): ସାମାଜିକ ସୁରକ୍ଷା ଯୋଜନାରେ ଗୁଡାରି ବ୍ଲକର ବହୁ ହିତାଧିକାରୀ ଗତ ୪ ମାସ ହେବ ଭତ୍ତା ପାଇନଥିବା ଅଭିଯୋଗ କରିଛନ୍ତି । ଏ…

ରାଜ୍ୟସ୍ତରୀୟ ଓପନ୍ ଟ୍ରାପ୍ ସୁଟିଂ ଚାମ୍ପିୟନସିପ୍-୨୦୨୬: ସ୍ୱର୍ଣ୍ଣ ପଦକ ଜିତିଲେ ଥୁଆମୂଳ ରାମପୁରର ଶୁଭମ

ଥୁଆମୂଳ ରାମପୁର,୨୨ା୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ବ୍ଲକ୍ ପାଇଁ ଗୌରବ । ଅନୁଗୁଳ ଜିଲା ତାଳଚେରସ୍ଥିତ ‘ରାଜା ହୃଦୟ ଚନ୍ଦ୍ର ଦେବ ସୁଟିଂ କମ୍ପ୍ଲେକ୍ସ’ଠାରେ…

ଡୋନାଲ୍ଡ ଟ୍ରମ୍ପଙ୍କ ବଡ଼ ଘୋଷଣା, ଜେନେରିକ୍ ଔଷଧ ଉପରେ ଲାଗିବ ଏତିକି % ଶୁଳ୍କ

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଜେନେରିକ୍ ଔଷଧ ଆମଦାନୀ ସମ୍ପର୍କରେ ଏକ ବଡ଼ ଘୋଷଣା କରିଛନ୍ତି । ସେ କହିଛନ୍ତି ଯେ ଆଗାମୀ ଦୁଇ ବର୍ଷ ପାଇଁ…

୮ମ ଶ୍ରେଣୀ ଛାତ୍ରଙ୍କ ବେକରେ ଗୁଡାଇ ହୋଇଗଲା ଦୋଳି; ଅଚେତ ହୋଇ ତଳେ ପଡିଗଲେ ଛାତ୍ର, ତାପରେ…

ଦିଗପହଣ୍ଡି,୨୨ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଲରା ପଦର ପଞ୍ଚାୟତ ଭୁଡୁକି ଗ୍ରାମରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି । ୮ମ…

ଦିଲ୍ଲୀ ପୋଲିସ ନାଁରେ ଗୁରୁତର ଅଭିଯୋଗ, ଝିଅମାନଙ୍କୁ ପ୍ରବଳ ମାଡ଼….

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀ ପୋଲିସ ନାଁରେ ଜାତୀୟ ମାନବାଧିକାର କମିଶନରେ ଅଭିଯୋଗ ଦାଖଲ ହୋଇଛି । ୨୦ ଜୁଲାଇରେ ଜନ୍ତର ମନ୍ତରରେ ବିକ୍ଷୋଭ କରୁଥିବା ଛାତ୍ରମାନଙ୍କ ବିରୁଦ୍ଧରେ ଦିଲ୍ଲୀ…

ବାହୁଡ଼ା ଯାତ୍ରା ନେଇ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ଭିଡ଼ ପରିଚାଳନା ନେଇ…

ଭୁବନେଶ୍ୱର,୨୨ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଲୋକସେବା ଭବନରେ ଆସନ୍ତା ୨୪ ତାରିଖରେ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରି ଭିଡ଼ ପରିଚାଳନା…

ହସ୍ପିଟାଲରୁ ସରକାରଙ୍କୁ ଚିଠି ଲେଖିଲେ ସୋନମ ୱାଙ୍ଗଚୁକ୍, ଅନଶନ ସମାପ୍ତ କରିବାକୁ ରଖିଲେ ଏହି ସର୍ତ୍ତ

ନୂଆଦିଲ୍ଲୀ,୨୨।୭: ହସ୍ପିଟାଲରୁ ସରକାରଙ୍କୁ ଚିଠି ଲେଖିଛନ୍ତି ସୋନମ ୱାଙ୍ଗଚୁକ୍ । ଅନଶନ ସମାପ୍ତ କରିବା ପାଇଁ କେତେକ ଦାବି ଉପସ୍ଥାପନ କରିଛନ୍ତି । ଆତ୍ମହତ୍ୟା ଦ୍ୱାରା ମୃତ୍ୟୁବରଣ…

ନକଲି ଅଦାଲତ ଆଦେଶ ଦେଖାଇ ୫୦ ହଜାର ଟଙ୍କା ଠକେଇ, ଏପରି ଧରିଲା ପୋଲିସ

ଅତାବିରା,୨୨।୭(ଯୁଧିଷ୍ଠିର ମହାପାତ୍ର): ନିଜକୁ ଆଇନଜୀବୀ ପରିଚୟ ଦେଇ ଠକେଇ ଅଭିଯୋଗରେ ଜଣେ ଗିରଫ । ନକଲି ଅଦାଲତ ଆଦେଶ ପ୍ରସ୍ତୁତ କରି ଜଣେ ମହିଳାଙ୍କ ପରିବାରଠାରୁ ୫୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri