କୋଭିଡ୍‌-୧୯ କଟକଣା: ଉପନିର୍ବାଚନ ପାଇଁ ସଂଶୋଧିତ ଗାଇଡ୍‌ଲାଇନ

ଭୁବନେଶ୍ୱର,୧୮ା୧୦(ବ୍ୟୁରୋ): ଉପନିର୍ବାଚନ ପାଇଁ କୋଭିଡ୍‌-୧୯ କଟକଣାରେ କୋହଳ କରାଯାଇଛି। ସଂକ୍ରମିତ ଅଞ୍ଚଳ ବାହାରେ ୧୦୦ ବଦଳରେ ୨୦୦ ଲୋକ ଏକାଠି ହୋଇପାରିବେ। ଯଦି କୋଣସି ହଲ୍‌ରେ ବୈଠକ କରାଯାଉଥିବ ତେବେ ସେଠାରେ ସମୁଦାୟ ସିଟ୍‌ର ୫୦ ପ୍ରତିଶତରେ ବସିବାକୁ ଅନୁମତି ଦିଆଯାଇଛି। ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ୨୦୨୦ ଅକ୍ଟୋବର ପହିଲାରେ ଜାରି କରିଥିବା ନିର୍ଦ୍ଦେଶନାମାର ସଂଶୋଧନ କରି ନିର୍ବାଚନ ପାଇଁ ଖୋଲା ଜାଗାରେ ୨୦୦ ଲୋକ ଏକାଠି ହେବାକୁ ଅନୁମତି ଦେଇଛନ୍ତି। ସେହି ଆଧାରରେ ସ୍ବତନ୍ତ୍ର ରିଲିଫ କମିଶନର(ଏସ୍‌ଆରସି)ଙ୍କ କାର୍ଯ୍ୟାଳୟ ପକ୍ଷରୁ ଶନିବାର ସଂଶୋଧିତ ଗାଇଡ୍‌ଲାଇନ ଜାରି କରାଯାଇଛି। ପୂର୍ବଭଳି ସାମାଜିକ, ରାଜନୈତିକ, ଆମୋଦ ପ୍ରମୋଦ, ସାଂସ୍କୃତିକ, ଧାର୍ମିକ କାର୍ଯ୍ୟକଳାପ ଉପରେ ଅକ୍ଟୋବର ୩୧ ଯାଏ କଟକଣା ବଳବତ୍ତର ରହିବ। ଏହାପୂର୍ବରୁ ନଭେମ୍ବର ୩ରେ ତିର୍ତ୍ତୋଲ ଏବଂ ବାଲେଶ୍ୱର ଉପନିର୍ବାଚନ ପାଇଁ ଭାରତ ନିର୍ବାଚନ କମିଶନ ଏହି ଘୋଷଣା କରିଛନ୍ତି। ଉକ୍ତ ଦୁଇ ନିର୍ବାଚନ ମଣ୍ଡଳୀରେ ହଲ୍‌ରେ ହେଉଥିବା ବୈଠକ ପାଇଁ ସମୁଦାୟ ସିଟ୍‌ର ୫୦ ପ୍ରତିଶତ ଏବଂ ଖୋଲା ସ୍ଥାନରେ ୨୦୦ ଲୋକଙ୍କୁ ଏକାଠି ସଭା କରିବାକୁ ଅନୁମତି ଦିଆଯାଇଛି। ସଭାରେ ଏକାଠି ହେବାକୁ ଥିବା ଲୋକମାନଙ୍କୁ ଥର୍ମାଲ ସ୍କାନିଂ କରାଯିବା ସହ ସାମାଜିକ ଦୂରତ୍ୱ ରକ୍ଷା, ହାତକୁ ଭଲ ଭାବେ ଧୋଇବା ଏବଂ ମାସ୍କ ପିନ୍ଧିବାକୁ ବାଧ୍ୟତାମୂଳକ କରାଯାଇଛି। ତେବେ ଖୋଲା ସ୍ଥାନରେ ସଭା କରିବା ଲାଗି ସମ୍ପୃକ୍ତ ଜିଲା ପ୍ରଶାସନ ଠାରୁ ଅନୁମତି ଆଣିବାକୁ ହେବ। ରାଜନୈତିକ ସଭାରେ କୋଭିଡ୍‌ ନିୟମ ପାଳନ ହେଉଛି କି ନାହିଁ ତାହା ଉପରେ ଜିଲାପାଳ ନଜର ରଖିବେ।


Enter your email to get our daily news in your inbox.

All Right Reserved By Dharitri.Com

ପୁରୁଷୋତ୍ତମପୁରରେ ଭାଜପା ଦୁଇ ଫାଳ: MPଙ୍କ ନାଁ ନ ଥିବାରୁ ଫଳକ ଭାଙ୍ଗିଲେ ସମର୍ଥକ, ଫ୍ଲେକ୍ସି ଲଗାଇ ଶିଳାନ୍ୟାସ କଲେ…

ପୁରୁଷୋତ୍ତମପୁର, ୨୬।୫ (ସବିତା ମିଶ୍ର):  ରାଜ୍ୟରେ ପ୍ରଥମ ଥର ପାଇଁ ଭାଜପା ସରକାର ଗଠନ ହେବାର ଦୁଇ ବର୍ଷ ମଧ୍ୟରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦଳ…

କର୍ନାଟକ ରାଜନୀତିରେ ଭୂକମ୍ପ! ପଦ ଛାଡ଼ିବେ ସିଦ୍ଧାରାମୈୟା; ଡି.କେ ଶିବକୁମାରଙ୍କ ହାତକୁ ଯିବ କ୍ଷମତାର ଚାବିକାଠି?

ବେଙ୍ଗାଲୁରୁ,୨୬।୫: କର୍ନାଟକ ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ମିଳିଥିବା ସୂଚନା ଅନୁଯାୟୀ, କର୍ନାଟକ ମୁଖ୍ୟମନ୍ତ୍ରୀ ସିଦ୍ଧାରାମୈୟା ନିଜ ପଦରୁ ଇସ୍ତଫା ଦେଇପାରନ୍ତି। ତାଙ୍କ ସ୍ଥାନରେ…

ଲେବାନନ୍‌ରେ ଇସ୍ରାଏଲ୍‌ର ଏୟାରଷ୍ଟ୍ରାଇକ୍‌

ବେରୁଟ୍‌,୨୬ା୫: ଲେବାନନ୍‌ର ଏକ ଗ୍ରାମ ଉପରେ ଇସ୍ରାଏଲୀ ସେନା ଏୟାରଷ୍ଟ୍ରାଇକ୍‌ କରିବାରୁ ୧୨ ଜଣଙ୍କ ମୃତ୍ୟୁ ଘଟିଥିବା ସେଠାର ସରକାରୀ ଗଣମାଧ୍ୟମ ପ୍ରକାଶ କରିଛି। ଲେବାନନ୍‌କୁ ଇସ୍ରାଏଲ…

ଭାରତ ହାତରେ ଲାଗିଲା ‘କୁବେର ଭଣ୍ଡାର’, ମାଟିତଳୁ ମିଳିଲା କୋଟି କୋଟି ଟଙ୍କାର… ଚୀନର ଉଡ଼ିଗଲା ନିଦ!

ନୂଆଦିଲ୍‌ଲୀ,୨୬।୫: ପଶ୍ଚିମ ରାଜସ୍ଥାନର ବାଲୋତ୍ରା ଜିଲାରେ ପ୍ରାୟ ୭୫୦ ବର୍ଗ କିଲୋମିଟର ପତିତ ଜମି ତଳେ ବିପୁଳ ପରିମାଣର ‘ରେୟାର୍‌ ଆର୍ଥ ଏଲିମେଣ୍ଟସ’ (Rare Earth Elements…

ମିଥୁନ ରାଶିରେ ବୁଧଙ୍କ ଗୋଚର: ମେ’ ୨୯ରୁ ଜୁଲାଇ ୨୨ ଯାଏ ଏହି ୪ଟି ରାଶି ରୁହନ୍ତୁ ସାବଧାନ! ନଚେତ…

ଜ୍ୟୋତିଷ ଶାସ୍ତ୍ରରେ ବୁଧ ଗ୍ରହକୁ ବୁଦ୍ଧି, ବାଣୀ, ତର୍କ, ଯୋଗାଯୋଗ, ବ୍ୟାପାର ଏବଂ ନିଷ୍ପତ୍ତି ନେବାର କ୍ଷମତାର କାରକ ବୋଲି ମାନାଯାଏ। ସେଥିପାଇଁ ବୁଧ ଗ୍ରହଙ୍କର ଯେକୌଣସି…

ନାବାଳିକାକୁ ଅପହରଣ କରି ବଳାତ୍କାର

ବଲାଙ୍ଗୀର,୨୬।୫(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଅଞ୍ଚଳରେ ଏକ ଲଜ୍ଜା ଜନକ ଘଟଣା ଘଟିଛି। ଜଣେ ନାବାଳିକାକୁ ଅପହରଣ କରି ବଳାତ୍କାର କରାଯାଇଥିବା ଅଭିଯୋଗ…

ପ୍ରକାଶ ପାଇଲା OAS ପରୀକ୍ଷାଫଳ: ୨୦୦ ପରୀକ୍ଷାର୍ଥୀ କୃତକାର୍ଯ୍ୟ, ବୁବୁନ ସାହ ଟପ୍ପର, ଦେଖନ୍ତୁ ତାଲିକା…

ଭୁବନେଶ୍ୱର,୨୬।୫: ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍‌ସି) ପରିଚାଳିତ OCS-୨୦୨୪ ପରୀକ୍ଷାର ଚୂଡ଼ାନ୍ତ ଫଳାଫଳ ମଙ୍ଗଳବାର ପ୍ରକାଶ ପାଇଛି। ଏହି ପ୍ରତିଷ୍ଠିତ ପରୀକ୍ଷାରେ ମୋଟ ୨୦୦ ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ…

ପୂର୍ବତନ ତୀରନ୍ଦାଜ ଶ୍ୟାମ ଲାଲଙ୍କ ପରଲୋକ, ସେଉଲ ଅଲିମ୍ପିକ୍ସରେ କରିଥିଲେ ପ୍ରତିନିଧିତ୍ୱ

ନୂଆଦିଲ୍ଲୀ, ୨୬ା୫: ଭରତର ପୂର୍ବତନ ତୀରନ୍ଦାଜ ଶ୍ୟାମ ଲାଲ ମୀନାଙ୍କ ପରଲୋକ ଘଟିଛି। ସେ ୧୯୮୮ ସେଉଲ ଅଲିମ୍ପିକ୍ସରେ ଭାରତର ପ୍ରତିନିଧିତ୍ୱ କରିଥିଲେ। ମୃତ୍ୟୁ ବେଳକୁ ତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri