Posted inଜାତୀୟ

ଡିସେମ୍ବର ପାଇଁ ଆସିଲା ଗାଇଡ୍‌ଲାଇନ: ଜାଣନ୍ତୁ କ’ଣ ରହିବ ଖୋଲା, କ’ଣ ରହିବ ବନ୍ଦ

ନୂଆଦିଲ୍ଲୀ: ଡିସେମ୍ବର ପାଇଁ ଗୃହ ମନ୍ତ୍ରଣାଳୟ ପକ୍ଷରୁ ବୁଧବାର ଗାଇଡ୍‌ଲାଇନ ଜାରି କରାଯାଇଛି। କରୋନା ମୁକାବିଲା ପାଇଁ ସୁରକ୍ଷା ଉପରେ ଗାଇଡ୍‌ଲାଇନରେ ଗୁରୁତ୍ୱ ଦିଆଯାଇଛି। କଣ୍ଟେନମେଣ୍ଟ ଗାଇଡ୍‌ଲାଇନକୁ କଡ଼ାକଡ଼ି ମାନିବାକୁ ପରାମର୍ଶ ଦିଆଯାଇଛି। କଣ୍ଟେନମେଣ୍ଟ ଜୋନ୍‌ରେ କେବଳ ଅତି ଜରୁରୀ କାର୍ଯ୍ୟକୁ ଅନୁମତି ମିଳିବ। ସ୍ବାସ୍ଥ୍ୟ ସେବା ଓ ଅତ୍ୟାବଶ୍ୟକ ଦ୍ରବ୍ୟ ଯୋଗାଣକୁ କେବଳ ଅନୁମତି ମିଳିବ। କଣ୍ଟେନମେଣ୍ଟ ଜୋନ୍‌ରେ ଘରକୁ ଘର ବୁଲି ସର୍ଭେଲାନ୍ସ କରାଯିବ। ପ୍ରୋଟୋକଲ ଅନୁସାରେ ଟେଷ୍ଟିଂ ଓ କଣ୍ଟାକ୍ଟ ଟ୍ରେସିଂକୁ ବି ଗୁରୁତ୍ୱ ଦିଆଯିବ। ପରିସ୍ଥିତି ଦେଖି ସ୍ଥାନୀୟ କର୍ତ୍ତୃପକ୍ଷ ନାଇଟ୍‌ କର୍ଫ୍ୟୁ ଜାରି କରିପାରିବେ। କଣ୍ଟେନ୍‌ମେଣ୍ଟ ଜୋନ୍‌ ବାହାରେ ଲକ୍‌ଡାଉନ୍‌ ପାଇଁ ଅନୁମତି ନାହିଁ। ଅନ୍ତର୍ଜାତୀୟ ବିମାନ ଚଳାଚଳକୁ ଅନୁମତି ଦେଇଛି ଗୃହ ମନ୍ତ୍ରଣାଳୟ। ୫୦ ଜଣ ଦର୍ଶକଙ୍କୁ ନେଇ ଚାଲି ପାରିବ ସିନେମା ହଲ ଓ ଥିଏଟର। କ୍ରୀଡାବିତ୍‌ଙ୍କ ପାଇଁ ସୁଇମିଂ ପୁଲ ଖୋଲା ରଖିବାକୁ ଅନୁମତି ମିଳିଛି। ବ୍ୟବସାୟିକ ଉଦ୍ଦେଶ୍ୟରେ ପ୍ରଦର୍ଶନୀ ହଲ୍‌ ଖୋଲାଯିବାକୁ ଅନୁମତି ମିଳିଛି । ସାମାଜିକ, କ୍ରୀଡା, ମନୋରଞ୍ଜନ, ଶୈକ୍ଷିକ କାର୍ଯ୍ୟକୁ ସର୍ତ୍ତମୂଳକ ଅନୁମତି ରହିଛି। ବନ୍ଦ ଥିବା ଘରେ ଧାର୍ଯ୍ୟ ସିଟ୍‌ର ୫୦ ପ୍ରତିଶତ ଦର୍ଶକଙ୍କୁ ନେଇ ମିଳିବ ଅନୁମତି। ହଲ ଭିତରେ ସର୍ବାଧିକ ୨ ଶହ ଲୋକଙ୍କୁ ବସିବାକୁ ଅନୁମତି ମିଳିବ। ପରିସ୍ଥିତି ଦେଖି ରାଜ୍ୟ ସରକାର ତାକୁ ୧୦୦କୁ ହ୍ରାସ କରିପାରିବେ। ଖୋଲା ଅଞ୍ଚଳରେ ସ୍ଥାନ ଦେଖି ଲୋକସଂଖ୍ୟା ସ୍ଥିର କରାଯିବ। ରାଜ୍ୟ ଭିତରେ ବା ରାଜ୍ୟ ବାହାରେ ଆତଯାତ ନେଇ କଟକଣା ନାହିଁ । କେବଳ ସ୍ବାସ୍ଥ୍ୟ ସମ୍ବନ୍ଧୀୟ କାର୍ଯ୍ୟକୁ ବାଦ୍‌ ଦେଲେ ୬୫ ବର୍ଷରୁ ଅଧିକ ବୟସ୍କ ବ୍ୟକ୍ତି, ଅନ୍ୟାନ୍ୟ ରୋଗରେ ପୀଡ଼ିତ ବ୍ୟକ୍ତି, ଗର୍ଭବତୀ, ଛୋଟ ଶିଶୁ ଏବଂ ୧୦ ବର୍ଷରୁ କମ ବୟସର ଶିଶୁଙ୍କୁ ଘରେ ରହିବାକୁ ପରାମର୍ଶ । ଆରୋଗ୍ୟ ସେତୁ ଆପ୍‌ ବ୍ୟବହାର କରିବାକୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାହ୍ମଣୀଗାଁରେ ବିଏସ୍‌ଏନ୍‌ଏଲ୍‌ ନେଟ୍‌ଓ୍ବର୍କ ଅଚଳ: ଗ୍ରାମବାସୀ ଥାନାରେ ଲିଖିତ ଅଭିଯୋଗ କରି…

ଦାରିଙ୍ଗବାଡ଼ି,୧ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ବିଏସ୍‌ଏନ୍‌ଏଲ ନେଟ୍‌ଓ୍ବର୍କ ବାରମ୍ବାର ଅଚଳ ହେଉଥିବା ବେଳେ ଗତ ୩୦ ମଧ୍ୟ ରାତ୍ରରୁ ସମ୍ପୂର୍ଣ୍ଣ ଅଚଳ ହୋଇଥିଲେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

ଇରାନ ବରୋଧରେ ଯୁଦ୍ଧକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଲାଣି ଏହି ଦେଶ, ଆମେରିକାକୁ କରିବ ସହଯୋଗ, ଟାର୍ଗେଟରେ ହର୍ମୁଜ ପ୍ରଣାଳୀ

ତେହରାନ,୧।୪: ସଂଯୁକ୍ତ ଆରବ ଏମିରେଟ୍ସ (UAE) ଆମେରିକା ଏବଂ ଅନ୍ୟାନ୍ୟ ପାଶ୍ଚାତ୍ୟ ମିତ୍ରମାନଙ୍କୁ ସୂଚନା ଦେଇଛି ଯେ ଏହା ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବାରେ ସାହାଯ୍ୟ କରିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri