ଗ୍ରାମୀଣ ଜଳଯୋଗାଣ ପ୍ରକଳ୍ପର ରକ୍ଷଣାବେକ୍ଷଣ ପାଇଁ ମାର୍ଗଦର୍ଶିକା

ଭୁବନେଶ୍ୱର, ୧୯।୧୦(ସୁନିତ୍‌ ମିଶ୍ର)ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ପ୍ରମୁଖ ଶାସନ ସଚିବ ସୁଶୀଲ କୁମାର ଲୋହାନିଙ୍କ ଅଧ୍ୟକ୍ଷତାରେ ୩୫ ଗ୍ରାମୀଣ ଜଳଯୋଗାଣ ଓ ପରିମଳ ଡିଭିଜନକୁ ନେଇ ଏକ ସମୀକ୍ଷା ବୈଠକ ବୁଧବାର ଅନୁଷ୍ଠିତ ହୋଇଯାଇଛି। ପଞ୍ଚାୟତିରାଜ ବିଭାଗର ନିର୍ଦ୍ଦେଶକ, ଗ୍ରାମୀଣ ଜଳଯୋଗାଣ ଓ ପରିମଳ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ, ମୁଖ୍ୟଯନ୍ତ୍ରୀ, ଅତିରିକ୍ତ ମୁଖ୍ୟଯନ୍ତ୍ରୀ ପ୍ରମୁଖ ବୈଠକରେ ଯୋଗ ଦେଇଥିଲେ। ୨୦୨୪ ଗ୍ରୀଷ୍ମଋତୁକୁ ଆଖି ଆଗରେ ରଖି ରାଜ୍ୟ ସରକାର ନଳକୂପ ଓ ଗ୍ରାମୀଣ ଜଳଯୋଗାଣ ପ୍ରକଳ୍ପଗୁଡ଼ିକୁ ପ୍ରସ୍ତୁତ ଏବଂ ବ୍ୟବହାରଯୋଗ୍ୟ ରଖିବା ସହ ଏହାର ରକ୍ଷଣାବେକ୍ଷଣ ନିମନ୍ତେ ଏକ ମାର୍ଗଦର୍ଶିକା ପ୍ରସ୍ତୁତ କରିଛନ୍ତି। ରାଜ୍ୟର ପ୍ରତିଟି ଗୃହରେ ପାନୀୟ ଜଳ ଯୋଗାଣକୁ ସୁନିଶ୍ଚିତ କରିବା ପାଇଁ ଜିଲାଗୁଡିକୁ ନିର୍ଦ୍ଦେଶନାମା ଜାରି କରାଯାଇଛି। ନିର୍ଦ୍ଦେଶନାମା ଅନୁଯାୟୀ, ଆଗୁଆ ସତର୍କତାମୂଳକ ପଦକ୍ଷେପ ସ୍ବରୂପ ଶତପ୍ରତିଶତ ନଳକୂପ ଓ ପାଇପ ଜଳଯୋଗାଣ ପ୍ରକଳ୍ପର ରକ୍ଷଣାବେକ୍ଷଣ କରାଯିବ। ସେହିପରି ନିୟମିତ ରକ୍ଷଣାବେକ୍ଷଣକୁ ମିଶନ ମୋଡ୍‌ରେ କାର୍ଯ୍ୟକାରୀ କରାଯିବ। ଗ୍ରାମପଞ୍ଚାୟତଗୁଡ଼ିକର ଆବଶ୍ୟକତା ଏବଂ କନିଷ୍ଠ ଯନ୍ତ୍ରୀ/ସହକାରୀ ଯନ୍ତ୍ରୀଙ୍କ ପରାମର୍ଶ ଆଧାରରେ ଅର୍ଥ କମିଶନଙ୍କ ଅନୁଦାନକୁ ବ୍ୟବହାର କରି ପ୍ରତ୍ୟେକ ପଞ୍ଚାୟତ ସମିତି ଯଥେଷ୍ଟ ପରିମାଣର ଯନ୍ତ୍ରାଂଶ, ରଙ୍ଗ, ରାଇଜର ପାଇପ କ୍ରୟ କରିବେ। ପ୍ରତ୍ୟେକ ଶନିବାର ପଞ୍ଚାୟତି ସମିତିରେ ପାନୀୟ ଜଳଯୋଗାଣ ସ୍ଥିତିର ନିୟମିତ ସମୀକ୍ଷା ବୈଠକ କରାଯିବ ବୋଲି ଉଲ୍ଲେଖ ରହିଛି। ଆଇଏମ୍‌ଏସ୍‌ ପୋର୍ଟାଲର ରିପୋର୍ଟ ଅନୁଯାୟୀ ରାଜ୍ୟର ୬୬ ପ୍ରତିଶତ ଗ୍ରାମୀଣ ଗୃହକୁ ଟ୍ୟାପ୍‌ ସଂଯୋଗ ହୋଇଛି ା ପ୍ରାୟ ୯୬୭୧ ଗ୍ରାମରେ ଶତପ୍ରତିଶତ ଜଳଯୋଗାଣ ଟ୍ୟାପ୍‌ ସଂଯୋଗ ହୋଇସାରିଛି। କାର୍ଯ୍ୟକ୍ଷମ ଘରୋଇ ଟ୍ୟାପ୍‌ ସଂଯୋଗରେ ଅନ୍ତର୍ଭୁକ୍ତ ହେବାକୁ ଥିବା ମୋଟ ୪୭,୨୭୪ଟି ଗ୍ରାମ ପାଇଁ ରାଜ୍ୟ ସରକାର ଏକ ପରିପୁଷ୍ଟ ଯୋଜନା ପ୍ରସ୍ତୁତ କରିଛନ୍ତି ା ୩୧୮୫୪ (୬୫%)ଟି ଗ୍ରାମରେ ମେଗା ପାଇପ୍‌ ଜଳଯୋଗାଣ ଏବଂ ୧୫୪୨୦ (୩୫%) ଗ୍ରାମ କ୍ଷୁଦ୍ର ଓ ସୌରଚାଳିତ ଜଳଯୋଗାଣ ପ୍ରକଳ୍ପ ଦ୍ୱାରା ସଂଯୁକ୍ତ ହୋଇଥିବା ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀରାମ ନବମୀ ପାଇଁ ଚଳଚଞ୍ଚଳ ଦିଗପହଣ୍ଡି: ଯୋଗଦେଲେ ଡ.ସିଦ୍ଧାନ୍ତ ମହାପାତ୍ର, ବିଶ୍ବହିନ୍ଦୁ ପରିଷଦ….

ଦିଗପହଣ୍ଡି,୨୭।୩(ଅଶେଷ ନାଥ ମିଶ୍ର): ଆଜି ପବିତ୍ର ଶ୍ରୀରାମ ନବମୀ। ଏ ନେଇ ଗଞ୍ଜାମ ଜିଲା ଦିଗପହଣ୍ଡି ଚଳଚଞ୍ଚଳ ହୋଇ ଉଠିଛି। ତେବେ ଗୁରୁବାର ସାରେ ଶ୍ରୀରାମ ନବମୀ…

ସିକ୍ରେଟ କ୍ୟାବିନରେ ଚାଲାଣ ହେଉଥିଲା ୧୮୭ କେଜି ଗଞ୍ଜେଇ, ମାଡ଼ିବସିଲା ସୁବଳୟା ପୋଲିସ

ଅମରପାଲି,୨୭ା୩(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ପୋଲିସ ଗୁରୁବାର ସୋନପୁର-ବୀରମହାରାଜପୁର ରାସ୍ତାର ଦୁରଦୁରା ନର୍ସରୀ ନିକଟରୁ ଏକ ପିକଅପରେ ଚାଲାଣ ହେଉଥିବା ୧୮୭ କେଜି ଗଞ୍ଜେଇ…

ପୂର୍ବ ଶତ୍ରୁତାରୁ ତୁମୁଳ କାଣ୍ଡ, ଗାଁଦାଣ୍ଡରେ ଯୁବକଙ୍କୁ ପିଟି ହତ୍ୟା

ଅମରପାଲି,୨୭ା୩(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଅନ୍ତର୍ଗତ ପିତାମହୁଲ ଗାଁ ଦାଣ୍ଡରେ ଜଣେ ଯୁବକଙ୍କୁ ପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ହତ୍ୟାର ଶିକାର ହୋଇଛନ୍ତି…

ବଡ଼ବଡ଼ିଆ ଜବରଦଖଲକାରୀଙ୍କ ବଦଳରେ ଗରିବଙ୍କ କୁଡ଼ିଆ ଉଚ୍ଛେଦ, ପ୍ରତିବାଦରେ ତାତିଲେ ଲୋକେ

ବରଗଡ଼,୨୭।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଜବରଦଖଲ ଉଚ୍ଛେଦ ଅଭିଯାନ ଚାଲିଛି। ଏହି କ୍ରମରେ ବୁଲଡୋଜର ପର୍ଯ୍ୟାୟକ୍ରମେ ସହରର ଗୋଟିଏ ସ୍ଥାନରୁ ଅନ୍ୟ ଜବରଦଖଲ ସ୍ଥାନକୁ ମାଡ଼ି ବସିଛି।…

ସୃଜନଶୀଳତାକୁ ପ୍ରାଧାନ୍ୟ

ଖୋର୍ଦ୍ଧାସ୍ଥିତ ଆର୍ଯ୍ୟବର୍ତ୍ତ ଆନ୍‌ସିଏଣ୍ଟ ଏକାଡେମୀ (ଏଏଏ)ର ପ୍ରିନ୍ସିପାଲ ଭାବେ ଡ. ଦୀପ୍ତିମୟୀ ମହାନ୍ତି କାର୍ଯ୍ୟରତ ଥିବାବେଳେ ତାଙ୍କର ଶିକ୍ଷାକ୍ଷେତ୍ରରେ ୩୦ ବର୍ଷର ଅଭିଜ୍ଞତା ରହିଛି। ଅବିରତ ଉତ୍ସାହ…

ବଚସା ହେଲା କାଳ…ସ୍ତ୍ରୀକୁ ସିଲିଣ୍ଡର ଛେଚି ହତ୍ୟା କଲେ ସ୍ବାମୀ

ଚଣ୍ଡିଗଡ଼,୨୭।୩: ହରିୟାଣାର ଗୁରୁଗ୍ରାମ ଜିଲାରୁ ଏକ ହୃଦୟ ବିଦାରକ ରିପୋର୍ଟ ସାମ୍ନାକୁ ଆସିଛି। ରିପୋର୍ଟ ଅନୁସାରେ, ଗୁରୁଗ୍ରାମର ଚୌମା ଗାଁରେ, ଗୁଞ୍ଜନ ନାମକ ଜଣେ ୨୨ ବର୍ଷୀୟା…

ଭାରତ୍ତୋଳନରେ ଦୀପାରାଣୀଙ୍କୁ ରୌପ୍ୟ

ଚିକିଟି, ୨୭ା୩ (ପ୍ରକାଶ ଚନ୍ଦ୍ର ସାହୁ ): ଛତିଶଗଡ ରାଇପୁର ସ୍ଥିତ ପଣ୍ଡିତ ରବି ଶଙ୍କର ବିଶ୍ୱ ବିଦ୍ୟାଳୟର ଖେଳ ପଡ଼ିଆ ପରିସରରେ ଗୁରୁବାର ଜାତୀୟସ୍ତରୀୟ ଉଦ୍‌ଘାଟିତ…

ଏଇ ଭାରତରେ

ଜଳ ସଙ୍କଟ ଦୂର କରିବା ପାଇଁ ପୂର୍ବତନ ଭାରତୀୟ ରାଜସ୍ବ ଅଧିକାରୀ (ଆଇଆର୍‌ଏସ୍‌) ଉଜ୍ଜ୍ୱଳ କୁମାର ଚଭନ ମହାରାଷ୍ଟ୍ରର ମରାଠାଓ୍ବାଡା ଓ ଖଣ୍ଡେଶ ଅଞ୍ଚଳରେ ଜଳାଶୟ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri