Posted inଜାତୀୟ

ମାର୍ଚ୍ଚ ପାଇଁ ଗାଇଡ୍‌ଲାଇନ

ନୂଆଦିଲ୍ଲୀ,୨୬।୨: କୋଭିଡ୍‌-୧୯ର ନୂତନ ଷ୍ଟ୍ରେନ ବୃଦ୍ଧିକୁ ଦୃଷ୍ଟିରେ ରଖି ଶୁକ୍ରବାର ଗୃହ ମନ୍ତ୍ରାଳୟ ପକ୍ଷରୁ ମାର୍ଚ୍ଚ ପାଇଁ ନୂତନ ଗାଇଡ୍‌ଲାଇନ ଜାରି କରାଯାଇଛି। ଏଥିରେ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳରେ ଟିକାକରଣକୁ ଅଧିକ ବଢାଇବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ବିଶେଷ କରି ମହାରାଷ୍ଟ୍ର, କେରଳ ବ୍ୟତୀତ ଅନ୍ୟ କିଛି ରାଜ୍ୟରେ କୋଭିଡ-୧୯ ମାମଲା ବୃଦ୍ଧି ହୋଇଛି। ଏନେଇ କଣ୍ଟେନମେଣ୍ଟ, ସର୍ଭେଲାନ୍ସ ପାଇଁ ଥିବା ନିୟମ ଅବଧିକୁ ୧ ମାସ ବୃଦ୍ଧି କରାଯାଇଛି। ଏହି ନିୟମକୁ ପାଳନ କରିବାକୁ କେନ୍ଦ୍ର ସରକାର ରାଜ୍ୟ ଏବଂ କେନ୍ଦ୍ର ଶାସିତ ଅଞ୍ଚଳକୁ ନିର୍ଦ୍ଦେଶ ଦେଇଛନ୍ତି। ମହାମାରୀକୁ ରୋକିବା ପାଇଁ ଜାରି ହୋଇଥିବା ଗାଇଡ୍‌ଲାଇନକୁ କଡାକଡ଼ି ଭାବେ ପାଳନ କରିବାକୁ ସରକାରଙ୍କ ପକ୍ଷରୁ କୁହାଯାଇଛି। ଏହି ଗାଇଡ୍‌ଲାଇନ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ଲାଗୁ ରହିବ। ସେହିପରି ଘରୋଇ ବିମାନ ସେବା ପୂର୍ବଭଳି ଜାରି ରହିବ। ଅନ୍ତର୍ଜାତୀୟ ବିମାନ ସେବା ସମ୍ପର୍କରେ ବେସାମାରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ପକ୍ଷରୁ ଚୂଡାନ୍ତ ନିଷ୍ପତ୍ତି ନିଆଯିବ। ଶିକ୍ଷାନୁଷ୍ଠାନ, ରେଷ୍ଟୁରାଣ୍ଟ, ହୋଟେଲ, ପାର୍କରେ ପୂର୍ବରୁ ଜାରି ହୋଇଥିବା କଟକଣା ଲାଗୁ ହେବ। ଦେଶର ୧୮ ରାଜ୍ୟରେ ବ୍ରିଟେନ ଓ ବ୍ରାଜିଲରୁ ମିଳିଥିବା ନୂତନ ଷ୍ଟ୍ରେନ ଦେଖିବାକୁ ମିଳିଛି। କେନ୍ଦ୍ର ସରକାର ଏସବୁ ରାଜ୍ୟ ଉପରେ କଡ଼ା ନଜର ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଗାପୂଜା ପୂର୍ବରୁ ବଡ଼ TMCରେ ବଡ଼ ହଲଚଲ: ଭାଜପାରେ ସାମିଲ ହେବେ ୧୭ ବିଦ୍ରୋହୀ ସାଂସଦ, ବଡ଼ ଦାବି କଲେ…

କୋଲକାତା,୧୪।୯: ମମତା ବାନାର୍ଜୀଙ୍କ ତୃଣମୂଳ କଂଗ୍ରେସ (TMC) ଛାଡ଼ି ନ୍ୟାସନାଲିଷ୍ଟ ସିଟିଜେନ ପାର୍ଟି ଅଫ ଇଣ୍ଡିଆ (NCPI)ରେ ଯୋଗ ଦେଇଥିବା କୁଚବିହାର ସାଂସଦ ଜଗଦୀଶ ଚନ୍ଦ୍ର ବର୍ମା…

ଭୁଲରେ ବି ଏପରି ରଖନ୍ତୁ ନାହିଁ ଅଫିସ ବ୍ୟାଗ: କ୍ୟାରିୟର ହେବ ବଡ଼ କ୍ଷତି, ପାଖରୁ ପଳାଇବ ସବୁ ଧନ !

ଅଫିସରୁ ଫେରିବା ପରେ ଥକିଯାଇ ଅନେକ ସମୟରେ ଆମେ ନିଜ ଅଫିସ ବ୍ୟାଗକୁ ଘରର ଯେକୌଣସି ସ୍ଥାନରେ ରଖିଦେଉ। କେହି କେହି ତ ବ୍ୟାଗ ଖୋଲିବା ମାତ୍ରେ…

Viral Video: ନିଷ୍ପାପ ଶିଶୁ ସହ ଏମିତି ଖୁସି ମଜା କରୁଛି ମାଙ୍କଡ଼, ଭିଡିଓ ଦେଖିଲେ…

ସୋସିଆଲ ମିଡିଆରେ ପ୍ରାୟତଃ ପଶୁ ଏବଂ ମଣିଷଙ୍କ ଭିଡିଓ ଦେଖିବାକୁ ମିଳିଥାଏ। ଏଥିରୁ କିଛି ଭିଡିଓ ଭୟଙ୍କର ହୋଇଥିବାବେଳେ ଆଉ କିଛି ଭିଡିଓ ଖୁସି ଆଣି ଦେଇଥାଏ।…

ଜିନପିଙ୍ଗଙ୍କୁ ପସନ୍ଦ ଭାରତ ଚା’! ମୋଦିଙ୍କ ସହ ନେଲେ ମଜା

ନୂଆଦିଲ୍ଲୀ/ବେଜିଂ,୧୪।୯: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଭାରତ ଗସ୍ତକୁ ବେଶ ଉପଭୋଗ କରୁଛନ୍ତି। ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀ ପାଇଁ ଦିଲ୍ଲୀରେ ପହଞ୍ଚିବା ପରେ ସେ ସ୍ଥାନୀୟ…

ମନ୍ତ୍ରୀଙ୍କ ବଡ଼ ସୂଚନା, ଓଡ଼ିଶା ବଜାରକୁ ଆସିବ ଓମ୍‌ଫେଡ ଆଇସକ୍ରିମ୍ ଓ ପାଣି

ଭୁବନେଶ୍ବର,୧୪ା୯: ଓଡ଼ିଶାର ଲୋକପ୍ରିୟ ଦୁଗ୍ଧ କମ୍ପାନୀ ଓମ୍‌ଫେଡ୍‌ ଏଣିକି ଆଇସକ୍ରିମ୍ ଓ ପାଣି ମଧ୍ୟ ବଜାରକୁ ଆଣିବାକୁ ଯୋଜନା କରୁଛି । ଏନେଇ ସୂଚନା ଦେଇଛନ୍ତି ମତ୍ସ୍ୟ…

ଗଣେଶ ପୂଜାରେ ଅଘଟଣ: ମଣ୍ଡପକୁ ଯିବା ଲାଗି ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ ଯୁବକ

ବାଲେଶ୍ୱର,୧୪ା୯(ବାଞ୍ଛାନିଧି ଦେ): ଅଗ୍ରପୂଜ୍ୟ ଗଣପତି ବାବାଙ୍କ ପୂଜା ଉତ୍ସବ ସୋମବାର ଧୂମ୍‌ଧାମରେ ପାଳିତ ହେଉଥିବାବେଳେ ବାଲେଶ୍ୱର ଜିଲା ରେମୁଣା ଅଞ୍ଚଳରେ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି…

ନୂଆଁଖାଇରେ ମାଟିପାତ୍ରର ମହକ; ବଲାଙ୍ଗୀର ହାଟରେ ବିକ୍ରି ହେଲାଣି କୁରେପତ୍ର ସାଙ୍ଗକୁ ଖଲିଦନା

ବଲାଙ୍ଗୀର,୧୪ା୯(ସୁନିଲ କୁମାର ମହାନ୍ତି): ରାତି ପାହିଲେ ନୂଆଁଖାଇ । ପ୍ରକୃତି ସହ ଓତପ୍ରୋତ ଭାବେ ଜଡ଼ିତ ନୂଆଁଖାଇ । ଏହି ଦିନ ପ୍ରଥମ ଅନ୍ନ ପ୍ରସ୍ତୁତିରେ ମାଟିପାତ୍ରର…

ବରଗଡ଼ରେ ଚାଞ୍ଚଲ୍ୟ: ନୂଆଖାଇ ପୂର୍ବରୁ ସ୍ତ୍ରୀଙ୍କୁ ପିଟିପିଟି ମାରିଲେ ସ୍ବାମୀ

ଅତାବିରା,୧୪।୯(ଯୁଧିଷ୍ଠିର ମହାପାତ୍ର)- ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଅମ୍ଳିପାଲି ପଞ୍ଚାୟତ ଗଡତିଆଟିକ୍ରା ଗ୍ରାମରେ ଏକ ହତ୍ୟାକାଣ୍ଡ ଘଟିଛି। ସ୍ତ୍ରୀଙ୍କୁ ପିଟିପିଟି ସ୍ବାମୀ ହତ୍ୟା କରିଥିବା ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?