Posted inଜାତୀୟ

ବିଶ୍ୱବିଦ୍ୟାଳୟ ଖୋଲିବା ଲାଗି ଗାଇଡ୍‌ଲାଇନ

ନୂଆଦିଲ୍ଲୀ, ୫।୧୧: ସାରା ଦେଶରେ କଲେଜ ଓ ବିଶ୍ୱବିଦ୍ୟାଳୟ ଖୋଲିବା ଲାଗି ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ଗୁରୁବାର ଗାଇଡ୍‌ଲାଇନ ଜାରି କରିଛନ୍ତି। ନୂଆ ଗାଇଡ୍‌ଲାଇନ ଅନୁଯାୟୀ କଣ୍ଟେନମେଣ୍ଟ ଜୋନ୍‌ (ଆବଦ୍ଧାଞ୍ଚଳ) ବାହାରେ ରହିଥିବା କଲେଜ ଓ ୟୁନିଭର୍ସିଟିଗୁଡ଼ିକ ସମ୍ପୃକ୍ତ ରାଜ୍ୟ କିମ୍ବା କେନ୍ଦ୍ରଶାସିତ ଅଞ୍ଚଳ ସରକାରଙ୍କ ସହ ପରାମର୍ଶକ୍ରମେ ପର୍ଯ୍ୟାୟକ୍ରମେ ଖୋଲିପାରିବେ। ଗାଇଡ୍‌ଲାଇନକୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଯାଞ୍ଚ କରିବା ସହିତ ସ୍ବରାଷ୍ଟ୍ର ଓ ଶିକ୍ଷା ମନ୍ତ୍ରଣାଳୟ ଅନୁମୋଦନ କରିଛି। ୟୁଜିସି ୬ ଦିନିଆ ସପ୍ତାହ ଲାଗି ପରାମର୍ଶ ଦେବା ସହ ସାମାଜିକ ଦୂରତ୍ୱ ବଜାୟ ରଖିବା ଲାଗି କମ୍‌ ପିଲାଙ୍କୁ ନେଇ କ୍ଲାସ୍‌ ଆୟୋଜନ କରିବାକୁ କହିଛି। ସେଥିପାଇଁ ଛାତ୍ରୀଛାତ୍ରଙ୍କୁ ଏକାଧିକ ସେକ୍ସନରେ ବିଭକ୍ତ କରିବାକୁ ହେବ। ତେବେ ଶିକ୍ଷାନୁଷ୍ଠାନର ଆବଶ୍ୟକତା ଅନୁଯାୟୀ ପାଠପଢ଼ା ସମୟ ବଢ଼ାଯାଇପାରିବ।
କ୍ୟାମ୍ପସ୍‌ ଖୋଲିବା ପୂର୍ବରୁ ଏହା କେନ୍ଦ୍ର କିମ୍ବା ରାଜ୍ୟ ସରକରାଙ୍କ ଦ୍ୱାରା ନିରାପଦ ଅଞ୍ଚଳ ଘୋଷିତ ହୋଇଛି କି ନାହିଁ ସେନେଇ ସମ୍ପୃକ୍ତ ଶିକ୍ଷାନୁଷ୍ଠାନ ନିଶ୍ଚିନ୍ତ ହେବେ। କୋଭିଡ୍‌କୁ ନେଇ ସରକାର ଘୋଷଣା କରିଥିବା ନିର୍ଦ୍ଦେଶନାମା, ଗାଇଡ୍‌ଲାଇନ ଓ ପରାମର୍ଶକୁ ଶିକ୍ଷାନୁଷ୍ଠାନ ମାନିବାକୁ ବାଧ୍ୟ। କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରିୟାଲ ନିଶଙ୍କ ନୂଆ ୟୁଜିସି ଗାଇଡ୍‌ଲାଇନ ସମ୍ପର୍କରେ ଟୁଇଟର୍‌ରେ ଘୋଷଣା କରିଛନ୍ତି। ଶିକ୍ଷାନୁଷ୍ଠାନ, ଛାତ୍ରୀଛାତ୍ର, ଅଭିଭାବକ ସମସ୍ତେ ଏହାକୁ ମାନିବା ଲାଗି ସେ ଅନୁରୋଧ କରିଛନ୍ତି। କ୍ୟାମ୍ପସ୍‌ରେ ଛାତ୍ରୀଛାତ୍ର, ଶିକ୍ଷକ ଓ କର୍ମଚାରୀମାନଙ୍କୁ ପରିଚାଳନା କରିବା, କ୍ୟାମ୍ପସ୍‌ ପରିସରକୁ ବିଶୋଧନ ଲାଗି ପଦକ୍ଷେପ ନେବା, ସଂକ୍ରମିତଙ୍କୁ ଚିହ୍ନଟ କରିବା ଏବଂ ଭୂତାଣୁ ସଂକ୍ରମଣ ରୋକିବା ଲାଗି କଣ୍ଟେନ୍‌ମେଣ୍ଟ ପଦକ୍ଷେପ ନେବାକୁ କୁହାଯାଇଛି।
ସମସ୍ତ ଗବେଷଣା କାର୍ଯ୍ୟକ୍ରମ ଏବଂ ବିଜ୍ଞାନ ଓ ପ୍ରଯକ୍ତି କାର୍ଯ୍ୟକ୍ରମର ସ୍ନାତକୋତ୍ତର ଛାତ୍ରୀଛାତ୍ରଙ୍କୁ ଶିକ୍ଷାନୁଷ୍ଠାନରେ ଯୋଗଦେବାକୁ ୟୁଜିସି ଅନୁମତି ଦେଇଛି। ସେହିପରି ଶିକ୍ଷାନୁଷ୍ଠାନ ମୁଖ୍ୟଙ୍କ ନିଷ୍ପତ୍ତିକ୍ରମେ ଶେଷବର୍ଷ ଛାତ୍ରୀଛାତ୍ର ପଢ଼ିବା ପାଇଁ କିମ୍ବା ପ୍ଲେସ୍‌ମେଣ୍ଟ ଉଦ୍ଦେଶ୍ୟରେ ଆସିପାରିବେ। ଯେଉଁମାନେ ଘରେ ରହି ପଢ଼ିବାକୁ ଚାହିଁବେ ସେମାନଙ୍କୁ ଅନ୍‌ଲାଇନରେ ପଠନ ବିଷୟବସ୍ତୁ ଯୋଗାଇ ଦେବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବୃଦ୍ଧାଙ୍କ ଶରୀରକୁ ଖଣ୍ଡ ବିଖଣ୍ଡିତ କରି ମାରିଲା ରକ୍ତମୁଖା ଦନ୍ତା, ପୁଅ-ବୋହୂଙ୍କ ସହ…

ଲାଞ୍ଜିଗଡ଼,୧ା୮(ରମେଶ ଚନ୍ଦ୍ର ନାୟକ): ଏକ ରକ୍ତମୁଖା ଦନ୍ତା ଜଣେ ବୃଦ୍ଧାଙ୍କୁ କଲବଲ କରି ମାରିଛି। ତାଙ୍କ ଶରୀର ଖଣ୍ଡ ବିଖଣ୍ଡିତ ହୋଇ ଏତେତେଣେ ପଡ଼ିଛି। ଏପରି ହୃଦୟ…

ତପ୍ତପାଣି ଆସିବେ ରାଷ୍ଟ୍ରପତି: ପୋଲିସ ପ୍ରଶାସନର ଜୋରଦାର ପ୍ରସ୍ତୁତି, ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ-ଏସ୍‌ପି

ଦିଗପହଣ୍ଡି,୧ା୮(ଅଶେଷ ନାଥ ମିଶ୍ର): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୪ ତାରିଖ ଗଞ୍ଜାମ-ଗଜପତି ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ଉଷ୍ଣ ପ୍ରସବଣ ତପ୍ତପାଣି ପରିଦର୍ଶନ କରିବା ସହ ସେଠାରେ…

ଶ୍ରୀଲଙ୍କା ସିରିଜ ପୂର୍ବରୁ ଏମଏସ ଧୋନିଙ୍କୁ ଭେଟିଲେ ଋଷଭ ପନ୍ତ

ନୂଆଦିଲ୍ଲୀ,୧।୮: ଭାରତୀୟ କ୍ରିକେଟ ଦଳ ଖୁବଶୀଘ୍ର ଶ୍ରୀଲଙ୍କା ଗସ୍ତ କରିବାକୁ ଯାଉଛି, ଅଗଷ୍ଟ ୧୫ରୁ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଆରମ୍ଭ ହେବ। ୱିକେଟ କିପର-ବ୍ୟାଟ୍ସମ୍ୟାନ…

ପୁଣି ଥରିଲା ଜାପାନ, ରିକ୍ଟର ସ୍କେଲରେ ତୀବ୍ରତା ୫.୮

ଟୋକିଓ,୧।୮: ଜାପାନରେ ପ୍ରକୃତିର ପ୍ରକୋପ ନିରନ୍ତର ଜାରି ରହିଛି। ଶନିବାର, ଉତ୍ତର ଜାପାନର ଆଓମୋରି ପ୍ରିଫେକ୍ଚର ନିକଟରେ 5.8 ତୀବ୍ରତାର ଭୂମିକମ୍ପ ଅନୁଭୂତ ହୋଇଥିଲା। ଜାପାନ ପାଣିପାଗ…

କେସିଙ୍ଗା ମହାବିଦ୍ୟାଳୟରେ ଯୋଗଦେଲେ ନୂଆ ପ୍ରିନ୍ସିପାଲ, କହିଲେ ଛାତ୍ରୀଛାତ୍ରଙ୍କୁ ଠିକ୍‌ ଭାବେ…

କେସିଙ୍ଗା,୧ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରସ୍ଥିତ କେସିଙ୍ଗା ମହାବିଦ୍ୟାଳୟରେ ନୂତନ ଭାବେ ପ୍ରିନ୍ସିପାଲ ଅଶ୍ୱିନୀ ପଟ୍ଟନାୟକ ଶନିବାର ଯୋଗଦାନ କରିଛନ୍ତି। ସେ ଏହି ମହାବିଦ୍ୟାଳୟ ଗତ…

ଏଟିଏମ ଭଙ୍ଗା ଘଟଣା: ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୧।୮(ସଙ୍ଗୀତା ଜେନା): ଜରେଇକେଲାରେ ଥିବା ଏକ ବ୍ୟାଙ୍କ ଅଫ ଇଣ୍ଡିଆ ଏଟିଏମ ଭଙ୍ଗା ଘଟଣାରେ ବିସ୍ରା ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତଙ୍କଠାରୁ ପୋଲିସ ୮,୩୦୦…

ସାଧୁ ବେଶରେ ଅଭିନୟ ପଡ଼ିଲା ମହଙ୍ଗା, ପପୁ ଯାଦବଙ୍କ ବିରୋଧରେ ଏତଲା

ନୂଆଦିଲ୍ଲୀ,୧।୮: ମୌସୁମୀ ଅଧିବେଶନ ୨୦୨୬ ସମୟରେ ସଂସଦରେ ରାମ ମନ୍ଦିର ଦାନ ଚୋରିକୁ ନେଇ ନାଟକ କରି ସାଂସଦ ପପୁ ଯାଦବ ଆଇନଗତ ଜାଲରେ ଫସିଯାଇଛନ୍ତି। କାରଣ…

‘ମୁଁ ଲଜ୍ଜିତ, ନିଜ ମୁହଁକୁ ଆଇନାରେ ଦେଖିପାରୁନି’ ପିଏମ ମୋଦିଙ୍କୁ ଅପଶବ୍ଦ କହିଥିବା ଯୁବତୀ ମାଗିଲେ କ୍ଷମା

ନୂଆଦିଲ୍ଲୀ,୧।୮: ଦିଲ୍ଲୀର ଜନ୍ତର-ମନ୍ତରରେ CJP ପ୍ରଦର୍ଶନ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ଆପତ୍ତିଜନକ ଭାଷା ପ୍ରୟୋଗ କରିଥିବା ଯୁବତୀଜଣକ ସୋସିଆଲ ମିଡିଆରେ ଭିଡିଓ ଜାରି କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri