ଯୋଗ କେନ୍ଦ୍ର, ଜିମ୍‌ ଖୋଲିବା ପାଇଁ ଜାରି ହେଲା ଗାଇଡ୍‌ଲାଇନ: ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୩।୮: ଦେଶରେ ଅଗଷ୍ଟ-୧ରୁ ଅନ୍‌ଲକ-୩ ଆରମ୍ଭ ହୋଇଛି। ଏଥିରେ ପୂର୍ବରୁ ଲାଗୁ ହୋଇଥିବା କେତେକ କଟକଣା ଉପରେ କେନ୍ଦ୍ରସରକାର କୋହଳ କରିଛନ୍ତି। ସେଥିମଧ୍ୟରୁ ଯୋଗ କେନ୍ଦ୍ର ଓ ଜିମ୍‌ ସାମିଲ ରହିଛି। ଅଗଷ୍ଟ ୫ରୁ ଦେଶରେ ପୁଣି ଯୋଗ କେନ୍ଦ୍ର ଓ ଜିମ୍‌ ଖୋଲିବା ପାଇଁ ସରକାର ଅନୁମତି ଦେଇଛନ୍ତି। ସୋମବାର ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ପକ୍ଷରୁ ଗାଇଡ୍‌ଲାଇନ ଜାରି କରାଯାଇଛି। ଏହି ଗାଇଡ୍‌ଲାଇନ ଅନୁସାରେ କଣ୍ଟେନମେଣ୍ଟ ଜୋନରେ ଥିବା ଯୋଗ କେନ୍ଦ୍ର ଓ ଜିମ୍‌କୁ ଖୋଲାଯିବ ନାହିଁ। ଏଥିସହ ୬୫ ବର୍ଷରୁ ଉର୍ଦ୍ଧ୍ୱ ବ୍ୟକ୍ତି, ଗର୍ଭବତୀ ମହିଳା, ଏକାଧିକ ରୋଗ ଥିବା ବ୍ୟକ୍ତି ଓ ୧୦ ବର୍ଷରୁ କମ୍‌ ବୟସ୍କ ପିଲାମାନଙ୍କୁ ଜିମ୍‌ ଓ ଯୋଗକେନ୍ଦ୍ରକୁ ଯିବା ପାଇଁ ବାରଣ କରାଯାଇଛି। ସୁରକ୍ଷା ଦୃଷ୍ଟିରୁ ଯେତେଦୂର ସମ୍ଭବ ବ୍ୟକ୍ତିମାନେ ପରସ୍ପରଠାରୁ ଅତିକମ୍‌ରେ ୬ ଫୁଟ ଦୂରତ୍ୱ ବଜାୟ ରଖିବା ଉଚିତ ବୋଲି ଉକ୍ତ ଗାଇଡ୍‌ଲାଇନରେ ଦର୍ଶାଯାଇଛି। ସେହିପରି ମାସ୍କ ଓ ଫେସ୍‌ କଭର ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି। କିନ୍ତୁ ବ୍ୟାୟାମ କରିବା ସମୟରେ ଯେଉଁମାନେ ଶ୍ବାସକ୍ରିୟାରେ କଷ୍ଟ ଅନୁଭବ କରନ୍ତି ସେମାନେ ପ୍ରତିରକ୍ଷାମୂଳକ ଭାବେ ‘ଭାଇଜର୍‌’ ପିନ୍ଧିପାରିବେ। ସେହିଭଳି ବାରମ୍ବାର ହାତ ଧୋଇବା ଓ ହ୍ୟାଣ୍ଡ ସାନିଟାଇଜର୍‌ ବ୍ୟବହାର କରିବା ସହ ଆରୋଗ୍ୟ ସେତୁ ଆପ୍‌ ଡାଉନଲୋଡ କରିବା ଭଳି ନିୟମକୁ ବାଧ୍ୟତାମୂଳକ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri