ଯୋଗ କେନ୍ଦ୍ର, ଜିମ୍‌ ଖୋଲିବା ପାଇଁ ଜାରି ହେଲା ଗାଇଡ୍‌ଲାଇନ: ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୩।୮: ଦେଶରେ ଅଗଷ୍ଟ-୧ରୁ ଅନ୍‌ଲକ-୩ ଆରମ୍ଭ ହୋଇଛି। ଏଥିରେ ପୂର୍ବରୁ ଲାଗୁ ହୋଇଥିବା କେତେକ କଟକଣା ଉପରେ କେନ୍ଦ୍ରସରକାର କୋହଳ କରିଛନ୍ତି। ସେଥିମଧ୍ୟରୁ ଯୋଗ କେନ୍ଦ୍ର ଓ ଜିମ୍‌ ସାମିଲ ରହିଛି। ଅଗଷ୍ଟ ୫ରୁ ଦେଶରେ ପୁଣି ଯୋଗ କେନ୍ଦ୍ର ଓ ଜିମ୍‌ ଖୋଲିବା ପାଇଁ ସରକାର ଅନୁମତି ଦେଇଛନ୍ତି। ସୋମବାର ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ପକ୍ଷରୁ ଗାଇଡ୍‌ଲାଇନ ଜାରି କରାଯାଇଛି। ଏହି ଗାଇଡ୍‌ଲାଇନ ଅନୁସାରେ କଣ୍ଟେନମେଣ୍ଟ ଜୋନରେ ଥିବା ଯୋଗ କେନ୍ଦ୍ର ଓ ଜିମ୍‌କୁ ଖୋଲାଯିବ ନାହିଁ। ଏଥିସହ ୬୫ ବର୍ଷରୁ ଉର୍ଦ୍ଧ୍ୱ ବ୍ୟକ୍ତି, ଗର୍ଭବତୀ ମହିଳା, ଏକାଧିକ ରୋଗ ଥିବା ବ୍ୟକ୍ତି ଓ ୧୦ ବର୍ଷରୁ କମ୍‌ ବୟସ୍କ ପିଲାମାନଙ୍କୁ ଜିମ୍‌ ଓ ଯୋଗକେନ୍ଦ୍ରକୁ ଯିବା ପାଇଁ ବାରଣ କରାଯାଇଛି। ସୁରକ୍ଷା ଦୃଷ୍ଟିରୁ ଯେତେଦୂର ସମ୍ଭବ ବ୍ୟକ୍ତିମାନେ ପରସ୍ପରଠାରୁ ଅତିକମ୍‌ରେ ୬ ଫୁଟ ଦୂରତ୍ୱ ବଜାୟ ରଖିବା ଉଚିତ ବୋଲି ଉକ୍ତ ଗାଇଡ୍‌ଲାଇନରେ ଦର୍ଶାଯାଇଛି। ସେହିପରି ମାସ୍କ ଓ ଫେସ୍‌ କଭର ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି। କିନ୍ତୁ ବ୍ୟାୟାମ କରିବା ସମୟରେ ଯେଉଁମାନେ ଶ୍ବାସକ୍ରିୟାରେ କଷ୍ଟ ଅନୁଭବ କରନ୍ତି ସେମାନେ ପ୍ରତିରକ୍ଷାମୂଳକ ଭାବେ ‘ଭାଇଜର୍‌’ ପିନ୍ଧିପାରିବେ। ସେହିଭଳି ବାରମ୍ବାର ହାତ ଧୋଇବା ଓ ହ୍ୟାଣ୍ଡ ସାନିଟାଇଜର୍‌ ବ୍ୟବହାର କରିବା ସହ ଆରୋଗ୍ୟ ସେତୁ ଆପ୍‌ ଡାଉନଲୋଡ କରିବା ଭଳି ନିୟମକୁ ବାଧ୍ୟତାମୂଳକ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?