ପ୍ରାଥମିକ ସ୍କୁଲ ଖୋଲିବା ନେଇ ଗାଇଡ୍‌ଲାଇନ

ଭୁବନେଶ୍ୱର, ୨୪ା୨(ବ୍ୟୁରୋ): ରାଜ୍ୟରେ ଗତ ୧୪ ତାରିଖରୁ ପ୍ରାଥମିକ ସ୍କୁଲ ଖୋଲିଥିବାବେଳେ ଆସନ୍ତା ୨୮ ତାରିଖରୁ ପିଲାମାନେ ସ୍କୁଲ ଯିବେ। ଦୀର୍ଘ ଦୁଇବର୍ଷ ଧରି ପିଲାମାନେ ସ୍କୁଲ ଯାଇ ନ ଥିବାରୁ ଏବେ ସେମାନଙ୍କ ପାଠପଢ଼ା କିପରି ହେବା ଉଚିତ ସେ ନେଇ ବିଭାଗ ପକ୍ଷରୁ ବୁଧବାର ଗାଇଡ୍‌ଲାଇନ ଜାରି କରାଯାଇଛି।

ପ୍ରଥମ ସପ୍ତାହ ପାଠପଢ଼ା ହେବ ନାହିଁ। ଏହି ସମୟରେ ଷ୍ଟୋରୀ ଟେଲିଂ, ଚିତ୍ରାଙ୍କନ, କ୍ଲେ ମଡେଲିଂ ଭଳି ବିଭିନ୍ନ ଆକ୍ଟିଭିଟିରେ ପିଲାଙ୍କୁ ସାମିଲ କରାଯିବ। ସ୍କୁଲ କର୍ତ୍ତୃପକ୍ଷ ଚାହିଁଲେ ନିଜ ବିଦ୍ୟାଳୟରେ ଏହିଭଳି କିଛି ଆକ୍ଟିଭିଟି କରିପାରିବେ। ସେହିଭଳି ଶିକ୍ଷଣ ସ୍ତର ଜାଣିବା ପାଇଁ ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କ ବେସ୍‌ଲାଇନ୍‌ ଆସେସ୍‌ମେଣ୍ଟ କରାଯିବ। ଓଡ଼ିଆ, ଗଣିତ ଓ ଇଂଲିଶ ଆଦି ତିନୋଟି ବିଷୟରେ ପରୀକ୍ଷା ହେବ। ମାର୍ଚ୍ଚ ୯ରୁ ହେବାକୁ ଥିବା ଏହି ପରୀକ୍ଷା ପାଇଁ ଟିଇଆଣ୍ଡ୍‌ଏସ୍‌ସିଇଆର୍‌ଟି ପ୍ରଶ୍ନପତ୍ର ପ୍ରସ୍ତୁତ କରିବ। ପ୍ରଥମ ଦିନ ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ଓଡ଼ିଆ, ୧୦ ତାରିଖରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ଗଣିତ ଏବଂ ୧୧ ତାରିଖରେ ଚତୁର୍ଥ ଓ ପଞ୍ଚମ ଶ୍ରେଣୀ ପିଲାଙ୍କ ଇଂଲିଶ ବିଷୟରେ ପରୀକ୍ଷା ହେବ। ପିଲାଙ୍କ ଶତ ପ୍ରତିଶତ ଉପସ୍ଥାନ ପାଇଁ ସ୍କୁଲ ଖୋଲିବା ପୂର୍ବରୁ ଗ୍ରାମାଞ୍ଚଳ ସ୍ତରରେ ସଚେତନତା କାର୍ଯ୍ୟକ୍ରମ କରାଯିବ। ଏଥିରେ ଏସ୍‌ଏମ୍‌ସି ଓ ସିଆର୍‌ସି ସାମିଲ ହେବେ। ସେହିଭଳି ସ୍କୁଲ ଖୋଲିବା ପୂର୍ବରୁ ୨୬ ତାରିଖରେ ଅଭିଭାବକ ଶିକ୍ଷକ ବୈଠକ ଅନୁଷ୍ଠିତ ହେବ।

ସ୍କୁଲ ତରଫରୁ କ’ଣ ପଦକ୍ଷେପ ନିଆଯାଇଛି, କ’ଣ କ’ଣ ଆକ୍ଟିଭିଟି କରାଯିବ, ସେ ନେଇ ସମସ୍ତ ସୂଚନା ଅଭିଭାବକଙ୍କୁ ଦେବା ପାଇଁ କୁହାଯାଇଛି। ଏଥି ସହିତ ପିଲାଙ୍କ ବିକାଶ ପାଇଁ ଅଭିଭାବକଙ୍କ ଭୂମିକା ନେଇ ମଧ୍ୟ ଆଲୋଚନା କରାଯିବ। ପିଲାଙ୍କୁ ସ୍କୁଲ ପ୍ରତି ଆକୃଷ୍ଟ କରିବା ପାଇଁ ସ୍କୁଲ ପରିସର ସଫାସୁତୁରା କରିବା ସହିତ ସାନିଟାଇଜ କରାଯିବ ଏବଂ ସ୍କୁଲର ପ୍ରବେଶ ଦ୍ୱାରକୁ ବେଲୁନରେ ସଜାଯିବ। ପିଲାଙ୍କ ଉପରେ ଫୁଲ ପକାଇ ସ୍ବାଗତ କରିବାକୁ କୁହାଯାଇଛି। ସ୍କୁଲ ସୁରକ୍ଷା, ସଫା ରଖିବା, ପରିଚାଳନା ଆଦି ବିଭିନ୍ନ ଦିଗକୁ ନେଇ ଆସନ୍ତା ୨୫ରୁ ୨୮ ତାରିଖ ପର୍ଯ୍ୟନ୍ତ ଏସ୍‌ଏମ୍‌ସିଙ୍କ ଟ୍ରେନିଂ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ବୋଲି ଉକ୍ତ ଗାଇଡ୍‌ଲାଇନ୍‌ରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କୁ ବ୍ରହ୍ମପୁର ଯିବି କହି ଭଡ଼ା ଘରେ ଝୁଲିପଡିଲେ ମହିଳା, ସନ୍ଦେହ ଘେରରେ…

ମୋହନା, ୨୫।୫( ମନ୍ମଥ ମିଶ୍ର ): ଜଣେ ବିବାହିତା ମହିଳା ବେକରେ ଶାଢ଼ି ବାନ୍ଧି ଭଡ଼ା ଘରେ ଆତ୍ମହତ୍ୟା କରିଥିବା ଜଣାପଡିଛି। ସୂଚନା ପ୍ରକାରେ ମୋହନା ନିବାସୀ…

ସୋସିଆଲ ଅଡିଟ ସମୟରେ ଯୁକ୍ତିତର୍କ, ୨ ମହିଳା ଭିଆରପିଙ୍କୁ ଠେଲିଦେଲେ…

ହାଟଡିହୀ,୨୫l୫(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମରୈଗାଁ ଗ୍ରାମ ପଞ୍ଚାୟତ ସୋସିଆଲ ଅଡିଟ(ସାମାଜିକ ସମୀକ୍ଷା) କାର୍ଯ୍ୟରେ ନିୟୋଜିତ ଦୁଇ ମହିଳା ଭିଆରପି(ଭିଲେଜ ରିସୋର୍ସ ପର୍ସନ) ଏବଂ ସରପଞ୍ଚଙ୍କ…

ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଯୁବକଙ୍କ ଜୀବନ, ପୁଅକୁ ହରାଇ ଝୁରୁଛି ବେସାହାରା ମା’

ମୋହନା,୨୫।୫( ମନ୍ମଥ ମିଶ୍ର ): ବିଦ୍ୟୁତ୍‌ ଆଘାତରେ ଯୁବକ ମୃତ । ମୃତକ ହେଲେ ପୂର୍ଣ୍ଣ ମଲ୍ଲିକ ( ୨୫ )। ଏଭଳି ହୃଦୟ ବିଦାରକ ଦୃଶ୍ୟ…

ଗଞ୍ଜାମରେ ଧାରା-୩୦ ଲାଗୁ: ପୋଲିସର ବିନାନୁମତିରେ ହୋଇପାରିବ ନାହିଁ ରାଜନୈତିକ ସଭା, ୯୦ ଦିନ ଯାଏ…

ଭଞ୍ଜନଗର,୨୫।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ରାଜନୈତିକ ମତଭେଦ ହେତୁ ବିଭିନ୍ନ ଦଳର ସଦସ୍ୟମାନଙ୍କ ମଧ୍ୟରେ ଦୀର୍ଘଦିନ ଧରି ମତାନ୍ତର/ମନାନ୍ତର ଲାଗି ରହିଛି। ଏଭଳି ପରିସ୍ଥିତିର ସୁଯୋଗ ନେଇ…

ମାଟ୍ରିକରେ ଫେଲ୍‌ ହୋଇଯିବା ପରେ ଭୟରେ ଆନ୍ଧ୍ର ପଳାଇଥିଲେ ନାବାଳକ, ଏବେ ଗାଁକୁ ଫେରିଲେ ଶବ ହୋଇ…

ପଟ୍ଟାଙ୍ଗି, ୨୫।୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଗାଙ୍ଗରାଜପୁର ପଞ୍ଚାୟତର ସେଟରାଇ ଗ୍ରାମର ନାବାଳକ କାମେଶ ମାରି ପଡୋଶୀ ଆନ୍ଧ୍ର ରାଜ୍ୟରେ ଦୁର୍ଘଟଣା…

ପଦାରେ ପଡିଲା ପ୍ରଧାନଶିକ୍ଷକଙ୍କ କଳା କାରନାମା: ଶାଳକାଠ ଚୋରାଚାଲାଣ ହେଉଥିବା ବେଳେ ଧରିଲେ ଗ୍ରାମବାସୀ

ଥୁଆମୂଳ ରାମପୁର, ୨୫।୫ (ଦୁର୍ଗା କୀର୍ତ୍ତି): ଜଣେ ଶିକ୍ଷିତ ବ୍ୟକ୍ତି ତଥା ସମାଜର ଗଠନକର୍ତ୍ତା କୁହାଯାଉଥିବା ଜଣେ ପ୍ରଧାନଶିକ୍ଷକଙ୍କ କଳା କାରନାମା ଏବେ ସ୍ଥାନୀୟ ଅଞ୍ଚଳରେ ତୀବ୍ର…

ମହାରାଜ ସାଗର ପରିସରରୁ ଯୁବକଙ୍କ ମୃତଦେହ ଉଦ୍ଧାର: କେମିତି ହେଲା ମୃତ୍ୟୁ ଛାନ୍‌ଭିନ ଚଳାଇଛି ପୋଲିସ

ବଲାଙ୍ଗୀର,୨୫।୫ (ସୁନୀଲ କୁମାର ମହାନ୍ତି ): ଟିଟିଲାଗଡ଼ ମହାରାଜ ସାଗର ପରିସର ମଧ୍ୟରୁ ସୋମବାର ଜଣେ ଯୁବକଙ୍କ ମୃତଦେହ ଟିଟିଲାଗଡ଼ ପୋଲିସ ଉଦ୍ଧାର କରିଛି । ମହାରାଜ…

ଦିନେ ନିରାଶ୍ରୟଙ୍କ ସାହା ଥିଲେ ମଗନ, ଏବେ ନିଜେ ମାଗୁଛନ୍ତି ସହାୟତା

କେନ୍ଦୁଝର,୨୪।୫(ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ସହରର କମାରଗୋଡାର ସମାଜସେବୀ ତଥା ବରିଷ୍ଠ ଖବରଦାତା ମଗନ କୁମାର ମଲ୍ଲିକ(୫୭)କର୍କଟ ରୋଗରେ ପୀଡିତ ହୋଇ ଭୁବନେଶ୍ୱର ‘ଏମ୍ସ’ ମେଡିକାଲରେ ଭର୍ତ୍ତି ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri