ପଣା ସଂକ୍ରାନ୍ତି-ରମ୍‌ଜାନ ପାଇଁ ଗାଇଡ୍‌ଲାଇନ୍‌; ଏସବୁ ଉପରେ ଲାଗିଲା କଟକଣା

ଭୁବନେଶ୍ୱର,୧୩।୪(ବ୍ୟୁରୋ): ଓଡ଼ିଆ ନବବର୍ଷ ତଥା ପଣାସଂକ୍ରାନ୍ତି ଓ ରମଜାନ୍‌କୁ ନେଇ କଟକ ମ୍ୟୁନିସିପାଲ କର୍ପୋରେଶନ(ସିଏମ୍‌ସି) ଏବଂ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ନୂଆ ଗାଇଡଲାଇନ୍‌ ଜାରି କରାଯାଇଛି। ବୁଧବାରଠାରୁ ରମ୍‌ଜାନ ଆରମ୍ଭ ହେଉଥିବାରୁ ଗହଳିକୁ ଏଡ଼ାଇବା ଲାଗି ସିଏମ୍‌ସି କଠୋର ଗାଇଡ୍‌ଲାଇନ୍‌ କରିଛି।

ତଦନୁଯାୟୀ ମସଜିଦ୍‌ କିମ୍ବା ବାହାରେ କୌଣସି ଗହଳି ନ କରିବାକୁ ବିଭାଗ ନିର୍ଦ୍ଦେଶ ଦେଇଛି। ସେହିଭଳି ମସଜିଦ୍‌ ଭିତରେ ୧୦୦ଜଣ କିମ୍ବା ହଲ୍‌ କ୍ଷମତାନୁଯାୟୀ ୫୦ ପ୍ରତିଶତ ଶ୍ରଦ୍ଧାଳୁଙ୍କୁ ନମାଜ ପଢ଼ିବାକୁ ଅନୁମତି ମିଳିବ। ମସଜିଦ୍‌ରେ ପ୍ରବେଶ କରିବା ସମୟରେ ଟୋକନ ବ୍ୟବସ୍ଥା ଆପଣାଇବାକୁ ମଧ୍ୟ ପରାମର୍ଶ ଦିଆଯାଇଛି। ଭିତରେ ଓ ବାହାରେ ହ୍ୟାଣ୍ଡ ସାନିଟାଇଜର, ଥର୍ମାଲ ସ୍କ୍ରିନିଂ ଓ ମାସ୍କ ପିନ୍ଧିବାକୁ ବାଧ୍ୟତାମୂଳକ କରାଯାଇଛି। ପ୍ରାର୍ଥନା ସମୟରେ ସାମାଜିକ ଦୂରତା ବଜାୟ ରଖିବାକୁ କୁହାଯାଇଛି। ବୟସ୍କ ଓ ୫ ବର୍ଷରୁ କମ୍‌ ପିଲାଙ୍କୁ ମସଜିଦ ଭିତରକୁ ପ୍ରବେଶ କରିବାକୁ ଅନୁମତି ମିଳିବ ନାହିଁ। ଗାଇଡ୍‌ଲାଇନ୍‌ ଉଲ୍ଲଂଘନ କଲେ ସେମାନଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସିଏମ୍‌ସି ପକ୍ଷରୁ କୁହାଯାଇଛି।

ସେହିଭଳି ପଣା ସଂକ୍ରାନ୍ତି ପାଇଁ ବିଏମ୍‌ସିର ଗାଇଡଲାଇନ୍‌ ଅନୁଯାୟୀ, ରାଜଧାନୀ ଭୁବନେଶ୍ୱରରେ ସର୍ବସାଧାରଣରେ ପଣା ବଣ୍ଟନ କରାଯିବ ନାହିଁ। କେବଳ ଧାର୍ମିକ ଅନୁଷ୍ଠାନରେ ରୀତିନୀତି ଅନୁଯାୟୀ ସେବାୟତ ବା ପୂଜକମାନେ ପୂଜା କରିପାରିବେ। ତେବେ ପଣା ସଂକ୍ରାନ୍ତି ପାଇଁ ଭକ୍ତମାନଙ୍କୁ ସମ୍ପୂର୍ଣ୍ଣ ବାରଣ କରାଯାଇଛି। ଏହାଛଡ଼ା ରମ୍‌ଜାନ ପାଇଁ ମଧ୍ୟ ସମାନ ଗାଇଡ୍‌ଲାଇନ୍‌ ଜାରି କରାଯାଇଛି। ଖୁବ୍‌ଶୀଘ୍ର ଏନେଇ ଏସ୍‌ଓପି ଜାରି କରାଯିବ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାର ଲଢ଼ୁଆ ବିମାନକୁ ଖସାଇଲା ଇରାନ: ନାଗରିକଙ୍କୁ ଦେଲା ଏମିତି ଅଫର, ‘ପାଇଲଟ ଜୀବିତ ଥିଲେ…’

ଓ୍ବାଶିଂଟନ୍‌,୪।୪: ଇରାନରେ ଏକ ଆମେରିକୀୟ F-15E ଲଢ଼ୁଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫେବୃଆରୀ ୨୮ ତାରିଖରେ ଯୁଦ୍ଧ ଆରମ୍ଭ ହେବା ପରଠାରୁ ଏହା ପ୍ରଥମ ଥର ପାଇଁ…

୪୦ କିମି ବେଗରେ ବହିବ ପବନ, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା: ସତର୍କ ସୂଚନା ଜାରି

ଭୁବନେଶ୍ୱର,୪।୪: ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ଥିବାରୁ ସତର୍କ ସୂଚନା ଜାରି ହୋଇଛି। ତେବେ ୨ଦିନ ପରେ ତାପମାତ୍ରା ୨ରୁ ୩ ଡିଗ୍ରୀ…

ଆଜି ରାଜ୍ୟ କ୍ୟାବିନେଟ୍‌: ନିଆଯିବ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୪।୪ (ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଶନିବାର ସନ୍ଧ୍ୟା ୬ଟାରେ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri