ପଣା ସଂକ୍ରାନ୍ତି-ରମ୍‌ଜାନ ପାଇଁ ଗାଇଡ୍‌ଲାଇନ୍‌; ଏସବୁ ଉପରେ ଲାଗିଲା କଟକଣା

ଭୁବନେଶ୍ୱର,୧୩।୪(ବ୍ୟୁରୋ): ଓଡ଼ିଆ ନବବର୍ଷ ତଥା ପଣାସଂକ୍ରାନ୍ତି ଓ ରମଜାନ୍‌କୁ ନେଇ କଟକ ମ୍ୟୁନିସିପାଲ କର୍ପୋରେଶନ(ସିଏମ୍‌ସି) ଏବଂ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ନୂଆ ଗାଇଡଲାଇନ୍‌ ଜାରି କରାଯାଇଛି। ବୁଧବାରଠାରୁ ରମ୍‌ଜାନ ଆରମ୍ଭ ହେଉଥିବାରୁ ଗହଳିକୁ ଏଡ଼ାଇବା ଲାଗି ସିଏମ୍‌ସି କଠୋର ଗାଇଡ୍‌ଲାଇନ୍‌ କରିଛି।

ତଦନୁଯାୟୀ ମସଜିଦ୍‌ କିମ୍ବା ବାହାରେ କୌଣସି ଗହଳି ନ କରିବାକୁ ବିଭାଗ ନିର୍ଦ୍ଦେଶ ଦେଇଛି। ସେହିଭଳି ମସଜିଦ୍‌ ଭିତରେ ୧୦୦ଜଣ କିମ୍ବା ହଲ୍‌ କ୍ଷମତାନୁଯାୟୀ ୫୦ ପ୍ରତିଶତ ଶ୍ରଦ୍ଧାଳୁଙ୍କୁ ନମାଜ ପଢ଼ିବାକୁ ଅନୁମତି ମିଳିବ। ମସଜିଦ୍‌ରେ ପ୍ରବେଶ କରିବା ସମୟରେ ଟୋକନ ବ୍ୟବସ୍ଥା ଆପଣାଇବାକୁ ମଧ୍ୟ ପରାମର୍ଶ ଦିଆଯାଇଛି। ଭିତରେ ଓ ବାହାରେ ହ୍ୟାଣ୍ଡ ସାନିଟାଇଜର, ଥର୍ମାଲ ସ୍କ୍ରିନିଂ ଓ ମାସ୍କ ପିନ୍ଧିବାକୁ ବାଧ୍ୟତାମୂଳକ କରାଯାଇଛି। ପ୍ରାର୍ଥନା ସମୟରେ ସାମାଜିକ ଦୂରତା ବଜାୟ ରଖିବାକୁ କୁହାଯାଇଛି। ବୟସ୍କ ଓ ୫ ବର୍ଷରୁ କମ୍‌ ପିଲାଙ୍କୁ ମସଜିଦ ଭିତରକୁ ପ୍ରବେଶ କରିବାକୁ ଅନୁମତି ମିଳିବ ନାହିଁ। ଗାଇଡ୍‌ଲାଇନ୍‌ ଉଲ୍ଲଂଘନ କଲେ ସେମାନଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସିଏମ୍‌ସି ପକ୍ଷରୁ କୁହାଯାଇଛି।

ସେହିଭଳି ପଣା ସଂକ୍ରାନ୍ତି ପାଇଁ ବିଏମ୍‌ସିର ଗାଇଡଲାଇନ୍‌ ଅନୁଯାୟୀ, ରାଜଧାନୀ ଭୁବନେଶ୍ୱରରେ ସର୍ବସାଧାରଣରେ ପଣା ବଣ୍ଟନ କରାଯିବ ନାହିଁ। କେବଳ ଧାର୍ମିକ ଅନୁଷ୍ଠାନରେ ରୀତିନୀତି ଅନୁଯାୟୀ ସେବାୟତ ବା ପୂଜକମାନେ ପୂଜା କରିପାରିବେ। ତେବେ ପଣା ସଂକ୍ରାନ୍ତି ପାଇଁ ଭକ୍ତମାନଙ୍କୁ ସମ୍ପୂର୍ଣ୍ଣ ବାରଣ କରାଯାଇଛି। ଏହାଛଡ଼ା ରମ୍‌ଜାନ ପାଇଁ ମଧ୍ୟ ସମାନ ଗାଇଡ୍‌ଲାଇନ୍‌ ଜାରି କରାଯାଇଛି। ଖୁବ୍‌ଶୀଘ୍ର ଏନେଇ ଏସ୍‌ଓପି ଜାରି କରାଯିବ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?