Posted inରାଜ୍ୟ

ରବିଧାନ ସଂଗ୍ରହ ପାଇଁ ମାର୍ଗଦର୍ଶିକା: ମେ’ ମାସ ପ୍ରଥମ ସପ୍ତାହରୁ ହେବ ସଂଗ୍ରହ

ଭୁବନେଶ୍ୱର,୨୫ା୪(ବ୍ୟୁରୋ): ରାଜ୍ୟର ୧୭ଟି ଜିଲାରେ ମେ’ ମାସ ପ୍ରଥମ ସପ୍ତାହରୁ ରବିଧାନ ସଂଗ୍ରହ ଆରମ୍ଭ ହେବ। ଚଳିତ ରବିଧାନ ସଂଗ୍ରହ କାର୍ଯ୍ୟକୁ ସୁବ୍ୟବସ୍ଥିତ କରିବା ପାଇଁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି। ପ୍ରତ୍ୟେକ ସୋସାଇଟିର ପଞ୍ଜୀକୃତ ଓ ଯାଞ୍ଚ ହୋଇଥିବା ଚାଷୀଙ୍କଠାରୁ ଅନ୍‌ଲାଇନ୍‌ରେ ପି-ପାସ୍‌ ଓ ଆଗୁଆ ଟୋକନ ପ୍ରଦାନ ମାଧ୍ୟମରେ ଧାନ ସଂଗ୍ରହ କରାଯିବ। ମୁଖ୍ୟ ଜିଲା ଯୋଗାଣ ଅଧିକାରୀ ଜିଲାପାଳଙ୍କ ଅନୁମୋଦନ କ୍ରମେ ସୋସାଇଟି ନିମନ୍ତେ ମିଲରମାନଙ୍କୁ ନିୟୋଜିତ କରିବେ। ମିଲରମାନେ ସଂଯୁକ୍ତ ହୋଇଥିବା ସୋସାଇଟିରୁ କେତେ ପରିମାଣର ଧାନ ଉଠାଣ କରିପାରିବେ ସେ ସମ୍ପର୍କରେ ଜିଲା ଯୋଗାଣ ଅଧିକାରୀମାନେ ଲକ୍ଷ୍ୟଧାର୍ଯ୍ୟ କରିବେ। ଏଥିସହିତ ଜିଲାସ୍ତରୀୟ ଧାନ ସଂଗ୍ରହ କମିଟିର ନିଷ୍ପତ୍ତି ଅନୁସାରେ ଚାଷୀମାନଙ୍କ ପାଇଁ ଧାନ ବିକ୍ରିର ସର୍ବୋଚ୍ଚ ସୀମା ଓ ମଣ୍ଡିର ଧାର୍ଯ୍ୟଲକ୍ଷ୍ୟ ସମ୍ପର୍କରେ ଅନ୍‌ଲାଇନ୍‌ ମାଧ୍ୟମରେ ସୂଚିତ କରାଯିବ। ଜିଲାସ୍ତରରେ ପ୍ରତ୍ୟେକ ଧାନ ସଂଗ୍ରହ କେନ୍ଦ୍ରରେ ସପ୍ତାହର କେଉଁ କେଉଁ ଦିବସରେ ଧାନ ସଂଗ୍ରହ କରାଯିବ ସେ ସମ୍ପର୍କରେ ସୂଚନା ପ୍ରଦାନ କରାଯିବ। ଚାଷୀମାନଙ୍କ ନିକଟକୁ ଧାନ ସଂଗ୍ରହ ବାବଦରେ ଏସ୍‌ଏମ୍‌ଏସ୍‌ ସୂଚନା ପ୍ରଦାନ କରାଯିବ। ଏଥିରେ ଚାଷୀମାନେ କେଉଁଦିନ କେତେ ପରିମାଣର ଧାନ ଆଣିବେ ସେ ସମ୍ପର୍କରେ ସୂଚିତ କରାଯାଇ ୭ ଦିନ ପୂର୍ବରୁ ଚାଷୀଙ୍କ ନିକଟକୁ ପ୍ରେରଣ କରାଯିବ। ୭୦ପ୍ରତିଶତ ଏସ୍‌ଏମ୍‌ଏସ୍‌ କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଏବଂ ୩୦ ପ୍ରତିଶତ ମଧ୍ୟମ ଓ ବୃହତ୍‌ ଚାଷୀମାନଙ୍କୁ ଏସ୍‌ଏମ୍‌ଏସ୍‌ ପଠାଯିବା ପାଇଁ ବ୍ୟବସ୍ଥା କରାଯାଇଛି। ରବିଧାନ ସଂଗ୍ରହ ନିମନ୍ତେ ଏସ୍‌ଏମ୍‌ଏସ୍‌ର ୧୫ ଦିନ ପର୍ଯ୍ୟନ୍ତ ବୈଧତା ରହିବ। ଯଦି ଚାଷୀ ଏସ୍‌ଏମ୍‌ଏସ୍‌ ପାଇବାର ୭ ଦିନ ମଧ୍ୟରେ ମଣ୍ଡିକୁ ଧାନ ନ ଆଣିଲେ,ପରବର୍ତ୍ତୀ ୫ ଦିନ ମଧ୍ୟରେ ମଣ୍ଡିକୁ ଧାନ ଆଣିବା ପାଇଁ ମୋବାଇଲ୍‌ରେ ଆଉ ଏକ ମେସେଜ୍‌ ପଠାଯିବ। ଏହାଦ୍ୱାରା ଅସାଧୁ ବ୍ୟକ୍ତି ମଣ୍ଡିକୁ ଅନଧିକୃତ ଧାନ ଆଣିବା ଉପରେ ନଜର ରଖାଯାଇପାରିବ ବୋଲି ମାର୍ଗଦର୍ଶିକାରେ ଉଲ୍ଲେଖ କରାଯାଇଛି।
ଅଧିକରୁ ଅଧିକ କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କଠାରୁ ଅଧିକ ରବିଧାନ ସଂଗ୍ରହ କରାଯାଇପାରିବ ସେ ଦିଗରେ ଅଗ୍ରାଧିକାର ଦିଆଯାଇଛି। ମାର୍ଗଦର୍ଶିକାଗୁଡ଼ିକୁ କଡ଼ାକଡ଼ି ଭାବେ ଅନୁପାଳନ କରି ସଂଗ୍ରହରେ ସମ୍ପୂର୍ଣ୍ଣ ସ୍ବଚ୍ଛତା ବଜାୟ ରଖିବା ପାଇଁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ନିର୍ଦ୍ଦେଶ ଦେଇଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri