ହସ୍ପିିଟାଲ ପାଇଁ ଗାଇଡ୍‌ଲାଇନ

ଭୁବନେଶ୍ୱର, ୨୧।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ବଢୁଥିବାରୁ ସରକାରୀ ଓ ଘରୋଇ ହସ୍ପିଟାଲ ପାଇଁ ସରକାର ଗାଇଡ୍‌ଲାଇନ ଜାରି କରିଛନ୍ତି। ଏନେଇ ମଙ୍ଗଳବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି। ହସ୍ପିଟାଲଗୁଡ଼ିକରେ ଯେପରି ସଂକ୍ରମଣ ନ ହୁଏ ସେଥିପ୍ରତି ଧ୍ୟାନ ଦେବାକୁ କୁହାଯାଇଛି। ପ୍ରତ୍ୟେକ ହସ୍ପିଟାଲରେ ପୃଥକ ଭାବେ ଜ୍ୱର ଓ ଆଇସୋଲେଶନ କ୍ଲିନିକ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ହସ୍ପିଟାଲ ଆସୁଥିବା ସମସ୍ତ ଲୋକଙ୍କ ସ୍କ୍ରିନିଂ କରାଯିବା, ହାତଧୁଆ ବ୍ୟବସ୍ଥା ସହ ସାନିଟାଇଜର ରଖିବାକୁ କୁହାଯାଇଛି। ସେହିପରି ହସ୍ପିଟାଲର କୌଣସି ସେକ୍ସନରୁ ପଜିଟିଭ ବାହାରିଲେ ତୁରନ୍ତ ବନ୍ଦ କରାଯିବ। ଉକ୍ତ ସେକ୍ସନର ଅନ୍ୟ ରୋଗୀଙ୍କୁ ଅନ୍ୟତ୍ର ନିଆଯିବ, ରୁମ୍‌ ଖାଲି କରାଯିବ। ରୁମ୍‌ ସାନିଟାଇଜ୍‌ କରାଯାଇ ୨୪ ଘଣ୍ଟା ବନ୍ଦ ରଖାଯିବାକୁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି କୋଭିଡ୍‌ ଟେଷ୍ଟ ରିପୋର୍ଟ ନ ଥିଲେ ମଧ୍ୟ କୌଣସି ଜୀବନ ବିପଦଯୁକ୍ତ ଚିକିତ୍ସା ପ୍ରତି ଅବହେଳା ନ କରିବା ପାଇଁ କଡ଼ା ତାଗିଦ କରିଛନ୍ତି ରାଜ୍ୟ ସରକାର। ଏପରି ସ୍ଥିତିରେ ହସ୍ପିଟାଲ କର୍ତ୍ତୃପକ୍ଷ ଉକ୍ତ ଗାଇଡ୍‌ଲାଇନର ସମସ୍ତ ନିୟମାବଳୀ ପାଳନ କରି ଚିକିତ୍ସା କରିବେ। ସ୍ବାସ୍ଥ୍ୟକର୍ମୀଙ୍କୁ ରେଗୁଲାର ଇନ୍‌ଫେକ୍ସନ ପ୍ରିଭେନ୍‌ଶନ୍‌ ଆଣ୍ଡ୍‌ କଣ୍ଟ୍ରୋଲ ଗାଇଡ୍‌ଲାଇନ ଏବଂ କୋଭିଡ୍‌ ପ୍ରୋଟୋକଲ୍‌ ସମ୍ପର୍କରେ ଜଣାଇବାକୁ ଉକ୍ତ ଗାଇଡ୍‌ଲାଇନ୍‌ରେ ଉଲ୍ଲେଖ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri