ନନ୍ଦନକାନନ: ଗାଇଡ୍‌ଙ୍କ ଟିକେଟ କାଟିବା ଉପରେ କଟକଣା

ବାରଙ୍ଗ,୩।୬(ଡି.ଏନ୍‌.ଏ.): ପ୍ରାଣୀ ଉଦ୍ୟାନ ନନ୍ଦନକାନନର ପ୍ରବେଶ ଟିକେଟ ଗାଇଡ୍‌ମାନେ କାଟିପାରିବେନି। ଏନେଇ ଗୁରୁବାର ଗାଇଡ୍‌ମାନଙ୍କ ଟିକେଟ୍‌ କାଟିବା ଉପରେ ରୋକ ଲଗାଇଛି ନନ୍ଦନକାନନ କର୍ତ୍ତୃପକ୍ଷ। ଗୁରୁବାର ଅପରାହ୍ନରେ ରାଜସ୍ବ ବିଭାଗ ରେଞ୍ଜର ସ୍ବାଗତିକା ସାହୁ ଅଚାନକ ଟିକେଟ କାଉଣ୍ଟରରେ ପହଞ୍ଚି ଗାଇଡ୍‌ମାନଙ୍କୁ ଟିକେଟ୍‌ ନ ଦେବାକୁ କର୍ମଚାରୀଙ୍କୁ କହିଥିଲେ। ଏହାପରେ ଗାଇଡ୍‌ମାନେ ସେଠାରେ ହୋହଲ୍ଲା କରିଥିଲେ। ରେଞ୍ଜର ଗାଇଡ୍‌ମାନଙ୍କୁ ବୁଝାଶୁଝା ନ କରିପାରିବାରୁ ଉପ ନିର୍ଦ୍ଦେଶକ ଘଟଣାସ୍ଥଳରେ ପହଞ୍ଚି କଳାବଜାରି ରୋକିବା ସହ ପର୍ଯ୍ୟଟକଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଏପରି ପଦକ୍ଷେପ ନିଆଯାଇଥିବା କହିଥିଲେ। ପରେ ଖବରପାଇ ନନ୍ଦନକାନନ ଥାନା ପୋଲିସ ଆସି ଗାଇଡ୍‌ମାନଙ୍କୁ ବୁଝାଶୁଝା କରିବା ପରେ ପରିସ୍ଥିତି ଶାନ୍ତ ପଡ଼ିଥିଲା। ଭିଡ଼ରୁ ରକ୍ଷା ପାଇବା ପାଇଁ ପର୍ଯ୍ୟଟକଙ୍କ ଲାଗି ଅନ୍‌ଲାଇନ ଟିକେଟ କାଟିବାର ସୁବିଧା ରହିଛି। ଯଦି ଗୋଷ୍ଠୀ ଭାବେ ପର୍ଯ୍ୟଟକ ଆସନ୍ତି ତେବେ ସେମାନଙ୍କ ମଧ୍ୟରୁ ଜଣେ ଯାଇ ଟିକେଟ କାଟିପାରିବେ। ଏହାଦ୍ୱାରା କଳାବଜାର ରୋକିବା ସହ ପର୍ଯ୍ୟଟକଙ୍କ ସୁରକ୍ଷା ପାଇଁ ଏଭଳି ବ୍ୟବସ୍ଥା କରାଯାଇଥିବା ଉପନିର୍ଦ୍ଦେଶକ ଡ. ସଞ୍ଜିତ କୁମାର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଭାଜପା ସରକାର ଅଢ଼େଇ ବର୍ଷରେ ଓଡ଼ିଶା ଛବିକୁ ମଳିନ କରିସାରିଲେଣି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ…

ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ

ଗୁଡ଼ାରୀ, ୯/୧୦ (ପ୍ରମୋଦ କୁମାର ପତି): ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ଏହି ଦିନ ସମସ୍ତ ଅଙ୍ଗନବାଡ଼ି କର୍ମୀ…

ଜୁଆଆଡ୍ଡା ପରିଚାଳନାକୁ ନେଇ ଉତ୍ତେଜନା: ହତ୍ୟା ଉଦ୍ୟମ ଘଟଣାରେ …

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶୁକ୍ରବାର ବ୍ରହ୍ମପୁର ସଦର ଥାନା ବାଲିପଡ଼ା ଗ୍ରାମର ନିଲୁ ଗୌଡ଼(୨୧) ଙ୍କୁ ଗିରଫ କରି ସନ୍ଧ୍ୟାରେ କୋର୍ଟ…

ଘୂର୍ଣ୍ଣିବଳୟ ସକ୍ରିୟ, ୧୩ ବେଳକୁ ଲଘୁଚାପ: ଫେରନ୍ତା ମୌସୁମୀ ପ୍ରଭାବରେ ବର୍ଷା ଆରମ୍ଭ; ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୯ା୧୦(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ…

ସରପଞ୍ଚଙ୍କ ସ୍ବାମୀଙ୍କୁ ହତ୍ୟା ଉଦ୍ୟମ : ମାମଲା ରୁଜୁ କଲା ପୋଲିସ                     

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ ଚାନ୍ଦିନୀ ନାୟକ ଙ୍କ ସ୍ବାମୀ ଟୁନା ନାୟକ ଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା…

ଦିଗପହଣ୍ଡିରେ ପ୍ରକଳ୍ପ ସ୍ତରୀୟ ପୋଷଣ ମାସ: ଶ୍ରେଷ୍ଠ ଅଙ୍ଗନୱାଡ଼ି କର୍ମୀ ମାନଙ୍କୁ କରାଗଲା ସମ୍ମାନିତ

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ମିଶନ ଶକ୍ତି ଭବନ ପରିସରରେ ଶୁକ୍ରବାର ମହିଳା ଓ ଶିଶୁ ବିକାଶ ସମନ୍ୱିତ ପ୍ରକଳ୍ପ ସ୍ତରୀୟ ପୋଷଣ…

କେସିଙ୍ଗା ମହାବିଦ୍ୟାଳୟରେ ସଭାପତି ପଦ ପାଇଁ ୩ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

କେସିଙ୍ଗା, ୯/୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ମହାବିଦ୍ୟାଳୟରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି। ନିର୍ବାଚନ ନେଇ ବିଜ୍ଞପ୍ତି…

ପ୍ରଥମ ଥର ପାଇଁ ଋଷିମାଳ ସ୍ନାତକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ

ବ୍ରାହ୍ମଣୀଗାଁ, ୯।୧୦(ମନୋରଞ୍ଜନ ରଣା): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ଓଡ଼ିଶାର କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ପୁଣିଥରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେଉଛି। ଏହି କ୍ରମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?