ତାରାତାରିଣୀଙ୍କୁ ଦର୍ଶନ ପାଇଁ ଗାଇଡ୍‌ଲାଇନ୍‌ ଜାରି

ଛତ୍ରପୁର,୨ା୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକରେ ଥିବା ମା’ ତାରାତାରିଣୀ ମନ୍ଦିର ରବିବାରଠାରୁ ଜନସାଧାରଣଙ୍କ ଦର୍ଶନ ଲାଗି ଗାଇଡ୍‌ଲାଇନ୍‌ ଅନୁସାରେ ହେବ। ଏନେଇ ଶନିବାର ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ପକ୍ଷରୁ ଏକ ନିର୍ଦ୍ଦେଶନାମା ଜାରି କରାଯାଇଛି। ଏ ସମ୍ପର୍କରେ ଅପରାହ୍ନରେ ପ୍ରଶାସନ ପକ୍ଷରୁ ଗଣମାଧ୍ୟମକୁ ସୂଚନା ଦିଆଯାଇଛି। ଦୀର୍ଘ ୯ ମାସ ପରେ ମନ୍ଦିର ଖୋଲୁଥିବାରୁ ଜନସାଧାରଣ ଓ ଭକ୍ତମାନେ ଉତ୍ସାହିତ ହୋଇପଡିଛନ୍ତି। ସକାଳ ୬ ଟା ରୁ ସନ୍ଧ୍ୟା ୫ ଟା ପର୍ଯ୍ୟନ୍ତ ଭକ୍ତମାନେ ମା’ଙ୍କ ଦର୍ଶନ କରିପାରିବେ। ଗାଇଡଲାଇନ୍‌ ଅନୁସାରେ ଭକ୍ତମାନେ ମାସ୍କ ପିନ୍ଧି ମନ୍ଦିର ଭିତରକୁ ପ୍ରବେଶ ସହ ସାମାଜିକ ଦୂରତା ରଖିବା ବାଧ୍ୟତାମୂଳକ ରହିଛି। ମନ୍ଦିର ଭିତରକୁ ପ୍ରବେଶ କରିବା ପୂର୍ବରୁ ହାତକୁ ସାନିଟାଇଜ କରିବାକୁ ହେବ। କୌଣସି ଭକ୍ତ ବିଗ୍ରହଙ୍କୁ ଛୁଇଁପାରିବେ ନାହିଁ। କଫ, ଜ୍ୱର ଓ ଥଣ୍ଡା ଲକ୍ଷଣ ଥିବା ବ୍ୟକ୍ତି କିମ୍ବା ଭକ୍ତଙ୍କୁ ମନ୍ଦିର ଭିତରକୁ ଯିବା ପାଇଁ ଅନୁମତି ମଳିବ ନାହିଁ। ପାହାଡ ପାଦ ଦେଶରେ ତାରାତାରିଣୀ ମନ୍ଦିର ଟ୍ରଷ୍ଟ ବୋର୍ଡ ପକ୍ଷରୁ ଗାଡି ପାର୍କିଂର ସୁବିଧା କରାଯାଇଛି। ପାହାଡ ଉପରକୁ ମନ୍ଦିରକୁ ଯିବା ପାଇଁ ଗଂଜାମ ଆରଟିଓଙ୍କ ସହାୟତାରେ ବ୍ରହ୍ମପୁର ଉନ୍ନୟନ କର୍ତୁପକ୍ଷ (ବିଡିଏ) ର ୨ ଟି ବସ୍‌ର ବ୍ୟବସ୍ଥା କରିଛନ୍ତି। ଅପରକ୍ଷରେ ୬୫ ବର୍ଷରୁ ଉର୍ଦ୍ଧ୍ୱ ବୟସର ବ୍ୟକ୍ତି, ଗର୍ଭବତୀ, ୧୦ ବର୍ଷରୁ କମ୍‌ ପିଲାଙ୍କୁ ମନ୍ଦିରକୁ ପ୍ରବେଶ ଅନୁମତି ମିଳିବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri