Posted inଜାତୀୟ

ମୃତ୍ୟୁ କାଳୀନ ବୟାନ ଆଧାରରେ ଦୋଷ ପ୍ରମାଣିତ ହୋଇ ପାରିବ, ସୁପ୍ରିମ୍‌କୋର୍ଟଙ୍କ ରାୟ…

ନୂଆଦିଲ୍ଲୀ, ୨।୨ :ସୁପ୍ରିମକୋର୍ଟ କହିଛନ୍ତି ଯେ ମୃତ୍ୟୁ କାଳୀନ ବୟାନ ଆଧାରରେ ଦୋଷ ପ୍ରମାଣିତ ହୋଇ ପାରିବ। ଜଷ୍ଟିସ ଏମ.ଆର. ଶାହା ଏବଂ ବି.ଭି ନାଗରତ୍ନାଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ କହିଛନ୍ତି ଯେ ଯଦି ମୃତ୍ୟୁ ପୂର୍ବରୁ ଦିଆଯାଇଥିବା ବୟାନ ସତ୍ୟ ଏବଂ ସ୍ବେଚ୍ଛାକୃତ ବୋଲି କୋର୍ଟ ସନ୍ତୁଷ୍ଟ ହୋଇଥାନ୍ତି। ତେବେ ଏହା ବିନା ଅନ୍ୟ କୌଣସି ପ୍ରମାଣରେ ଦଣ୍ଡବିଧାନର କାରଣ ମଧ୍ୟ ହୋଇପାରେ। ଟ୍ରାଏଲ କୋର୍ଟ ଦ୍ୱାରା ଲିପିବଦ୍ଧ ହୋଇଥିବା ହତ୍ୟାକାଣ୍ଡର ଅଭିଯୁକ୍ତର ଦୋଷକୁ ପୁଣି ପ୍ରମାଣିତ କରି ଶୀର୍ଷକୋର୍ଟ ଏଭଳି କହିଛନ୍ତି।

ଏହି ପରିପ୍ରେକ୍ଷୀରେ, ଟ୍ରାଏଲ୍‌ କୋର୍ଟ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରିବା ପାଇଁ ମାଜିଷ୍ଟ୍ରେଟଙ୍କ ଦ୍ୱାରା ରେକର୍ଡ କରାଯାଇଥିବା ମୃତ୍ୟୁ ପୂର୍ବରୁ ଦିଆଯାଇଥିବା ବୟାନ ଉପରେ ନିର୍ଭର କରି ତାଙ୍କୁ ଦୋଷୀ ସାବ୍ୟସ୍ତ କରିଥିଲେ। ଅଭିଯୁକ୍ତ ଯୁକ୍ତି ଦର୍ଶାଇଥିଲେ ଯେ, ମୃତକ ନିଜ ଉପରେ ନିଜେ କିରୋସିନ୍‌ ଢାଳି ନିଆଁ ଲଗାଇଥିଲେ। ତେବେ ମୃତ୍ୟୁ କାଳୀନ ବୟାନ ଉପରେ ନିର୍ଭର କରିବାକୁ ମନା କରି ହାଇକୋର୍ଟ ଅଭିଯୁକ୍ତକୁ ନିର୍ଦ୍ଦୋଷରେ ଖଲାସ କରିଥିଲେ।
ଏହାର ବିଚାର କରି ସୁପ୍ରିମକୋର୍ଟ କହିଛନ୍ତି ଯେ, ଆବେଦନରେ ମୃତ୍ୟୁ ପୂର୍ବରୁ ଦୁଇଟି ବୟାନ ଅଛି।

ଗୋଟିଏ ପୋଲିସ ଦ୍ୱାରା ୨୦-୧୨-୨୦୧୧ରେ ଏବଂ ଅନ୍ୟଟି ୨୨-୧୨-୨୦୧୧ ରେ ମାଜିଷ୍ଟ୍ରେଟଙ୍କ ଦ୍ୱାରା ରେକର୍ଡ କରାଯାଇଛି। ହାଇକୋର୍ଟ ମାଜିଷ୍ଟ୍ରେଟ୍‌ଙ୍କ ଦ୍ୱାରା ରେକର୍ଡ କରାଯାଇଥିବା ବୟାନ ଉପରେ ଭରସା କରି ନାହାନ୍ତି। ହାଇକୋର୍ଟ କହିଥିଲେ ଯେ, ଦୁଇ ଦିନ ପୂର୍ବରୁ ପୋଲିସ ଦ୍ୱାରା ବୟାନ ରେକର୍ଡ କରାଯାଇଥିଲା। ମାତ୍ର ଏପରିସ୍ଥଳେ ମୃତ୍ୟୁ ପୂର୍ବରୁ ଦ୍ୱିତୀୟ ବୟାନ ରେକର୍ଡ କରିବାର କୌଣସି କାରଣ ନାହିଁ।

ଖଣ୍ଡପୀଠ କହିଛନ୍ତି ଯେ, ମୃତ ବ୍ୟକ୍ତି ମୃତ୍ୟୁ ପୂର୍ବରୁ ଦେଇଥିବା ବୟାନ ଡାକ୍ତରୀ ପ୍ରମାଣ ସହିତ ମେଳ ଖାଉଛି। ଯାହା ଦର୍ଶାଉଛି ଯେ ଛାତି, ପେଟ ଏବଂ ପିଠି ବ୍ୟତୀତ ଶରୀରର ସମସ୍ତ ଅଂଶରେ ପୋଡା ଚିହ୍ନ ରହିଛି। ତେଣୁ, ଭାରତୀୟ ଦଣ୍ଡବିଧି ଆଇନର ଧାରା ୩୪ ସହିତ ଧାରା ୩୦୨ ଅନୁଯାୟୀ ଦୋଷୀଙ୍କୁ ଆଜୀବନ କାରାଦଣ୍ଡ ଏବଂ୧୦,୦୦୦ ଟଙ୍କା ଜରିମାନା ଦଣ୍ଡାଦେଶରେ ଦଣ୍ଡିତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ନୀଳଗିରି ଚାଷର ଜାଲ: କମ୍ପାନୀ ଲାଭରେ, ବିପଦରେ ପରିବେଶ!

ଥୁଆମୂଳ ରାମପୁର, ୧୦।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ଅଞ୍ଚଳରେ ଦିନକୁ ଦିନ ନୀଳଗିରି (Eucalyptus) ଚାଷ ବୃଦ୍ଧି ପାଇବାରେ ଲାଗିଛି । ଏହି ଚାଷକୁ…

ଓଡିଶାର କଶ୍ମୀର ବୁଲିଲେ ଉପମୁଖ୍ୟମନ୍ତ୍ରୀ: ବଡ଼ଧରଣର ଘୋଷଣାକୁ ଅପେକ୍ଷା

ଦାରିଙ୍ଗବାଡି, ୧୦।୨ (ଅରୁଣ ସାହୁ ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ଗସ୍ତରେ ରାଜ୍ୟର ଉପମୁଖ୍ୟମନ୍ତ୍ରୀ ତଥା ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡା ଗସ୍ତ କରିଛନ୍ତି। ସେ…

ପୂର୍ବ ଶତ୍ରୁତାରୁ ତୁମୁଳ କାଣ୍ଡ, ରାତି ଅଧରେ ପଡ଼ୋଶୀ ଘରେ ନିଆଁ ଲଗାଇ…

ଖଇରା,୧୦।୨(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ମୁଣିଦା ଗାଁର ନିରଞ୍ଜନ ପାଢୀଙ୍କର ୩ ବଖରା ଘର ପୋଡି ନଷ୍ଟ ହୋଇ ଯାଇଛି । ତେବେ…

ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କୁ କାହିଁକି ଧନ୍ୟବାଦ ଦେଲେ ଶ୍ରୀଲଙ୍କା ରାଷ୍ଟ୍ରପତି? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୧୦।୨: ICC ପୁରୁଷ T20 ବିଶ୍ୱକପ 2026 ର ସବୁଠାରୁ ବଡ଼ ମ୍ୟାଚ, ଭାରତ ବନାମ ପାକିସ୍ତାନ, ନେଇ ସୃଷ୍ଟି ହୋଇଥିବା ବିବାଦର ଏବେ ଅନ୍ତ ଘଟିଛି।…

ହାଇୱେରେ ଏକୁଟିଆ ଦେଖି ଲୁଟୁଥିଲେ, ଚାରି ଲୁଟେରାଙ୍କ ସହ ଛଅ ବାଇକ ଜବତ କଲା ପୁଇଁନ୍ତଲା ପୋଲିସ

ବଲାଙ୍ଗୀର,୧୦।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପୁଇଁନ୍ତଲା ପୋଲିସକୁ ପୁଣି ମିଳିଛି ସଫଳତା । ପୁଣି ଏକ ବାଇକ୍ ଲୁଟେରା ଗ୍ୟାଙ୍ଗକୁ ଧରିବାରେ ସଫଳତା ହୋଇଛି ପୋଲିସ…

ଭାରତ ପରେ ଏହି ଦେଶ ପାଇଁ ଟାରିଫ କମ୍‌ କଲେ ଟ୍ରମ୍ପ, କିଛି ଉତ୍ପାଦନ ହେଲା ଡ୍ୟୁଟି ଫ୍ରି

ଓ୍ବାଶିଂଟନ,୧୦।୨: ଭାରତ ପରେ, ଆମେରିକା ଏବଂ ବାଂଲାଦେଶ ମଧ୍ୟରେ ଏକ ନୂତନ ବାଣିଜ୍ୟ ଚୁକ୍ତିନାମା ହୋଇଛି, ଯାହା ଅଧୀନରେ ଆମେରିକା ମଧ୍ୟ ବାଂଲାଦେଶୀ ଉତ୍ପାଦ ଉପରେ ଶୁଳ୍କ…

୫୦ ଲକ୍ଷ ଟଙ୍କାର ଚାକିରି ଛାଡିଲେ, ଏବେ ମୋମୋ ବିକ୍ରି କରି ରୋଜଗାର କରୁଛନ୍ତି ୫ କୋଟି, ଏହି ବ୍ୟକ୍ତିଙ୍କ କାହାଣୀ…

ନୂଆଦିଲ୍ଲୀ,୧୦।୨: ଗୁରଗାଓଁର ଜଣେ ଯୁବ ଉଦ୍ୟୋଗୀ ସାକେତ ସୌରଭଙ୍କ କାହାଣୀ ଆଜିକାଲି ସୋସିଆଲ ମିଡିଆରେ ର୍ଚ୍ଚାରେ ଅଛି। ସାକେତ ୨୦୨୩ରେ ତାଙ୍କର ବାର୍ଷିକ ୫୨ ଲକ୍ଷ ଲାଭଜନକ…

ପ୍ରେମକୁ ମଜଭୁତ କରିବ ଟେଡି ଡେ’

ଭୁବନେଶ୍ୱର,୧୦ା୨(ସୌମ୍ୟରଞ୍ଜନ ରାଉତ):ଭାଲେଣ୍ଟାଇନ୍ସ ସପ୍ତାହର ତୃତୀୟ ଦିବସ ସୋମବାର ଚକୋଲେଟ୍‌ ଡେ’ରେ ପ୍ରେମୀଯୁଗଳ ପରସ୍ପରକୁ ଚକୋଲେଟ ଦେଇ ସମ୍ପର୍କରେ ମଧୁରତା ବୃଦ୍ଧି କରିଥିଲେ। ମଙ୍ଗଳବାର ଚତୁର୍ଥ ଦିବସକୁ ଟେଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri