ଦୋଷୀ ଜେଜେବାପାଙ୍କୁ ୨୦ବର୍ଷ ସଶ୍ରମ କାରାଦଣ୍ଡ 

ବାରିପଦା,୨୫।୭(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଅତିରିକ୍ତ ଜିଲା ଓ ଦୌରା ଜଜ୍‌ ତଥା ସ୍ବତନ୍ତ୍ର ପୋକ୍‌ସୋ କୋର୍ଟରେ ସୋମବାର ଏକ ଶିଶୁକନ୍ୟା ବଳାତ୍କାର ମାମଲାର ରାୟ ପ୍ରକାଶ ପାଇଛି। ଜଜ୍‌ ସୁମିତା ଜେନା ମାମଲାର ବିଚାର କରି ଅଭିଯୁକ୍ତ  ଝାରପୋଖରିଆ ଥାନା ଅଧୀନ ଶଙ୍କୁଚା ଅଞ୍ଚଳର ବୃଦ୍ଧ ଜେଜେବାପାଙ୍କୁ ଦୋଷୀ ସାବ୍ୟସ୍ତ କରି ୨୦ବର୍ଷ ସଶ୍ରମ କାରାଦଣ୍ଡ ଶୁଣାଣି କରିଛନ୍ତି। ଏଥିସହ ୧୦ ହଜାର ଟଙ୍କା ଜରିମାନା ଅନାଦାୟ ଅଧିକ ୬ମାସ ଜେଲ ଦଣ୍ଡ ଭୋଗିବାକୁ ରାୟରେ ଉଲ୍ଲେଖ ରହିଛି। ପୀଡ଼ିତାଙ୍କୁ କ୍ଷତିପୂରଣ ବାବଦରେ ୪ ଲକ୍ଷ ଟଙ୍କା ସହାୟତା ଦେବାକୁ ଜିଲା ଆଇନ ସହାୟତା କର୍ତ୍ତୃପକ୍ଷଙ୍କୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।
ସୂଚନାଯୋଗ୍ୟ, ୨୦୨୧ ମାର୍ଚ୍ଚ ୨୧ରେ ପରିବାର ଲୋକେ କାମ କରିବାକୁ ବାହାରକୁ ଯାଇଥିଲେ। ଅପରାହ୍ନରେ ୪ ବର୍ଷର ନାତୁଣୀଙ୍କୁ ଏକୁଟିଆ ପାଇ ଜେଜେବାପା ବଳାତ୍କାର କରିଥିଲେ। ପରିବାର ଲୋକେ ଘରକୁ ଫେରିବା ପରେ ଝିଅ  କାନ୍ଦୁଥିବା ଦେଖି ଘଟଣା ସମ୍ପର୍କରେ ପଚାରି ବୁଝିଥିଲେ। ସଙ୍ଗେ ସଙ୍ଗେ ତାଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ପୀଡ଼ିତାଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ବାରିପଦା ପିଆର୍‌ଏମ୍‌ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା। ଏହାକୁ ନେଇ ତାଙ୍କ ପରିବାର ପକ୍ଷରୁ ଲିଖିତ ଅଭିଯୋଗ ପରେ ପୋଲିସ ଏକ ମାମଲା (ନଂ.୬୩/୨୧) ରୁଜୁ କରି ମାର୍ଚ୍ଚ ୨୩ରେ ଅଭିଯୁକ୍ତଙ୍କୁ ଗିରଫ କରି ଡାକ୍ତରୀମାଇନା ପରେ କୋର୍ଟଚାଲାଣ କରିଥିଲା। ସେହିଦିନଠାରୁ ଅଭିଯୁକ୍ତ ବିଚାର ବିଭାଗୀୟ ହାଜତରେ ଥିଲେ। ୧୩ଜଣ ସାକ୍ଷୀଙ୍କ ବୟାନ, ପୋଲିସ ଓ ଡାକ୍ତରୀ ରିପୋର୍ଟକୁ ଭିତ୍ତିକରି କୋର୍ଟ ଶୁଣାଣି କରିଛନ୍ତି। ପୋକ୍‌ସୋ କୋର୍ଟ ସ୍ବତନ୍ତ୍ର ପିପି ଅଭିନ୍ନ କୁମାର ପଟ୍ଟନାୟକ ସରକାରଙ୍କ ପକ୍ଷରୁ ମାମଲା ପରିଚାଳନା କରୁଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?