Posted inଜାତୀୟ

ବିଷାକ୍ତ ମଦ ପିଇବା ଘଟଣା, ମୃତ୍ୟୁ ସଂଖ୍ୟା ୪୧କୁ ବୃଦ୍ଧି: ୧୪ ଗିରଫ

ଅହମଦାବାଦ,୨୭।୭: ଗୁଜୁରାଟର ବାଟୋଡ୍‌ଠାରେ ବିଷାକ୍ତ ମଦ ପିଇ ମୃତ୍ୟୁ ସଂଖ୍ୟା ୪୧କୁ ବୃଦ୍ଧି ପାଇଛି। ପୋଲିସ ଏହି ମାମଲାରେ ତଦନ୍ତକୁ ଜୋରଦାର କରିଥିବା ବେଳେ ଏପର୍ଯ୍ୟନ୍ତ ୧୪ଜଣଙ୍କୁ ଗିରଫ କରିଛି। ବିଷାକ୍ତ ମଦ ଯୋଗୁ ହୋଇଥିବା ମୃତ୍ୟୁର ଏହି ଘଟଣା ପରେ ସମଗ୍ର ଗୁଜରାଟରେ ଭୟର ବାତାବରଣ ଖେଳିଯାଇଛି। ମଦ ଦୁର୍ନୀତିକୁ ନେଇ ପୋଲିସ କହିବା ଅନୁଯାୟୀ, ମଦ୍ୟପାନ କରାଯାଇ ନ ଥିଲା, କିନ୍ତୁ ଲୋକମାନେ ପାଣି ମିଶାଇ ରାସାୟନିକ ପିଇଥିଲେ। ରାସାୟନିକ ଯୋଗାଣ କରୁଥିବା ଜୟଶଙ୍କୁ ପୋଲିସ ଗିରଫ କରିଛି। ଅନ୍ୟପଟେ ଏହି ମାମଲାରେ ରାଜନୀତି ଏବେ ସରଗରମ ହୋଇଛି। ଗୁଜୁରାଟରେ ବିଧାନସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଘୋଷଣା କରିଥିବା ଆମ ଆଦମୀ ପାର୍ଟି(ଏଏପି) ଏବେ ମଦ ଦୁର୍ନୀତିକୁ ନେଇ ଭାଜପା ଉପରେ ବର୍ଷିଛି। ଏଥିସହ ବୁଧବାର ଦିଲ୍ଲୀରେ ଭାଜପା ମୁଖ୍ୟାଳୟକୁ ଘେରାଉ କରାଯିବ ବୋଲି ଏଏପି ଘୋଷଣା କରିଛି। ଅନ୍ୟପକ୍ଷରେ ଗୁଜୁରାଟ ଗସ୍ତରେ ଆସିଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିିୱାଲ ମଧ୍ୟ ଭାଜପାକୁ କଡ଼ା ଟାର୍ଗେଟ କରିଛନ୍ତି। କେଜ୍ରିୱାଲ ଅଭିଯୋଗ କରିଛନ୍ତି ଯେ, ରାଜ୍ୟରେ ମଦ ଉପରେ ପ୍ରତିବନ୍ଧକ ଲାଗୁ ହୋଇଛି, ତଥାପି ବେଆଇନ ମଦ ବିକ୍ରି ହେଉଛି। ମଙ୍ଗଳବାର କେଜ୍‌ରିଓ୍ବାଲ ଭାବନଗରର ଏକ ହସ୍ପିଟାଲ ପରିଦର୍ଶନ କର ବିଷାକ୍ତ ମଦ ପିଇବା ପରେ ଅସୁସ୍ଥ ହୋଇଥିବା ଲୋକଙ୍କୁ ଭେଟିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମା’ ଦୁର୍ଗାଙ୍କ ନବରାତ୍ର ପୂଜା ଆରମ୍ଭ, ଉତ୍ସବ ମୁଖର ଗାଁଠୁ ସହର

ଛତ୍ରପୁର,୧୧।୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅଧୀନ ଅଗସ୍ତି ନୂଆଗାଁ ଗ୍ରାମର କଲ୍ୟାଣୀ ଯୁବକ ସଂଘ ପକ୍ଷରୁ ରବିବାର ମା’ ଦୁର୍ଗାଙ୍କ ନବରାତ୍ର ପୂଜା…

ଯାତ୍ରୀ ଛାନିଆ! ମଝି ଆକାଶରେ ଇଣ୍ଡିଗୋ ବିମାନରେ ଲାଗିଗଲା ନିଆଁ, ଓଭରହେଡ୍‌ କ୍ୟାବିନ୍‌ରେ ଜଳିଲା…..

ନୂଆଦିଲ୍ଲୀ,୧୧।୧୦: ଆକାଶରେ ଉଡ଼ୁଥିବା ବେଳେ ଇଣ୍ଡିଗୋ ବିମାନରେ ହଠାତ୍‌ ଲାଗିଗଲା ନିଆଁ । ରବିବାର ଦିନ ଦିଲ୍ଲୀରୁ ଚେନ୍ନାଇ ଯାଉଥିବା ଇଣ୍ଡିଗୋ ବିମାନରେ ଏଭଳି ଏକ ଘଟଣା…

ଦିଗପହଣ୍ଡିରେ ଚର୍ଚ୍ଚା; ସ୍ୱପ୍ନରେ ଆସି ଏଭଳି କହିଲେ ମା’ କାଳୀ, ପୋଖରୀ ପାଣିରୁ ମିଳିଲା….

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ବି.ଯୁଧିଷ୍ଠିର ରେଡ୍ଡୀଙ୍କ ଝିଅ କାମିନୀ ରେଡ୍ଡୀଙ୍କ ସ୍ବପ୍ନରେ ଆସିଲେ ମା’ କାଳୀ…

କଂଗ୍ରେସ କାର୍ଯ୍ୟାଳୟରେ ଧସ୍ତାଧସ୍ତି ସହ ଚାପୁଡ଼ା ମାଡ଼; ରାଗରେ ବାହାରିଗଲେ ଅଜୟ

ଲକ୍ଷ୍ନୌ,୧୧।୧୦: ରବିବାର ଉତ୍ତର ପ୍ରଦେଶ କଂଗ୍ରେସ ମୁଖ୍ୟାଳୟରେ ନବନିଯୁକ୍ତ ରାଜ୍ୟ ସଭାପତି ଆରାଧନା ମିଶ୍ର ‘ମୋନା’ଙ୍କ ଦାୟିତ୍ୱ ଗ୍ରହଣ ଉତ୍ସବ ସମୟରେ ହଟ୍ଟଗୋଳ ସୃଷ୍ଟି ହୋଇଥିଲା। ପୂର୍ବତନ…

ଡଙ୍ଗା ଓଲଟି ଚାଲିଗଲା ୧୦୦ରୁ ଅଧିକ ଜୀବନ, ୧୧୬ ନିଖୋଜ

ଜିବୁତି ସିଟି,୧୧।୧୦: ପୂର୍ବ ଆଫ୍ରିକାର ଜିବୁତି ଉପକୂଳରେ ଏକ ବଡ଼ ଡଙ୍ଗା ଦୁର୍ଘଟଣା ଘଟିଛି । ପ୍ରାୟ ୩୦୫ ଜଣ ପ୍ରବାସୀଙ୍କୁ ନେଇ ଯାଉଥିବା ଏକ ଡଙ୍ଗା…

କୁଶପଲ୍ଲୀ ଚଳଚଞ୍ଚଳ: ମା’ ଚାମୁଣ୍ଡାଙ୍କ ପୀଠରେ ଆରମ୍ଭ ହେଲା ନବରାତ୍ର ପୂଜା

ଗଞ୍ଜାମ,୧୧ା୧୦(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ୍‌ ମଲାଡ଼ ପଞ୍ଚାୟତ ଅନ୍ତର୍ଗତ କୁଶପଲ୍ଲୀସ୍ଥିତ ମା’ ଚାମୁଣ୍ଡାଙ୍କ ପୀଠରେ ଶାରଦୀୟ ଦୁର୍ଗାପୂଜା ଅବସରରେ ୯ ଦିନବ୍ୟାପୀ ନବରାତ୍ର ପୂଜା ଓ ଅଖଣ୍ଡ…

୮ ବର୍ଷ ପରେ ବି କାର୍ଯ୍ୟକ୍ଷମ ହୋଇପାରିଲାନି ଛାତ୍ରୀନିବାସ: ଭୂତକୋଠି ପାଲଟିଛି କୋଟି ଟଙ୍କାର କୋଠା

ଗୁଡ଼ାରି, ୧୦।୧୦ (ପ୍ରମୋଦ କୁମାର ପତି): ଆଦିବାସୀ ଛାତ୍ରୀମାନଙ୍କୁ ଉଚ୍ଚଶିକ୍ଷା ପ୍ରଦାନ ଓ ସେମାନଙ୍କ ଶିକ୍ଷାକୁ ପ୍ରୋତ୍ସାହନ ଦେବା ପାଇଁ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। ମାତ୍ର…

CM ବିଜୟଙ୍କୁ ବଡ଼ ପ୍ରତିଶ୍ରୁତି ଦେଲେ ମୋଦି, କେନ୍ଦ୍ରରୁ ଯାହା….

ଚେନ୍ନାଇ,୧୧।୧୦: ତାମିଲନାଡୁକୁ ବିକାଶର ନୂଆ ଶିଖରରେ ପହଞ୍ଚାଇବା ପାଇଁ କେନ୍ଦ୍ର ସରକାର ସମସ୍ତ ପ୍ରକାରର ସହଯୋଗ ଯୋଗାଇଦେବେ ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ରବିବାର ଚେନ୍ନାଇରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?