Posted inଜାତୀୟ

ଇସୁଦାନ ଗଢ଼ଭି ଏଏପି ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ

ଅହମଦାବାଦ,୪।୧୧: ଗୁଜରାଟ ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ସରଗରମ ରହିଛି। ଇତିମଧ୍ୟରେ ଶୁକ୍ରବାର ଆମ ଆଦମୀ ପାର୍ଟିର ରାଷ୍ଟ୍ରୀୟ ସଂଯୋଜକ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଗୁଜରାଟ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ନାମ ଘୋଷଣା କରିଛନ୍ତି। କେଜ୍‌ରିଓ୍ବାଲ ଇଶୁଦାନ ଗଡଭିଙ୍କୁ ଏଏପିର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଭାବେ ଘୋଷଣା କରିଛନ୍ତି। ଗୁଜରାଟବାସୀ ସେମାନଙ୍କର ମୁଖ୍ୟମନ୍ତ୍ରୀ ବାଛିଛନ୍ତି। ମୁଖ୍ୟମନ୍ତ୍ରୀ ପଦ ପାଇଁ ଆମେ ରାଜ୍ୟବାସୀଙ୍କଠାରୁ ମତାମତ ଲୋଡିଥିଲୁ। ଯେଉଁଥିରେ ୭୩ପ୍ରତିଶତ ଲୋକ ଗଢ଼ଭିଙ୍କ ନାମ ବାଛିଥିଲେ। ପ୍ରାୟ ୧୬ଲକ୍ଷ ୪୮ହଜାର ଲୋକଙ୍କ ମତାମତ ଆଧାରରେ ଏହି ନିଷ୍ପତ୍ତି ନିଆଯାଇଛି। ବୋଲି କେଜ୍‌ରିଓ୍ବାଲ କହିଛନ୍ତି। ସୂଚନାଯୋଗ୍ୟ,ଇଶୁଦାନ ଗଢ଼ଭି ବୃତ୍ତି ଅନୁଯାୟୀ ଜଣେ ସାମ୍ବାଦିକ ଥିବା ବେଳେ ୨୦୨୧ ଜୁନ ୧୪ରେ ସେ ରାଜନୈତିକ କ୍ୟାରିୟରରେ ପାଦ ଥାପିଥିଲେ। ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ଉପସ୍ଥିତିରେ ସେ ଏଏପି ଦଳରେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜ ଚଳଚଞ୍ଚଳ: ସଭାପତି ପଦ ପାଇଁ ୪ ପ୍ରାର୍ଥୀ, ଏବିଭିପିର ପ୍ରଚାର ଜୋରଦାର

ପାଟଣା, ୧୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲ୍ଲା ସ୍ୱାମପାଟଣା ଆଞ୍ଚଳିକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନକୁ ନେଇ ପ୍ରଚାର ଜୋରଦାର ହୋଇଛି। ଆସନ୍ତା ୧୫ ତାରିଖରେ…

ଭାରତ-ଶ୍ରୀଲଙ୍କା ମ୍ୟାଚ୍‌ ସ୍ଥାନାନ୍ତରକୁ ନେଇ ସ୍ପଷ୍ଟ କଲା ବିସିସିଆଇ, ଜାଣନ୍ତୁ…

ନୂଆଦିଲ୍ଲୀ,୧୨ା୧୦: ଆସନ୍ତା ଶ୍ରୀଲଙ୍କା ବିପକ୍ଷ ୩ ମ୍ୟାଚ ବିଶିଷ୍ଟ ସିରିଜର ଓପନିଂ ମ୍ୟାଚ୍‌ ଦିଲ୍ଲୀରୁ ଅହମଦାବାଦ ସ୍ଥାନାନ୍ତର ହେବ ବୋଲି ଗଣମାଧ୍ୟମରେ ଚର୍ଚ୍ଚା ହେଉଥିଲା। ଏହା ସଠିକ୍‌…

ଗ୍ରୋସରୀ ଦୋକାନରୁ ଦେଢ଼ ଲକ୍ଷ ଟଙ୍କା ଲୁଟ୍‌, ଜଣେ ଗିରଫ

ହାଟଡିହୀ/ଛେନାପଦୀ, ୧୨।୧୦ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ-ଜଳକଳଙ୍ଗ ବଜାରରେ ବ୍ୟାଙ୍କ ନିକଟରେ ଥିବା ଏକ ଗ୍ରୋସରୀ ଦୋକାନରୁ ଦେଢ଼ ଲକ୍ଷ ଟଙ୍କା ଲୁଟ୍‌ ହୋଇଥିବା…

ଘୁଞ୍ଚିଲା ଏସିଆନ ଗେମ୍ସ ରିଭ୍ୟୁ ବୈଠକ, କେବେ ହେବ ଜାଣନ୍ତୁ…

ନୂଆଦିଲ୍ଲୀ,୧୨ା୧୦: ନିକଟରେ ଶେଷ ହୋଇଥିବା ଏସିଆନ ଗେମ୍ସରେ ଦେଶର ପ୍ରଦର୍ଶନକୁ ରିଭ୍ୟୁ କରିବା ପାଇଁ ଜାତୀୟ କ୍ରୀଡ଼ା ଫେଡେରେଶନମାନଙ୍କ ସହ କ୍ରୀଡ଼ା ମନ୍ତ୍ରଣାଳୟର ଦିନିକିଆ ବୈଠକକୁ ଆସନ୍ତା…

ଶୀତଦିନେ ରୁମ୍‌ ହିଟର କିଣିବା ପୂର୍ବରୁ ଜାଣି ରଖନ୍ତୁ ଏହି କଥା, ନଚେତ୍‌ ପସ୍ତାଇବେ

ଶୀତଦିନେ ସକାଳୁ ବିଛଣାରୁ ଉଠିବା କଷ୍ଟକର ହୋଇପଡ଼େ। ଘର ଭିତରେ ଥଣ୍ଡା ଯୋଗୁଁ ହାତ ଓ ପାଦ ମଧ୍ୟ ବରଫ ଭଳି ଥଣ୍ଡା ହୋଇଯାଏ। ଏଭଳି ସମୟରେ…

ଇନ୍‌ଷ୍ଟାଗ୍ରାମରୁ ପ୍ରେମ, ପରେ ପ୍ରତାରଣା ଦେଲେ କହ୍ନେଇ: ବିଧବାଙ୍କୁ ବଳାତ୍କାର ପରେ…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ. ନୂଆଗାଁ ଥାନା ପୋଲିସ କହ୍ନେଇ ମହାନ୍ତି(୨୬) ନାମକ ଜଣେ ଯୁବକଙ୍କୁ ବଳାତ୍କାର ଓ ଠକେଇ ମାମଲାରେ ଗିରଫ କରି…

ଅସନ୍ତୋଷ ଘେରରେ ଜିଲାପାଳଙ୍କ ଜନଶୁଣାଣି:ଘଣ୍ଟା ଘଣ୍ଟା ଅପେକ୍ଷା ପରେ ବି ସମସ୍ୟା ସମାଧାନ ନେଇ…

କୁନ୍ଦୁରା,୧୨।୧୦ ସନ୍ତୋଷ ପ୍ରହରାଜ: କୋରାପୁଟ ଜିଲାର କୁନ୍ଦୁରା ବ୍ଲକରେ ଅନୁଷ୍ଠିତ ଜିଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିରକୁ ନେଇ ଅସନ୍ତୋଷ ଦେଖାଦେଇଛି। ନିର୍ଦ୍ଧାରିତ ସମୟରେ ଶିବିର…

ବିଦ୍ୟୁତ୍‌ କାଟ୍‌କୁ ନେଇ ବଢୁଛି ଅନ୍ତୋଷ, ଟିପିଏସ୍‌ଓଡିଏଲ୍‌ କାର୍ଯ୍ୟାଳୟ ଘେରାଉ ଚେତାବନୀ ତେଜିଲା

ହିଞ୍ଜିଳିକାଟୁ,୧୨।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ଅଞ୍ଚଳରେ ବିଦ୍ୟୁତ୍‌ ସେବାକୁ ନେଇ ଦିନକୁ ଦିନ ଅସନ୍ତୋଷ ତୀବ୍ର ହେବାରେ ଲାଗିଛି। ବିନା ସୂଚନାରେ ପ୍ରତିଦିନ ୨ରୁ ୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?