Posted inଜାତୀୟ

ନଭେମ୍ବରରେ ହୋଇପାରେ ଗୁଜରାଟ ବିଧାନସଭା ନିର୍ବାଚନ

ଗାନ୍ଧିନଗର,୨୬ ।୯: ଗୁଜରାଟ ବିଧାନସଭା ନିର୍ବାଚନ ପାଇଁ ଆସନ୍ତା ମାସରେ ତାରିଖ ଘୋଷଣା ହୋଇପାରେ । ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ନଭେମ୍ବର ଶେଷ ସପ୍ତାହରେ ନିର୍ବାଚନ ପ୍ରକ୍ରିୟା ଶେଷ ହେବା ଅନୁମାନ କରାଯାଉଛି । ନଭେମ୍ବର ତୃତୀୟ , ଚତୁର୍ଥ ସପ୍ତାହରେ ଭୋଟ ଗ୍ରହଣ ହୋଇପାରେ । ଗୁଜରାଟରେ ଦୁଇଟି ପର୍ଯ୍ୟାୟରେ ମତଦାନ ହେବା ଅନୁମାନ କରାଯାଉଛି ।ମୁଖ୍ୟ ନିର୍ବାଚନ କମିଶନର ଗୁଜରାଟ ଗସ୍ତରେ ଗାନ୍ଧିନଗରରେ ପହଞ୍ଚିଛନ୍ତି । ସେଠାରେ ସେ ଗୃହ ମନ୍ତ୍ରଣାଳୟର ଅଧିକାରୀ, ରାଜ୍ୟର ସମସ୍ତ ଜିଲା କଲେକ୍ଟରଙ୍କ ସହ ବୈଠକ କରିଛନ୍ତି ।
ଏହି ବୈଠକରେ ରାଜ୍ୟ ବିଧାନସଭା ନିର୍ବାଚନ କାର୍ଯ୍ୟକ୍ରମକୁ ଅନ୍ତିମ ରୂପ ଦିଆଯିବ । କେନ୍ଦ୍ର ନିର୍ବାଚନ ଆୟୋଗର ଏକ ଟିମ ଦୁଇ ଦିନିଆ ଗୁଜରାଟ ଗସ୍ତରେ ଅଛନ୍ତି । କେନ୍ଦ୍ରୀୟ ନିର୍ବାଚନ ଆୟୋଗର ସଦସ୍ୟ ନିର୍ବାଚନ ଓ ଭୋଟଗ୍ରହଣର ପ୍ରସ୍ତୁତି ଉପରେ ସମିକ୍ଷା କରିବେ । ଗୁଜରାଟ ବିଧାନସଭା ନିର୍ବାଚନକୁ ନେଇ ମଙ୍ଗଳବାର ୨୭ ତାରିଖ ଦ୍ୱିପ୍ରହରରେ କେନ୍ଦ୍ର ନିର୍ବାଚନ କମିଶନ ପ୍ରେସ କନଫରେନ୍ସ କରିବେ ।


Enter your email to get our daily news in your inbox.

All Right Reserved By Dharitri.Com

‘ନିର୍ବାଚନ ଅଟକାଇବା ପାଇଁ କରାଯାଇଛି ହତ୍ୟା’, ୟୁନୁସ ସରକାରଙ୍କ ଉପରେ ଗୁରୁତର ଅଭିଯୋଗ ଆଣିଲେ ହାଦିଙ୍କ ଭାଇ

ଢାକା,୨୪।୧୨: ଛାତ୍ର ନେତା ସରିଫ ଓସମାନ ହାଦିଙ୍କ ହତ୍ୟା ପରେ ବାଂଲାଦେଶରେ ରାଜନୈତିକ ଉତ୍ତେଜନା ବୃଦ୍ଧି ପାଇଛି। ଢାକାରେ ହାଦିଙ୍କ ମୁଣ୍ଡରେ ଗୁଳି ମାଡ଼ ହୋଇଥିଲା,...

ରତ୍ନଭଣ୍ଡାରକୁ ନେଇ ବଡ଼ ବୟାନ ଦେଲେ ଆଇନ ମନ୍ତ୍ରୀ: ୫ରୁ ୬ ମାସ ଭିତରେ…

ଭୁବନେଶ୍ୱର,୨୪।୧୨: ରତ୍ନଭଣ୍ଡାର ଗଣତିମଣତିକୁ ନେଇ ବଡ଼ ବୟାନ ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ। ସେ କହିଛନ୍ତି, ଖୁବଶୀଘ୍ର ରତ୍ନଭଣ୍ଡାର ଗଣତି ମଣତି ପ୍ରକ୍ରିୟା ଆରମ୍ଭ...

ଧାନକିଣାରେ ଅବ୍ୟବସ୍ଥା: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ମିଳିତ କୃଷକ ମଞ୍ଚର ଧାରଣା

ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ଧାନକିଣା ଅବ୍ୟବସ୍ଥା ପ୍ରତିବାଦରେ ମିଳିତ କୃଷକ ମଞ୍ଚ ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାର ଚାଷୀ ସଙ୍ଗଠନ ମିଳିତ ଭାବେ ଧାରଣାରେ ବସିଛନ୍ତି...

ଦୁର୍ନୀତି ନିବାରଣ ଅଧିକାରୀ କହି ରାଜ ପରିବାରରୁ ଲୁଟିନେଲେ ଦୁର୍ବୃତ୍ତ: ଡିଜିଟାଲ ଭିଡ଼ିଓ ରେକର୍ଡରକୁ ବି…

ଦାରିଙ୍ଗବାଡି, ୨୪।୧୨ (ଅରୁଣ ସାହୁ): ଆମେ ଦୁର୍ନୀତି ବିଭାଗରୁ ଆସିଛୁ ଆପଣଙ୍କ ପୁଅ ବହୁତ ଦୁର୍ନୀତି କରିଛନ୍ତି। ତୁମ ଘରେ ରହିଥିବା ସୁନା ଅଳଙ୍କାର ଓ...

ଆଜିଠୁ ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସା ୭ଟାରେ ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା ପୂର୍ବରୁ...

ଠାକରେ ବ୍ରଦର୍ସଙ୍କୁ ଏକାଠି କଲା ବିଏମସି ନିର୍ବାଚନ, ଶିବସେନା, ୟୁବିଟି ଏବଂ ଏମଏନଏସ ଘୋଷଣା କଲା ମେଣ୍ଟ

ମୁମ୍ବାଇ,୨୪।୧୨: ବାଲାସାହେବ ଠାକରେଙ୍କ ଶିବସେନା ମହାରାଷ୍ଟ୍ରରେ ପୁଣି ଥରେ ଶକ୍ତିଶାଳୀ ହେଉଥିବା ଦେଖାଯାଉଛି। ତାଙ୍କ ପୁଅ ଉଦ୍ଧବ ଠାକରେ ଏବଂ ଭଣଜା ରାଜ ଠାକରେ, ଯେଉଁମାନେ...

୨୦ ବର୍ଷ ପରେ ଏକାଠି ହେବେ ବାଲ ଠାକରେ-ଉଦ୍ଧବ ଠାକରେ, କହିଲେ ମହାରାଷ୍ଟ୍ରକୁ ନେଇ ଆମର ଚିନ୍ତାଧାରା ଗୋଟିଏ

ମୁମ୍ବାଇ,୨୪।୧୨: ବୃହନମୁମ୍ବାଇ ନଗର ନିଗମ ନିର୍ବାଚନକୁ ନେଇ ରାଜନୈତିକ କାର୍ଯ୍ୟକଳାପ ଜୋରଦାର। ରାଜନୈତିକ ଦଳଗୁଡ଼ିକ ନିର୍ବାଚନ ପାଇଁ ପ୍ରସ୍ତୁତି, ଭୋଟର ସମର୍ଥନ ସଂଗ୍ରହ ପାଇଁ ଦାବି...

କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଆଗରେ ଧାରଣା

ମୋରଡ଼ା,୨୪ା୧୨(ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ମୋରଡା ବ୍ଲକର ମୁଖ୍ୟ ବାରମାଇଲସ୍ଥିତ କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନ ୧୦ଟାରୁ ୧ଟା ପର୍ଯ୍ୟନ୍ତ ଝାଡ଼ଖଣ୍ଡ ମୁକ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri