Posted inଜାତୀୟ

ଗୁଜରାଟ ବିଧାନସଭା ନିର୍ବାଚନ ପାଇଁ ବାଜିଲା ବିଗୁଲ

ନୂଆଦିଲ୍ଲୀ,୩।୧୧: ଗୁଜରାଟ ବିଧାନସଭା ନିର୍ବାଚନ ପାଇଁ ଗୁରୁବାର ତାରିଖ ଘୋଷଣା କରିଛନ୍ତି ନିର୍ବାଚନ ଆୟୋଗ। ରାଜ୍ୟର ୧୮୨ ଆସନ ବିଶିଷ୍ଟ ବିଧାନସଭା ପାଇଁ ଦୁଇଟି ପର୍ଯ୍ୟାୟରେ ମତଦାନ ଅନୁଷ୍ଠିତ ହେବ। ପ୍ରଥମ ପର୍ଯ୍ୟାୟ ଭୋଟ ଡିସେମ୍ବର ୧ରେ ଏବଂ ଦ୍ୱିତୀୟ ପର୍ଯ୍ୟାୟ ଡିସେମ୍ବର ୫ରେ ଅନୁଷ୍ଠିତ ହେବ। ଡିସେମ୍ବର ୮ରେ ଭୋଟ ଗଣନା କରାଯିବ। ଗୁଜରାଟରେ ବର୍ତ୍ତମାନ ଚାରି କୋଟି ୯୦ ଲକ୍ଷ ଭୋଟର ଅଛନ୍ତି। ଏଥର ୫୧ ହଜାର ୭୮୨ ହଜାର ମତଦାନ କେନ୍ଦ୍ର ନିର୍ମାଣ କରାଯାଇଥିବା ନିର୍ବାଚନ ଆୟୋଗ ପକ୍ଷରୁ ସୂଚନା ଦିଆଯାଇଛି।
ମୁଖ୍ୟ ର୍ନିବାଚନ କମିଶନର ରାଜୀବ କୁମାର ଖବରଦାତା ସମ୍ମିଳନୀରେ କହିଛନ୍ତି, ଗୁଜରାଟ ବିଧାନସଭା ନିର୍ବାଚନରେ ପ୍ରଥମ ଥର ପାଇଁ ତିନି ଲକ୍ଷ ୨୪ ହଜାର ୪୨୨ ନୂତନ ଭୋଟର ଭୋଟ ଦେବେ। ରାଜ୍ୟରେ ମୋଟ ମତଦାନ କେନ୍ଦ୍ର ସଂଖ୍ୟା ୫୧,୭୮୨ ଅଟେ।
ଗୁଜରାଟରେ ବର୍ତ୍ତମାନ ଚାରି କୋଟି ୯୦ ଲକ୍ଷ ଭୋଟର ଅଛନ୍ତି। ପ୍ରତ୍ୟେକ ବୁଥରେ ହାରାହାରି ୯୪୮ ଭୋଟର ଅଛନ୍ତି। ଏଥିମଧ୍ୟରୁ ୧୦ ହଜାର ୪୬୦ ଭୋଟରଙ୍କ ବୟସ ୧୦୦ ବର୍ଷରୁ ଅଧିକ। ଏଥି ସହିତ, ନଅ ଲକ୍ଷ ୮୭ ହଜାର ଭୋଟରଙ୍କ ବୟସ ୮୦ ବର୍ଷରୁ ଅଧିକ। ଏଥି ସହିତ ଚାରି ଲକ୍ଷ ୬୧ ହଜାରରୁ ଅଧିକ ଯୁବକ ଭୋଟର ଅଛନ୍ତି। କେବଳ ମହିଳାମାନଙ୍କ ପାଇଁ ୧୨୭୪ ମତଦାନ ବୁଥ ସ୍ଥାପନ କରାଯିବ। ରାଜ୍ୟରେ ଚାରି ଲକ୍ଷ ଚାରି ହଜାର ୮୦୨ ଭିନ୍ନକ୍ଷମ ଭୋଟର ଅଛନ୍ତି। ଭିନ୍ନକ୍ଷମଙ୍କ ପାଇଁ ୧୮୩ ମତଦାନ କେନ୍ଦ୍ର ସ୍ଥାପନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri