Posted inଜାତୀୟ

ସରକାରଙ୍କ ବଡ଼ ନିଷ୍ପତ୍ତି: ମେ ୧୫ ଯାଏ….

ଗୁଜୁରାଟ,୯।୫: ଦେଶରେ ସାଂପ୍ରତିକ ସ୍ଥିତିକୁ ଦୃଷ୍ଟିରେ ରଖି ଗୁଜରାଟ ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି। ଗୁଜରାଟରେ ବାଣ ଫୁଟାଇବା ଓ ଡ୍ରୋନ ବ୍ୟବହାର ଉପରେ କଟକଣା ଲଗାଯାଇଛି। ଏହି କଟକଣା ଆସନ୍ତା ୧୫ ତାରିଖ ଯାଏ ଘୋଷଣା ହୋଇଛି ତଥା ବଳବତ୍ତର ରହିବ।
କୌଣସି ଉତ୍ସବରେ ବାଣ ଫୁଟାଇବା ଓ ଡ୍ରୋନ ବ୍ୟବହାରକୁ ସମ୍ପୂର୍ଣ୍ଣ ବ୍ୟାନ୍‌ କରାଯାଇଛି। ସାଂପ୍ରତିକ ସ୍ଥିତିକୁ ଦୃଷ୍ଟିରେ ରଖି ଗୁଜରାଟ ଗୃହମନ୍ତ୍ରୀ ହର୍ଷ ସାଂଘଭି ଏହି ସୂଚନା ଦେଇଛନ୍ତି।

ଗୃହମନ୍ତ୍ରୀ ସାଂଘଭି ତାଙ୍କ ଏକ୍ସରେ ପୋଷ୍ଟ କରିଛନ୍ତି, ଗୁଜୁରାଟରେ ମେ ୧୫ ପର୍ଯ୍ୟନ୍ତ କୌଣସି କାର୍ଯ୍ୟକ୍ରମରେ ବାଣ କିମ୍ବା ଡ୍ରୋନକୁ ଅନୁମତି ଦିଆଯିବ ନାହିଁ। ଦୟାକରି ସହଯୋଗ କରନ୍ତୁ ଏବଂ ନିର୍ଦ୍ଦେଶାବଳୀ ପାଳନ କରନ୍ତୁ ବୋଲି ସେ ଲେଖିଛନ୍ତି।

ପହଲଗାମରେ ପାକିସ୍ତାନ ଦ୍ୱାରା କରାଯାଇଥିବା ବର୍ବର ଆତଙ୍କବାଦୀ ଆକ୍ରମଣର ପ୍ରତିଶୋଧ ନେଇଛି ଭାରତ।  ଅପରେଶନ  ‘ସିନ୍ଦୂର’ ପରେ ଭାରତ ଓ ପାକିସ୍ତାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି। ଏହା ସହିତ ଭାରତ ପାକିସ୍ତାନ ସହ ସିନ୍ଧୁ ଜଳ ଚୁକ୍ତି ସ୍ଥଗିତ ରଖିବା, ପାକିସ୍ତାନୀ କୂଟନୀତିଜ୍ଞମାନଙ୍କୁ ନିର୍ବାସନ ଦେବା ଏବଂ ସୀମାନ୍ତ ବନ୍ଦ କରିବା ଭଳି କଠୋର ପଦକ୍ଷେପ ଗ୍ରହଣ କରିଛି। ଏହି ପରିପ୍ରେକ୍ଷୀରେ ଗୃହ ମନ୍ତ୍ରଣାଳୟ ଦେଶର ସୁରକ୍ଷା ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରିବାକୁ ଏବଂ ନାଗରିକମାନଙ୍କୁ ସମ୍ଭାବ୍ୟ ବିପଦ ପାଇଁ ପ୍ରସ୍ତୁତ ରଖିବାକୁ ଏହି ନିର୍ଦ୍ଦେଶ ଜାରି କରିଛି।

 

 

 

 


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ବରିଷ୍ଠ ରାଜସ୍ବ ସହାୟକ: ପୈତୃକ ଘର ସହ ୪ଟି ସ୍ଥାନରେ ଚଢ଼ାଉ ଜାରି…

ସମ୍ବଲପୁର,୨୪।୧୨(ପ୍ରମୋଦ ବହିଦାର): ଭିଜିଲାନ୍ସ ଜାଲରେ ସମ୍ବଲପୁର ବନ୍ଦୋବସ୍ତ କାର୍ଯ୍ୟାଳୟର ବରିଷ୍ଠ ରାଜସ୍ବ ସହାୟକ( SRA)ବାସୁଦେବ ଭୋଇ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ...

ଲୋକ ଉତ୍ସବ ପ୍ରସ୍ତୁତି ବୈଠକ: ଗଣମାଧ୍ୟମ ପ୍ରତିନିଧିଙ୍କୁ ଅଣଦେଖା

ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପ୍ରଶାସନ ଏବଂ ଜିଲା ସଂସ୍କୃତି ବିଭାଗ ପକ୍ଷରୁ ସ୍ଥାନୀୟ ଡିଏଫ୍‌ଓ ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଲୋକ ଉତ୍ସବ ପାଇଁ...

ନେମାରଙ୍କ ଅସ୍ତ୍ରୋପଚାର ସଫଳ

ସାଓ ପାଉଲୋ,୨୪ା୧୨: ବ୍ରାଜିଲର ଷ୍ଟାର ଖେଳାଳି ନେମାରଙ୍କ ବାମ ଆଣ୍ଠୁରେ ଅସ୍ତ୍ରୋପଚାର ହୋଇଛି। ତାଙ୍କ କ୍ଲବ ସାଣ୍ଟୋସ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୩୩ ବର୍ଷୀୟ...

ପରିସ୍ରା କରିବାକୁ ଯାଇଥିଲେ ବ୍ୟବସାୟୀ, ଭୁଷୁଡିଲା କାନ୍ଥ: ଆଉ ତା’ପରେ…

ଅମରପାଲି,୨୪।୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କେନଝିରିଆପାଲି ପଞ୍ଚାୟତ ରୁଗୁଡ଼ିପାଲି ଗ୍ରାମରେ କାନ୍ଥ ଭୁଷୁଡି ଜଣେ ଯୁବ ବ୍ୟବସାୟୀଙ୍କ ମୃତ୍ୟୁ ହୋଇଛି। ମୃତ...

ରାତି ପାହିଲେ ବଡ଼ ଦିନ: ଧରାବତରଣ କରିବେ ପ୍ରଭୁ ଯୀଶୁ

ଭୁବନେଶ୍ୱର,୨୪।୧୨: ରାତି ପାହିଲେ ବଡ଼ ଦିନ। ଆଜି ମଧ୍ୟରାତ୍ରୀରେ ଧରାବତରଣ କରିବେ ପ୍ରଭୁ ଯୀଶୁ। ପ୍ରଭୁ ଯୀଶୁଙ୍କୁ ଉପାସନା ପାଇଁ ଖ୍ରୀଷ୍ଟ ଧର୍ମାବଲମୱୀଙ୍କ ମନରେ ଉତ୍କଣ୍ଠା...

ଶୀତ ମହୋତ୍ସବକୁ ଆସିବେ ୨ କୃଷ୍ଣ: ବଢୁଛି ଚର୍ଚ୍ଚା

ଦାରିଙ୍ଗବାଡି,୨୪।୧୨(ଅରୁଣ ସାହୁ):ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି। ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ ବିଭାଗ ମନ୍ତ୍ରୀମାନେ ଯୋଗଦେବାକୁ ରହିଥିବାବେଳେ କିଏ...

ଆଜିଠୁ ବରଗଡ଼ ଧନୁଯାତ୍ରା: ବରଗଡ଼ ହେବ ମଥୁରା ନଗରୀ, ଅମ୍ବାପାଲି ପାଲଟିବ ଗୋପପୁର

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାରରୁ ଆରମ୍ଭ ହେବ। ପରମ୍ପରା ଅନୁଯାୟୀ, ବରଗଡ଼ ଏମ୍‌ପି ପ୍ରଦୀପ କୁମାର ପୁରୋହିତ ଏବଂ...

ଆସାମର ହାତୀ-ଟ୍ରେନ୍‌ ଧକ୍କା

ଶନିବାର(୨୦-୧୨-୨୫) ବିଳମ୍ବିତ ରାତିରେ ଆସାମରେ ଘଟିଥିବା ହାତୀ-ଟ୍ରେନ୍‌ ଧକ୍କା ଏକ ବଡ଼ ଘଟଣା। ଗୋଟିଏ ଧକ୍କାରେ ୮ଟି ହାତୀଙ୍କ ମୃତ୍ୟୁ ହୋଇଛି। ଆସାମରେ ଏହା ଏପର୍ଯ୍ୟନ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri